head lice - The Sakala

୧୨ ବର୍ଷିୟା ନାବାଳିକାର ଜୀବନ ନେଇଗଲା ଉକୁଣୀ
ଗୋପ: ଉକୁଣୀ ନେଲା ନାବାଳିକାର ଜୀବନ । ପୁରୀ ଜିଲ୍ଲା ବଳଙ୍ଗା ଥାନା ଚମ୍ପାଗଡ଼ ସାହିର ୧୨ ବର୍ଷିୟା ନାବାଳିକା ଲକ୍ଷ୍ମୀପ୍ରିୟା ସାହୁଙ୍କ ଜୀବନ ନେଇଛି ଉକୁଣୀ । ଲକ୍ଷ୍ମୀପ୍ରିୟା ସ୍ଥାନୀୟ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀରେ ପଢୁଥିଲେ । କିଛି ମାସ ତଳେ ତାଙ୍କ ମୁଣ୍ଡରେ ମାତ୍ରାଧିକ ଉକୁଣୀ ହୋଇଥିଲା । ଅନେକ ପ୍ରତିକାର କରିବା ସତ୍ତ୍ୱେ ଭଲ ହୋଇନଥିଲା । ଫଳରେ ମା’ ସତ୍ୟଭାମା ସାହୁ ତାଙ୍କୁ ଲଣ୍ଡା ହେବାକୁ କହିଥିଲେ। ହେଲେ ଝିଅ ଲକ୍ଷ୍ମୀପ୍ରିୟା ରାଜି ହୋଇନଥିଲେ । ଏହାରି ଭିତରେ ଉକୁଣୀଗୁଡ଼ିକ ଖପୁରୀକୁ ଆକ୍ରାନ୍ତ କରିଥିଲେ । ମୁଣ୍ଡରୁ ଦୁର୍ଗନ୍ଧ ବାହାରିବାରୁ ଲକ୍ଷ୍ମୀପ୍ରିୟା ବାହାରକୁ ବାହାରିବା ବନ୍ଦ କରି ଦେଇଥିଲେ । ମୁଣ୍ଡରେ ଚୁଟି ରହୁଥିବାରୁ ପରିବାର ଲୋକେ କିଛି ଜାଣି ପାରିନଥିଲେ । ୩ ଦିନ ତଳେ ହଠାତ୍ ତାଙ୍କର ରକ୍ତବାନ୍ତି ହେବା ପରେ ପରିବାର ଲୋକେ ଲକ୍ଷ୍ମୀପ୍ରିୟାକୁ ପୁରୀ ମେଡିକାଲକୁ ନେଇଥିଲେ। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ଦିନ ରାତିରେ ଲକ୍ଷ୍ମୀପ୍ରିୟାଙ୍କ ମୃତ୍ୟୁ ଘଟିଥିଲା।