Mob Attack Incident - The Sakala

ରାୟଗଡ଼ାରେ ଘଟିଥିବା ଜଘନ୍ୟ, ବର୍ବରୋଚିତ କାଣ୍ଡ ସମଗ୍ର ଓଡ଼ିଶାକୁ ବିଚଳିତ, ଲଜ୍ଜିତ ଓ ଚିନ୍ତିତ କରିଛି: ନବୀନ
ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଅଞ୍ଚଳରେ ଦିଲ୍ଲୀର ଜଣେ ଛାତ୍ରୀଙ୍କ ସମେତ ଦୁଇଜଣଙ୍କ ଉପରେ ହୋଇଥିବା ଜଘନ୍ୟ, ବର୍ବର ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ଏହି ବର୍ବରୋଚିତକାଣ୍ଡ ସାରା ଓଡ଼ିଶାକୁ ବିଚଳିତ, ଲଜ୍ଜିତ ଓ ଚିନ୍ତିତ କରିଛି ବୋଲି ସେ ପ୍ରକାଶ କରିଛନ୍ତି। ନିଜର ଏକ୍ସ (X) ହ୍ୟାଣ୍ଡେଲରେ ଏକ ବିବୃତ୍ତି ଜାରି କରି ଶ୍ରୀ ପଟ୍ଟନାୟକ ଏପରି ଦୁଃସ୍ଥିତିର ସାମ୍ନା କରିଥିବା ଛାତ୍ରୀଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

ସେ କହିଛନ୍ତି ଯେ, ସର୍ବସମ୍ମୁଖରେ ଛାତ୍ରୀଙ୍କ ସହ ସଂଘବଦ୍ଧ ଭାବେ ଘଟିଥିବା ବୀଭତ୍ସ, ନାରକୀୟ କାଣ୍ଡ ମାନବିକତା ଓ ଓଡିଆ ଅସ୍ମିତା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏପରି ଘଟଣା ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବାବେଳେ ସରକାର ତୁରନ୍ତ ତତ୍ପରତାର ସହ କାର୍ଯ୍ୟାନୁଷ୍ଠାନ ନେବା ଦରକାର । କାହିଁକି ଓଡ଼ିଶାର ଛବି କଳୁଷିତ ହେବାକୁ ଛାଡିଦିଆଯାଇଛି ବୋଲି ନବୀନ ପ୍ରଶ୍ନ କରିଛନ୍ତି । ନବୀନ ଆହୁରି ମଧ୍ୟ କହିଛନ୍ତି କି, ଏ ସରକାର ଏ ପୋଲିସ ଏତେ ଅସହାୟ କ'ଣ ପାଇଁ ? ସମସ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବା କ'ଣ ଏ ସରକାରଙ୍କ ଉତ୍ତରଦାୟିତ୍ବ ନୁହେଁ କି ? ସମ୍ବେଦନଶୀଳ ଘଟଣାରେ ସରକାରଙ୍କ ସ୍ଥାଣୁତା ଓ ଅସମ୍ଭବ ନିରବତା ଏପରି ବୀଭତ୍ସକାଣ୍ଡକୁ ଘଟିବାକୁ ପ୍ରଶ୍ରୟ ଦେଉନାହିଁ କି ?

ନାରୀ ନିର୍ଯାତନା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପାଇଁ ଓଡିଶା ସାରା ବିଶ୍ୱରେ ନିନ୍ଦିତ ହେଉଥିବାବେଳେ ସରକାର କେଉଁ ମୁହଁରେ 'ବିକାଶର ଧାରା ଓଡିଶା ସାରା' କହି ଉତ୍ସବରେ ମାତିଛନ୍ତି ? ସରକାର ତୁରନ୍ତ କଠୋରରୁ କଠୋର ପଦକ୍ଷେପ ଗ୍ରହଣ କରି ରାଜ୍ୟରେ ମାଆ ଭଉଣୀଙ୍କ ସୁରକ୍ଷା ଓ ଆଇନଶୃଙ୍ଖଳା ସୁନିଶ୍ଚିତ କରିବାକୁ ନବୀନ ଦାବି କରିଛନ୍ତି ।