Unlock Process - The Sakala

ଆସନ୍ତାକାଲିଠୁ ଦିଲ୍ଲୀରେ ଆରମ୍ଭ ହେବ ଅନଲକ୍-୩
ଭାରତର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଆରମ୍ଭ ହୋଇଯାଇଛି ଅନଲକ୍ ପ୍ରକ୍ରିୟା । କରୋନା ସ୍ଥିତିରେ ଅନେକ ସୁଧାର ଆସିଥିବା ବେଳେ ପର୍ଯ୍ୟାୟ କ୍ରମେ ଅନଲକ ପ୍ରକ୍ରିୟା ଜାରି ରଖିଛନ୍ତି ଦିଲ୍ଲୀ ସରକାର । ପୂର୍ବରୁ ଲକ୍ଡାଉନ କଟକଣାରେ କିଛିଟା କୋହଳ ହୋଇଥିବା ବେଳେ ଆସନ୍ତାକାଲିଠୁ ଆରମ୍ଭ ହେବ ଅନଲକ୍-୩ । ଏହି ପର୍ଯ୍ୟାୟରେ ଅଡ୍-ଇଭିନ୍ ପରିବର୍ତ୍ତେ ସମସ୍ତ ମଲ ଓ ବଜାର ଖୋଲିବାକୁ ଅନୁମତି ମିଳିଛି । ସକାଳ ୧୦ଟାରୁ ରାତି ୮ଟା ପର୍ଯ୍ୟନ୍ତ ସବୁ ଦୋକାନ ବଜାର ଖୋଲିବାକୁ ଅନୁମତି ଦିଆଯାଇଛି । ୫୦ ପ୍ରତିଶତ ସିଟିଂ କାପାସିଟିରେ ରେଷ୍ଟୁରାଣ୍ଟ ଖୋଲିବ । ଆଗାମୀ ସପ୍ତାହକୁ ଟ୍ରାଏଲ ବେସିସରେ ଅନଲକ୍ କରିବାକୁ ସରକାର ଯୋଜନା କରିଛନ୍ତି । ସରକାରୀ ଅଫିସରେ ଶତ ପ୍ରତିଶତ ଅଧିକାରୀ ଓ ୫୦ ପ୍ରତିଶତ କର୍ମଚାରୀରେ କାମ ହେବ । ପ୍ରାଇଭେଟ ଅଫିସ ୫୦ପ୍ରତିଶତ କର୍ମଚାରୀରେ ଚାଲିବାକୁ ଅନୁମତି । ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଅଫିସ ଖୋଲିବ । ହେଲେ ଏବେ ବି ସ୍କୁଲ, କଲେଜ, କୋଚିଂ ସେଣ୍ଟର ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବାକୁ ଅନୁମତି ଦିଆଯାଇଛି । ସମସ୍ତ ସାମାଜିକ, ଧାର୍ମିକ ଓ ରାଜେନୖତିକ ସଭାସମିତି ବନ୍ଦ ରହିବ । ଧର୍ମିକ ସ୍ଥଳ ଖୋଲିବ, ହେଲେ ସାଧାରଣ ଲୋକଙ୍କ ଯିବାଆସିବା ଉପରେ କଟକଣା ଲଗାଯାଇଛି । ଜିମ୍, ପାର୍କ, ଯୋଗ ସେଣ୍ଟର ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦରହିବ । ମେଟ୍ରୋ ଓ ପବ୍ଲିକ ଟ୍ରାନ୍ସପୋର୍ଟ ୫୦ପ୍ରତିଶତ ସିଟିଂ କାପାସିଟିରେ ଚାଲିବ ।…..

ରାଜ୍ୟରେ କୋଭିଡ଼ ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ପର୍ଯ୍ୟାୟକ୍ରମେ ହେବ ‘ଅନଲକ୍‍’ ପ୍ରକ୍ରିୟା
ଭୁବନେଶ୍ୱ: କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ପର୍ଯ୍ୟାୟକ୍ରମେ ଲାଗୁ ହେବ ଅନଲକ୍‍ ପ୍ରକ୍ରିୟା। ରାଜ୍ୟର ୧୨ ଜିଲାରେ ସଂକ୍ରମଣ ହାର ୫%ରୁ କମ୍‍କୁ ହ୍ରାସ ପାଇଛି। ସେହିପରି ଅନ୍ୟ ଜିଲାଗୁଡ଼ିକରେ ମଧ୍ୟ ସଂକ୍ରମଣ ହାର କମୁଛି। ଏହାକୁ ଦୃଷ୍ଟିରେ ରଖି ‘ଅନଲକ୍‍’ ନିମନ୍ତେ ପଦକ୍ଷେପ ନିଆଯିବ। ସଂକ୍ରମଣ ଶିକୁଳି ଭାଙ୍ଗିବା ଲାଗି ସରକାର ‘ଲକଡ଼ାଉନ’ ଘୋଷଣା କରିଛନ୍ତି। ଏବେ ତୃତୀୟ ପର୍ଯ୍ୟାୟ ଲକଡ଼ାଉନ ଆସନ୍ତା ୧୭ ତାରିଖରେ ଶେଷ ହେବ। ଏହି ସ୍ଥିତିରେ ଲୋକଙ୍କ ଜୀବନଜୀବିକାକୁ ଦୃଷ୍ଟିରେ ରଖି ‘ଅନଲକ୍‍’ ପ୍ରକ୍ରିୟା ଆରମ୍ଭ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ରାଜ୍ୟର କୋଭିଡ଼ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କାଳରେ ଏଥିନେଇ ପଦକ୍ଷେପ ଗ୍ରହଣ କରିବାକୁ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ତେବେ ସମ୍ଭାବ୍ୟ ତୃତୀୟ ଲହର ନିମନ୍ତେ ଏବେଠାରୁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ବିପର୍ଯ୍ୟୟ ମୁକାବିଲା ହେଉ ବା ମହାମାରୀ, ସବୁ କ୍ଷେତ୍ରରେ ଆଗୁଆ ପଦକ୍ଷେପ ଗ୍ରହଣ କରି ସାରା ଦେଶରେ ଉଦାହରଣୀୟ ହୋଇଛି ଓଡ଼ିଶା। କରୋନା ପ୍ରଥମ ଲହର କାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦର୍ଶିତା ଯୋଗୁଁ ଓଡ଼ିଶା ଯେପରି ମୁକାବିଲାରେ ସଫଳତା ଅର୍ଜନ କରିଥିଲା, ଦ୍ୱିତୀୟ ଲହରରେ ମଧ୍ୟ ଅନୁରୂପ ସଫଳତା ପାଇଛି। ଏହି ପରିପ୍ରେକ୍ଷୀରେ ସମ୍ଭାବ୍ୟ ତୃତୀୟ ଲହର ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଆଗୁଆ ପ୍ରସ୍ତୁତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଯୋଗେ ରାଜ୍ୟର କୋଭିଡ଼ ସ୍ଥିତି ଅନୁଧ୍ୟାନ ସହ ତୃତୀୟ ଲହର ନିମନ୍ତେ ପ୍ରସ୍ତୁତ ରହିବା ନିମନ୍ତେ ସ୍ୱାସ୍ଥ୍ୟ ପ୍ରଶାସନ ଓ ରାଜ୍ୟର ବରିଷ୍ଠ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି। ତୃତୀୟ ଲହର ଆସିବା ପୂର୍ବରୁ ସମସ୍ତଙ୍କ ଟିକାକରଣ କରିବା, ଦୈନିକ ୩ ଲକ୍ଷ ଡ଼ୋଜ୍‍ ଟିକାଦେବାକୁ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି। ଅନୁରୂପ ଭାବରେ ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁମାନେ ପ୍ରଭାବିତ ହେବା ନେଇ ବିଶେଷଜ୍ଞମାନେ ମତ ଦେଉଥିବାରୁ ଏବେଠାରୁ ଏଥିପାଇଁ ପ୍ରସ୍ତୁତ ରହିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର କୋଭିଡ଼ ପରିସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ ଦ୍ୱିତୀୟ ଲହର ପ୍ରଭାବରୁ ଆମେ ଏବେ ମଧ୍ୟ ସଂପୂର୍ଣ୍ଣ ମୁକ୍ତ ହୋଇନାହୁଁ। ତା ସହିତ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ ଆମକୁ ଅଧିକ ସତର୍କତା ଅବଲମ୍ୱନ କରିବାକୁ ହେବ। ଏଥିପାଇଁ କୋଭିଡ ନିୟମାବଳୀକୁ ଆହୁରି କଡାକଡି ଭାବରେ ପାଳନ କରିବା ପାଇଁ ସେ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବ୍ଲାକ ଫଙ୍ଗସ୍‍ ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଏନେଇ ଉଦ୍‍ବେଗ ପ୍ରକାଶ କରିବା ସହ ସେଥିପାଇଁ ଆବଶ୍ୟକ ଔଷଧ ମହଜୁଦ ରଖିବା ଏବଂ ଆବଶ୍ୟକ ସ୍ଥଳେ ଜରୁରୀ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ଅକ୍‍ସିଜେନ ଯୋଗାଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ସିଲିଣ୍ଡର ଉପଲବ୍‍ଧତାରେ ଉନ୍ନତି ଘଟିଛି ବୋଲି କହିଛନ୍ତି। ବର୍ତ୍ତମାନ ରାଜ୍ୟରେ ଲକ୍‍ଡାଉନ ଜାରି ରହିଛି। କିନ୍ତୁ ଯେଉଁ ଜିଲ୍ଲା ଗୁଡିକରେ ସଂକ୍ରମଣ ହାର କମୁଛି, ସେଠାରେ ପର୍ଯ୍ୟାୟକ୍ରମେ ଅନ୍‍-ଲକ୍‍ ପ୍ରକ୍ରିୟା ଆରମ୍ଭ କରିବା ବିଷୟ ସରକାରଙ୍କ ବିଚରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ରାଜ୍ୟରେ କୋଭିଡ ସଂକ୍ରମଣରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ହାର୍‍ ହ୍ରାସ ପାଇଥିବାରୁ ଆଶ୍ୱସ୍ତି ପ୍ରକାଶ କରିବା ସହ ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ଆଶାପ୍ରକାଶ କରିଛନ୍ତି। ତଥାପି କେତେକ ଜିଲ୍ଲାରେ ପଜିଟିଭିଟ୍‍ ହାର ଅଧିକ ଥିବାରୁ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାସହିତ ବର୍ତ୍ତମାନ ଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ସଚେନତତା ସହିତ ତାର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି।

ଅନ୍ୟପକ୍ଷରେ ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଧ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତୃତୀୟ ଲହର ପାଇଁ ଗଠିତ ଟେକ୍ନିକାଲ ଟାସ୍କଫୋର୍ସ କମିଟିର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି ସହ ବର୍ତ୍ତମାନ ରାଜ୍ୟରେ ଦୈନିକ ଟିକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ। ଏହାସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍‍, ୨୩୯୦ ଆଇସୋଲେସନ ବେଡ, ୬୧୦ ଆଇସିୟୁ ବେଡ ପ୍ରସ୍ତୁତ ରଖାଯାଇଛି ବୋଲି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ପି.କେ ମହାପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ୮୬% କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮% ବେଡ ଖାଲି ରହିଛି। ରାଜ୍ୟରେ ଅକ୍‍ସିଜେନ ଯୋଗାଣ ଠାରୁ ଆରମ୍ଭ କରି ସମସ୍ତ ଆବଶ୍ୟକ ଔଷଧ ପର୍ଯ୍ୟାପ୍ତ ରହିଛି। ଏହାସହିତ ଜୁନ୍‍ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ ସେରୋ ସର୍ଭେ ଆରମ୍ଭ କରାଯିବ ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ।

ଏହି ଅବସରରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ବାତ୍ୟା ପ୍ରଭାବିତ ଅଞ୍ଚଳରେ କୋଭିଡ ସଂକ୍ରମଣରେ କୌଣସି ବୃଦ୍ଧି ଘଟି ନ ଥିବା ଆଶ୍ୱସ୍ତିର ବିଷୟ। ରାଜ୍ୟରେ ପଜିଟିଭିଟି ହାର କମି ଥିବାରୁ ଆଇସିୟୁ ଓ ଅକ୍‍ସିଜେନ ସଂଯୁକ୍ତ ବେଡ୍‍ ଉପରେ ଚାପ ହ୍ରାସ ପାଇଛି। ଖୁବଶୀଘ୍ର ସଂକ୍ରମଣ ୫ ପ୍ରତିଶତକୁ ହ୍ରାସ ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ଅଧିକ ସଂକ୍ରମଣ ହାର ଥିବା ରାୟଗଡା, ଯାଜପୁର, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ତଥା ଭୁବନେଶ୍ୱର ଓ କଟକ ମୁନିସ୍‍ପାଲ କମିଶନର ମାନଙ୍କ ସହିତ ସ୍ଥାନୀୟ ପରିସ୍ଥିତି ସଂପର୍କରେ ପଚାରି ବୁଝିଥିଲେ। ଅନ୍ୟପକ୍ଷରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍‍ ଟିକା ଦିଆଯାଇଛି ଏବଂ ଟିକାକରଣ କ୍ଷେତ୍ରରେ ଭୁବନେଶ୍ୱର ସବୁଠାରୁ ଆଗରେ ରହିଛି ବୋଲି ବୈଠକରେ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି। ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ୱରରେ ୪୫ ବର୍ଷରୁ ଉର୍ଧର ସବୁ ଲୋକଙ୍କର ଦୁଇଟି ଡୋଜ ଟିକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହୋଇଯିବ ବୋଲି ମଧ୍ୟ ସୂଚନା ଦିଆଯାଇଛି। ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, ପୁଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକମାନେ ଯୋଗ ଦେଇଥିଲେ।