Extended - The Sakala

ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ହେଲା CPET ପରୀକ୍ଷା ଆବେଦନ ପାଇଁ ସମୟସୀମା
ଭୁବନେଶ୍ୱର: ପୁଣି ବଢ଼ିଲା Common PG Entrance Test (CPET) ପରୀକ୍ଷା ଆବେଦନ ପାଇଁ ସମୟସୀମା । ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ଆବେଦନର ସମୟ ସୀମା । CPET ପରୀକ୍ଷା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ମାର୍ଚ୍ଚ  ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ ନିଜର ଫର୍ମ ପୂରଣ କରିପାରିବେ। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସୟସୀମା ଅନୁସାରେ, CPET ପରୀକ୍ଷା ଆବେଦନ ପାଇଁ ମାର୍ଚ୍ଚ ୧୮ ତାରିଖ ଶେଷ ତାରିଖ ରହିଥିଲା। କିନ୍ତୁ, ଛାତ୍ରଛାତ୍ରୀମାନଙ୍କ ବୃହତ୍ତର ସ୍ୱାର୍ଥ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଆବେଦନର ସମୟସୀମାକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ ଯେ, ୨୦୨୬-୨୭ ଶିକ୍ଷାବର୍ଷରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। CPET ପ୍ରବେଶିକା ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ଛାତ୍ରଛାତ୍ରୀମାନଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚୟନ କରାଯିବ।

ଗାଡ଼ି ଚାଳକଙ୍କୁ ଆଶ୍ବସ୍ତି, ଫେବ୍ରୁଆରୀ ପହିଲାକୁ ଘୁଞ୍ଚିଲା ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା ନିଷ୍ପତ୍ତି
ଭୁବନେଶ୍ୱର: ଗାଡ଼ି ଚାଳକଙ୍କୁ ମିଳିଲା ଆଶ୍ବସ୍ତି । ଫେବ୍ରୁଆରୀକୁ ଘୁଞ୍ଚିଲା PUCC କଟକଣା ମହଲତ । ମୋଟର ଯାନର ପ୍ରଦୂଷଣ ସାର୍ଟିଫିକେଟ୍ ଯାଞ୍ଚ ନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଅନୁଧ୍ୟାନ କରି ‘ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା’ ନିଷ୍ପତ୍ତି ଲାଗୁ ନିଷ୍ପତ୍ତିକୁ ଘୁଞ୍ଚାଯାଇଛି । ପୂର୍ବରୁ ଜାନୁଆରୀରୁ ଏହା ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା । ତେବେ ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗର ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ଏହାକୁ ଫେବ୍ରୁଆରୀ ପହିଲାକୁ ଘୁଞ୍ଚାଯାଇଛି । ଏହି ଅବଧି ମଧ୍ୟରେ ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନ ଥିବା ଯାନ ମାନେ ପ୍ରଦୂଷଣ ଯାଞ୍ଚ କରାଇନେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଅବଧିକୁ ବୃଦ୍ଧି କରାଯାଇଥିବାରୁ ଜନସାଧାରଣ ବିବ୍ରତ ନ ହୋଇ ସୁବିଧାରେ ଯାଞ୍ଚ କରାଇବେ ବୋଲି ଆଶା କରାଯାଉଛି ।

ଫେବ୍ରୁଆରୀ ୧ ପୂର୍ବରୁ କୌଣସି ପେଟ୍ରୋଲ ପମ୍ପରେ କାହାକୁ ମଧ୍ୟ ପ୍ରଦୂଷଣ ସାର୍ଟିଫିକେଟ ପାଇଁ ଇନ୍ଧନ ଦେବାକୁ ମନା କରାଯାଇପାରିବ ନାହିଁ । ଏହି ସମୟରେ ପ୍ରଦୂଷଣ ସାର୍ଟିଫିକେଟ ସଂକ୍ରାନ୍ତରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି ।