Oxygen Plant - The Sakala

୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ଲହରର ପ୍ରଭାବ ଧୀରେ ଧୀରେ ଅପସରି ଯାଉଥିବା ବେଳେ ଖୁବଶୀଘ୍ର ତୃତୀୟ ପ୍ରବାହ ଆସିବା ନେଇ ଆଶଙ୍କା ରହିଛି । ଏଭଳି ସ୍ଥିତିରେ କରୋନା ମୁକାବିଲାକୁ ରାଜ୍ୟ ସରକାର ଜୋରଦାର କରିବା ସହ ସ୍ୱାସ୍ଥ୍ୟ ସୁରକ୍ଷାକୁ ଅଗ୍ରାଧିକାରୀ ଦେଉଛନ୍ତି । ଏହିକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ୍ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ।

ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା ଜିଲ୍ଲାରେ ଏ ନେଇ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍‌ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ । ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍‌ପିଟାଲରେ ଅକ୍ସିଜେନ୍ ପାଇପ ସଂଯୁକ୍ତ କୋଭିଡ ୱାର୍ଡ, ପାଲଲହଡ଼ା ଉପଖଣ୍ଡ ହସ୍‌ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅକ୍‌ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍‌ ୱାର୍ଡ, ଓ ତା’ ସହିତ ଦେବଗଡ ରାଜମୁଣ୍ଡାସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟୀକା ଭଣ୍ଡାର ଗୃହର ଉଦ୍‌ଘାଟନ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା । ଜଣେ ବି କୋଭିଡ ରୋଗୀ ଯେପରି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସମସ୍ତ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀମାନଙ୍କୁ ପୁଣିଥରେ ଧନ୍ୟବାଦ ଦେଇଥିଲେ। ସେ ଆହୁରି କହିଛନ୍ତି ଯେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଏହାସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହାଦ୍ୱାରା କୋଭିଡ ବିରୋଧରେ ଆମର ଲଢେଇ ଆହୁରି ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ସାଂସଦ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

୮ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, କରୋନାର ତୃତୀୟ ଲହର ପ୍ରତି ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି । ଏହାସହିତ ବ୍ରହ୍ମପୁର ସିଟି ହସ୍‌ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍‌ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍‌ରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍‌ରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଦ୍ବିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି । ତା ସହିତେ କେତେକ ରାଜ୍ୟରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ଆମର ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ମତ ପ୍ରକାଶ କରିଛନ୍ତି।

ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରଙ୍କ ପ୍ରସ୍ତୁତି, ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ହିଁ ଆମେ ଏ ଲଢେଇ ଜିତିପାରିବା ।

କୋଭିଡ ନିୟମ ପାଳନ ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଜନସାଧାରଣଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍‌ ଟୀକା ଦିଆଯାଇସାରିଲାଣି । ଜୀବନ ସହିତ ଜୀବିକା ଉପରେ ସେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବରୁ ୧୫ଟି ଜିଲ୍ଲାରେ LMO ଓ PSA plant ପାଇଁ କାମ ଆରମ୍ଭ ହୋଇଥିବା ବେଳେ, ଆଜି ଆଉ ୮ଟି ଜିଲ୍ଲାରେ ଏହିସବୁ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖାଗଲା । ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବାରେ ରାଜ୍ୟ ସରକାରଙ୍କ ଏହି ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ।

ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ବ୍ରହ୍ମପୁର ଠାରେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ଗଞ୍ଜାମ ପାଇଁ ଏକ ସୌଭାଗ୍ୟର ଦିନ। ଗଞ୍ଜାମ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସେ ଆଲୋକପାତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଶ୍ରୀ ଅଚ୍ୟୁତ ସାମନ୍ତ, ନବରଂଗପୁର ସାଂସଦ ଶ୍ରୀ ରମେଶଚନ୍ଦ୍ର ମାଝୀ ଓ କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀଭୂଷଣ ବେହେରା ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଅକ୍ସିଜେନ୍ ପ୍ଳାଣ୍ଟ ସହ ICU ଗୃହ ଉଦ୍‌ଘାଟିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: କରୋନା ମୁକାବିଲା ଦିଗରେ ଆଉ ପାଦେ ଆଗେଇଲା ରାଜ୍ୟ । ବାରିପଦାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ନୂତନ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଭଳି ସୁନ୍ଦରଗଡ଼ କୋଭିଡ ଚିକିତ୍ସାଳୟରେ ଟ୍ରୁନାଟ୍ ପରୀକ୍ଷାଗାର, ଝାରସୁଗୁଡ଼ା, ମୟୂରଭଂଜରେ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ ହୋଇଛି । ଭଦ୍ରକ, ସୁନ୍ଦରଗଡ଼, ପୁରୀ, ଜଗତସିଂହପୁର, ସୋନପୁରରେ ମଧ୍ୟ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ନୟାଗଡ଼ ଚାନ୍ଦପୁରରେ ବସନ୍ତ ମଞ୍ଜରୀ ଚିକିତ୍ସାଳୟର ଶିଳାନ୍ୟାସ ସହ ନୟାଗଡରେ ୬ଶଯ୍ୟା ବିଶିଷ୍ଟ ICU ଗୃହକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଶିଳାନ୍ୟାସ ହୋଇଥିବା ଏହି ଅକ୍ସିଜେନ ପ୍ଲାଣ୍ଟ ପାଇଁ ବିଭିନ୍ନ ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀମାନେ ଆବଶ୍ୟକ ମୁତାବକ ଅକ୍ସିଜେନ ପାଇପାରିବେ । ଏଠାରେ ଦୁଇ ପ୍ରକାର ଅକ୍ସିଜେନ ସୁବିଧା ମିଳିପାରିବ । ବାରିପଦାର ପିଆରଏମ୍ ହସ୍ପିଟାଲରେ ଉପସ୍ଥିତ ଥିଲେ ମନ୍ତ୍ରୀ ପ୍ରତାପ ଜେନା । ମନ୍ତ୍ରୀଙ୍କ ସହିତ ବିଧାୟକ, ସାଂସଦ, ଜିଲ୍ଲାପାଳ ଓ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଓ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

ରାଜ୍ୟର ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍‌ସିଜେନ ପ୍ଲାଣ୍ଟ ଏବଂ ୭ଟି PSA ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡ, ରକ୍ତ ବର୍ଗୀକରଣ ୟୁନିଟ, କଟକରେ ଫୁସଫୁସ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଏବଂ ନବରଙ୍ଗପୁରରେ ଏକ RT-PCR ଟେଷ୍ଟ ଲାବୋରେଟୋରୀର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନାର ଦ୍ବିତୀୟ ଲହରୀରେ ମେଡିକାଲ ଅକ୍‌ସିଜେନର ଆବଶ୍ୟକତା ବହୁତ ବଢିଯାଇଥିଲା। ଏହି ସମୟରେ ଓଡିଶାରେ ଅକ୍‌ସିଜେନ ଯୋଗାଣ ନେଇ କୌଣସି ସମସ୍ୟା ହୋଇନାହିଁ । ନିଜର ଆବଶ୍ୟକତାକୁ ପୂରଣ କରିବା ସହ ଓଡିଶା ୧୭ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ରକ୍ଷା କରିପାରିଛି । ଓଡିଶା ପାଇଁ ଏହା ନିଶ୍ଚିତ ଭାବରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହିତ ପ୍ରତ୍ୟେକ ଓଡିଆଙ୍କ ପାଇଁ ଏହା ଆତ୍ମସନ୍ତୋଷର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅକ୍‌ସିଜେନର ଉତ୍ପାଦନ ଠାରୁ ଆରମ୍ଭ କରି ରୋଗୀକୁ ସେବା ଯୋଗାଇ ଦେବା ପର୍ଯ୍ୟନ୍ତ ବ୍ୟବସ୍ଥା ଏକ ଜଟିଳ ପ୍ରକ୍ରିୟା । ଏଥିରେ ବହୁତ ଯନ୍ତ୍ରପାତି, ଯାନବାହାନ, ନିରନ୍ତର ତଦାରଖ ଏବଂ ଅନ୍ୟାନ୍ୟ ବ୍ୟବସ୍ଥାର ଆବଶ୍ୟକତା ଜରୁରୀ। ଓଡିଶାକୁ ଆମେ ଦେଶର ବିଭିନ୍ନ ସ୍ଥାନରୁ ଏପରିକି ଚୀନ୍‌ରୁ ମଧ୍ୟ ଅକ୍‌ସିଜେନ ସିଲିଣ୍ଡର ଆଣି ଆମର ବ୍ୟବସ୍ଥାକୁ ସୁଦୃଢ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କରୋନା ଭୂତାଣୁ ସଂକ୍ରମଣର ଅନିଶ୍ଚିତ ଗତି ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ଠାରୁ ହିଁ ଆମକୁ ପ୍ରସ୍ତୁତ ରହିବାକୁ ହେବ। ଏଥିପାଇଁ ଆମର ସ୍ବାସ୍ଥ୍ୟ ଭିତ୍ତିଭୂମି, ସ୍ବାସ୍ଥ୍ୟ କର୍ମଚାରୀ ଓ ପ୍ରଶିକ୍ଷଣ ବ୍ୟବସ୍ଥାକୁ ଗୁରୁତ୍ବ ଦେଇ କାମ କରାଯାଉଛି । ଆଜିର ନୂଆ ବ୍ୟବସ୍ଥା ଗୁଡିକ ଲୋକଙ୍କୁ ଖୁବଶୀଘ୍ର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ଏହିସବୁ ଭିତ୍ତିଭୂମି ପାଇଁ କର୍ପୋରେଟ କ୍ଷେତ୍ରର ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।