+2 - The Sakala

ମୁଖ୍ୟମନ୍ତ୍ରୀଙ୍କ ବଡ଼଼ ଘୋଷଣା; ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ବର: ରାଜ୍ଯରେ ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା । ସାରା ଦେଶରେ କୋଭିଡ ମହାମାରୀର ଦ୍ବାତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି। ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା । କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା ।ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ । ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ,ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।