Odisha Prepared - The Sakala

ସ୍ୱାସ୍ଥ୍ୟ ନିର୍ଦ୍ଦେଶକ : ଥାର୍ଡ ୱେଭ୍ ଆସିବା ପୂର୍ବରୁ ଆଗୁଆ ଜାଣି ହେବ
ଦେଶ ସହ ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ମାମଲା କମିବାରେ ଲାଗିଛି । ଆଉ ଆଗାମୀ ଦିନରେ ତୃତୀୟ ଲହର ଆସିବା ନେଇ କୁହାଯାଉଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ଥାର୍ଡ ୱେଭ୍ ଆସିବା ପୂର୍ବରୁ ଆଗୁଆ ଜାଣି ହେବ । କେବେ ଥାର୍ଡ ୱେଭ ଓଡ଼ିଶା ଆସିବ ତାହା ଆମେ ପୂର୍ବରୁ ହିଁ ଜାଣି ପାରିବୁ । ଦ୍ୱିତୀୟ ଲହର ବମ୍ବେ ଓ ଦିଲ୍ଲୀରେ ଆସିବା ପରେ ଓଡ଼ିଶାକୁ ଆସିଥିଲା । ତେଣୁ ଆଶା କରୁଛୁ ଥାର୍ଡ ୱେଭ୍ ଆମ ଦେଶକୁ ଆସିଲେ ଜାଣି ହେବେ ।

ମାତ୍ର ବର୍ତ୍ତମାନଠୁ ଆମେ ଥାର୍ଡ ୱେଭ୍ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛୁ । ଭ୍ୟାକ୍ସିନ୍ ନେଇ ଆଇସିଏମଆର ଷ୍ଟଡି ଉପରେ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ଭ୍ୟାକ୍ସିନ୍ ନେଇ କରୋନା ପଜିଟିଭ୍ ହୋଇଥିବା ୨୭୪ ଜଣଙ୍କର ଅଧ୍ୟୟନ କରାଯାଇଥିଲା । ଭ୍ୟାକ୍ସିନ୍ ନେବା ଦ୍ୱାରା ସୁରକ୍ଷା ମିଳୁଛି ଏବଂ ସିଭିୟରିଟି ଅଧିକ ହେଉନାହିଁ । ଏହା ଆମ  ଶରୀରରେ ଆଣ୍ଟିବଡ଼ି ମଧ୍ୟ ସୃଷ୍ଟି କରୁଛି । ତଥାପି ଏହାର ଅଧିକ ଅନୁଧ୍ୟାନ ଆବଶ୍ୟକ ରହିଛି ।

ରାଜ୍ୟ ସରକାରଙ୍କ ଦ୍ୱାରା ଗଠନ ହୋଇଥିବା ବୈଷୟିକ କମିଟି ଭ୍ୟାକ୍ସିନ୍ ନେବା ପରେ କେତେ ଲୋକ ସଂକ୍ରମିତ ହେଉଛନ୍ତି । କେତେ ଲୋକଙ୍କର ସିଭିୟରିଟି ହେଉଛି ସେ ନେଇ ଷ୍ଟଡି କରୁଥିବା ସେ କହିଛନ୍ତି । ଏବେ ରାଜ୍ୟରେ ସଂକ୍ରମଣ ସ୍ଥିର ରହିଛି । ବେଳେ ବେଳେ ବଢ଼ୁଛି ଏବଂ କମୁଛି । ସଂକ୍ରମଣ ବଢ଼ିଥିବା କିଛି ଜିଲ୍ଲା ଉପରେ ଅଧିକ ଫୋକସ କରାଯିବା ସହ ସ୍ୱତନ୍ତ୍ର ନଜର ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।