Summer Guideline - The Sakala

ଏପ୍ରିଲରୁ ଶ୍ରମିକଙ୍କ ପାଇଁ ଗ୍ରୀଷ୍ମ ମାର୍ଗଦର୍ଶିକା: ଦିନ ୧୧ଟାରୁ ୩ଟା କାମ ବନ୍ଦ
ଭୁବନେଶ୍ୱର: ରୌଦ୍ରତାପ ବୃଦ୍ଧି ପାଉଥିବା ଦୃଷ୍ଟିରୁ ପ୍ରଚଣ୍ଡ ଖରାରେ କାର୍ଯ୍ୟରତ ଶ୍ରମିକଙ୍କୁ ଅଂଶୁଘାତରୁ ରକ୍ଷା କରିବା ପାଇଁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ବିହିତ ପଦକ୍ଷେପ ନେବାକୁ ସମସ୍ତ ରାଜସ୍ୱ କମିଶନର, ଜିଲ୍ଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହାଦ୍ୱାରା ଓଡ଼ିଶା ସରକାରଙ୍କ ସମସ୍ତ ବିଭାଗ ତଥା ଓଡ଼ିଶାରେ ଥିବା ଭାରତ ସରକାରଙ୍କ ସମସ୍ତ ବିଭାଗ, ବେସରକାରୀ ନିଯୁକ୍ତିଦାତା, ସମସ୍ତ ବାଣିଜ୍ୟ ଓ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର ମାଲିକ ଏବଂ ଠିକାଦାରଙ୍କ ଅଧିନରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ଚଳିତ ଏପ୍ରିଲ ୧ରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାର୍ଯ୍ୟରେ ନ ଲଗାଇବାକୁ ବ୍ୟବସ୍ଥା ଗ୍ରହଣ କରିବା ସହ ଆବଶ୍ୟକ ସ୍ଥଳେ କାର୍ଯ୍ୟନିର୍ଘଣ୍ଟର ସମୟ ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଜରୁରୀ ସେବା ସହ ଜଡ଼ିତ ଯେଉଁଥିରେ କି ଶ୍ରମିକଙ୍କୁ ଉପରୋକ୍ତ ସମୟ ପାଇଁ ବିଶ୍ରାମ ଦିଆଯାଇପାରିବ ନାହିଁ, ତେବେ ନିଯୁକ୍ତିଦାତା ଶ୍ରମିକଙ୍କୁ ସମ୍ଭାବ୍ୟ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ପାଇଁ ସତର୍କମୂଳକ ପଦକ୍ଷେପ ଗ୍ରହଣ କରିବେ। ଶୀତଳ ପାନୀୟ ଜଳର ସୁବ୍ୟବସ୍ଥା, ଛାୟା ପ୍ରଦାନ ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା ପାଇଁ ଡାକ୍ତରୀ ଚିକିତ୍ସା ବ୍ୟବସ୍ଥା ଏବଂ ପ୍ରତ୍ୟେକ ଶ୍ରମିକଙ୍କ ପାଇଁ ଓଆର୍‌ଏସ୍‌. ପ୍ୟାକେଟର ବ୍ୟବସ୍ଥା କରିବା ବାଧ୍ୟତାମୂଳକ। ଜିଲ୍ଲା ଚିକିତ୍ସାଧିକାରୀ, ଉପମଣ୍ଡଳ ଚିକିତ୍ସାଧିକାରୀ, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, କମ୍ୟୁନିଟି ହେଲଥ ସେଣ୍ଟର ଗୁଡ଼ିକର ଚିକିତ୍ସାଧିକାରୀ ଓ କର୍ମଚାରୀ ରାଜ୍ୟ ବୀମା ଯୋଜନା ଅଧୀନସ୍ଥ ଚିକିତ୍ସାଳୟଗୁଡ଼ିକର ଚିକିତ୍ସାଧିକାରୀଙ୍କୁ ପ୍ରଚଣ୍ଡ ରୌଦ୍ରତାପ ଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗୀଙ୍କର ତତ୍‌ ସମ୍ୱନ୍ଧୀୟ ରୋଗର ଚିକିତ୍ସା ପାଇଁ ସତର୍କ ରହିବାକୁ ସତର୍କ କରାଯାଇଛି।