IMD Odisha - The Sakala

ମାର୍ଚ୍ଚ ଆରମ୍ଭରୁ ଡରାଇଲାଣି ତାତି: ଝାରସୁଗୁଡ଼ାରେ ପାରଦ ଟପିଲା ୪୦ ଡିଗ୍ରୀ
ବସନ୍ତ ଋତୁ ଶେଷ ନହେଉଣୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ଅନୁଭୂତ ହେଲାଣି। ମାର୍ଚ୍ଚ ମାସ ପ୍ରଥମାର୍ଦ୍ଧରେ ହିଁ ତାତି ଲୋକଙ୍କୁ ଡରାଇବା ଆରମ୍ଭ କରିଛି। ଗୁରୁବାର ଦିନ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଝାରସୁଗୁଡ଼ାଠାରେ ୪୦ ଡିଗ୍ରୀ ଅତିକ୍ରମ କରିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଚଳିତ ବର୍ଷ ପ୍ରଥମ ଥର ପାଇଁ କୌଣସି ସହରର ତାପମାତ୍ରା ୪୦ ଡିଗ୍ରୀ ଡେଇଁଛି।

ବିଭିନ୍ନ ସହରର ତାପମାତ୍ରା

ରାଜ୍ୟର ଅନ୍ୟ ସହରଗୁଡ଼ିକରେ ମଧ୍ୟ ପାରଦ ଉପରମୁହାଁ ରହିଛି। ହୀରାକୁଦରେ ତାପମାତ୍ରା ୩୯.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ଓ ସୁନ୍ଦରଗଡ଼ରେ ପାରଦ ୩୯ ଡିଗ୍ରୀ ଛୁଇଁଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ୩୮.୬ ଡିଗ୍ରୀ ଏବଂ କଟକରେ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଆଗକୁ ବଢ଼ିବ ତାତି, କାଳବୈଶାଖୀ ସମ୍ଭାବନା

ଆଗାମୀ ଦିନରେ ରାଜ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅନ୍ୟପଟେ, ଏହି ପ୍ରଚଣ୍ଡ ଖରା ଭିତରେ କାଳବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣିଦେଇପାରେ। ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ବିଜୁଳି ଓ ଘଡ଼ଘଡ଼ି ସହ ପବନ ବହିବାର ଆଶଙ୍କା ରହିଛି। ଏହା ସହ ଆସନ୍ତା ୧୫ ଏବଂ ୧୬ ତାରିଖରେ ମଧ୍ୟ ରାଜ୍ୟର ଉତ୍ତର ତଥା ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଫେରିଗଲା ମୌସୁମୀ, ଆଗାମୀ ୫ ଦିନ ଯାଏଁ ଶୁଖିଲା ରହିବ ପାଗ
ଭୁବନେଶ୍ବର: ରାଜ୍ୟବ୍ଯାପୀ ଶନିବାର ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ରୂପେ ଅପସାରିତ ହୋଇଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ ଆର୍ ବିଶ୍ଵାସ ସୂଚନା ଦେଇଛନ୍ତି। ସେହିପରି ପାଣିପାଗ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି ଯେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ପାଗ ଶୁଖିଲା ଥିବାବେଳେ ଆଗାମୀ ୫ ଦିନ ଯାଏଁ ଏହା ଅପରିବର୍ତ୍ତିତ ରହିବ। ତେବେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରାରେ ହ୍ରାସ ଘଟିଛି। କେନ୍ଦ୍ରୀୟ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରାରେ ସାମନ୍ୟ ହ୍ରାସ ଦେଖାଦେଇଥିବା ବେଳେ ସେଠାରେ ବର୍ତ୍ତମାନ ଏହା ୧୭ରୁ ୨୦ ଡିଗ୍ରୀ ସେଲସିୟସ ରହିଛି। ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୧ରୁ ୨୩ ଡିଗ୍ରୀ ମଧ୍ୟରେ ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ଵରରେ ଶନିବାର ସର୍ବୋଚ୍ଚ ୩୨.୪ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୦.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ଡ ବିଶ୍ଵାସ୍ ସୂଚନା ଦେଇଛନ୍ତି |

ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ରହିଛି। ଏଥିପାଇଁ ଉକ୍ତ ୯ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା କାଲି ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୨୧ରୁ ୨୪ ତାରିଖ ଯାଏଁ ଅନେକ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।