Nabajouban Darshan - The Sakala

ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ସକାଳ ୮ଟାରୁ ୯ଟା ଯାଏଁ ହେବ ପାରମାଣିକ ଦର୍ଶନ
ପୁରୀ: ଆସନ୍ତା ୧୯ ତାରିଖରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ସକାଳ ୮ଟାରୁ ଆରମ୍ଭ ହେବ ନବଯୌବନ ଦର୍ଶନ ।ମାତ୍ର ୩ ଘଣ୍ଟା ମିଳିବ ମହାପ୍ରଭୁଙ୍କ ଦର୍ଶନ । ସକାଳ ୮ଟା ରୁ ୯ଟା ଯାଏ ଘଣ୍ଟାଏ ହେବ ପାରିମାଣିକ ଦର୍ଶନ । ପାରମାଣିକ ଟିକେଟର ଦାମ ୧୦୦ ଟଙ୍କା ସ୍ଥିର କରାଯାଇଛି । ପାରିମାଣିକ ଦର୍ଶନ ପାଇଁ ଦକ୍ଷିଣ ଦ୍ବାର ଦେଇ ଯିବେ ଭକ୍ତ । ସେହିପରି ୯ ଟାରୁ ୧୧ଟା ଯାଏ ୨ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ରହିଛି । ସର୍ବସାଧାରଣ ଦର୍ଶନ ପାଇଁ ସିଂହଦ୍ବାର ଦେଇ ଯିବେ ଭକ୍ତ । ୧୧ଟା ପରଠାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । କେବଳ ଭକ୍ତମାନେ ବେଢ଼ା ପରିକ୍ରମା ସହ ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ।

ପାରିମାଣିକ ଦର୍ଶନରେ ୭ ହଜାର ଟିକେଟର ବ୍ୟବସ୍ଥା କରାଯାଇଛି । ପ୍ରତି ଟିକେଟର ମୂଲ୍ୟ ୧୦୦ ଟଙ୍କା ରହିଛି । ରାତି ୯ଟା ସୁଦ୍ଧା ସେନାପଟା ଲାଗି କାର୍ଯ୍ୟକ୍ରମ କରାଯିବା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ଓ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ସୂଚନା ଦେଇଛନ୍ତି । ନବଯୌବନ ଦର୍ଶନର ପରଦିନ ଶ୍ରୀଜିଉ ରଥାରୁଢ ହେବେ। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ସେଥିନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ
ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ରାତି ପାହିଲେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ । ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରମାଣିକ ଦର୍ଶନ ପାଇଁ ଧାର୍ଯ୍ୟ ହୋଇଛି । ସକାଳ ୯ରୁ ୧୦ଟା ୩୦ ସର୍ବସାଧାରଣ ଦର୍ଶନ ହେବ । ସେହିପରି ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ରୁ ସାଢେ ୬, ରାତି ୯ରୁ ୧୦ଟା ୩୦ ଓ ରାତି ୧୧ଟା ୩୦ରୁ ୧୨ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ । ବିଶେଷ ନୀତି ପାଇଁ ସକାଳ ୧୦ଟା ୩୦ରୁ ଅପରାହ୍ନ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଓ ସନ୍ଧ୍ୟା ୬ଟା ୩୦ରୁ ରାତି ୯ ଟା ଯାଏ ଏବଂ ରାତି ୧୦ଟା ୩୦ରୁ ୧୧ଟା ୩୦ ଯାଏ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ।

ସେହିପରି ପରଦିନ ଉଭାଯାତ୍ରା । ସକାଳ ୪ରୁ ୬ଟା ୩୦, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ଗୋଟାଏ ୩୦ ଓ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ଯାଏ ଜଗାଦର୍ଶନ କରିପାରିବେ ଭକ୍ତ । ସକାଳ ୬ଟା ୩୦ରୁ ଦିନ ୧୨ଟା ୩୦, ଅପରାହ୍ନ ଗୋଟାଏ ୩୦ରୁ ୩ଟା ୩୦ ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଗୁଣ୍ଡିଚା ଯାତ୍ରା ନୀତିକାନ୍ତି ତଥା ନିର୍ଦ୍ଧାରିତ ସମୟରେ ପହଣ୍ଡି ସମ୍ପାଦନ ପାଇଁ ପ୍ରସ୍ତୁତି ପାଇଁ ଉଭାଯାତ୍ରା ଦିନ ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ବନକଲାଗି ନୀତି । ସ୍ବତନ୍ତ୍ର ନୀତିକାନ୍ତି ସହ ଅଣସରର ଅନ୍ତିମ ଦିନରେ ମହାପ୍ରଭୁଙ୍କ ବନକଲାଗି ନୀତି ହେଉଛି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଦୁଇଦିନ ପରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଏଥିପାଇଁ ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆରେ ମକଡ୍ରିଲ କରିଛି ପୋଲିସ । ରଥଟଣା, ଭିଡ଼ ନିୟନ୍ତ୍ରଣ‌ ଓ ଆଇନଶୃଙ୍ଖଳା ବ୍ୟବସ୍ଥା ସମ୍ପର୍କରେ ଦିଆଯାଇଛି ପ୍ରଶିକ୍ଷଣ ।

ଆଉ ଦୁଇଟା ଦିନ ପରେ ଆୟୋଜିତ ହେବ ବିଶ୍ୱ ନିଅନ୍ତାଙ୍କ ଘୋଷଯାତ୍ରା । ଏଥିଲାଗି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ରଥକାମ । ସୋମବାର ପ୍ରତ୍ୟେକ ରଥରେ ପାର୍ଶ୍ୱଦେବତାଙ୍କୁ ସ୍ଥାପନ କରାଯାଇଛି । ମଙ୍ଗଳବାର ରଥରେ ଠେକରାବାଡ଼ ବୁଲିବ । ଚିତ୍ରକାରମାନେ ପ୍ରଭାରେ ରଙ୍ଗ କାର୍ଯ୍ୟ ସାରିଛନ୍ତି । କୋଠସୁଆଁସିଆ ସେବକମାନେ ରଥରେ କନା ମଣ୍ଡଣୀ କରି ପିତ୍ତଳ ସାଜ ଲଗାଇବେ । ପ୍ରଭା ସ୍ଥାପନ ପରେ ଚକା ସିଂହାସନ ପଡ଼ିଲେ ରଥ ନିର୍ମାଣ କାର୍ଯ୍ୟ ସରିବ ।

ଶ୍ରୀ ବଳଦେବଜୀଉଙ୍କ ନବଯୌବନ ଦର୍ଶନ
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ତୁଳସୀକ୍ଷେତ୍ର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଏବଂ ନବଯୌବନ ଦର୍ଶନ ଅନୁଷ୍ଠିତ ହୋଇଯାଇଛି l ନେତ୍ର ଉତ୍ସବ ମହାପ୍ରଭୁଙ୍କ ହେଉଛି ଶ୍ରେଷ୍ଠ ନୀତି l କୋଭିଡ କଟକଣା ଯୋଗୁ ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି l ସୀମିତ ପାଳିଆ ଓ ସେବାୟତଙ୍କ ଦ୍ୱାରା ଏହି ନେତ୍ର ଓ ନବଯୌବନ ଉତ୍ସବ ପାଳନ କରାଯାଇଛି l କୋଭିଡ କଟକଣା ସତ୍ତ୍ୱେ ମହାପ୍ରଭୁଙ୍କ ପୂର୍ବରୁ ଯେମେତି ନୀତିକାନ୍ତି ହେଉଥିଲା ସେହିପରି କରାଯାଇଛି l କୌଣସି ନୀତିରେ କିଛି ବିଭ୍ରାଟ ହୋଇନଥିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି l

ମହାପ୍ରଭୁ ଜ୍ବରରୁ ସୁସ୍ଥ ହେବା ପରେ ଶ୍ରୀଜୀଉ ନବଯୌବନ ଦର୍ଶନ ପ୍ରଦାନ କରିଛନ୍ତି l ସକାଳ ୬ ଟାରୁ ୭ ମଧ୍ୟରେ ଜୟ ମଙ୍ଗଳା ଆଳତି, ୯ଟାରୁ ୧୦ ମଧ୍ୟରେ ନୀତିସ୍ନାନ, ୧୦ଟାରୁ ୧୨ଟା ମଧ୍ୟରେ ନ୍ୟାସ ଓ ହୋମ, ମଧ୍ୟାହ୍ନ ୧୨ଟାରୁ ୧ ଟା ମଧ୍ୟରେ ବଲ୍ଲଭମଣୋହୀ, ଅପରାହ୍ନ ୧ଟାରୁ ୨ଟା ମଧ୍ୟରେ ମଙ୍ଗଳା ଅର୍ପଣ ସମ୍ପାଦିତ ହୋଇଛି l ଅପରାହ୍ନ ୩ଟା ୩୦ ମଧ୍ୟରେ ଖେଚୁଡ଼ି ଧୂପ, ଅପରାହ୍ନ ୫ଟାରେ ଦ୍ଵି- ପ୍ରହର ଧୂପ, ସନ୍ଧ୍ୟା ୭ଟାରେ ସନ୍ଧ୍ୟା ଉଠାଣି ଆଳତି, ରାତ୍ର ୯ଟାରେ ରାତ୍ର ଧୂପ ଏବଂ ୧୧ଟାରେ ବଡ଼ସିଂହାର ପହୁଡ଼ ଅନୁଷ୍ଠିତ ହୋଇଯାଇଛି ବୋଲି ଶ୍ରୀ ବଳଦେବଜୀଉ ଦେବୋତ୍ତର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି l