Murder Allegation - The Sakala

ପୁରୁଷ ବନ୍ଧୁଙ୍କ ଘରୁ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
ଦିଗପହଣ୍ଡି: ପୁରୁଷ ବନ୍ଧୁଙ୍କ ଘରୁ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲାର ଜରଡ଼ା ଥାନା ଅଞ୍ଚଳରୁ  ସାମ୍ନାକୁ ଆସିଛି ଏପରି ଏକ ଚାଞ୍ଚଲ୍ୟକର ଘଟଣା । ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ତାଙ୍କ ପୁରୁଷ ବନ୍ଧୁଙ୍କ ଘରୁ ପୋଲିସ ଦ୍ୱାରା ଉଦ୍ଧାର କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଥିବା ବେଳେ, ପରିବାର ଲୋକେ ଏହାକୁ ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି।

ମୃତ ନାବାଳିକାଙ୍କ ପରିବାର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କିଛି ମାସ ପୂର୍ବେ ଉକ୍ତ ନାବାଳିକା ଜଣକ ଅଭିଯୁକ୍ତ ଯୁବକଙ୍କ ସହ ଫେରାର ହୋଇଯାଇଥିଲେ। ତେବେ କିଛି ଦିନ ପରେ ଉଭୟ ଗାଁକୁ ଫେରିଆସି ଏକାଠି ବସବାସ କରୁଥିଲେ। ବର୍ତ୍ତମାନ ଯୁବକଙ୍କ ଘରୁ ନାବାଳିକାଙ୍କ ଶରୀରରେ କ୍ଷତ ଚିହ୍ନ ଥିବା ମୃତଦେହ ମିଳିବା ପରେ ଝିଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ପରିବାର ସଦସ୍ୟମାନେ ଦୃଢ଼ ଅଭିଯୋଗ କରିଛନ୍ତି।

ଘଟଣା ସମ୍ପର୍କରେ ଖବର ପାଇବା ମାତ୍ରେ ଜରଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲା। ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ଶବକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି। ଏହି ଘଟଣାରେ ଜରଡ଼ା ଥାନାରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଏକ ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ଯୁବକ ଏବଂ ଅନ୍ୟ ପରିବାର ସଦସ୍ୟଙ୍କୁ ପଚରାଉଚରା କରୁଛି।

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା: ମୃତଦେହ ଛାଡି ସ୍ୱାମୀ ଫେରାର, ଶାଶୁ ଅଟକ
ଭଦ୍ରକ: ସମାଜରେ ସଚେତନତା ସତ୍ତ୍ୱେ କମୁନି ଯୌତୁକ ଜନିତ ଅପରାଧ। ଭଦ୍ରକ ଜିଲ୍ଲା ଆଗରପଡା ଥାନା ଅଧୀନରେ ପୁଣି ଜଣେ ନବବଧୂ ଯୌତୁକ ଜୁଇରେ ଜଳିଥିବା ଅଭିଯୋଗ ହୋଇଛି। ଅଧିକ ଯୌତୁକ ଦାବି ପୂରଣ ନହେବାରୁ ଶାଶୁଘର ଲୋକେ ବଧୂଙ୍କୁ ହତ୍ୟା କରି ଫେରାର ହୋଇଯାଇଥିବା ନେଇ ଥାନାରେ ଏତଲା ଦାୟର ହୋଇଛି।

ସୂଚନା ଅନୁଯାୟୀ, ଗତ ମେ ମାସରେ ଭଦ୍ରକ ବାଲୁଅଶାସନ ଗାଁର ସୁଭଦ୍ରା ପଣ୍ଡା ବୈଦିକ ରୀତିରେ ଓଲଡାଙ୍ଗ ଗାଁର ଜ୍ୟୋତିରଞ୍ଜନ ପଣ୍ଡାଙ୍କୁ ବିବାହ କରିଥିଲେ। ବିବାହର କିଛି ଦିନ ପରେ ସ୍ୱାମୀ ଓ ଶ୍ୱଶୁର ଘର ଲୋକେ ଅଧିକ ଯୌତୁକ ଦାବି କରି ସୁଭଦ୍ରାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଗତକାଲି ସୁଭଦ୍ରାଙ୍କ ମୃତ୍ୟୁ ଖବର ପାଇ ବାପଘର ଲୋକେ ପହଞ୍ଚିବା ବେଳକୁ ଶ୍ୱଶୁର ଘର ଲୋକେ ମୃତଦେହ ଛାଡ଼ି ଫେରାର ହୋଇଯାଇଥିଲେ। ସୁଭଦ୍ରାଙ୍କ ବେକରେ କ୍ଷତ ଚିହ୍ନ ଦେଖିବାକୁ ମିଳିଥିଲା, ଯାହା ହତ୍ୟା ସନ୍ଦେହକୁ ଦୃଢୀଭୂତ କରୁଛି। ଖବର ପାଇ ଆଗରପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବର୍ତ୍ତମାନ ପୋଲିସ ମୃତକଙ୍କ ଶାଶୁଙ୍କୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ଫେରାର ସ୍ୱାମୀ ଓ ଅନ୍ୟମାନଙ୍କୁ ଧରିବା ପାଇଁ ତଦନ୍ତ ଜାରି ରଖିଛି।

ଶିବ ମନ୍ଦିରରେ ବିଷ ପିଇଲେ ପ୍ରେମୀଯୁଗଳ: ନାବାଳିକା ମୃତ, ପ୍ରେମିକ ଗୁରୁତର...
ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ ମଗରବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁର ଶିବ ମନ୍ଦିର ପରିସରରେ ଜଣେ ନାବାଳିକା ପ୍ରେମିକା ଓ ତାଙ୍କ ପ୍ରେମିକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ଘଟଣାରେ ନାବାଳିକା ଜଣକ ପ୍ରାଣ ହରାଇଥିବା ବେଳେ, ପ୍ରେମିକ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

ସୂଚନାନୁଯାୟୀ, ଗାଁର ଶିବ ମନ୍ଦିରରେ ପୂର୍ଣ୍ଣ ଚନ୍ଦ୍ର ନାୟକ ଓରଫ ମିଥୁନ୍ ଓ ଜଣେ ନାବାଳିକା ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ, ପ୍ରେମିକ ପୂର୍ଣ୍ଣ ଚନ୍ଦ୍ର ନାୟକଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି।

ଏହି ଘଟଣାକୁ ନେଇ ନାବାଳିକାଙ୍କ ପରିବାର ଲୋକେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେମାନଙ୍କ କହିବା ଅନୁଯାୟୀ, ପୂର୍ଣ୍ଣ ଚନ୍ଦ୍ର ନାୟକ ନାବାଳିକାଙ୍କୁ ଏକତରଫା ପ୍ରେମ କରୁଥିଲେ। ସେଥିରେ ବିଫଳ ହେବା ପରେ ପୂର୍ଣ୍ଣ ଚନ୍ଦ୍ର ନାବାଳିକାଙ୍କୁ ମନ୍ଦିରକୁ ଡାକିଥିଲେ ଏବଂ ଫୁଙ୍କୁନଳୀରେ ମାଡ଼ ମାରି ହତ୍ୟା କରିଛନ୍ତି। ହତ୍ୟା ପରେ ସେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଶରଣକୁଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯିବା ସହ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ବିଭିନ୍ନ ଦିଗକୁ ନେଇ ପୋଲିସ ତଦନ୍ତ ଜାରି ରଖିଛି। ପ୍ରେମିକ ପୂର୍ଣ୍ଣ ଚନ୍ଦ୍ର ନାୟକଙ୍କ ସମ୍ପୂର୍ଣ୍ଣ ଚେତା ଫେରିବା ପରେ ହିଁ ଘଟଣାର ପ୍ରକୃତ ସତ୍ୟାସତ୍ୟ ଜଣାପଡ଼ିବ।