SnanaJatra - The Sakala

ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତି: ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ
ପୁରୀ: ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦିରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ। ଶ୍ରୀବଳଭଦ୍ର ୩୩ ଗଡ଼ୁ, ସୁଭଦ୍ରା ୨୨ ଗଡ଼ୁ, ଶ୍ରୀଜଗନ୍ନାଥ ୩୫ ଗଡ଼ୁ ଏବଂ ସୁଦର୍ଶନ ୧୮ ଗଡ଼ୁ ଜଳରେ ସ୍ନାନ କରିଛନ୍ତି।

ଏହାପରେ ୩ଟାରେ ଛେରାପହଁରା ନୀତି ସମ୍ପନ୍ନ ହେବା । ପରେ ୩ଟା ୪୦ରୁ  ମହାପ୍ରଭୁଙ୍କ ଦୁର୍ଲ୍ଲଭ ହାତୀବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ୭ଟା ୩୦ରୁ ରାତି ୧୦ଟା ୩୦ ଯାଏଁ ସାହାଣ ମେଲା ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି। ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ଶ୍ରୀକ୍ଷେତ୍ର ପୁରୀ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ସ୍ନାନଯାତ୍ରା ପାଇଁ ପୋଲିସ, ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଭିଆଇପିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତ ମାନେ ମାର୍କେଟ ଛକରୁ ବାରିଗେଟ ଦେଇ ଶ୍ରୀ ମନ୍ଦିରରେ ପ୍ରବେଶ କରିବେ ପହଣ୍ଡି ଟିକେଟ ଦର୍ଶନ ଲାଗି ଦକ୍ଷିଣ ଦ୍ୱାରରେ ପ୍ରବେଶ କରିବେ । ଶ୍ରୀମନ୍ଦିର ଚାରିପଟେ ଏବଂ ମରଚି କୋଟ ଛକଠାରୁ ନୋ ଭେଇକିଲ ଜୋନ କରାଯାଇଛି ।

ଜେଲ ରୋଡ଼ରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ଶରଧାବାଲିରେ ମଟର ସାଇକେଲ ଷ୍ଟାଣ୍ଡ ହେବ । ଜଗନ୍ନାଥ ବଲ୍ଳଭ ପାର୍କିଙ୍ଗରେ ଚାରି ଚକିଆ ପର୍କିଙ୍ଗ କରାଯିବ । ମରଚିକୋଟ ଛକ ଠାରୁ ଗାଡି ଚଳା ଚଳ ବନ୍ଦ ରହିବ କେବଳ ପାସ ଧରି ଯାଇପାରିବେ । ଭକ୍ତ ସିଂହ ଦ୍ୱାରରେ ପ୍ରବେଶ କାରି ଅନ୍ୟ ଦ୍ୱାରରେ ପ୍ରସ୍ଥାନ କରିବେ । ମନ୍ଦିର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ପୁଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୋଟ ୬୮ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ରହିଛନ୍ତି।

ଏଥର ବି ବିନା ଭକ୍ତରେ ସ୍ନାନଯାତ୍ରା
ପୁରୀ : କରୋନା ସଂକ୍ରମଣ ପାଇଁ ଏଥର ବି ବିନା ଭକ୍ତରେ ଠାକୁରମାନଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ମଧ୍ୟରେ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି । ମହାପ୍ରଭୁଙ୍କ ପ୍ରତ୍ୟକ୍ଷ ସ୍ନାନ କେମିତି ଶୃଙ୍ଖଳିତ କରାଯିବ ତାହା ଉପରେ ଗୁରୁତ୍ଵ ଦେଉଛି ପ୍ରଶାସନ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଡ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏଥିରେ ଶୃଙ୍ଖଳିତ ନୀତିକାନ୍ତି,

ନିଯୋଗର ପ୍ରାପ୍ୟ ପାଉଣା ଏବଂ ରଥଯାତ୍ରା ସମ୍ପର୍କରେ ଆଲୋଚନା କରାଯାଇଛି। ଶାନ୍ତିଶୃଙ୍ଖଳାରେ କିପରି ସ୍ନାନଯାତ୍ରା ସମ୍ପନ୍ନ ହେବ ତା’ ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଥିଲା । ପୂର୍ବବର୍ଷ ଭଳି ଏବର୍ଷ ରାତି ସାଢେ ୧ଟାରୁ ଠାକୁରଙ୍କ ପହଣ୍ଡି ଆରମ୍ଭ ହେବ । ସକାଳୁ ସ୍ନାନ ବିଡ୍ ଆରମ୍ଭ କରିବା ଲାଗି ଆଲୋଚନା ହୋଇଛି । ବାଡ଼ରେ କେତେଜଣ ଦଇତାପତି ରହି ପହଣ୍ଡି କରିବେ ସେ ନେଇ ଆଲୋଚନା ହୋଇଛି । ଗତବର୍ଷ ଯାହା ସଂଖ୍ୟା ଥିଲା ତାହା ଆପାତତଃ ସ୍ଥିର ହୋଇଛି । ସେହିପରି ଗତବର୍ଷ ଭଳି ଏ ବର୍ଷ ମଧ୍ୟ ପୂର୍ଣ୍ଣ ଅଣସର କରିବା ଲାଗି ଦଇତାପତି ସେବାୟତ ପ୍ରସ୍ତାବ ଦେଇଛନ୍ତି।

ଯଦି ନୀତିକାନ୍ତି ନିର୍ଘଣ୍ଟ ଅନୁସାରେ ସମ୍ପନ୍ନ ହୁଏ ଏବଂ ଠାକୁର ନିର୍ବାଚିତ ସମୟରେ ଅଣସର ପିଣ୍ଡିକୁ ବିଜେ କରନ୍ତି ତେବେ ଅଣସର ୧୫ ଦିନ କରିବାରେ କୌଣସି ଅସୁବିଧା ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ ଗତବର୍ଷ ବିନା ରକ୍ତରେ ସ୍ନାନଯାତ୍ରା ଏବଂ ରଥଯାତ୍ରା ହୋଇଥିବାରୁ ଦଇତାପତିମାନେ ଅନେକ କ୍ଷତି ସହିଛନ୍ତି। ସେମାନଙ୍କ ବକେୟା ପ୍ରାପ୍ୟ ସହ କ୍ଷତିପୂରଣ ରାଶି ପ୍ରଦାନ କରିବା ଲାଗି ନିଯୋଗ ପକ୍ଷରୁ ଦାବି ଉପସ୍ଥାପନ କରାଯାଇଥିଲା।