Devotee Death - The Sakala

ବାହୁଡ଼ାଯାତ୍ରାରେ ଜଣେ ଭକ୍ତଙ୍କ ମୃତ୍ୟୁ: ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଶ୍ରୀଗୁଣ୍ଡିଚା ପରେ ବାହୁଡ଼ାରେ ବି ପୁରୀରେ ଦଳାଚକଟା। ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା ସମୟରେ ଜଣେ ଭକ୍ତଙ୍କ ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏହାସହ ମୃତକଙ୍କ ପରିବାର ସଦସ୍ୟଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ନବୀନ । ଏଭଳି ଅଘଟଣ ପାଇଁ ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥଯାତ୍ରା ଭଳି ଏକ ବିଶ୍ୱସ୍ତରୀୟ ତଥା ପବିତ୍ର ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ବାରମ୍ବାର ବିଭ୍ରାଟ ଓ ଭକ୍ତଙ୍କ ମୃତ୍ୟୁ ହେବା ଘଟଣାକୁ ସେ ସରକାରଙ୍କ ଖାମଖିଆଲି ନୀତିର ପରିଣାମ ବୋଲି ଅଭିହିତ କରିଛନ୍ତି।

ନବୀନ ପ୍ରଶ୍ନ କରିଛନ୍ତି ଯେ, ରଥଯାତ୍ରା ସମୟରେ ବାରମ୍ବାର ଏଭଳି ଅଘଟଣ ଘଟୁଛି କ'ଣ ପାଇଁ? ସରକାର ଏତେ ଖାମଖିଆଲି ଭାବେ କ'ଣ ପାଇଁ କାମ କରୁଛନ୍ତି? ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାକୁ ସୁରୁଖୁରୁରେ ସମାପନ କରିବାକୁ ସରକାର ଆଦୌ ଗୁରୁତ୍ୱର ସହ ଗ୍ରହଣ ନକରିବା ଅତ୍ୟନ୍ତ ଚିନ୍ତାଜନକ ବୋଲି ନବୀନ ଏକ କଡ଼ା ବିବୃତ୍ତି ଜାରି କରି କହିଛନ୍ତି ।

ଅନୁଭବ ହେଉଛି ଅତୀତର ତ୍ରୁଟିରୁ ଶିଖିବାର ମନୋବୃତ୍ତି ଏହି ସରକାରର ନାହିଁ। ଗୋଟିଏ ପରେ ଗୋଟିଏ ଅଘଟଣ ପ୍ରତିବର୍ଷ ରଥଯାତ୍ରା ସମୟରେ ଘଟୁଛି, ଲୋକଙ୍କ ଜୀବନ ଯାଉଛି, ରାଜ୍ୟ ବଦନାମ ହେଉଛି କିନ୍ତୁ ସରକାରଙ୍କ କାର୍ଯ୍ୟଶୈଳୀରେ କୌଣସି ପରିବର୍ତ୍ତନ ଦେଖାଯାଉନାହିଁ। ଭୁଲରୁ ଶିଖିବା ପରିବର୍ତ୍ତେ ସବୁକିଛି କାମଚଳା ନୀତିରେ କରାଗଲା ଭଳି ଅନୁଭବ ହେଉଛି। ଆଉ କେତେ ଅଘଟଣ ପରେ ସରକାର ସଚେତନ ହେବେ? ପ୍ରତି ବର୍ଷ ଏପରି ଘଟୁଥିବା ବେଳେ ସରକାର ଏଥିରୁ କିଛି ନଶିଖିବା ଆହୁରି ଦୁର୍ଭାଗ୍ୟଜନକ ନବୀନ କହିଛନ୍ତି ।

ସୁନାବେଶ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଘୋଷଯାତ୍ରାର ଦେବନୀତି କିଭଳି ବିନା କୌଣସି ବିଭ୍ରାଟରେ ଶେଷ ହେବ ସରକାର ସେଥିପ୍ରତି ବିଶେଷ ଯତ୍ନବାନ ହେବାସହ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁ ଅକାଳରେ ପ୍ରାଣ ନହରାନ୍ତୁ ବୋଲି ନବୀନ ପରାମର୍ଶ ଦେଇଛନ୍ତି ।

ପୁରୀ ରଥଯାତ୍ରାବେଳେ ବଡ଼ଦାଣ୍ଡରେ ଅଘଟଣ: ଠେଲାପେଲା ପରିସ୍ଥିତିରେ ଜଣେ ଭକ୍ତଙ୍କ ମୃତ୍ୟୁ
ପୁରୀ: ପବିତ୍ର ରଥଯାତ୍ରା ସମୟରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମହାପ୍ରଭୁଙ୍କ ଘୋଷଯାତ୍ରା ବେଳେ ଏକ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା, ଯେଉଁଥିରେ ଜଣେ ଭକ୍ତଙ୍କର ପ୍ରାଣହାନି ଘଟିଥିବା ବେଳେ ଅନ୍ୟ ଜଣେ ଶ୍ରଦ୍ଧାଳୁ ଗୁରୁତର ଆହତ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହି ଘଟଣା ସମସ୍ତଙ୍କୁ ମର୍ମାହତ କରିଛି। ମୃତକ ଜଣକ କେନ୍ଦୁଝର ଜିଲ୍ଲାର ବାସିନ୍ଦା ଅନିଲ ଦାସ ବୋଲି ସୂଚନା ମିଳିଛି ।

ପ୍ରାଥମିକ ସୂଚନା ଅନୁଯାୟୀ, ବଡ଼ଦାଣ୍ଡର ମରିଚିକୋଟ ଛକ ନିକଟରେ ଅତ୍ୟଧିକ ଭିଡ଼ ଯୋଗୁଁ ଅନିଲଙ୍କୁ ଶ୍ୱାସରୁଦ୍ଧ ଅନୁଭବ ହୋଇଥିଲା। ପୋଲିସ କର୍ଡନରୁ ପ୍ରାୟ ୧୦୦ ଫୁଟ ଦୂରରେ ସେ ତଳେ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରାଯାଇ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା, କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ବଡ଼ଦାଣ୍ଡରେ ଅତ୍ୟଧିକ ଭିଡ଼ ଯୋଗୁଁ କିଛି ସ୍ଥାନରେ ଭିଡ଼ ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା । ଫଳରେ ସେଠାରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା। ଭିଡ଼ ଏବଂ ଠେଲାପେଲା ଯୋଗୁଁ କିଛି ଭକ୍ତ ଆହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ଉପସ୍ଥିତ ପୋଲିସ ଓ ସ୍ୱେଚ୍ଛାସେବୀମାନେ ଆହତମାନଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ଏବଂ ବର୍ତ୍ତମାନ ସେମାନଙ୍କର ଚିକିତ୍ସା ଜାରି ରହିଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ପ୍ରବଳ ଜନସମାଗମ ହୋଇଥିବା ବେଳେ ଏଭଳି ପରିସ୍ଥିତି ଉପୁଜିଥିଲା। ତେବେ ଏହି ଦଳାଚକଟା ପରିସ୍ଥିତିର ପ୍ରକୃତ କାରଣ ସମ୍ପର୍କରେ ପ୍ରଶାସନ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ବିସ୍ତୃତ ବିବୃତ୍ତି ଜାରି କରାଯାଇ ନାହିଁ।