Mahaprabhu Jagannath - The Sakala

ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା
ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା। ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମହାପ୍ରଭୁଙ୍କୁ ସ୍ୱାଗତ ଲାଗି ଅପେକ୍ଷାରତ ନରେନ୍ଦ୍ର ସରୋବର। ନନ୍ଦା ଓ ଭଦ୍ରା ଜଳକ୍ରୀଡ଼ା କରାଇବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ମହାପ୍ରଭୁଙ୍କ ପଥ ଚାହିଁ ରହିଛନ୍ତି।

ମହାପ୍ରଭୁଙ୍କ ସହ ଶ୍ରୀକ୍ଷେତ୍ରର ପଞ୍ଚମହାଦେବ (ଶ୍ରୀଲୋକନାଥ, ଶ୍ରୀଯମେଶ୍ୱର, ଶ୍ରୀକପାଳମୋଚନ, ଶ୍ରୀମାର୍କଣ୍ଡେଶ୍ୱର ଓ ଶ୍ରୀନୀଳକଣ୍ଠେଶ୍ୱର) ଜଳକ୍ରୀଡ଼ା କରିବେ। ତେଣୁ, ନରେନ୍ଦ୍ର ପୁଷ୍କରିଣୀରେ ଠାକୁରଙ୍କ ଜଳକ୍ରୀଡ଼ା ଦେଖିବା ଲାଗି ଭକ୍ତଙ୍କ ପ୍ରବଳ ଭିଡ଼ ହେବା ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି।

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱାରଫିଟା, ମଙ୍ଗଳ ଆଳତି, ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣୀଘର ଭୋଗ କରାଯାଇ ଅପରାହ୍‌ଣ ୧ଟାରୁ ସାଢ଼େ ୨ଟା ମଧ୍ୟରେ ଯାତଭୋଗ ଓ ମଧ୍ୟାହ୍ନ ଧୂପ (କେବଳ କୋଠଭୋଗ) ସରିବ। ଅପରାହ୍‌ଣ ୩ଟାରେ ଦ୍ୱାଦଶ ଯାତ୍ରା ବନ୍ଦାପନା ପରେ ଅପରାହ୍‌ଣ ସାଢ଼େ ୩ଟାରୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଏବଂ ପଞ୍ଚମହାଦେବ ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀକୁ ଯିବେ। ଚାପ ଖେଳି ସାରି ରାତି ୧୦ଟାରେ ଠାକୁର ଶ୍ରୀମନ୍ଦିରକୁ ବାହୁଡ଼ିବା ଲାଗି ନିଷ୍ପତ୍ତି ହୋଇଛି। ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ କରାଯାଇଛି। ଚନ୍ଦନ ମଣ୍ଡପକୁ ରଙ୍ଗ କରାଯାଇଛି। ଚନ୍ଦନ ଚକଡ଼ାକୁ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି। ନନ୍ଦା ଓ ଭଦ୍ରା ଚାପ ଏବଂ ବୈଜୟନ୍ତୀ ଡଙ୍ଗାର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ବେଳେ ସୋମବାର ଚାପରେ କନା ପଡ଼ିବ ଓ ହଂସ ଲଗାଯିବ।

ସେହିପରି ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସରିଛି। ମହାପ୍ରଭୁ ଚନ୍ଦନ ପୁଷ୍ପରିଣୀକୁ ଯିବା ଏବଂ ପୁଷ୍କରିଣୀ ନିକଟରେ ଶାନ୍ତିଶୃଙ୍ଖଳା ପାଇଁ ୫ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ ରହିବେ। ଜଣେ ଅତିରିକ୍ତ ଏସ୍‌ପି, ୫ଜଣ ଡିଏସ୍‌ପି, ୮ଜଣ ଇନ୍ସପେକ୍ଟର୍‌ ଓ ୨୦ ଜଣ ଏଏସ୍‌ଆଇ/ଏସ୍‌ଆଇଙ୍କ ସମେତ ୫୮ ଜଣ ହୋମ୍‌ଗାର୍ଡ ଉପସ୍ଥିତ ରହିବେ। ସେହିପରି ଭିଡ଼ର ସୁଯୋଗ ନେଇ ଲୁଟେରାମାନେ ଲୁଟ୍‌ପାଟ୍‌, ପକେଟ୍‌ମାର କରିବା ସମ୍ଭାବନା ରହିଛି। ଏଥିପ୍ରତି ମଧ୍ୟ ସତର୍କତା ଅବଲମ୍ବନ କରିଛି ପୁଲିସ।

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦରହିବ ସର୍ବସାଧାରଣ ଦର୍ଶନ
ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଭକ୍ତଙ୍କ ପାଇଁ ଆଜି ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ମାଘକୃଷ୍ଣ ଚତୁର୍ଥୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ଅପରାହ୍‌ଣ ୫ଟାରୁ ରାତି ୧୦ଟା ପ୍ରାୟ ୫ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥା’ନ୍ତି। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।