Cyclone Yaas Review Meeting - The Sakala
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ଯକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକୁମେଣ୍ଟେସନ୍‌ କରିବା ପାଇଁ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାରଙ୍କ ବିଭିନ୍ନ ସଂପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ୟ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ୟ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସଂପର୍କରେ କହିଥିଲେ । ବାତ୍ୟାର ଲ୍ୟାଣ୍ଡ ଫଲ୍‌ର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ୟ୍ୟ ସଂପର୍କରେ ଡକୁମେଣ୍ଟେସନ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା ।
ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାମ କରିଥିଲା ଏବଂ ଏଥିରେ ପ୍ରାୟତଃ ସଫଳ ହୋଇଛି । ସେ କହିଥିଲେ ଯେ ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତିର କ୍ଷତି ହୋଇଛି । ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା । ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ।
କୃଷି ବିଭାଗର କ୍ଷୟକ୍ଷତି ସଂପର୍କରେ ଆଲୋକପାତ କରି ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଜେନା କହିଥିଲେ ଯେ ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି । ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ମାନଙ୍କୁ ଏହାର ପ୍ରଭାବ ସଂପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି । ଏହି ବୈଜ୍ଞନିକ ମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ସେ କହିଥିଲେ।
ବିଭାଗୀୟ ସଚିବ ମାନେ ସେମାନଙ୍କ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ଏଥିରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ ଏବଂ ଏଥିରେ ୯୯.୮ ପ୍ରତିଶତ ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି ବୋଲି ସେ କହିଥିଲେ । ୨୩୦ଟି ଗ୍ଧକ୍ସବଦ୍ଭଗ୍ଦଲକ୍ଟକ୍ସଜ୍ଞରକ୍ସ ଆଜି ସୁଦ୍ଧା ବଦଳାଯାଇ ନୂଆ ଟ୍ରାନସଫର ଲଗାଯିବ ବୋଲି ସୂଚନା ଦିଆଯାଇଥିଲା । ଶକ୍ତି ବିଭାଗର କ୍ଷୟକ୍ଷତିର ପରିମାଣ ୧୫୦ କୋଟି ଟଙ୍କା ବୋଲି ଦର୍ଶାଯାଇଥିଲା।
ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ବାତ୍ୟା ସମୟରେ ଓ ପରେ ପାନୀୟ ଜଳ ଯୋଗାଣ ଅବିରତ ଭାବେ ଜାରି ରହିଥିଲା । ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ମୂତୟନ କରାଯାଇଥିଲା। ଏହା ସାରା ଭାରତରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୂଚନା ଦିଆଯାଇଥିଲା । ମଇ ୩୧ ସୁଦ୍ଧା ସମସ୍ତ ଟ୍ୟୁବୱେଲ ଓ ପାଇପ ୱାଟର ପ୍ରକଳ୍ପର ଜଳ ଉତ୍ସ୍ୟକୁ ବିଶୋଧନ କରାଯାଇଥିଲା। ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର, ପଞ୍ଚାୟତ ରୋଡର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ।
ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ୮ଟି ସହରାଞ୍ଚଳର ୫୮ଟି ସଡକ ସହିତ ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ ଆଦି କ୍ଷତିର ସମ୍ମୁଖୀନ ହୋଇଛି। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା ବୋଲି ସୂଚନା ଦିଆଯାଇଥିଲା। ସେହିପରି, ଜଳସଂପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଓ ରାସ୍ତାରେ ହୋଇଥିବା ଘାଇ ସଂପର୍କରେ ସୂଚନା ଦିଆଯାଇଥିଲା। ସମୁଦାୟ କ୍ଷତିର ପରିମାଣ ୧୦୮ କୋଟି ଟଙ୍କା ।
ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ, ସଡକ ଗୁଡିକୁ ଗଛ କାଟି ତୁରନ୍ତ ଅବରୋଧମୁକ୍ତ କରାଯାଇଥିଲା। ୨୪୬ଟି କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଛି । କ୍ଷତିର ପରିମାଣ ୭୫ କୋଟି ଟଙ୍କା। ଗ୍ରାମ୍ୟ ଉନ୍ନୟନ ବିଭାଗ କ୍ଷତିର ପରିମାଣ ୬୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି । ଏହି ବୈଠକରି ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଆବଶ୍ୟକତା ସଂପର୍କରେ ଦୃଷ୍ଟି ଆକର୍ଣଣ କରିଥିଲେ।
ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା : ସ୍ଥାନାନ୍ତର କାର୍ଯ୍ୟକୁ ବ୍ୟକ୍ତିଗତଭାବେ ତଦାରଖ କରିବାକୁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ନିର୍ଦ୍ଦେଶ, ଭୟଭୀତ ନ ହେବାକୁ ଦେଲେ ପରାମର୍ଶ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ୟଶ୍’ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟାରେ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି । ସରକାର ସମ୍ପୂର୍ଣ୍ଣ  ପ୍ରସ୍ତୁତ  । ଆତଙ୍କିତ ନ ହେବାକୁ ପରାମର୍ଶ । ସବୁ ଜୀବନ ମୂଲ୍ୟବାନ  । ତେଣୁ ଲୋକଙ୍କୁ  ନିରାପଦ ସ୍ଥାନକୁ ସ୍ଥାନାନ୍ତର ଉପରେ ଗୁରୁତ୍ବ  । ଏହାସହ ତ୍ରୁଟିଶୂନ୍ୟ ପ୍ରସ୍ତୁତି ପ୍ରକ୍ରିୟା ସୁନିଶ୍ଚିତ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ସମୟରେ ରାଜ୍ୟ ମଧ୍ୟରେ ତଥା ରାଜ୍ୟ ବାହାରକୁ ଅକ୍ସିଜେନ୍ ଯୋଗାଣରେ ଯେପରି କୌଣସି ଅସୁବିଧା ନ ହୁଏ, ସେଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି  । ବାତ୍ୟା ଆସିବା ପୂର୍ବରୁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ହେଉଛି ତଳିଆ ଅଞ୍ଚଳରେ ଏବଂ ବିପଦସଂକୁଳ ବାସସ୍ଥାନରେ ରହୁଥିବା ଲୋକଙ୍କ ସ୍ଥାନାନ୍ତର । ଜିଲ୍ଲାପାଳ ଓ ଏସ୍‌ପିମାନେ ଏହି କାର୍ଯ୍ୟକୁ  ବ୍ୟକ୍ତିଗତ ଭାବେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ମୁଖ୍ୟ ଶାସନ ସଚିବ ଏହି ବାତ୍ୟା ପ୍ରସ୍ତୁତି କାର୍ଯ୍ୟକ୍ରମକୁ ନିୟମିତ ମନିଟରିଂ କରି ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ପରାମର୍ଶ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ବିପର୍ଯ୍ୟୟ ପରିଚାଳନା ଟିମ୍‌ ODRAF, NDRF, ରାସ୍ତା ସଫେଇ ମେସିନ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକ ସମସ୍ତ ଯନ୍ତ୍ରପାତି ପ୍ରସ୍ତୁତ ରଖିବାକୁ କହିଛନ୍ତି  । ସେହିପରି ବିଦ୍ୟୁତ ଯୋଗାଣ ଓ ଟେଲି ଯୋଗାଯୋଗ ବ୍ୟବସ୍ଥାର ପୁନଃ ସଂଯୋଗ ପାଇଁ ସମସ୍ତ ଟିମ୍‌ ଓ ଆବଶ୍ୟକ ଯନ୍ତ୍ରପାତି ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଆବଶ୍ୟକସ୍ଥଳେ ଅନ୍ୟ ରାଜ୍ୟରୁ ଅତିରିକ୍ତ ଟିମ୍‌ ଓ ଯନ୍ତ୍ରପାତି ଆଣି ମହଜୁଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ବିପର୍ଯୟ ପରିଚାଳନାରେ ଓଡିଶାର ସ୍ବତନ୍ତ୍ର ଦକ୍ଷତା ରହିଛି  । ତେବେ କୋଭିଡ ସମୟରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବ ଏବଂ ଏକ ତ୍ରୁଟିଶୂନ୍ୟ ପ୍ରସ୍ତୁତି ପ୍ରକ୍ରିୟାକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବୈଠକରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ଯୋଗଦେଇଥିଲେ  । ବାଲେଶ୍ବରରେ ୧୨୨୩ଟି ଆଶ୍ରୟସ୍ଥଳ ଚିହ୍ନଟ କରାଯାଇଥିବା ବେଳେ ଭଦ୍ରକରେ ୭୦୦ଟି, କେନ୍ଦ୍ରାପଡାରେ ୯୭୦ଟି ଓ ଜଗତସିଂହପୁରରେ ୨୨୩ଟି ଆଶ୍ରୟସ୍ଥଳ ଚିହ୍ନଟ କରି ରଖାଯାଇଛି  ।