Mizoram - The Sakala

ମିଜୋରାମ: ପଥର ଖଣିରେ ଭୟଙ୍କର ଭୂସ୍ଖଳନ, ୧୦ ମୃତ
ନୂଆଦିଲ୍ଲୀ: ମିଜୋରାମର ଆଇଜୋଲ୍‌ ଜିଲ୍ଲାରେ ଭୟଙ୍କର ଭୂସ୍ଖଳନ। ଲଗାତର ବର୍ଷା ଯୋଗୁ ଭୁଶୁଡିଗଲା ପଥର ଖଣି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ନିଖୋଜ ଅଛନ୍ତି।

ସୂଚନା ଅନୁଯାୟୀ, ଲଗାତର ବର୍ଷା ଯୋଗୁ ଆଇଜୋଲ ସହରର ଦକ୍ଷିଣ ବାହ୍ୟ ଅଞ୍ଚଳରେ ଥିବା ମେଲଥମ ଓ ହିଲମେନ୍‌ ମଧ୍ୟରେ ଏହି ଅଘଟଣ ଘଟିଛି। ପଥର ଖଣିରେ ଭୂସ୍ଖଳନ ପରେ ମାଟି ତଳୁ ୧୦ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେହିପରି ଦୁଇ ଜଣଙ୍କ ଜୀବନ୍ତ ଉଦ୍ଧାର କରାଯାଇଛି। ସମସ୍ତ ମୃତକ ଶ୍ରମିକ ବୋଲି ସୂଚନା ମିଳିଛି। ଏବେ ବି ଅନେକ ଲୋକେ ମାଟି ତଳେ ଦବି ରହିଛନ୍ତି। ସେମାନଙ୍କୁ ବାହାରକୁ ଆଣିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ପୁଲିସ କହିଛି। ତେବେ ସମଗ୍ର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଥିବା ଯୋଗୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।

ମିଜୋରାମରେ ସରକାର ଗଢ଼ିବ ଜୋରମ୍ ପିପୁଲ୍ସ ମୁଭମେଣ୍ଟ, ୪୦ ଆସନରୁ ୨୭ଟିରେ ଜିତିଲା ଦଳ
ମିଜୋରାମ: ମିଜୋରାମରେ ସରକାର ଗଢ଼ିବ ଜୋରମ୍ ପିପୁଲ୍ସ ମୁଭମେଣ୍ଟ (ZPM) । ଗାଦିଚ୍ୟୁତ ହେଲା ଶାସକ ମିଜୋ ନ୍ୟାସନାଲ୍ ଫ୍ରଣ୍ଟ(MNF)। ଏମଏନଏଫ ହାତରୁ କ୍ଷମତା ଛଡ଼ାଇ ଆଣିଲା ଜୋରମ୍ ପିପୁଲ୍ସ ମୁଭମେଣ୍ଟ ବା ଜେଡପିଏମ୍ । ଜୋରାମ ପିପୁଲ୍ସ ମୁଭମେଣ୍ଟ(ZPM) ମିଜୋରାମ ବିଧାନସଭା ନିର୍ବାଚନରେ କ୍ଷମତା ଦଖଲ କରିଛି। ୪୦ ଆସନ ବିଶିଷ୍ଟ ମିଜୋରାମ ବିଧାନସଭାରେ ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ରହିଛି ୨୧ । ୨୭ଟି ଆସନରେ ଜିତି ଜେଡପିଏମ୍ ସରକାର ଗଢ଼ିବାକୁ ସକ୍ଷମ ହୋଇଛି ।

ମିଜୋ ନ୍ୟାସନାଲ୍ ଫ୍ରଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଜୋରାମଥାଙ୍ଗା ମଧ୍ୟ ନିଜ ଆସନରେ ହାରି ଯାଇଛନ୍ତି। ଦଳର ଏପରି ବିପର୍ଯ୍ୟୟ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଜୋରାମଥାଙ୍ଗା। ଅଜୱାଲ ଇଷ୍ଟ ଆସନରେ ଜୋରାମଥାଙ୍ଗା ପ୍ରାର୍ଥୀ ହୋଇଥିଲେ। କିନ୍ତୁ ଏଠାରେ ZPMର ଲାଲଥାନସାଙ୍ଗା ୨୧୦୧ ଖଣ୍ଡ ଭୋଟ ବ୍ୟବଧାନରେ ତାଙ୍କୁ ହରାଇ ଦେଇଛନ୍ତି।

ପରାଜୟକୁ ଜୋରାମଥାଙ୍ଗା ସ୍ୱୀକାର କରିବା ସହ ଲୋକମାନେ ତାଙ୍କୁ ବିଶ୍ୱାସକୁ ନେବାକୁ ସକ୍ଷମ ହୋଇ ନଥିବା କହିଛନ୍ତି। ଏମଏନଏଫ ଶାସନରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବା ବେଳେ ZPM କ୍ଷମତା ଦଖଲ କରିଛି। ମିଜୋରାମର ୪୦ ଆସନରୁ ଦଳ ୨୭ଟିରେ ଜିତିଛି। ଏମଏନଏଫ ୧୦ଟି, ବିଜେପି ୨ ଓ କଂଗ୍ରେସ କେବଳ ଗୋଟିଏ ଆସନରେ ବିଜୟୀ ହୋଇଛି।

ଆସିଲା ୫ ରାଜ୍ୟର ଏକଜିଟ୍ ପୋଲ୍‌ , କଂଗ୍ରେସ ଓ ବିଜେପି ମଧ୍ୟରେ କଡ୍ଡା ଟକ୍କର
ନୂଆଦିଲ୍ଲୀ: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ ଓ ତେଲେଙ୍ଗାନା ବିଧାନସଭା ନିର୍ବାଚନ ୨୦୨୩ ର ବୁଥ ବାହୁଡ଼ା ମତ ବା ଏକଜିଟ୍ ପୋଲ୍ ର ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି।  ଡିସେମ୍ବର ୩ ତାରିଖ ରବିବାର ୫ଟି ରାଜ୍ୟର ଫଳାଫଳ ପ୍ରକାଶ ପାଇବ।

ରାଜସ୍ଥାନରେ ମୋଟ ୨୦୦ଟି ଆସନ ଥିବାବେଳେ ୧୯୯ଟିରେ ଭୋଟ ଗ୍ରହଣ ହୋଇଥିଲା । ବିଭିନ୍ନ ସଂସ୍ଥାମାନଙ୍କ ଦ୍ବାରା କରାଯାଇଥିବା ଏକଜିଟ୍ ପୋଲ ଅନୁସାରେ ଏହି ରାଜ୍ୟରେ ବିଜେପି କ୍ଷମତାକୁ ଆସିବାର ସମ୍ଭାବନା ରହିଛି । ଦୈନିକ ଭାସ୍କରର ରିପୋର୍ଟ ଅନୁସାରେ ବିଜେପି ୯୮ରୁ ୧୦୫ଟି ଆସନ, କଂଗ୍ରେସ ୮୫ରୁ ୯୫ଟି ଆସନ ଜିତିବ । ସେହିପରି ଜନକି ବାତର ପୂର୍ବାନୁମାନ ଅନୁସାରେ ବିଜେପି ୧୦୦ରୁ ୧୨୨ଟି ଆସନ ଜିତିବ, କଂଗ୍ରେସ ୬୨ରୁ ୮୫ଟି ଆସନ ଜିତିବ । ଇଣ୍ଡିଆ ଟୁଡେ-ଆକ୍ସିସ ମାଇ ଇଣ୍ଡିଆର ପୂର୍ବାନୁମାନ ଅନୁସାରେ ବିଜେପି ୮୦ରୁ ୧୦୦ଟି ଆସନ, କଂଗ୍ରେସ ୧୦୦ରୁ ୧୦୬ଟି ଆସନ ଜିତିବାର ସମ୍ଭାବନା ରହିଛି । ପି-ମାର୍କ୍ୟୁର ରିପୋର୍ଟ ଅନୁସାରେ ବିଜେପି ୧୦୫ରୁ ୧୨୫ଟି ଆସନ ଜିତିବ, କଂଗ୍ରେସ ୬୯ରୁ ୯୧ଟି ଆସନ ଜିତିବ ।

୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ରାଜ୍ୟ ବିଧାନସଭା ପାଇଁ ହୋଇଥିବା ମତଦାନର ଏକ୍‌ଜିଟ୍‌ ପୋଲ ଫଳାଫଳ ଆଜି ସନ୍ଧ୍ୟାରେ ପ୍ରକାଶ ପାଇଛି। ଫଳାଫଳରୁ ମଧ୍ୟପ୍ରଦେଶରେ ଶାସନ ଗାଦି ଅକ୍ତିଆର ପାଇଁ ବିଜେପି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେବ ବୋଲି ସଂକେତ ମିଳିଛି। ମଧ୍ୟପ୍ରଦେଶରେ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୧୬ ଥିବା ବେଳେ ରିପବ୍ଲିକ ଟିଭି ବିଜେପିକୁ ବହୁମତ ମିଳିବ ବୋଲି ଆକଳନ କରିଥିବା ବେଳେ ନ୍ୟୁଜ୍ ୨୪ ମଧ୍ୟ ବିଜେପି ସପକ୍ଷରେ ବିଜୟ ଯିବ ବୋଲି ଅନୁମାନ ଲଗାଇଛି। ତେବେ ଟିଭି ୯, ଜନ୍‌କି ବାତ୍ ଓ ଦୈନିକ ଭାସ୍କର ପକ୍ଷରୁ କରାଯାଇଥିବା ଏକଜିଟ୍ ପୋଲରେ ଉଭୟ ବିଜେପି ଓ କଂଗ୍ରେସ ବହୁମତର ଦାବିଦାର ବୋଲି ଦର୍ଶାଯାଇଛି।

ଛତିଶଗଡ଼ର ଏକଜିଟ୍ ପୋଲ୍ ଫଳାଫଳ ସାମ୍ନାକୁ ଆସିଛି। ୯୦ ଆସନ ବିଶିଷ୍ଟ ଛତିଶଗଡ଼ ବିଧାନସଭାରେ ମ୍ୟାଜିକ ନମ୍ବର ରହିଛି ୪୬। ଅର୍ଥାତ ୪୬ଟି ଆସନ ଜିତିଥିବା ଦଳ ସରକାର ଗଢ଼ିବା ଲାଗି ଯୋଗ୍ୟ ହେବ। ଛତିଶଗଡ଼ରେ ପୁଣିଥରେ କଂଗ୍ରେସ କ୍ଷମତାକୁ ଆସିବ ନା ନାହିଁ, ତାହା ଉପରେ ସମସ୍ତର ନଜର ଅଟକି ରହିଛି।

ଜାତୀୟ ଗଣମାଧ୍ୟମ ‘ଇଣ୍ଡିଆ ଟୁଡେ-ଆକ୍ସିସ୍ ମାଇଁ ଇଣ୍ଡିଆ’ ଦ୍ବାରା କରାଯାଇଥିବା ଏକଜିଟ୍ ପୋଲରୁ ଜଣାପଡିଛି ଯେ, ଛତିଶଗଡ଼ରେ ହୋଇଥିବା ନିର୍ବାଚନରେ କଂଗ୍ରେସ ୪୦-୫୦ଟି ଆସନ ଜିତିବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ବିଜେପି ୩୬-୪୬ଟି ଆସନ ଜିତିବା ସହ ବହୁଜନ ସମାଜ ପାର୍ଟି (ବିଏସପି) ଏବଂ ଗୋଣ୍ଡୱାନା ଗଣତନ୍ତ୍ର ପାର୍ଟି (ଜିଜିପି) ସମେତ ଅନ୍ୟ ଦଳ ପ୍ରାୟ ଗୋଟାଏରୁ ପାଞ୍ଚଟି ଆସନ ଜିତିପାରନ୍ତି ବୋଲି ଏକଜିଟ୍ ପୋଲରୁ ଜଣାପଡ଼ିଛି।

ସେହିଭଳି ‘ଏବିପି ନିଉଜ୍-ସି ଭୋଟର’ ଦ୍ବାରା କରାଯାଇଥିବା ଏକଜିଟ୍ ପୋଲ ଅନୁଯାୟୀ, ଛତିଶଗଡ଼ରେ ବିଜେପି ୩୬-୪୮ଟି ଆସନ ସହ କଂଗ୍ରେସ ୪୧-୫୩ଟି ଆସନ ଜିତିବାର ସମ୍ଭାବନା ରହିଛି। ଏହା ସହ ‘ଇଣ୍ଡିଆ ଟିଭି-ସିଏନଏକ୍ସ’ ଏକଜିଟ୍ ପୋଲ୍ ଅନୁସାରେ ବିଜେପି ୩୦-୪୦ ଆସନ ପାଇବାକୁ ଥିବା ବେଳେ କଂଗ୍ରେସ ୪୬-୫୬ ଆସନରେ ଜିତିବା ସମ୍ଭାବନା ରହିଛି। ‘ଜନ୍ କି ବାତ୍’ ଦ୍ବାରା କରାଯାଇଥିବା ଏକଜିଟ୍ ପୋଲରେ ମଧ୍ୟ କଂଗ୍ରେସ ଆଗରେ ରହିଛି। ବିଜେପି ୩୪-୪୫ ମଧ୍ୟରେ ଆସନରେ ଜିତିବା ସମ୍ଭାବନା ଥିବା ବେଳେ କଂଗ୍ରେସ ୪୨-୫୩ ଆସନରେ ଜିତିପାରେ। ଏଭଳି ସ୍ଥିତିରେ ପୁଣି ଥରେ କଂଗ୍ରେସ ଛତିଶଗଡ଼ରେ ସରକାର ଗଢ଼ିବ ବୋଲି ଏକଜିଟ୍ ପୋଲରୁ ଜଣାପଡ଼ିଛି।

ତେଲେଙ୍ଗାନାରେ ମଧ୍ୟ ଭୋଟ ଗ୍ରହଣ ଶେଷ ହୋଇଛି । ସଂଧ୍ୟା ୫ଟା ସୁଦ୍ଧା ୬୩.୯୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । ଇତି ମଧ୍ୟରେ ଏହି ନିର୍ବାଚନ ପାଇଁ ବିଭିନ୍ନ ସଂସ୍ଥା ପକ୍ଷରୁ ବୁଥ ବାହୁଡ଼ା ମତ ବା ଏକଜିଟ୍ ପୋଲ ରିପୋର୍ଟ ପ୍ରକାଶ ପାଇଛି । ଏସବୁ ରିପୋର୍ଟ ଅନୁସାରେ ରାଜ୍ୟରେ କଂଗ୍ରେସ୍ ଓ ଭାରତ ରାଷ୍ଟ୍ର ସମିତି (ବିଆରଏସ) ମଧ୍ୟ କଡ଼ା ପ୍ରତିଦ୍ବନ୍ଦ୍ବିତା ଦେଖିବାକୁ ମିଳିପାରେ । ତେବେ କଂଗ୍ରେସ ଟିକିଏ ଆଗୁଆ ଥିବା ସଂକେତ ମିଳୁଛି । ରାଜ୍ୟରେ ମୋଟ ୧୧୯ଟି ଆସନରେ ଭୋଟ ଗ୍ରହଣ ହୋଇଥିବାବେଳେ ବହୁମତ ପାଇଁ ୬୦ଟି ଆସନ ଆବଶ୍ୟକ ।

ଟୁଡେସ୍ ଚାଣକ୍ୟର ପୂର୍ବାନୁମାନ ଅନୁସାରେ, ରାଜ୍ୟରେ କଂଗ୍ରେସ ୭୧ଟି ଆସନ ଜିତିବାକୁ ଥିବାବେଳେ ବିଆରଏସ ୩୩ଟି ଆସନ ଜିତିବ । ବିଜେପି ୭ଟି ଆସନ ଜିତିବ । ରିପବ୍ଲିକ ଟିଭି-ମାଟ୍ରିଜ୍ ଅନୁସାରେ କଂଗ୍ରେସ ୫୮ରୁ ୬୮ଟି ଆସନ ଜିତିବ ଓ ବିଆରଏସ ୪୬-୫୬ଟି ଆସନ ଓ ବିଜେପି ୪ରୁ ୯ଟି ଆସନ ଜିତିବ। ସେହିପରି ଇଣ୍ଡିଆ ଟିଭି-ସିଏନଏକ୍ସର ଆକଳନ ଅନୁସାରେ କଂଗ୍ରେସ ୬୩ରୁ ୭୯ଟି ଆସନ ଜିତିବ ଓ ବିଆରଏସ ୩୧-୪୭ଟି ଆସନ ଓ ବିଜେପି ୨ରୁ ୪ଟି ଆସନ ଜିତିବ। ଜନକି ବାତ୍ ରିପୋର୍ଟ ଅନୁସାରେ କଂଗ୍ରେସ ୪୮ରୁ ୬୪ଟି ଆସନ ଜିତିବ ଓ ବିଆରଏସ ୪୦-୫୫ଟି ଆସନ ଓ ବିଜେପି ୭ରୁ ୧୩ଟି ଆସନ ଜିତିବ।

ଛତିଶଗଡ଼ ଓ ମିଜୋରାମରେ ଆରମ୍ଭ ହୋଇଛି ମତଦାନ
ନୂଆଦିଲ୍ଲୀ: ରାଜସ୍ଥାନ, ମଧ୍ୟପ୍ରଦେଶ, ତେଲଙ୍ଗାନା, ଛତିଶଗଡ଼ ଏବଂ ମିଜୋରାମ ଆଦି ୫ ରାଜ୍ୟର ବହୁ ପ୍ରତୀକ୍ଷିତ ବିଧାନସଭା ନିର୍ବାଚନ ପ୍ରକ୍ରିୟା ଆଜି ଠାରୁ ଆରମ୍ଭ ହୋଇଛି। ମଙ୍ଗଳବାର ଛତିଶଗଡ଼ର ପ୍ରଥମ ପର୍ଯ୍ୟାୟ ମତଦାନ ସହିତ ମିଜୋରାମ ବିଧାନସଭା ପାଇଁ ମତଦାନ ଜାରି ରହିଛି। ୯୦ ଆସନ ବିଶିଷ୍ଟ ଛତିଶଗଡ଼ ବିଧାନସଭାର ୨୦ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟରେ ମତଦାନ ଜାରି ରହିଛି।

ଦ୍ବିତୀୟ ପର୍ଯ୍ୟାୟରେ ବାକି ୭୦ଟି ଆସନ ପାଇଁ ଆସନ୍ତା ୧୭ ତାରିଖରେ ମତଦାନ ହେବା ସହିତ ଡିସେମ୍ବର ୩ ତାରିଖରେ ଭୋଟ ଗଣତି ହେବ। ସେହିପରି ମିଜୋରାମର ୪୦ ଆସନ ବିଶିଷ୍ଟ ବିଧାନସଭା ପାଇଁ ଆଜି ମତଦାନ ଶେଷ ହେବ। ଏହାପରେ ପରେ ଅନ୍ୟ ତିନି ରାଜ୍ୟରେ ମତଦାନ ଆରମ୍ଭ ହେବ। ଏହି ପାଞ୍ଚ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ୨୦୨୪ ସାଧାରଣ ନିର୍ବାଚନ ପାଇଁ ସେମି ଫାଇନାଲ ହେବ ବୋଲି କୁହାଯାଉଛି। ଏହାକୁ ନେଇ ପ୍ରମୁଖ ରାଜନୈତିକ ଦଳଗୁଡିକ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦ୍ବିତା ହେବାକୁ ଯାଉଥିବା ବେଳେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ନିର୍ମାଣାଧୀନ ରେଳ ବ୍ରିଜ ଭୁଶୁଡ଼ି ୧୭ ଶ୍ରମିକଙ୍କ ମୃତ୍ୟୁ
ମିଜୋରାମ: ମିଜୋରାମର ରାଜଧାନୀ ଆଇଜଲ ନିକଟରେ ଏକ ନିର୍ମାଣାଧୀନ ରେଳ ବ୍ରିଜ ଭୁଶୁଡ଼ି ପଡ଼ିବାରୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ସାଇରଙ୍ଗ ଅଞ୍ଚଳ ନିକଟରେ ଘଟିଥିବା ଜଣାପଡିଛି। ବୈରାବୀକୁ ସାଇରଙ୍ଗକୁ ସଂଯୋଗ କରୁଥିବା କୁରୁଙ୍ଗ ନଦୀ ଉପରେ ଏହି ସେତୁ ନିର୍ମାଣ କରାଯାଉଥିଲା।

ପୁଲିସର ସୂଚନା ଅନୁଯାୟୀ, ଘଟଣା ସମୟରେ ଏହି ସ୍ଥାନରେ ୩୫ରୁ ୪୦ ଲୋକ ଥିଲେ। ଏହି ଘଟଣା ଆଇଜଲ ଠାରୁ ୨୧ କିଲୋମିଟର ଦୂରରେ ପ୍ରାୟ ୧୦ ଟା ସମୟରେ ଘଟିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ସମସ୍ତ ମୃତଦେହରୁ ଉଦ୍ଧାର କରାଯାଇଛି। ଆଉ କିଛି ଲୋକ ଫସି ରହିଥିବା ଆଶାଙ୍କାରେ ସର୍ଚ୍ଚ ଅପରେସନ ଜାରି ରହିଛି। ଘଟଣାସ୍ଥଳରେ ରେଳ ଅଧିକାରୀ ପହଞ୍ଚିଛନ୍ତି। ପ୍ରଶାସନ ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନା।

ସର୍ବାଧିକ ସନ୍ତାନ ଥିବା ପିତାମାତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା
ଦୁଇଟି ସନ୍ତାନ ଥିବା ପରିବାର ଲାଗି ପ୍ରୋତ୍ସାହନ ଯୋଜନା ଘୋଷଣା କରିଛନ୍ତି ଆସାମ ସରକାର । କିନ୍ତୁ ମିଜୋରାମରେ ଜଣେ ମନ୍ତ୍ରୀ ଭିନ୍ନ ଘୋଷଣା କରି ଚର୍ଚ୍ଚାକୁ ଆସିଛନ୍ତି । ସେ କହିଛନ୍ତି କି ତାଙ୍କ ନିର୍ବାଚନମଣ୍ଡଳୀରେ ସର୍ବାଧିକ ସନ୍ତାନ ଥିବା ପିତାମାତାକୁ ୧ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ମିଳିବ ବୋଲି। ମିଜୋ ସମ୍ପ୍ରଦାୟର ଜନସଂଖ୍ୟା ବୃଦ୍ଧିକୁ ପ୍ରୋତ୍ସାହନ ଦେବା ଲାଗି ଏହି ଘୋଷଣା କରିଛନ୍ତି ରାଜ୍ୟ କ୍ରୀଡାମନ୍ତ୍ରୀ ରବର୍ଟ ରୋମଓ୍ୱିଆ ରୋୟତେ । ତେବେ ନିଜ ଘୋଷଣାରେ ସେ ସର୍ବନିମ୍ନ ସନ୍ତାନଙ୍କ ସଂଖ୍ୟା ଉଲ୍ଲେଖ କରିନାହାନ୍ତି । ବିଭିନ୍ନ ରାଜ୍ୟ ସରକାର କମ୍ ସନ୍ତାନ ନେଇ ବିଭିନ୍ନ ଘୋଷଣା କରୁଥିବା ବେଳେ ମିଜୋରାମ ମନ୍ତ୍ରୀଙ୍କ ଏହି ଘୋଷଣା ଏବେ ଚର୍ଚ୍ଚାର କାରଣ ହୋଇଛି । ମନ୍ତ୍ରୀ କହିଛନ୍ତି, ଆଇଜଲ ଇଷ୍ଟ ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବାଧିକ ସନ୍ତାନ ଥିବା ମହିଳା କିମ୍ବା ପୁରୁଷଙ୍କୁ ଏହି ପୁରସ୍କାର ପ୍ରଦାନ କରିବେ । ଏହାସହ ସଂପୃକ୍ତ ବ୍ୟକ୍ତିଙ୍କୁ ଏକ ପ୍ରମାଣପତ୍ର ଓ ଏକ ଟ୍ରଫି ପ୍ରଦାନ କରାଯିବ । ହେଲେ ଏହି ପୁରସ୍କାର ରାଶି ରାଜ୍ୟ ପାଣ୍ଠିରୁ ପ୍ରଦାନ କରାଯିବ ନାହିଁ । ବରଂ ତାଙ୍କ ପୁତ୍ରଙ୍କ ଦ୍ବାରା ପ୍ରତିଷ୍ଠିତ ଏକ କନଷ୍ଟ୍ରକସନ କନସଲଟାନ୍ସି ଫାର୍ମରୁ ଏହି ଅର୍ଥ ପ୍ରଦାନ କରାଯିବ । ମିଜୋରାମରେ ମିଜୋ ଜନସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଉଥିବାରୁ ଏହା ଚିନ୍ତାର କାରଣ ହୋଇଛି । ଆଉ ମିଜୋ ଜନସଂଖ୍ୟା ବୃଦ୍ଧି କରିବା ଲାଗି ଏପରି ଚିନ୍ତା କରାଯାଇଛି । ୨୦୧୧ ଜନଗଣନା ଅନୁସାରେ ରାଜ୍ୟରେ ମୋଟ ଜନସଂଖ୍ୟା ଥିଲା ୧୦ ଲକ୍ଷ ୯୧ ହଜାର ୧୪ ।