Cancer Hospital - The Sakala

ବରଗଡ଼ବାସୀଙ୍କୁ BSKY କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ , କ୍ୟାନସର ହସ୍ପିଟାଲ ପାଇଁ ହେଲା ଶିଳାନ୍ୟାସ
ବରଗଡ଼: ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ସ୍ମାର୍ଟ ବରଗଡ଼ । ବିଜେପୁରରୁ ବରଗଡ଼ ପାଇଁ ଅଙ୍କା ହେଲା ବିକାଶର ବ୍ଲୁପ୍ରିଣ୍ଟ । ବିଜେପୁରରୁ ଶୁଭିଲା ବିକାଶର ଶଙ୍ଖନାଦ । ସ୍ୱାସ୍ଥ୍ୟସେବାର ମହାବିପ୍ଳବରେ ସାମିଲ ହେଲା ବରଗଡ଼ ଜିଲ୍ଲା । ଏହାଦ୍ୱାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ହିତାଧିକାରୀ ସ୍ମାର୍ଟକାର୍ଡ ଦ୍ୱାରା ଉପକୃତ ହେବେ ।

ସ୍ମାର୍ଟକାର୍ଡ ବାଣ୍ଟିବା ସହିତ ବରଗଡ଼ ଜିଲ୍ଲା ପାଇଁ ୩୦୦ କୋଟି ଟଙ୍କାରେ ୧୫୦ରୁ ଅଧିକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବରଗଡ଼ରେ ୭୧ଟି ସ୍କୁଲର ରୂପାନ୍ତର ହୋଇଛି । ସ୍ମାର୍ଟ ସ୍କୁଲ ଉଦଘାଟନ ସହିତ କ୍ୟାନସର ହସ୍ପିଟାଲର ଶିଳାନ୍ୟାସ, ନୃସିଂହନାଥ ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ନିଅଁ ପଡ଼ିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବରଗଡ଼ ହେଉଛି ମାଆ ଲକ୍ଷ୍ମୀଙ୍କ ପବିତ୍ର ଭୂମି, ଓଡ଼ିଶାର ଭାତ ହାଣ୍ଡି ।

ଚାଷୀଙ୍କ ଭଳି ବରଗଡ଼ର ବୁଣାକାର ମଧ୍ୟ ସାରା ବିଶ୍ୱକୁ ସମ୍ବଲପୁରୀ ଶାଢ଼ି ଉପହାର ଦେଇଛନ୍ତି । ବରଗଡ଼ର ଚାଷୀ ଓ ବୁଣାକାରଙ୍କ ଦକ୍ଷତାକୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ନେଇ ବରଗଡ଼ ଗର୍ବିତ । ମୁଖ୍ୟମନ୍ତ୍ରୀ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଆରମ୍ଭ କରିଥିବା ବେଳେ ୨ ହଜାର ୫ ଶହ କୋଟିର ପ୍ରକଳ୍ପ କାର୍ଯ୍ୟ ଚାଲିଛି । ଗୁରୁତ୍ୱପୂର୍ଣ୍ଣ ଗଙ୍ଗାଧର ମେହେର ଉଠାଜଳସେଚନ କାର୍ଯ୍ୟ ୨ ହଜାର ୯୦ କୋଟି ଟଙ୍କାରେ ଚାଲିଛି । ୨୦୨୩ ସେପ୍ଟେମ୍ବର ସୁଦ୍ଧା ଏହି ପ୍ରକଳ୍ପରୁ ପାଣି ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ବିଏସକେୱାଇ କାର୍ଡ ବାଣ୍ଟିବା ସହ କହିଛନ୍ତି, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ।  ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି । ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ । ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ବିଜେପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା ରୀତା ସାହୁ, ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ

ଉଦବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ । ଯେଉଁଭଳି ଦୂରଦର୍ଶିତାର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ସ୍ମାର୍ଟ କାର୍ଡ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ସେଭଳି ବ୍ୟବସ୍ଥା ଭାରତବର୍ଷରେ ଆଉ କେଉଁ ଠାରେ ନାହିଁ ବୋଲି ସେମାନେ କହିଥିଲେ । ଏହି ଯୋଜନା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଏକ ବଡ ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ମନ୍ତ୍ରୀ ସୁଶାନ୍ତ ସିଂହ ସ୍ୱାଗତ ଭାଷଣ ଦେଇଥିଲେ । ମନ୍ତ୍ରୀ ନିରଞନ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଏଣିକି ଆଚାର୍ଯ୍ୟ ହରିହର କର୍କଟ ରୋଗ ଅନୁଷ୍ଠାନରେ ମିଳିବ ମାଗଣା ଏମଆରଆଇ, ସିଟି ସ୍କାନ୍ ସେବା
କଟକ : ଆଜିଠୁ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ମିଳିବ ମାଗଣା ଏମଆରଆଇ, ସିଟି ସ୍କାନ୍ ସେବା । ଏହି କାର୍ଯ୍ଯକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୫ଟା ୩୦ରେ ଭିସି ମାଧ୍ୟରେ ଲୋକର୍ପିତ ହୋଇଥିବା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଲୋକମାନଙ୍କୁ ଉତ୍ତମ ଓ ଗୁଣାତ୍ମକ ସେବା ଯୋଗାଇବା ନେଇ ରାଜ୍ୟର ଚିକିତ୍ସା ବ୍ୟବସ୍ଥାକୁ ଏହା ଆହୁରି ମଜବୁତ କରିବା ଲକ୍ଷ୍ୟରେ ଏହାର ଶୁଭାରମ୍ଭ ହୋଇଛି । ବିନା ଦେୟରେ ଲୋକମାନେ ରୋଗ ନିରୂପଣ କରିପାରିବେ । ଏହା ବିଶେଷ ଭାବରେ ଗରିବ ଓ ମଧ୍ୟବିତ ଲୋକଙ୍କ ପାଇଁ ବେଶ ଫଳପ୍ରଦ ହେବ ବୋଲି ଅନୁମାନ କରାଯାଉଛି । ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ସୁଦୃଢ କରିବା ନେଇ ସରକାରଙ୍କ ପକ୍ଷରୁ ଏହିପରି ବ୍ୟବସ୍ଥା କରାଯାଉଛି ।କାର୍ଯ୍ଯକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ, କଟକ ଜିଲ୍ଲାପାଳ, ସିଏମସି କମିଶନର, ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫ଟି) ଏହି କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ।

ବାଗଚୀ- ଶ୍ରୀଶଙ୍କର କ୍ୟାନସର ହସ୍ପିଟାଲ ଆଣ୍ଡ ରିସର୍ଚ୍ଚ ସେଣ୍ଟରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି-୨ରେ ବାଗଚୀ-ଶ୍ରୀଶଙ୍କର କ୍ୟାନସର କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ବାଗଚୀ କରୁଣାଶ୍ରୟ କେନ୍ଦ୍ରର ମଧ୍ୟ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪୦ ଏକର ଜାଗାରେ ନିର୍ମାଣ ହେବ ୭୫୦ ଶଯ୍ୟା ବିଶିଷ୍ଟ ଶ୍ରୀଶଙ୍କର କ୍ୟାନସର ଆଣ୍ଡ ରିସର୍ଚ୍ଚ ସେଣ୍ଟର ଏବଂ ବାଗଚୀ କରୁଣାଶ୍ରୟ କେନ୍ଦ୍ର । ୨ ବର୍ଷ ଭିତରେ ଏହା ନିର୍ମାଣ ପାଇଁ ଲକ୍ଷ୍ୟ ରାଜ୍ୟ ସରକାର ରଖିଛନ୍ତି । ଯାହା ଆଗାମୀ ଦିନରେ ଏକ ଷ୍ଟେଟ ଅଫ ଆର୍ଟରେ ପରିଣତ ହେବ ବୋଲି ନବୀନ ଆଶା କରିଛନ୍ତି ।

ରାଜ୍ୟକୁ ଖୁବଶୀଘ୍ର ମିଳିବ ଆଉ ଏକ ବିଶାଳ ସ୍ୱାସ୍ଥ୍ୟ ଭିତ୍ତିଭୂମି । ପୂର୍ବ ପ୍ରତିଶ୍ରୁତି ପୂରଣ କରି ମୁଖ୍ୟମନ୍ତ୍ରୀ ଆଜି ସ୍ୱପ୍ନକୁ ଦେଇଛନ୍ତି ବାସ୍ତବ ରୂପ । ଘୋଷଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଉପହାରରେ ଦେଇଛନ୍ତି ବିଶ୍ୱସ୍ତରୀୟ କର୍କଟ ହସ୍ପିଟାଲ ଓ ପାଲିଏଟିଭ କେୟାର ସେଣ୍ଟର । ଖୋର୍ଦ୍ଧା ଜଟଣୀ ନିକଟ ଇନଫୋଭ୍ୟାଲି ମୌଜାରେ କ୍ୟାନସର ହସ୍ପିଟାଲର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଗାମୀ ୨ ବର୍ଷ ଭିତରେ ସମ୍ପୂର୍ଣ୍ଣ ହୋଇ ଏହା ରାଜ୍ୟବାସୀଙ୍କୁ ସେବା ଯୋଗାଇ ଦେବ ।

ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗଚୀ କିଛିଦିନ ତଳେ ଏହି ହସ୍ପିଟାଲ ନିର୍ମାଣ ପାଇଁ ୩୪୦ କୋଟି ଟଙ୍କା ଦେବାକୁ ଘୋଷଣା କରିଥିଲେ । ଏଥିପାଇଁ ଦରକାରୀ ଜମି ଏବଂ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର । ଏଠାରେ ଯେଉଁଦିନ ପ୍ରଥମ କ୍ୟାନସର ରୋଗୀ ଚିକିତ୍ସା ହୋଇ ସୁସ୍ଥ ହେବ ସେହିଦିନ ସ୍ୱପ୍ନ ସାକାର ହେବ ବୋଲି କହିଛନ୍ତି ବାଗଚୀ ଦମ୍ପତି ।

ଓଡ଼ିଶାର କ୍ୟାନସର ରୋଗୀଙ୍କୁ ଆଉ ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ । ୪୦ ଏକର ଜାଗାରେ ବାଗଚୀ- ଶ୍ରୀଶଙ୍କର କ୍ୟାନସର ହସ୍ପିଟାଲ ଆଣ୍ଡ ରିସର୍ଚ୍ଚ ସେଣ୍ଟର ଏବଂ ବାଗଚୀ କରୁଣାଶ୍ରୟ କେୟାର ସେଣ୍ଟର ନାମରେ ଦୁଇଟି ଅନୁଷ୍ଠାନ ଏଠି କାର୍ଯ୍ୟ କରିବ । ବାଗଚୀ କରୁଣାଶ୍ରୟ କେୟାର ସେଣ୍ଟରରେ ୧୧୦ଟି ବେଡ୍ ରହିବ । ଶ୍ରୀଶଙ୍କର ହସ୍ପିଟାଲର ମୁଖ୍ୟ ଡାକ୍ତର କରୁଣାନାଥ, କରୁଣାଶ୍ରୟ ଟ୍ରଷ୍ଟର ମୁଖ୍ୟ ଗୌମିତ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ସରକାରଙ୍କ ଏଭଳି ଉଦ୍ୟମକୁ ପ୍ରଶଂସା କରିବା ସହ ସମସ୍ତ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

ଆଜି ବାଗଚୀ-ଶ୍ରୀଶଙ୍କର କ୍ୟାନ୍‌ସର ହସ୍‌ପିଟାଲର ଶିଳାନ୍ୟାସ
ତମାଣ୍ଡୋ : ରାଜଧାନୀ ଉପକଣ୍ଠ ଇନଫୋଭ୍ୟାଲି ନିକଟରେରେ ପ୍ରତିଷ୍ଠା ହେବ ବାଗଚୀ-ଶ୍ରୀଶଙ୍କର କର୍କଟ ଚିକିତ୍ସା ଓ ଗବେଷଣା କେନ୍ଦ୍ର ଏବଂ ବାଗଚୀ-କରୁଣାଶ୍ରୟ ପାଲିଏଟିଭ୍ କେୟାର କେନ୍ଦ୍ର। ଆସନ୍ତାକାଲି (ସୋମବାର) ଏହାର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ରବିବାର ଅପରାହ୍ଣରେ ସଭାସ୍ଥଳର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ। ସେହିପରି ଆୟୋଜନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗଚୀ। ପ୍ରାରମ୍ଭିକ ପର୍ଯ୍ୟାୟରେ ୨୫୦ ଶଯ୍ୟାରେ ଆରମ୍ଭ ହେବ ଓ ୨୦୨୪ ସୁଦ୍ଧା କାର୍ଯ୍ୟକ୍ଷମ ହେବ। କିନ୍ତୁ ପରେ ଏହା ୫୦୦ ଶଯ୍ୟାକୁ ବିସ୍ତାରିତ ହେବ। କର୍କଟ ଡାକ୍ତରଖାନା ଓ ଗବେଷଣା କେନ୍ଦ୍ର ପାଇଁ ରାଜ୍ୟ ସରକାର ୨୦ ଏକର ଜମି ଦେଇଥିବା ବେଳେ ବାଗଚୀ ଦମ୍ପତି ୨୧୦ କୋଟି ଟଙ୍କା ସହାୟତା ଦେବା ପାଇଁ ଘୋଷଣା କରିଛନ୍ତି। ସେହିଭଳି ପାଲିଏଟିଭ କେୟାର ନିମନ୍ତେ ରାଜ୍ୟ ସରକାର ୨୦ ଏକର ଜମି ଦେବେ ଓ ଏଥିପାଇଁ ବାଗଚୀ ଦମ୍ପତି ୧୩୦ କୋଟି ଟଙ୍କାର ସହାୟତା ଯୋଗାଇଦେବେ।

ଏହି ଦୁଇଟି କର୍କଟ ରୋଗ ପ୍ରତିଷ୍ଠାନ ପାଇଁ ବାଗଚୀ ଦମ୍ପତି ମୋଟ ୩୪୦ କୋଟି ଟଙ୍କାର ଅର୍ଥରାଶି ପ୍ରଦାନ କରିବେ। ଆସନ୍ତା କାଲି ସକାଳ ୧୦:୩୦ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇ ଜାତୀୟ ସ୍ତରର ପ୍ରତିଷ୍ଠାନ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସୁରକ୍ଷା ନିମନ୍ତେ  ମୋଟ ୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ସମୟରେ ଡିସିପିଙ୍କ ସହିତ ଅତିରିକ୍ତ ଡିସିପି ପ୍ରାଣକୃଷ୍ଣ ରାଉତ, ଅତିରିକ୍ତ ଡିସିପି (ଟ୍ରାଫିକ) କେକେ ପାଣିଗ୍ରାହୀ, ଏସିପି ଅନିଲ କୁମାର ମିଶ୍ର, ଜଟଣୀ ଥାନା ଅଧିକାରୀ ଉପସ୍ଥିତ ରହିଥିଲେ।