Natural Calamities - The Sakala

ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା ମଡେଲ୍‌‌କୁ କେନ୍ଦ୍ରର ସ୍ୱୀକୃତି; ‘ଓସ୍‌‌ଡମା’କୁ ମିଳିଲା ‘ଆପଦ ପ୍ରବନ୍ଧନ ପୁରସ୍କାର’
ଭୁବନେଶ୍ୱର: ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା ମଡେଲକୁ ପୁଣିଥରେ ଶ୍ରେଷ୍ଠ ସ୍ୱୀକୃତି ଦେଇଛି କେନ୍ଦ୍ର ସରକାର। ବିପର୍ଯ୍ୟୟ ପରିଚାଳନାରେ ସର୍ବୋତ୍‌‌କୃଷ୍ଟ ପଦକ୍ଷେପ ଓ ପାରଦର୍ଶୀ ନୀତି ନିମନ୍ତେ ଓଡ଼ିଶା ସାରା ଦେଶରେ ଶ୍ରେଷ୍ଠ ମାନ୍ୟତା ପାଇଛି। ଏଥିପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍‌‌ଡମା)କୁ ‘ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରାସ୍କାର-୨୦୨୩’ ନିମନ୍ତେ କେନ୍ଦ୍ର ସରକାର ମନୋନୀତ କରିଛନ୍ତି। ସୋମବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କଜୟନ୍ତୀ ଅବସରରେ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ କରାଯିବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ୧୯୯୯ ମସିହାରେ ସ୍ଥାପନ ହୋଇଥିବା ଓସଡମା ବର୍ତ୍ତମାନ ଓଡ଼ିଶାରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅବତୀର୍ଣ୍ଣ ହୋଇଛି। ପୂର୍ବରୁ ଅନେକ ସଂସ୍ଥା ‘ଓସ୍‌‌ଡମା’ର କାର୍ଯ୍ୟକୁ ପ୍ରଶଂସା କରିଥିବା ବେଳେ କେନ୍ଦ୍ର ସରକାର ଓସଡମାକୁ ଏହି ପୁରସ୍କାର ଘୋଷଣା କରିଛନ୍ତି।

ଜଳବାୟୁ ପରିବର୍ତ୍ତନ ଓ ଓଡ଼ିଶାର ଭୌଗୋଳିକ ସ୍ଥିତି ପାଇଁ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ଦୃଷ୍ଟିରୁ ସମ୍ବେଦନଶୀଳ ରାଜ୍ୟରୂପେ ପରିଗଣିତ। ପ୍ରତି ବର୍ଷ ରାଜ୍ୟ ଏକାଧିକ ଥର ବନ୍ୟା ବାତ୍ୟାର ସମ୍ମୁଖୀନ ହେଉଛି। ଗତ ୫୦ ବର୍ଷ ମଧ୍ୟରେ ଓଡ଼ିଶା ୩୦ରୁ ଊର୍ଦ୍ଧ୍ବ ବର୍ଷ ବାତ୍ୟା, ବନ୍ୟା, ମରୁଡ଼ି ପରି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛ। ଏହି ବିପର୍ଯ୍ୟୟଗୁଡ଼ିକର ମୁକାବିଲା କରି ଏହାର ସଠିକ ପରିଚାଳନା ପାଇଁ ରାଜ୍ୟ ସରକାର ନିଜକୁ ମଜଭୁତ କରିଛନ୍ତି। ୧୯୯୯ ମସିହା ମହାବାତ୍ୟା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାନସ ସନ୍ତାନ ‘ଓସ୍‌‌ଡମା’ ଆଜି ବିପର୍ଯ୍ୟୟ ସମୟରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରୁଛି। ଫାଇଲିନ, ହୁଡ୍‌‌ହୁଡ୍‌‌, ଫନି, ତିତ୍‌‌ଲି, ୟସ୍‌‌, ଅମ୍ଫନ ସହ ୨୦୨୦ରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ସମୟରେ ନିଜର ଦାୟିତ୍ୱ ତୁଲାଇଛି।

ପ୍ରାକୃତିକ ବିପର୍ଯ୍ୟୟ କ୍ଷେତ୍ରରେ ଓଡ଼ିଶାର ପଦକ୍ଷେପରେ ‘ଓସ୍‌‌ଡମା’ ଦେଶ ପାଇଁ ଆଦର୍ଶ ହୋଇଛି। ବନ୍ୟା ବାତ୍ୟା ସମୟରେ ‘ଓସ୍‌‌ଡମା’ ପ୍ରମୁଖ ଭୂମିକା ତୁଲାଉଥିବା ବେଳେ ‘ଓସ୍‌‌ଡମା’ର ଓଡ଼ିଶା ଡିଜାଷ୍ଟର ରାପିଡ୍‌‌ ଆକ୍ସନ ଫୋର୍ସ (ଓଡ୍ରାଫ) ସର୍ବାଧିକ ଗୁରୁ ଦାୟିତ୍ୱ ତୁଲାଉଛି। ବିପର୍ଯ୍ୟୟ ପୂର୍ବରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଠାରୁ ଆରମ୍ଭ କରି ବାତ୍ୟା ଓ ବନ୍ୟା ପରବର୍ତ୍ତି ପୁନଃରୁଦ୍ଧାର କାର୍ଯ୍ୟ ମଧ୍ୟ ଏହି ଟିମ୍‌‌ ତ୍ୱରିତ ଭାବେ କରିଥାଏ। ଯାହାପାଇଁ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଗୁଜରାଟ ଓ କେରଳ ଭଳି ରାଜ୍ୟ ବିପର୍ଯ୍ୟୟ ସମୟରେ ଓଡ଼ଶାର ଏହି ଟିମ୍‌‌ ସହାୟତା ଲୋଡ଼ିଛନ୍ତି। ଓଡ଼ିଶାର ଏହି ଟିମ୍‌‌ ଢାଞ୍ଚାରେ କେନ୍ଦ୍ର ସରକାର ମଧ୍ୟ ‘ଏନ୍‌‌ଡିଆର୍‌‌ଏଫ୍‌‌’ ସ୍ଥାପନ କରିଛନ୍ତି।

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଜାତିସଂଘ ଦ୍ୱାରା ପୁରସ୍କୃତ ହେବା ସହିତ ଅନେକ ସମୟରେ ଅନ୍ୟ ରାଜ୍ୟ ପାଇଁ ରୋଲ୍‌‌ମଡେଲ ସାଜିଛନ୍ତି। ଓସଡମା ଦ୍ୱାରା ପ୍ରତି ଘରୁ ବିପର୍ଯ୍ୟୟ ଯୋଦ୍ଧା ବାହାର କରିବା ପାଇଁ ରାଜ୍ୟ ସରକାର ଇତିମଧ୍ୟରେ ‘ଆପଦ ମିତ୍ର’ ନାମରେ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ଯୁବଗୋଷ୍ଠୀଙ୍କୁ ବିପର୍ଯ୍ୟୟ ପରିଚାଳନାର ସ୍ୱତନ୍ତ୍ର ତାଲିମ ଦିଆଯାଇ ସେମାନଙ୍କୁ ଅଭିଯାନରେ ଯୋଡ଼ାଯାଉଛି। ସେହିପରି ‘ଓସ୍‌‌ଡମା’ ପକ୍ଷରୁ ଓଡ୍ରାଫ, ଅଗ୍ନିଶମ ସେବା ୟୁନିଟ୍‌‌, ପାନୀୟ ଜଳ ଓ ବିଦ୍ୟୁତ୍‌‌ ଯୋଗାଣ ୟୁନିଟ୍‌‌ଗୁଡ଼ିକୁ ଅତ୍ୟାଧୁନିକ ଯନ୍ତ୍ରପାତି ଓ ଉପକରଣ ଯୋଗାଇବା ସହ ନିୟମିତ ବ୍ୟବଧାନରେ ସେମାନଙ୍କ ତାଲିମ ମଧ୍ୟ ଦିଆଯାଉଛି। ‘ଓସ୍‌‌ଡମା’ ଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ୮୭୯ ଟି ବହୁମୁଖୀ ବନ୍ୟା/ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଇଥିବା ବେଳେ ରାଜ୍ୟର ୩୮୧ ଟି ଗ୍ରାମରେ ସୁନାମି ମୁକାବିଲା ପାଇଁ ତାଲିମ ପ୍ରଦାନ କରି ଆସୁଛି।

କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଜାନୁଆରୀ ୨୩ ସୁଭାଷ ଚନ୍ଦ୍ର ବୋଷ୍‌‌ଙ୍କ ଜନ୍ମ ଜୟନ୍ତୀରେ ଏହି ପୁରସ୍କାର ଘୋଷଣା କରାଯାଇ ଆସୁଛି। ଚଳିତ ବର୍ଷ ଓଡ଼ିଶାର ‘ଓସ୍‌‌ଡମା’ ଏହି ପୁରସ୍କାର ନିମନ୍ତେ ମନୋନୀତ ହୋଇଛି। ଅନୁରୂପ ଭାବରେ ମିଜୋରାମର ଲୁଙ୍ଗଲେଇ ଦମକଳ କେନ୍ଦ୍ରକୁ ମଧ୍ୟ ପୁରସ୍କାର ପ୍ରଦାନ କରାଯିବା ନେଇ କେନ୍ଦ୍ର ଘୋଷଣା କରିଛି। ପୁରସ୍କାର ବାବଦକୁ ୫୧ ଲକ୍ଷ ଟଙ୍କାର ଅର୍ଥରାଶି ସହିତ ସାର୍ଟିଫିକେଟ୍‌‌ ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି। ଓଡ଼ିଶାକୁ ଏହି ସଫଳତା ମିଳିବା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସମେତ ଏସ୍‌‌ଆରସି ତଥା ‘ଓସ୍‌‌ଡମା’ର ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ ଜେନା ପ୍ରମୁଖ ‘ଓସ୍‌‌ଡମା’କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ : ସମ୍ଭାବ୍ୟ ବନ୍ୟା, ବାତ୍ୟା ଆଦି ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଗୋଷ୍ଠୀ ଅଂଶଗ୍ରହଣ ଉପରେ ଗୁରୁତ୍ବ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନାରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି । ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ଏହାସହିତ ସରକାରଙ୍କ ସବୁ ବିଭାଗ ସମନ୍ବିତ ଭାବେ କାମ କରିବାର ଆଭିମୁଖ୍ୟ ନେଇ (Whole of Government Approach) ନେଇ ଆମର ବିପର୍ଯ୍ୟୟ ପରିଚାଳନା ନୀତି କାର୍ଯ୍ୟକାରୀ କରାଯାଉଛି। ଏହାଦ୍ବାରା ସବୁଠାରୁ ଭଲ ପଦକ୍ଷେପ ନିଆଯାଇ ବିପର୍ଯ୍ୟୟର ପ୍ରଭାବକୁ କମ୍‌ କରାଯାଇପାରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଆମ ଦେଶରେ ସବୁଠାରୁ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ମାନଙ୍କ ମଧ୍ୟରେ ଅନ୍ୟତମ । ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରକାର ବିପର୍ଯ୍ୟୟ ଆମେ ନିୟମିତ ଭାବରେ ସାମ୍‌ନା କରିଆସୁଛୁ । ଜଳବାୟୁ ପରିବର୍ତ୍ତନ ଯୋଗୁ ବିପର୍ଯ୍ୟୟର ତୀବ୍ରତା ବଢିବା ସହିତ ଅଧିକ ସଂଖ୍ୟକ ବିପର୍ଯ୍ୟୟ ଦେଖାଦେଉଛି । ୨୦୨୦-୨୧ରେ ଆମ ରାଜ୍ୟ ମହାବାତ୍ୟା ଅମ୍ଫନ ଓ ବାତ୍ୟା ୟାସ୍‌ ର ସାମ୍‌ନା କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବାରମ୍ବାର ଆସୁଥିବା ବାତ୍ୟା ପ୍ରତିରୋଧ ପାଇଁ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରିବାକୁ ବହୁ ପରିମାଣର ଅର୍ଥ ବିନିଯୋଗର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଏ ସଂପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛୁ ।

ବର୍ତ୍ତମାନ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୁନ୍‌ରୁ ଅକ୍ଟୋବର ପର୍ଯ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖା ଦେଇପାରେ । ସମ୍ଭାବ୍ୟ ବିପର୍ଯ୍ୟୟକୁ ଆଖିଆଗରେ ରଖି ଆମର ପ୍ରସ୍ତୁତି ବ୍ୟବସ୍ଥାକୁ ସମୀକ୍ଷା କରି ଯେକୌଣସି ପ୍ରକାର ପରିସ୍ଥିତିର ସାମ୍‌ନା କରିବାକୁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପ୍ରାକ୍‌ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟକ୍ରମ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍‌ ଭାବେ ପ୍ରସ୍ତୁତ ରହିବା ଆବଶ୍ୟକ। ଓଡ୍ରାଫ ଓ ଅଗ୍ନିସେବା ୟୁନିଟ ଗୁଡିକ ତୁରନ୍ତ ପଦକ୍ଷେପ ନେବାପାଇଁ ସତର୍କ ହୋଇ ରହିବା ଜରୁରୀ । ବିପଦସଂକୁଳ ଓ ଅଗମ୍ୟ ଅଂଚଳରେ ଯଥେଷ୍ଟ ପରିମାଣରେ ଖାଦ୍ୟ ପଦାର୍ଥ ଏବଂ ଗୋଖାଦ୍ୟ ମହଜୁଦ କରି ରଖିବା ଜରୁରୀ । ବିପର୍ଯ୍ୟୟ ସମୟରେ ସବୁଜ ଗୋଖାଦ୍ୟର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ବ ଦେବା ସହିତ ପ୍ରାଣୀସେବା କ୍ୟାମ୍ପ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସବୁ ଜିଲ୍ଲା ଓ ସଂପୃକ୍ତ ବିଭାଗ ଗୁଡିକରେ କଣ୍ଟ୍ରୋଲ ରୁମ୍‌ ଗୁଡିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମୟରେ ଗର୍ଭବତୀ ମହିଳା, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିବିଶେଷ, ଛୋଟପିଲା, ବିଧବା ମହିଳା ଓ ବୟୋଜ୍ୟେଷ୍ଠ ଲୋକଙ୍କୁ ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ଖୋଜିବା ଓ ଉଦ୍ଧାର କରିବା, ପ୍ରାଥମିକ ଚିକିତ୍ସା, ରିଲିଫ ବ୍ୟବସ୍ଥା, ଅତ୍ୟାବଶ୍ୟକ ସେବା ସଂପର୍କିତ ଭିତ୍ତିଭୂମିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଏବଂ ଉଜୁଡି ଯାଇଥିବା ଜୀବିକାର ପୁନଃସଂସ୍ଥାନ ଆଦି ସବୁ ବିଷୟ ଗୁଡିକୁ ଧ୍ୟାନ ଦେଇ ତୁରନ୍ତ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମାନବୀୟ ଦୃଷ୍ଟିକୋଣରୁ ସହାୟତା ପାଇବା ହେଉଛି ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କର ଅଧିକାର । ଏହି ଆଭିମୁଖ୍ୟ ନେଇ ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କୁ ଠିକ୍‌ ସମୟରେ ସହାୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ଅଂଶଗ୍ରହଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସମସ୍ତ ବିପର୍ଯ୍ୟୟ ପ୍ରବଣ ଅଂଚଳରେ ଗୋଷ୍ଠୀମାନଙ୍କର ଅଂଶଗ୍ରହଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିପର୍ଯ୍ୟୟ ପରିଚାଳନା ସଂପର୍କରେ ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା ଏବଂ ସରକାରୀ କର୍ମଚାରୀ ଓ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ପ୍ରକୃତିର ବିଭୀଷିକାର ମୁକାବିଲା ପାଇଁ ଆମର ସମାଜ ସବୁବେଳେ ପ୍ରସ୍ତୁତ ରଖିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଆଲୋଚନାରେ ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବିଧାୟକ ଶ୍ରୀ ନରସିଂହ ମିଶ୍ର,ବିଧାୟକ ଶ୍ରୀ ଜୟନ୍ତ ଷଡଙ୍ଗୀ, ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେଓ, ବିଧାୟକ ଶ୍ରୀ ଅନନ୍ତ ଦାସ ପ୍ରମୁଖ ଭାଗ ନେଇ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।

ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ତାଙ୍କର ପ୍ରାରମ୍ଭିକ ଭାଷଣରେ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ବୈଠକରେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ ,ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ତଥା ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।