Happy Utkal Divas - The Sakala

ଆଜି ଉତ୍କଳ ଦିବସ, ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ
ଆଜି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶାକୁ ୧୯୩୬ ମସିହା ଆଜିର ଦିନରେ ମାନ୍ୟତା ମିଳିଥିଲା। ସମୟକ୍ରମେ ଖଣ୍ଡବିଖଣ୍ଡିତ ଅବସ୍ଥାରେ ପହଞ୍ଚିଥିବା ସୁବିସ୍ତୃତ ଓଡ଼ିଶା ପ୍ରାୟ ପାଞ୍ଚ ଶହ ବର୍ଷ ସୀମାହୀନ, ଜାତିହୀନ ଓ ଭାଷାହୀନ ଅବସ୍ଥାରେ ରହିବା ପରେ ଏହି ଦିନରେ ଏକତ୍ର ହୋଇଥିଲା। ସ୍ବତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ସାରା ରାଜ୍ୟରେ ଆଜିର ଦିନକୁ ‘ଉତ୍କଳ ଦିବସ’ ଭାବେ ପାଳନ କରାଯାଏ।

ଉତ୍କଳ ଦିବସ ପାଳନ କରିବାର ମୂଳ ଉଦ୍ଦେଶ୍ୟ ହେଲା ଓଡ଼ିଆ ଭାଷା ଏବଂ ସଂସ୍କୃତିର ପ୍ରତିଷ୍ଠାକୁ ମନେ ପକେଇବା। ୧୯୩୬ ପୂର୍ବର ଉତ୍କଳ ଖଣ୍ଡବିଖଣ୍ଡିତ ହୋଇ ସୀମାହୀନ ଅବସ୍ଥାରେ ଥିଲା। ପାଶ୍ଚାତ୍ୟ ଶିକ୍ଷାର ପ୍ରସାର ଫଳରେ ଓଡ଼ିଆ ଭାଷା ଓ ସଂସ୍କୃତି ବିପନ୍ନ ହୋଇପଡ଼ିଥିଲା। ପଶ୍ଚିମରେ ସମ୍ବଲପୁରରେ ହିନ୍ଦୀ ଭାଷାର ପ୍ରଭାବ ଦେଖିବାକୁ ମିଳିଥିଲା। ଉତ୍ତରରେ ବାଲେଶ୍ୱରରେ ଥିଲା ବଙ୍ଗଳାର ପ୍ରଭାବ। ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା । ଦକ୍ଷିଣ ଓଡ଼ିଶାରେ ତେଲୁଗୁର ବିସ୍ତାର ପାଇଁ ହେଉଥିଲା ଉଦ୍ୟମ । ୧୮୯୫ରେ ସମ୍ବଲପୁରରେ ହିନ୍ଦୀକୁ ସରକାରୀ କାର୍ଯ୍ୟରେ ବ୍ୟବହାର କରାଗଲା। ଏହାପରେ ଆରମ୍ଭ ହୋଇଥିଲା ଓଡ଼ିଆଙ୍କ ସ୍ୱାଭିମାନର ଲଢ଼େଇ । ଓଡ଼ିଆ ଭାଷାଭାଷୀ ଅଞ୍ଚଳଗୁଡ଼ିକର ଏକତ୍ରୀକରଣ ପାଇଁ ଆରମ୍ଭ ହେଲା ଆନ୍ଦୋଳନ। ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବୀରପୁତ୍ରମାନେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ।

ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ। ପ୍ରଥମେ ଓଡ଼ିଶା ରାଜ୍ୟ ୬ଟି ଜିଲ୍ଲା କଟକ, ପୁରୀ, ବାଲେଶ୍ବର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଗଠନ କରାଯାଇଥିଲା। ସାର୍ ଅଷ୍ଟିନ୍‌ ହବାକ୍ ଓଡ଼ିଶାର ପ୍ରଥମ ରାଜ୍ୟପାଳ ଭାବେ ଶପଥ ନେଇଥିଲେ। ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଗ ହୋଇ ମୋଟ ୧୩ଟି ଜିଲ୍ଲା ହେଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁର୍ନବିଭାଜନ କରି ୩୦ଟି ଜିଲ୍ଲାରେ ବିଭକ୍ତ କରାଗଲା।