Pusyabhisheka Ritual - The Sakala

ଆଜି ପୌଷ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି, ଦୁର୍ଲଭ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପୁରୀ: ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି । ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହ ଦିବ୍ୟ ଦୁର୍ଲଭ ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ପୌରାଣିକ ତଥ୍ୟ ଅନୁଯାୟୀ, ମର୍ଯାଦା ପୁରୁଷୋତ୍ତମ ପ୍ରଭୁ ରାମଚନ୍ଦ୍ର ୧୪ ବର୍ଷ ବନବାସ ପରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ପୌଷ ପୂର୍ଣ୍ଣିମା ତିଥିରେ ସିଂହାସନରେ ଅଭିଷିକ୍ତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପ୍ରତିବର୍ଷ ଏହି  ପବିତ୍ର ତିଥିରେ ମହାପ୍ରଭୁଙ୍କର ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥାଏ। ପୌଷ ପୂର୍ଣ୍ଣିମା ଦିନ ସକାଳ ଧୂପ ପରେ ୧୦୮ ଗଡୁ ଘିଅ ମିଶ୍ରିତ ଜଳରେ କେବଳ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯାଏ। ଏହାପରେ ଶ୍ରୀବିଗ୍ରହମାନଙ୍କ ଅତ୍ୟନ୍ତ ଚିତ୍ତାକର୍ଷକ ସୁନାବେଶ ଅନୁଷ୍ଠିତ ହୋଇଥାଏ। ବର୍ଷକ ମଧ୍ୟରେ ହେଉଥିବା ପାଞ୍ଚଥର ସୁନାବେଶ ମଧ୍ୟରୁ ଏହି ସୁନାବେଶ ଅନ୍ୟତମ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି।

ପୌଷପୂର୍ଣ୍ଣିମା ଅବସରରେ ଶ୍ରୀଜିଉଙ୍କ ଦୁର୍ଲଭ ସୁନାବେଶ ଦର୍ଶନ କରିବା ଲାଗି ସକାଳୁ ସକାଳୁ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଛି ପ୍ରବଳ ଜନସମାଗମ । ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ପୁଲିସ୍ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି ।