Independence Day Odisha - The Sakala

କୋଭିଡ କଟକଣାରେ ଅନୁଷ୍ଠିତ ହେବ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ
ଭୁବନେଶ୍ୱର: ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ହେବ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ । ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ସ୍ୱାଧୀନତା ଦିବସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟପତାକା ଉତ୍ତୋଳନ କରିବେ । ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍‌ ମାର୍ଗଦର୍ଶିକାର ସଠିକ୍‌ ଅନୁପାଳନ କରାଯାଇ ସ୍ୱଳ୍ପସଂଖ୍ୟକ ଅତିଥି, କୋଭିଡ୍‌ ଯୋଦ୍ଧା, ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ସ୍ୱାଧୀନତା ଦିବସ ଆୟୋଜିତ ହେବ ।

ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକ ରେ ଗୁରୁତ୍ୱ ଦେଇଥିଲେ । ଗୃହ ବିଭାଗ ଦ୍ୱାରା ଚିହ୍ନଟ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଓ କୋଭିଡ୍‌ ଯୋଦ୍ଧାଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା ।