Chief Secretary - The Sakala

ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ଉନ୍ନୟନ କମିସନର ଦାୟିତ୍ୱ ତୁଲାଉଥିଲେ ଅନୁ ଗର୍ଗ । ଚଳିତ ମାସ ୩୧ ତାରିଖରେ ଶେଷ ହେଉଛି ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ଆହୁଜାଙ୍କ ପରେ ନୂଆ ବର୍ଷରୁ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ ଅନୁ ଗର୍ଗ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଅନୁ ଗର୍ଗ ହେଉଛନ୍ତି ୧୯୯୧ ବ୍ୟାଚର ଆଇଏଏସ୍ ଅଧିକାରୀ । ସେ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ୧୯୬୯ ମାର୍ଚ୍ଚ ୧ରେ ଜନ୍ମ ଗ୍ରହଣ କରିଥିଲେ । ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରୁ ସମାଜ ଶାସ୍ତ୍ରରେ ଏମ୍.ଏ. ଏବଂ ଜନ୍ସ ହପକିନ୍ସ ବ୍ଲୁମବର୍ଗ ସ୍କୁଲ ଅଫ୍ ପବ୍ଲିକ୍ ହେଲଥରୁ ମାଷ୍ଟର ଅଫ୍ ପବ୍ଲିକରୁ ଶିକ୍ଷା ଲାଭ କରିଛନ୍ତି । ବର୍ତ୍ତମାନ ଅନୁ ଗର୍ଗ ରାଜ୍ୟର ଉନ୍ନୟନ କମିଶନର, ତଥା ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଭାବରେ କାର୍ଯ୍ୟରତ ଅଛନ୍ତି ।

ଆଜି ଧାମରା ବନ୍ଦର, ଆଖଣ୍ଡଳମଣି ମନ୍ଦିର ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ ଓ ‘୫-ଟି’ ସଚିବ
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ସଚିବ ଭି.କେ ପାଣ୍ଡିଆନ୍‍ ଆଜି ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିବେ। ଦିନ ୨ଟା ୩୦ ମିନିଟ୍‍ ରେ ଭୁବନେଶ୍ୱର ସ୍ଥିତ ବିମାନବନ୍ଦରରୁ ବାହାରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଏବଂ ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍‍ ଧାମରା ବିମାନ ବନ୍ଦର ଯିବେ। ସେଠାରେ ଅପରାହ୍ନ ୩ଟା୧୦ ମିନିଟ୍‍ ରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ। ଏହା ପରେ ରାଜ୍ୟ ପ୍ରଶାସନର ୨ ଶୀର୍ଷ ଅଧିକାରୀ ସ୍ଥାନୀୟ ତୀର୍ଥକ୍ଷେତ୍ର ଆଖଣ୍ଡଳମଣି ମନ୍ଦିର ଗସ୍ତ କରି ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି।

ପ୍ରଥମ ପର୍ଯ୍ୟାୟରେ ଆଖଣ୍ଡଳମଣି ମନ୍ଦିର ଓ ପୀଠ ପାଇଁ ଦିଆଯାଇଥିବା ୨୧ କୋଟି ଟଙ୍କାର କାର୍ଯ୍ୟ କେତେବାଟ ଆଗେଇଛି। ସେନେଇ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ମନ୍ଦିର ପାଇଁ ୬ କୋଟି, ସାଇନ୍ସ ସିଟି ପାଇଁ ୬ କୋଟି ୬୦ ଲକ୍ଷ, ପାନ୍ଥ ନିବାସ ପାଇଁ ୩ କୋଟି ୫୦ ଲକ୍ଷ, ଦୋକାନ ଗୃହ ପାଇଁ ୪ କୋଟି ଟଙ୍କା, ଶିବଗଙ୍ଗା ପୁଷ୍କରଣୀର ପୁନରୁଦ୍ଧାର ପାଇଁ ୧ କୋଟି ୩୦ ଲକ୍ଷ ଟଙ୍କା ପ୍ରଥମ ପର୍ଯ୍ୟାୟରେ ଦିଆଯାଇଥିଲା। ଏସବୁ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ, ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କରିବା ସହ ସେବାୟତଙ୍କ ସହ ଆଲୋଚନା କରିବେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ। ପୀଠର ବିକାଶ ଓ ଉଚ୍ଛେଦ ହେବାକୁ ଥିବା ସେବାୟତଙ୍କୁ ଥଇଥାନ ପାଇଁ ସହାୟତା ଦେବାର ଯୋଜନା ରହିଛି।

ଜନସାଧାରଣଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଅନୁରୋଧ : ବଜାର ଯିବା ବେଳେ ଘରୁ ବ୍ୟାଗ ନେଇ ଯାଆନ୍ତୁ, ପଲିଥିନ୍‌ ବର୍ଜନ କରନ୍ତୁ
ଭୁବନେଶ୍ବର : ଥରେ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍ ନିଷିଦ୍ଧ ଆଇନକୁ କଡ଼ାକଡ଼ିଭାବେ ସାରା ରାଜ୍ୟରେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଆଜି ରାଜ୍ୟସ୍ତରୀୟ ଟାକ୍ସ ଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ସେ ଏହି ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ପରିବେଶ ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ ନନ୍ଦ ପ୍ଲାଷ୍ଟିକ୍ ବ୍ୟବହାର ନିଷିଦ୍ଧ ନିୟମ ଏବଂ ତାହାର ଅନୁପାଳନ ସମ୍ବନ୍ଧିତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ଏ ଦିଗରେ ବର୍ତ୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ପଦକ୍ଷେପଗୁଡ଼ିକର ସମୀକ୍ଷାକରି ଆଇନକୁ କଡାକଡି ଭାବେ ଲାଗୁ କରିବା ପାଇଁ ଶ୍ରୀ ମହାପାତ୍ର ଜିଲ୍ଲାପାଳ, ଡି.ଏଫ୍.ଓ ଏବଂ ସଂପୃକ୍ତ ବିଭାଗର କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଥରେ ବ୍ୟବହାର ଯୋଗ୍ୟ ନିଷିଦ୍ଧ ପ୍ଲାଷ୍ଟିକ୍ ଉତ୍ପାଦନ ୟୁନିଟ୍ ଓ ବିକ୍ରୀ କରୁଥିବା ଦୋକାନୀମାନଙ୍କ ବିରୁଦ୍ଧରେ କଡା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ନିଜ ନିଜ ଜିଲ୍ଲା ଓ ବନଖଣ୍ଡରେ ହାଟ ବଜାର, ପର୍ଯ୍ୟଟନସ୍ଥଳୀ, ସାଧାରଣ ସମାଗମ ସ୍ଥାନ ଆଦିରେ ପ୍ଲାଷ୍ଟିକ୍ ବ୍ୟବହାର ବାରଣର ଅନୁପାଳନ ବିଷୟରେ ପ୍ରତି ମାସରେ ରିପୋର୍ଟ୍ ଦେବାପାଇଁ ଜିଲ୍ଲାପାଳ ଏବଂ ବନଖଣ୍ଡ ଅଧିକାରୀମାନଙ୍କୁ କୁହାଯାଇଥିଲା ।

ଥରେ ବ୍ୟବହାର ଯୋଗ୍ୟ ନିଷିଦ୍ଧ ପ୍ଲାଷ୍ଟିକ୍, ପଲିଥିନ୍ ବ୍ୟାଗ୍, କ୍ୟାରି ବ୍ୟାଗ୍, ପ୍ଲାଷ୍ଟିକ୍ ଗ୍ଲାସ୍ ଆଦି ବ୍ୟବହାର ନକରିବା ପାଇଁ ସଚେତନତା କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ ଓ ସଘନ କରିବା ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଥିଲା । ବିଦ୍ୟାଳୟମାନଙ୍କରେ ଗଠନ ହୋଇଥିବା ଇକୋ-କ୍ଲବ୍, ସାମ୍ବାଦିକ, ବରିଷ୍ଠ ନାଗରିକ, ସମ୍ମାନଷ୍ପଦ ବ୍ୟକ୍ତି ବିଶେଷ, ନିର୍ବାଚିତ ପ୍ରତିନିଧି, ବାର୍ ଆସୋସିଏସନ୍, ରୋଟାରୀ ଓ ଲାୟନ୍ସକ୍ଲବ ଏବଂ ସ୍ଥାନୀୟ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ ଅଭିଯାନରେ ସକ୍ରିୟଭାବେ ସାମିଲ୍ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ସ୍ୱତନ୍ତ୍ର ସ୍କ୍ୱାର୍ଡ୍ ମାଧ୍ୟମରେ ବିଭିନ୍ନ ସ୍ଥାନରେ ଚଢ଼ାଉକରି ନିଷିଦ୍ଧ ପ୍ଲାଷ୍ଟିକ୍ ଉତ୍ପାଦନ, ବିପଣୀ ଓ ବ୍ୟବହାରକାରୀ ଦୋକାନୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ହୋଇଥିଲା । ପ୍ଲାଷ୍ଟିକ୍ ବର୍ଜ୍ୟ ସଂଗ୍ରହ ଓ ପରିଚାଳନା ବିଷୟ ବୈଠକରେ ସବିଶେଷଭାବେ ଆଲୋଚନା ହୋଇଥିଲା । ଏଥିପାଇଁ ଗ୍ରାମ ପଂଚାୟତ ଏବଂ ସହରାଞ୍ଚଳ ମାନଙ୍କ ମଧ୍ୟରେ ସମନ୍ୱୟକୁ ଅଧିକ ଦୃଢ଼ିଭୁତ ଓ ସୁଗମ କରାଯିବ । ପ୍ଲାଷ୍ଟିକ୍ ବର୍ଜ୍ୟର ପୁନଃ ବ୍ୟବହାର ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ରାସ୍ତା ନିର୍ମାଣ ଓ ସିମେଣ୍ଟ କାରଖାନା ଆଦିରେ ଏହାର ବ୍ୟବହାର ବଢ଼ାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ପ୍ରଦ୍ୟୁଷଣ ନିୟନ୍ତ୍ରଣ ବୋର୍ଡ, ପୁର୍ତ୍ତ, ଗ୍ରାମ ଉନ୍ନୟନ, ଗୃହ ଓ ନଗର ଉନ୍ନୟନ ବିଭାଗ ଯନ୍ତ୍ରୀ ଓ ବିଶେଷଜ୍ଞ ମାନଙ୍କ ସହ ବୈଠକ କରି ରାସ୍ତା ନିର୍ମାଣରେ ପ୍ଲାଷ୍ଟିକର ନିୟମିତ ଯୋଗାଣ ଓ ବ୍ୟବହାର ନିଶ୍ଚିତ କରାଇବା ନିମନ୍ତେ ମୁଖ୍ୟ ଶାସନ ସଚିବ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସିମେଣ୍ଟ ପ୍ରସ୍ତୁତିରେ ଅଧିକ ପ୍ଲାଷ୍ଟିକ୍ ବର୍ଜ୍ୟ ବ୍ୟବହାର ନିମନ୍ତେ ନିଜ ନିଜ ପ୍ଲାଣ୍ଟର ଦକ୍ଷତା ବଢ଼ାଇବାକୁ ସଂପୃକ୍ତ କଂପାନୀମାନଙ୍କୁ କୁହାଯାଇଥିଲା ।

ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି, ବର୍ତ୍ତମାନ ସୁଦ୍ଧା ୧୧,୬୯୩ ଟି ଗ୍ରାମରେ ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ନିମନ୍ତେ ଆବଶ୍ୟକୀୟ ଭିତ୍ତିଭୂମି ତିଆରି ହୋଇଛି । ୩୦୯୭ ଗ୍ରାମ ପଂଚାୟତରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା କଠିନ ବର୍ଜ୍ୟବସ୍ତୁ ଏବଂ ପ୍ଲାଷ୍ଟି୍କ୍ ବର୍ଜ୍ୟ ପରିଚାଳନା କରାଯାଉଛି । ୧୩୦୬ ଗ୍ରାମରେ ଘରକୁ ଘର ପ୍ଲାଷ୍ଟିକ୍ ବର୍ଜ୍ୟ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହୋଇଛି । ୧୩,୮୩୪ ଟି ବର୍ଜ୍ୟ ପୃଥକୀକରଣ ସ୍ଥାନ ତିଆରି କରାଯାଇଛି । ପ୍ରାୟ ୧୩,୪୫୫ ତିନି ଚକିଆ ଗାଡ଼ିକୁ ଗ୍ରାମାଞ୍ଚଳରେ କଠିନ ବର୍ଜ୍ୟବସ୍ତୁ ସଂଗ୍ରହ ଓ ପରିବହନ କାର୍ଯ୍ୟରେ ନିୟୋଜିତ କରାଯାଇଛି ।

୨୦୨୧-୨୨ ବର୍ଷରେ ପ୍ରାୟ ବର୍ତ୍ତମାନ ସୁଦ୍ଧା ପ୍ରାୟ ୮୬ ଟନରୁ ଉର୍ଦ୍ଧ୍ୱ ପ୍ଲାଷ୍ଟିକ୍ ବର୍ଜ୍ୟ ଗ୍ରାମାଞ୍ଚଳରୁ ସଂଗ୍ରହ କରାଯାଇ ନିକଟତମ ସହରାଞ୍ଚଳ ବର୍ଜ୍ୟ ପରିଚାଳନା କେନ୍ଦ୍ରରେ ପହଞ୍ଚା ଯାଇଛି । ଏହା ବ୍ୟତୀତ ପ୍ରାୟ ୧୯୦୦ ବର୍ଜ୍ୟ ଏକତ୍ରୀକରଣ ସଂସ୍ଥା ଇତି ମଧ୍ୟରେ ୨୩୦୧ ଟନ୍ ପ୍ଲାଷ୍ଟିକ୍ ବର୍ଜ୍ୟ ସଂଗ୍ରହ କରିଥିବାର ଜଣାଇଛନ୍ତି । ସଂଗୃହିତ ପ୍ଲାଷ୍ଟିକ୍କୁ ପୁନଃ-ବ୍ୟବହାର ପୂର୍ବବର୍ତ୍ତୀ ପ୍ରକ୍ରିୟାକରଣ ନିମନ୍ତେ ଘରୋଇ ନିବେଶ ସହଭାଗିତାରେ ସ୍ୱତନ୍ତ୍ର ୟୁନିଟ ପ୍ରତିଷ୍ଠା କରାଯାଇଛି । ଗ୍ରାମ ପଂଚାୟତ ଓ ସ୍ୱଚ୍ଛ ଭାରତ ଅଭିଯାନର ସହଯୋଗିତାରେ ଗ୍ରାମସ୍ତରୀୟ ବର୍ଜ୍ୟ ମହଜୁଦ ସେଡ୍ ମାନ ମଧ୍ୟ ନିର୍ମାଣ କରାଯାଇଛି ।

ପର୍ଯ୍ୟାୟକ୍ରମେ ସମସ୍ତ ପଂଚାୟତ ଓ ଗ୍ରାମକୁ ପ୍ଲାଷ୍ଟିକ୍ ବର୍ଜ୍ୟ ସଂଗ୍ରହ ଏବଂ ପରିଚାଳନା କାର୍ଯ୍ୟକ୍ରମସହ ସଂଯୋଜିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବର୍ଜ୍ୟ ପୃଥକୀକରଣ ଏବଂ ପୁନଃ ବ୍ୟବହାର କେନ୍ଦ୍ର ଏବଂ ପ୍ଲାଷ୍ଟିକ୍ ରୂପାନ୍ତରଣ ୟୁନିଟ୍ ଗୁଡ଼ିକର ଦକ୍ଷତା ବଢ଼ାଇବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଥିଲା । ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପଂଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ଆଶୋକ କୁମାର ମୀନା, ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ  ଜି. ମାଥିଭାଥାନନ୍, ପରିବେଶ ନିର୍ଦ୍ଦେଶକ  ସୁଶାନ୍ତ ନନ୍ଦ, ପ୍ରଦ୍ୟୁଷଣ ନିୟନ୍ତ୍ରଣ ପରିଷଦର ସଦସ୍ୟ ସଚିବ ଡାକ୍ତର କେ. ମୁରୁଗେଶାନଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ବୈଠକର ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

କୋଭିଡ ସ୍ଥିତି ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା : ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଅଗ୍ରାଧିକାର ଭିତ୍ତିରେ ବୁଷ୍ଟର ଡୋଜ୍ ସହ ଜିଲ୍ଲାପାଳମାନେ କୋଭିଡ ହସ୍ପିଟାଲ ବୁଲି ତଦାରଖ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। କିଛି ଦିନ ଭିତରେ ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ ଦୈନିକ ସଂକ୍ରମଣ ହାର ୫.୧୫ ପ୍ରତିଶତରେ ପହଞ୍ଚିଛି। ରାଜ୍ୟର ସମସ୍ତ ଜିଲ୍ଲାରୁ ସଂକ୍ରମଣ ବୃଦ୍ଧି ସାମ୍ନାକୁ ଆସୁଥିବା ବେଳେ ଓମିକ୍ରନ ମାମଲା ମଧ୍ୟ ଚିହ୍ନଟ ହେଉଛନ୍ତି। ଯାହା ରାଜ୍ୟ ସରକାରଙ୍କ ଚିନ୍ତା ବଢାଇଦେଇଛି। ଏହାରି ମଧ୍ୟରେ ରାଜ୍ୟର କୋଭିଡ ସ୍ଥିତି ନେଇ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟ ଶାସନ ସଚିବ।ରବିବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ରାଜ୍ୟର ସ୍ଥିତି ନେଇ ଆଲୋଚନା ହୋଇଛି।

କରୋନା ମୁକାବିଲା ନେଇ ପ୍ରସ୍ତୁତି ସମ୍ପର୍କିତ ସମୀକ୍ଷା ବୈଠକରେ ମୁଖ୍ୟ ସଚିବ ଡାକ୍ତର, ନର୍ସମାନଙ୍କୁ ବୁଷ୍ଟର ଡୋଜ୍ ପ୍ରଦାନ ଉପରେ ଗୁରୁତ୍ୱ ଦେଇଛନ୍ତି । ପ୍ରାଥମିକ ସ୍ତରରେ ଡାକ୍ତର ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କୁ ଖୁବଶୀଘ୍ର ଯୁଦ୍ଧକାଳୀନ ଭିତରେ କରୋନା ଟିକାର ୩ୟ ଡୋଜ ଦିଆଯାଉ। ଏଥି ସହିତ ଜିଲ୍ଲାପାଳ ମାନେ କୋଭିଡ ହସ୍‌ପିଟାଲ ବୁଲି ତଦାରଖ କରିବାକୁ ନିର୍ଦ୍ଦେଶ ହୋଇଛି। ଜିଲ୍ଲାପାଳ ମାନେ ହସ୍‌ପିଟାଲରେ ଉନ୍ନତ ଚିକିତ୍ସା ପାଇଁ ଅତ୍ୟାବଶ୍ୟକ ବ୍ୟବସ୍ଥା କରିବେ।

ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀ ମାନଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବା ସରକାରଙ୍କ ପ୍ରାଥମିକତା ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ସେହିପରି ସେ କୋଭିଡ ହସ୍‌ପିଟାଲ ଓ କୋଭିଡ କେୟାର ସେଣ୍ଟରକୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ଡାକ୍ତରଖାନା ଗୁଡ଼ିକରେ ପରିବାର ଲୋକଙ୍କ ଯୋଗାଯୋଗ ପାଇଁ ‌ହେଲ୍‌ପ ଡେସ୍କ ରଖାଯିବ। ଏହି ହେଲ୍ପ ଡେକ୍ସ ମାଧ୍ୟମରେ ରୋଗୀଙ୍କ ପରିବାରକୁ ସୂଚନା ପ୍ରଦାନ କରାଯିବ। ପରିବାର ଲୋକେ ମଧ୍ୟ ରୋଗୀର ସ୍ଥିତି ସଂପର୍କରେ ପ୍ରତିଦିନ ଅବଗତ ହୋଇପାରିବେ।

ଅନ୍ୟପକ୍ଷରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମୁଖ୍ୟ ସଚିବ ରାଜ କୁମାର ଶର୍ମା ବଜାରେ ଉପଲବ୍ଧ କରୋନା ଟିକାକୁ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜ୍‌ ଭାବେ ବ୍ୟବହାର କରିବା କହିଛନ୍ତି । ଜିଲ୍ଲାପାଳମାନଙ୍କୁ ମୁଖ୍ୟ ସଚିବଙ୍କ ଆବଶ୍ୟକୀୟ ସହାୟତା ସମ୍ପର୍କରେ ପଚାରି ବୁଝିବା ସହ ସ୍ୱାସ୍ଥ୍ୟ ବିଭାଗ ଆବଶ୍ୟକ ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବଙ୍କ କହିବାନୁସାରେ, ଏବେ ସୁଦ୍ଧା ରାଜ୍ୟରେ ୭, ୮୮୧ ଅକ୍ସିଜେନ ବେଡ ପ୍ରସ୍ତୁତ ଅଛି । ସେହିପରି ୨,୦୨୪ ଆଇସିୟୁ ବେଡ ରହିଥିବା ବେଳେ ଶିଶୁଙ୍କ ପାଇଁ ୧ ହଜାର ବେଡ ଓ ୮୭୪ଟି ଭେଣ୍ଟିଲେଟର ବେଡ ପ୍ରସ୍ତୁତ ହୋଇ ରହିଛି । ବର୍ତ୍ତମାନ ସୁଦ୍ଧା ୯୭ ପ୍ରତିଶତ କରୋନା ରୋଗୀ ଘରେ ଚିକିତ୍ସିତ ହେଉଥିବା ବେଳେ ୩ ପ୍ରତିଶତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।ରାଜ୍ୟରେ ମୋଟ ୧୬ ହଜାର୧୧୭ ସକ୍ରିୟ ମାମଲା ରହିଥିବା ବେଳେ ୧୫ହଜାର ୬୪୦ଜଣ ସଂକ୍ରମିତ ହୋମ୍ ଆଇସୋଲେସନ୍‌ରେ ରହି ଚିକିତ୍ସିତ ହେଉଛନ୍ତି । ହୋମ୍ ଅଇସୋଲେସନରେ ଥିବା ଆକ୍ରାନ୍ତଙ୍କ ପାଇଁ ହସ୍ପିଟାଲର ଆବଶ୍ୟକ ନାହିଁ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । ବର୍ତ୍ତମାନ ସ୍ଥିତିରେ ୯୭ ପ୍ରତିଶତ ଆକ୍ରାନ୍ତଙ୍କ ହସ୍ପିଟାଲର ଆବଶ୍ୟକ ନାହିଁ । ବାକି ୩% ଆକ୍ରାନ୍ତଙ୍କ ମଧ୍ୟରୁ ୧୧% ଆଇସିୟୁକୁ ଏବଂ ୩% ଭେଣ୍ଟିଲେଟର ଯାଉଛନ୍ତି ।

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକରେ ଅତିରିକ୍ତ ସ୍ବାସ୍ଥ୍ୟ ସଚିବ ରାଜକୁମାର ଶର୍ମା, ଉନ୍ନୟନ କମିସନର ପ୍ରଦୀପ ଜେନା, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ଡାକ୍ତର ଉମାକାନ୍ତ ଶତପଥୀ, ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ସମସ୍ତ ଜିଲ୍ଲା ପ୍ରଶାସନକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : କୋଭିଡ୍-୧୯ ର ସମ୍ଭାବ୍ୟ ତୃତୀୟ ଲହର ପ୍ରତିରୋଧ ନିମନ୍ତେ ପୂର୍ଣ୍ଣ ପ୍ରସ୍ତୁତ ଓ ସକ୍ରିୟ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସବୁ ଜିଲ୍ଲାର ଜିଲ୍ଲାପାଳ, ଏସ୍.ପି. ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଲୋକସେବା ଭବନରୁ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ସିଧାସଳଖ ଆଲୋଚନା କରି ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ କହିଥିଲେ ଯେ ବର୍ତ୍ତମାନ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ଶିକ୍ଷାଦାନ ଆରମ୍ଭ ହୋଇଛି । ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ପାଇଛି । ଜିବୀକା ନିର୍ବାହ ସହିତ ସଂପୃକ୍ତ ସମସ୍ତ ଅନୁଷ୍ଠାନ, ସଂସ୍ଥା ଏବଂ କାର୍ଯ୍ୟକ୍ରମଗୁଡ଼ିକ ପୁନଃ ଆରମ୍ଭ ହୋଇଛି । ତେଣୁ ଏହି ସମୟରେ ସମ୍ଭାବ୍ୟ ତୃତୀୟ ଲହରର ପ୍ରଭାବ ରୋକିବା ନିମନ୍ତେ ଆମକୁ ଅଧିକ ସତର୍କ, ସଜାଗ ଓ କ୍ରିୟାଶୀଳ ହେବାକୁ ପଡ଼ିବ ।ମଣ୍ଡଳ ଉନ୍ନୟନ ଅଧିକାରୀ, ସରପଂଚ, ୱାର୍ଡମେମ୍ବର, ଅଙ୍ଗନାବାଡ଼ି କର୍ମୀ, ଗ୍ରାମ ଓ ପଂଚାୟତ ସ୍ତରୀୟ ସରକାରୀ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀ ମାନଙ୍କ ମାଧ୍ୟମରେ ସବୁ ଅଂଚଳର ବାସ୍ତବ ସ୍ଥିତି ବିଷୟରେ ସଠିକ୍ ସୂଚନା ସଂଗ୍ରହ ସହ କୌଣସି ସ୍ଥାନରେ କୋଭିଡ୍ ସଂକ୍ରମଣ ଜଣାପଡ଼ିବା ମାତ୍ରେ ଲକ୍ଷଣ ପ୍ରକାଶ ପାଇବାମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଏହାଛଡ଼ା ଘରକୁ ଘର ଅଭିଜାନ ମାଧ୍ୟମରେ କୋଭିଡ୍ ଟିକାକରଣକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଥିଲେ ଯେ କୋଭିଡ୍ ପରିଚାଳନାରେ ଓଡ଼ିଶା ଆନ୍ତର୍ଜାତିକ ସ୍ୱୀକୃତି ପାଇଛି । କୋଭିଡ୍ ଟିକାକରଣରେ ସମଭାବେ ଆଗୁଆ ହୋଇ ଏହି ସୁନାମ ବଜାୟ ରଖିବା ପାଇଁ ଶ୍ରୀ ଜେନା ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ । ଟିକାକରଣର ଗ୍ରାମ ସ୍ତରୀୟ କାର୍ଯ୍ୟ-ଯୋଜନାକୁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟାନ୍ୱୟନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ରାଜକୁମାର ଶର୍ମା କହଥିଲେ ଯେ କେତେକ ଦେଶରେ କୋଭିଡ୍ର ଏକ ନୂଆ ମିଶ୍ରିତ ପ୍ରକାର ଦେଖାଇଛି । ଏହା ଅଧିକ ମିଶ୍ରିତ ଏବଂ ତୀବ୍ର ହେବାର ସମ୍ଭାବନା ରହିଛି । ତେଣୁ ୧୮ ରୁ ଉର୍ଦ୍ଧ୍ଵ ସମସ୍ତ ନାଗରିକଙ୍କର ଶତ ପ୍ରତିଶତ ଟିକାକରଣ ଆମ ପାଇଁ ଏକ ବଡ଼ ପ୍ରତିରୋଧକ ହେବ । କୋଭିଡ୍ ପରୀକ୍ଷା କଲାବେଳେ ‘ଜେନୋମିକ୍ ସିକୁଏନ୍ସିଂ’ କରାଇବା ପାଇଁ ମଧ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ନିର୍ଦ୍ଦେଶ ଦେଇଥିଲେ ।

କୋଭିଡ୍ ନିରାକରଣ ବ୍ୟବହାର ଯଥା ମାସ୍କ ପରିଧାନ, ସାମାଜିକ ଦୂରତା ରକ୍ଷା ଏବଂ ସାନିଟାଇଜର ବ୍ୟବହାର ଆଦିକୁ କଡାକଡି ଭାବେ ପ୍ରବର୍ତ୍ତନ କରାଇବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ନିୟମ ଭଙ୍ଗ କରୁଥିବା ବ୍ୟକ୍ତି ବା ଅନୁଷ୍ଠାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ, ଜୋରିମାନା ଆଦାୟ ଆଦିକୁ ଅଧିକ ସଘନ ଓ ବ୍ୟାପକ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ । କୋଭିଡ୍-୧୯ ମୃତକଙ୍କ ଉତ୍ତରାଧିକାରୀଙ୍କୁ ଅନୁକଂପା ସହାୟତା ରାଶି ପ୍ରଦାନ ବିଷୟ ବୈଠକର ଆଲୋଚନାରେ ସ୍ଥାନ ପାଇଥିଲା । ଏହି ପ୍ରକ୍ରିୟାକୁ ଜନ ସାଧାରଣଙ୍କ ନିମନ୍ତେ ଅଧିକ ସରଳ ଓ ସୁଗମ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । କୋଭିଡ୍ ଅଡିଟେଡ୍ ମୃତକଙ୍କ ନିକଟ ସଂପର୍କୀୟଙ୍କୁ ଅନୁକଂପା ରାଶି ପ୍ରଦାନ ନିମନ୍ତେ ପ୍ରକ୍ରିୟାଗତ ଆବଶ୍ୟକତା ପ୍ରତିବନ୍ଧକ ହେବା ଉଚ୍ଚିତ୍ ନୁହେଁ ବୋଲି ଉନ୍ନୟନ କମିଶନର ଶ୍ରୀ ଜେନା ନିର୍ଦ୍ଦେଶ ଦେଇଥିଲେ । ସବୁ ଜିଲ୍ଲାର ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନେ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ଜିଲ୍ଲାର କୋଭିଡ୍ ସ୍ଥିତି, ପ୍ରତିରୋଧାତ୍ମକ କାର୍ଯ୍ୟଯୋଜନା ଏବଂ ଅନୁକଂପା ରାଶି ସମ୍ବନ୍ଧିତ ସଦ୍ୟତନ ତଥ୍ୟ ଉପସ୍ଥାପନ କରିଥିଲେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗଦେଇଥିଲେ ।

ଲକଡାଉନ୍ ଅବଧି ନେଇ ଅପରାହ୍ଣରେ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ରାଜ୍ୟରେ ସମାନ୍ତରଳ ସ୍ଥିତିରେ ରହିଛି କରୋନା ସଂକ୍ରମଣ । ତଳେ ଦୈନିକ ସଂକ୍ରମଣ ସାଢ଼େ ୩ ହଜାର ମାମଲା ରହୁଥିବା ବେଳେ ପଜିଟିଭ୍ ହାର୍ ୪.୧୪ ପ୍ରତିଶତ ରହିଛି । ଆସନ୍ତାକାଲି ସକାଳେ ସରୁଛି ଲାଗିଥିବା ଲକଡାଉନ୍ ଅବଧି । ସଂକ୍ରମଣ ଖସୁଥିବାରୁ ଲକଡାଉନ୍ କଟକଣା କୋହଳ ନେଇ ବିଚାର କରୁଛନ୍ତି ରାଜ୍ୟ ସରକାର । ଆଜି ଦିନ ୨ଟା ୩୦ରେ ଲକଡାଉନ୍ କଟକଣା ନେଇ ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ପ୍ରେସମିଟରେ ସୂଚନା ଦେବେ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୭ଜିଲ୍ଲା ଓ ଉପକୂଳ ଓଡ଼ିଶାର ୧୩ ଜିଲ୍ଲାରେ ଲାଗିଥିବା ଆଂଶିକ ଲକଡାଉନ କୋହଳ କରାଯାଇପାରେ । ଏବେ ଉପକୂଳ ଜିଲ୍ଲାରେ ସକାଳ ୬ରୁ ଦିନ ଗୋଟାଏ ଓ ପଶ୍ଚିମ ଓଡ଼ିଶାରେ ଅପରାହ୍ଣ ୫ଟା ଯାଏଁ କଟକଣା କୋହଳ ହୋଇଛି । ସଂକ୍ରମଣ କମୁଥିବାରୁ ପର୍ଯ୍ୟାୟ କ୍ରମେ ଏସବୁ ଜିଲ୍ଲାମାନଙ୍କରେ କଟକଣା ଆହୁରି କୋହଳ ହେବ । ଏବେ ରେଡ୍ ଜୋନରେ ୪ ଜିଲ୍ଲା ବାଲେଶ୍ୱର, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲା ରହିଛି । ସେହିଭଳି ୟେଲୋ ଜୋନରେ ୫ଟି ଜିଲ୍ଲା ମୟୂରଭଞ୍ଜ, ଭଦ୍ରକ, ଜଗତସିଂହପୁର, ପୁରୀ ଓ ନୟାଗଡ଼ ରହିଛି । ଅନ୍ୟ ୨୧ଟି ଜିଲ୍ଲା ଗ୍ରୀନ୍ ଜୋନରେ ରହିଛି ।