coastal odisha - The Sakala

୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ : ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ
ଭୁବନେଶ୍ବର : ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଘନିଭୂତ ହେଉଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଅବପାତ ରୂପ ନେବା ପରେ ଛତିଶଗଡ଼ ମୁହାଁ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି।ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜି ପାଇଁ ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି। ସେହିପରି ରାଜ୍ୟର ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅରେଞ୍ଜ ଆଲର୍ଟରେ ଥିବା ଜିଲ୍ଲାଗୁଡ଼ି ହେଲା ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ବରଗଡ଼। ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାକୁ ୟେଲୋ ଅଲର୍ଟ ଜାରି କରାଯାଇଛି।

#Warning for Day-1 to Day-3
Day-4 & Day-5: No Warning pic.twitter.com/l1p9NFReRL

— Meteorological Centre, Bhubaneswar (@mcbbsr) August 13, 2022

ସେହିପରି ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ସୋନପୁର, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଦେବଗଡ ଏବଂ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି। ଉପକୂଳରେ ପ୍ରବଳ ବର୍ଷା ସହ ଝଡ ପବନ ସମ୍ଭାବନା। ଘଣ୍ଟା ପ୍ରତି ୪୫ ରୁ ୫୫ ଏବଂ ଝଟକା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ବହିବ। ସମୁଦ୍ର ଅଶାନ୍ତ ରହିବା ସହ ୪ରୁ ୬ ମିଟର ଉଚ୍ଚ ଜୁଆର ଆସିବ। ସେଥିପାଇଁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି। ଉପର ମହାନଦୀ, ତଳ ମହାନଦୀ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀରେ ବନ୍ୟା ଆଶଙ୍କା ରହିଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀରେ ଜଳ ସ୍ତର ବୃଦ୍ଧି ପାଇଛି। ମାଥାନୀଠାରେ ଜଳକା ନଦୀ ବିପଦ ସଙ୍କେତ ଉପରେ ଥିବା ବେଳେ ବୈତରଣୀ ନଦୀ ମଧ୍ୟ ଆଖୁଆପଦାରେ ବିପଦ ସଂକେତ ଟପିଛି। ଅନ୍ୟପକ୍ଷରେ ମହାନଦୀର ତଳ ମୁଣ୍ଡ ଓ ଉପମୁଣ୍ଡରେ ବର୍ଷା ହେବା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଉଛି। ଜଳ ପତ୍ତନ ବୃଦ୍ଧି ପାଉଥିବାରୁ ହୀରାକୁଦ ଡ୍ୟାମର ୩୦ଟି ଖୋଲାଯାଇଛି। ଯାହାଫଳରେ ମହାନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ସୂଚନା ଦେଇଛନ୍ତି।

ୟଶ୍ ପାଇଁ ଓଡ଼ିଶାର ସମସ୍ତ ବନ୍ଦର ଗୁଡିକ ପାଇଁ ବିପଦ ସଂକେତ-୧ ଜାରି କରାଯାଇଛି
ବଙ୍ଗୋପସାଗରରେ ବଳ ଗୋଟାଉଛି ଅବପାତ । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ଅର୍ଥାତ୍ ସୋମବାର ସକାଳ ସୁଦ୍ଧା ସାମୁଦ୍ରିକ ଘୂର୍ଣ୍ଣିଝଡ଼ ବା ବାତ୍ୟାର ରୂପ ନେବ । ଏହା ପରେ ବାତ୍ୟା ‘ୟଶ୍’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଶକ୍ତିଶାଳୀ ହୋଇ ୨୬ ତାରିଖ ସକାଳେ ଉତ୍ତରପଶ୍ଚିମ ବଙ୍ଗୋପସାଗରର ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ପହଞ୍ଚିବ । ‘ୟଶ୍’ ଅତି ଭୀଷଣ ବାତ୍ୟା ରୂପରେ ୨୬ ସନ୍ଧ୍ୟାରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

ଏବେ ଅବପାତ ପୋର୍ଟବ୍ଲେଆର୍ ଠାରୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ୫୬୦ କିଲୋମିଟର ଦୂରରେ ଥିବାବେଳେ ପାରାଦୀପ ଠାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୫୯୦ କିମି ଦୂରରେ ରହିଛି । ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୬୯୦ କିଲୋମିଟର ଏବଂ ଦୀଘା ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୬୭୦ କିଲୋମିଟର ଦୂରରେ ରହିଛି । ଆଉ କିଛି ଘଣ୍ଟା ପରେ ଏହା ଗଭୀର ଅବପାତରେ ପରିଣତ ହେବ ।

ବାତ୍ୟାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଦିଆଯାଇଛି । ଗୋପାଳପୁର, ପୁରୀ, ପାରାଦୀପ ଓ ଧାମରାରେ ୧ ନମ୍ବର ବିପଦ ସଂକେତ ରହିଛି । ବାତ୍ୟା ‘ୟଶ୍’ ପ୍ରଭାବରେ ରାଜ୍ୟରେ ୨୪ ତାରିଖରୁ ବର୍ଷା ଆରମ୍ଭ ହେବ । ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲାର ଗାଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ମୟୂରଭଞ୍ଜ, ଗଞ୍ଜାମ ଏବଂ ଢେଙ୍କାନାଳ ଜିଲ୍ଲାର ଗାଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ୨୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ତଥା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।