BasantDas - The Sakala

ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ପରଲୋକ; ମୁଖ୍ୟମନ୍ତ୍ରୀ ଓ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କ ଶୋକ
ଭୁବନେଶ୍ୱର: କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ । ୮୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କୋଭିଡରେ ଆକ୍ରାନ୍ତ ହୋଇ ହୋମ୍ ଆଇେସୋଲେସନରେ ଥିଲେ । ୩ଦିନ ତଳେ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି।

ଓଡିଶା ସମ୍ବାଦିକତା କ୍ଷେତ୍ରରେ ୫ ଦଶନ୍ଧୀ ଧରି ସକ୍ରିୟ ଭାବେ କାର୍ଯ୍ୟ କରିଆସୁଥିଲେ ସାମ୍ବାଦିକଙ୍କ ମହଲରେ ପରିଚିତ ବସନ୍ତ ଭାଇ। ଓଡିଶା ରାଜନୀତି ଓ ସମ୍ବାଦିକତାକୁ ନେଇ ଅନେକ ବହି ମଧ୍ୟ ଲେଖିଛନ୍ତି ସେ । ‘ଜେ ଦେଶ ଯାଇ ସେ ଫଲ୍ ଖାଏ’ ପୁସ୍ତକ ତାଙ୍କରି ଅବଦାନ । ଏଥିପାଇଁ ସେ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ । ଅମ୍ରିତ ବଜାର ପତ୍ରିକାର ବ୍ୟୁରୋ ମୁଖ୍ୟ ଭାବେ କାର୍ଯ୍ୟ କରି ୧୯୯୬ରେ ଅବସର ନେଇଥିଲେ । ୧୯୬୫ରୁ ସାମ୍ବାଦିକତା ବୃତ୍ତି ଆରମ୍ଭ କରିଥିଲେ ସ୍ବର୍ଗତ ବସନ୍ତ ଦାସ । ତାଙ୍କ ବିୟୋଗରେ ସାମ୍ବାଦିକତା ଜଗତରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ରାଜନୈତିକ ଦଳର ନେତା ବସନ୍ତଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର ତଥା ଲେଖକ ବସନ୍ତ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଶୋକପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି।

— CMO Odisha (@CMO_Odisha) May 29, 2021

ଏଥିସହିତ ରାଜ୍ୟର ଏହି ବରିଷ୍ଠ ସାମ୍ୱାଦିକଙ୍କ ଦେହାନ୍ତରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି ଓ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି।

ବିଶିଷ୍ଠ ସାମ୍ବାଦିକ ତଥା ସ୍ତମ୍ଭକାର ବସନ୍ତ ଦାସଙ୍କର ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ। ସେ ଓଡିଶା ସାହିତ୍ୟ ଓ ସାମ୍ବାଦିକ ଜଗତରେ ପାଞ୍ଚ ଦଶନ୍ଧି ଧରି ସକ୍ରିୟ ଥିଲେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ସଦସ୍ୟଙ୍କୁ ମୋର ସମବେଦନା ଜଣାଉଛି। ଓମ ଶାନ୍ତି !

— Manas Mangaraj (@manasrmangaraj) May 29, 2021