Chief Secretary Suresh Mohapatra - The Sakala

ନଭେମ୍ବର ୩୦ ସୁଦ୍ଧା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଏବଂ ରାଉରକେଲା ବିମାନ ବନ୍ଦର ନିର୍ମାଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ
ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଆର୍ ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ରାଉରକେଲା ଆସିଥିଲେ।

ଏହି ସଚିବସ୍ତରୀୟ ଟିମ୍ ରାଉରକେଲାରେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ। ଏହାସହ ରାଉରକେଲା ବିମାନ ବନ୍ଦରର ଚାଲିଥିବା ସଂପ୍ରସାରଣ କାର୍ଯ୍ୟ ମଧ୍ୟ ସମୀକ୍ଷା କରିଥିଲେ। ନଭେମ୍ବର ୩୦ ତାରିଖ ସୁଦ୍ଧା ହକି ଷ୍ଟାଡିୟମ ଏବଂ ବିମାନ ବନ୍ଦରର ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

କ୍ଷେତ୍ରସ୍ତରୀୟ ଅନୁଧ୍ୟାନ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଅଭ୍ୟାସ ପଡ଼ିଆ ସହିତ ମୁଖ୍ୟ ଷ୍ଟାଡିୟମରେ ଟର୍ଫ ପଡ଼ି ଯାଇଛି। ଦର୍ଶକ ଗ୍ୟାଲେରି ସହିତ ଖେଳାଳି ଏବଂ ଅଫିସିଆଲମାନଙ୍କ ପାଇଁ କରାଯାଉଥିବା ରହଣୀସ୍ଥଳର କାମ ମଧ୍ୟ ଖୁବଶୀଘ୍ର ଶେଷ ହେବାକୁ ଯାଉଛି। ଷ୍ଟାଡିୟମ କାମ ଶେଷ ହେବା ପରେ ସେଠାରେ ଅଭ୍ୟାସ ମ୍ୟାଚ ଆୟୋଜନ କରାଯିବ।

ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି। ତେଣୁ ହକି ମ୍ୟାଚ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ। ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳି କରାଯାଉଛି । ତା’ଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି । ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ଲଗାଇବାର ବ୍ୟବସ୍ଥା କରାଯାଉଛି। ଏହା ମାଧ୍ୟମରେ ସେମାନେ ହକି ମ୍ୟାଚ ଦେଖିପାରିବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

ରାଉରକେଲା ବିମାନ ବନ୍ଦରର ସଂପ୍ରସାରଣ କାର୍ଯ୍ୟ ଅନୁଧ୍ୟାନ କରି ଶ୍ରୀ ମହାପାତ୍ର କହିଥିଲେ ଯେ, ୨୦୨୩ ଜାନୁଆରି ମାସ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସହିତ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆୟୋଜନ କରାଯିବ। ରାଉରକେଲାରେ ପ୍ରାୟ ୨୦ଟି ମ୍ୟାଚ ଖେଳାଯିବ। ତେଣୁ ଖେଳାଳିମାନଙ୍କ ଯାତାୟତ ସୁବିଧା ଲାଗି ଭୁବନେଶ୍ୱରରୁ ରାଉରକେଲାକୁ ସିଧାସଳଖ ଚାର୍ଟର ବିମାନ ଚଳାଚଳ କରିବ।

ଏହାକୁ ଦୃଷ୍ଟିରେ ରଖି ବିମାନ ବନ୍ଦରର ସଂପ୍ରସାରଣ କାର୍ଯ୍ୟ ଜୋରସୋରରେ ଚାଲିଛି। ନଭେମ୍ବର ୩୦ ସୁଦ୍ଧା ସମସ୍ତ କାମ ସାରିବାକୁ ଲକ୍ଷ୍ୟ ରହିଛି। ବିମାନ ବନ୍ଦରରୁ ରାଉରକେଲା ସହରକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାର ଉନ୍ନତିକରଣ କରାଯାଉଥିବା ମୁଖ୍ୟ ଶାସନ ସଚିବ କହିଥିଲେ। କ୍ଷେତ୍ର ପରିଦର୍ଶନ ପରେ ପରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ବର୍ତ୍ତମାନ ରାଉରକେଲାରେ ନିର୍ମାଣାଧୀନ ଥିବା ଭିତ୍ତିଭୂମି ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଓ ସହରର ସୌନ୍ଦର୍ଯ୍ୟକରଣ ଆଦି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରାଯାଇଥିଲା।

ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ନଭେମ୍ବର ୩୦ ସୁଦ୍ଧା ହକି ଷ୍ଟାଡିୟମ ଏବଂ ବିମାନ ବନ୍ଦର ନିର୍ମାଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶସୂଚନାଯୋଗ୍ୟ ଯେ, ୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ। ଏହି ବିଶ୍ୱକପ୍ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି। ଏହି କ୍ରୀଡ଼ା ଭିତ୍ତିଭୂମି ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।

ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶରେ ବଞ୍ଚିବାର ରାହା ପାଇଲେ କର୍କଟପୀଡ଼ିତ ପଞ୍ଚାନନ; ଆରମ୍ଭ ହେଲା ମାଗଣା ଚିକିତ୍ସା, ମିଳିଲା ଆର୍ଥିକ ସହାୟତା
କେନ୍ଦ୍ରାପଡ଼ା: ଦୈନିକ ଖବରକାଗଜ ‘ସକାଳ’ ଗତ ୨୩ ତାରିଖରେ ‘ମରଣ ସହ ଲଢ଼େଇ କରୁଛନ୍ତି ପଞ୍ଚାନନ, ସ୍ୱାମୀଙ୍କ ଜୀବନ ବଞ୍ଚାଇବାକୁ ଭିକ ମାଗୁଛନ୍ତି ପତ୍ନୀ’ ଶୀର୍ଷକ ଖବର ପ୍ରକାଶ ପାଇବା ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ତୁରନ୍ତ ସହାୟତା ନିମନ୍ତେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଦୁଇଘଣ୍ଟା ମଧ୍ୟରେ ଇନ୍ଦୁପୁର କମ୍ୟୁନିଟି ସ୍ୱାସ୍ଥ୍ୟକେନ୍ଦ୍ରରୁ ସ୍ୱତନ୍ତ୍ର ମେଡିକାଲ ଟିମ୍‍ ଡିହମୁଗବାଡ଼ି ଗ୍ରାମର ପଞ୍ଚାନନ ମଲ୍ଲିକଙ୍କ ଘରେ ପହଞ୍ଚି ଘଟଣାର ଯାଞ୍ଚ କରିବା ସହ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଇଥିଲେ। ପରୀକ୍ଷାରୁ ଜଣାପଡ଼ିଥିଲା ଯେ ପଞ୍ଚାନନ ଶ୍ୱାସନଳୀ କର୍କଟରେ ପୀଡ଼ିତ ଅଛନ୍ତି। ତାଙ୍କୁ ରାଜ୍ୟ ସରକାରଙ୍କ ସାର୍ବଜନୀନ ସ୍ୱାସ୍ଥ୍ୟ ଯୋଜନା ମାଧ୍ୟମରେ କଟକସ୍ଥ ଆଚାର୍ଯ୍ୟ ହରିହର କ୍ୟାନସର ହସ୍‍ପିଟାଲରେ ମାଗଣା ଚିକିତ୍ସା କରାଯାଇଛି। ରେଡିଓ ଥେରାପି ଓ କେମୋ ଥେରାପି ଚିକିତ୍ସା ଦିଆଯାଇଛି। ବର୍ତ୍ତମାନ ଟ୍ରାକିଓଷ୍ଟୋମି ଚିକିତ୍ସା ସହ ପଞ୍ଚାନନ ଘରେ ରହି ଔଷଧ ଖାଉଛନ୍ତି।

ତଦନ୍ତକାରୀ ଡାକ୍ତରୀ ଟିମ୍‍ ଜଣାଇଛନ୍ତି ଯେ, ବର୍ତ୍ତମାନ ପଞ୍ଚାନନଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ହେଉଛି। ଡାକ୍ତର ଦେଇଥିବା ତାରିଖ ଅନୁସାରେ ନିୟମିତ ଯାଞ୍ଚ କରିବା ପାଇଁ ତାଙ୍କୁ ତଦନ୍ତକାରୀ ଟିମ୍‍ ବୁଝାଇଥିଲେ। ଔଷଧ ସହ ଅନ୍ୟ କ’ଣ କରିବା ଦରକାର ତାହା ମଧ୍ୟ କୁହାଯାଇଛି। ଡାକ୍ତରୀ ଟିମ୍‍ ପଞ୍ଚାନନଙ୍କ ଘରେ ଥିଲାବେଳେ ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶମତେ ସାମାଜିକ ସୁରକ୍ଷା ଅଧିକାରୀ ତାଙ୍କ ଘରେ ପହଞ୍ଚି ଆର୍ଥିକ ସ୍ଥିତି ପରଖିଥିଲେ। ତାଙ୍କୁ ମାଗଣାରେ ୧୦ କିଲୋ ଚାଉଳ ଯୋଗାଇ ଦିଆଯାଉଛି। ଭତ୍ତା ଯୋଜନା ପାଇଁ ତାଙ୍କଠାରୁ ଦରଖାସ୍ତ ସଂଗ୍ରହ କରାଯାଇଛି। ଖୁବ୍‍ଶୀଘ୍ର ପଞ୍ଚାନନଙ୍କୁ ଭତ୍ତା ଯୋଜନାରେ ସାମିଲ କରିବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଏଥିସହ ଶ୍ରୀ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ତହସିଲଦାର ପଞ୍ଚାନନଙ୍କ ହସ୍‍ପିଟାଲ ଯାତାୟାତ ଓ ମେଡିସିନ ଆଦି ଖର୍ଚ୍ଚ ନିମନ୍ତେ ୧୦ ହଜାର ଟଙ୍କାର ସହାୟତା ଦେଇଛନ୍ତି। ‘ସକାଳ’ ଖବରକାଗଜରେ ପ୍ରକାଶିତ ଖବର ଉପରେ ତତ୍‍କ୍ଷଣାତ ପଦକ୍ଷେପ ନେଇ ଗରିବ ପଞ୍ଚାନନଙ୍କୁ ସାହାଯ୍ୟ କରିଥିବାରୁ ସ୍ଥାନୀୟ ବୁଦ୍ଧିଜୀବୀ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଓ ଜିଲ୍ଲାପାଳ ଶ୍ରୀ ଋତୁରାଜଙ୍କୁ ଧନ୍ୟବାଦ ଜଣାଇବା ସହ ଏସବୁ ଯୋଜନା ପ୍ରଣୟନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଗରିବ ପଞ୍ଚାନନଙ୍କ କଥା ଦୃଷ୍ଟିକୁ ଆଣିଥିବାରୁ ମୁଖ୍ୟ ଶାସନ ସଚିବ, ‘ସକାଳ’ର ସାମ୍ୱାଦିକ ଓ ସମ୍ପାଦନା ମଣ୍ଡଳୀଙ୍କୁ ସାଧୁବାଦ ଦିଆଯାଇଛି।

ମାଆ ସମଲେଇ ପୀଠର ବିକାଶ କାର୍ଯ୍ୟର ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ
ସମ୍ବଲପୁର: ପଶ୍ଚିମ ଓଡିଶାବାସୀଙ୍କ ଆଶା ଓ ବିଶ୍ବାସର କେନ୍ଦ୍ରସ୍ଥଳୀ ତଥା ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ବରୀଙ୍କ ପୀଠର ବିକାଶ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭିକେ ପାଣ୍ଡିଆନ୍ । ଏଥିସହିତ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରି ଆର୍ଶିବାଦ ନେଇଛନ୍ତି।

ମନ୍ଦିର ସୌନ୍ଦଯ୍ୟକରଣର ସମୀକ୍ଷା କରିଛନ୍ତି ଉଭୟ ସଚିବ । ଆସନ୍ତାବର୍ଷ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କର ଏହି ଡ୍ରିମ ପ୍ରୋଜେକ୍ଟକୁ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ରିଂ ରୋଡଠାରୁ ଆରମ୍ଭ କରି ନୂତନ ମନ୍ଦିର ବେଢା ନିର୍ମାଣ, ପାର୍କିଂସ୍ଥଳୀ, ସୁଇମିଂ ପୁଲ ଓ ମନ୍ଦିର ଚାରିପାଖର ସୌନ୍ଦର୍ଯ୍ୟକରଣ ହେଉଛି । ପ୍ରଭାବିତ ହେବାକୁ ଥିବା ଜନବସତିକୁ ସ୍ଥାନାନ୍ତର କରି ଦୁର୍ଗାପାଲିର ଏକ କଲୋନୀରେ ଲୋକଙ୍କୁ ଥଇଥାନ କରାଯିବାର ବ୍ୟବସ୍ଥା ହୋଇଛି ।

ଏହା ପୂର୍ବରୁ ପ୍ରଥମେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ ଟି ସଚିବ ଭି.କେ ପାଣ୍ଡିଆନ୍ ଭିସୁଟ ଯାଇ ଏହାର ରୂପାନ୍ତରଣ ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ଭିସୁଟର ବିକାଶ ପାଇଁ ଏକ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିପାଇଁ ଖୁବଶୀଘ୍ର ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯିବ । ଲୁଇସ ବାଳିକା ଉଚ୍ଚ ବିଦ୍ୟାଳୟ ମଧ୍ୟ ବୁଲି ଦେଖିଥିଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ । ସ୍କୁଲ ରେଜଲ୍ଟ ଭଲ ହେବା ନେଇ ଶିକ୍ଷକ ଓ ଛାତ୍ରଙ୍କଛାତ୍ରୀଙ୍କ ସହ ଆଲୋଚନା କରିଥିଲେ।

ସମ୍ବଲପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ 5T ସଚିବ ଭିକେ ପାଣ୍ଡିଆନ୍
ସମ୍ବଲପୁର: ଓଡିଶାବାସୀଙ୍କ ଆଶା ଓ ବିଶ୍ବାସର କେନ୍ଦ୍ରସ୍ଥଳୀ ମାଆ ସମଲେଶ୍ବରୀଙ୍କ ପୀଠର ଚାଲିଥିବା ବିକାଶ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିବା ଲାଗି ସମ୍ବଲପୁରରେ ପହଞ୍ଚିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭିକେ ପାଣ୍ଡିଆନ୍। ସୂଚନା ଅନୁଯାୟୀ, ପ୍ରଥମେ ଭିସୁଟ ଯାଇ ଏହାର ରୂପାନ୍ତରଣ ସମ୍ପର୍କରେ ଅନୁଧ୍ୟାନ କରିବେ । ପରେ ସମନ୍ୱିତ ଭିତ୍ତିଭୂମି କମ୍ପ୍ଲେକ୍ସ ଓ ଲେଡି ଲୁଇସ ସ୍କୁଲ୍ ରୂପାନ୍ତରଣ ବୁଲି ଦେଖିବେ । ଏହାପରେ ସମଲେଶ୍ବରୀ ମନ୍ଦିର ଯାଇ ମାଆଙ୍କ ଦର୍ଶନ କରିବା ସହିତ ମନ୍ଦିରର ସୌନ୍ଦଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିବେ । ଆସନ୍ତା ବର୍ଷ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କର ଏହି ଡ୍ରିମ ପ୍ରୋଜେକ୍ଟକୁ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ରିଂ ରୋଡଠାରୁ ଆରମ୍ଭ କରି ନୂତନ ମନ୍ଦିର ବେଢା ନିର୍ମାଣ, ପାର୍କିଂସ୍ଥଳୀ, ସୁଇମିଂ ପୁଲ ଓ ମନ୍ଦିର ଚାରିପାଖକୁ ସୌନ୍ଦର୍ଯ୍ୟକରଣ କରାଯାଉଛି।

ସେହିପରି ପ୍ରଭାବିତ ହେବାକୁ ଥିବା ଜନବସତିକୁ ସ୍ଥାନାନ୍ତରଣ କରି ଦୁର୍ଗାପାଲିଠାରେ ଏକ କଲୋନୀରେ ଅବସ୍ଥାପିତ କରାଯିବାର ବ୍ୟବସ୍ଥା ହୋଇଛି। ମନ୍ଦିରର ବିକାଶ କାର୍ଯ୍ୟର ଅନୁଧ୍ୟାନ ପରେ ଭିସୁଟ ପରିଦର୍ଶନରେ ଯିବେ ସିଏସ ଓ ଫାଇବ ଟି ସଚିବ।

ବୁଷ୍ଟର ଡୋଜକୁ ଗୁରୁତ୍ବ: ଉଚ୍ଚ ଶିକ୍ଷାନୁଷ୍ଠାନ ସହ ୱାର୍ଡ଼ ଓ ପଞ୍ଚାୟତୱାରୀ ଦିଆଯିବ କରୋନା ଟିକା
ଭୁବନେଶ୍ୱର: ରାଜ୍ଯରେ କ୍ରମାଗତ ଭାବେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ସଂକ୍ରମଣକୁ ପୁଣି ରୋକିବା ପାଇଁ ରାଜ୍ଯସରକାର ଅଣ୍ଟା ଭିଡିଛନ୍ତି। ଆଜି କୋଭିଡ ସ୍ଥିତର ସମୀକ୍ଷା ନେଇ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି । ତେବେ ସହରାଞ୍ଚଳମାନଙ୍କରେ ସଂକ୍ରମଣ ସଂଙ୍ଖ୍ୟା ବଢ଼ୁଥିବାରୁ ଟିକାକରଣ, ଜାଗରୁକତା, ସଚେତନତା ଏବଂ ସଠିକ୍ ସୂଚନା ପ୍ରସାରଣ ଉପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁତ୍ୱ ଆରୋପ କରିଛନ୍ତି ।

ବଢିଥିବା କୋରନା ମାମାଲା ପାଇଁ କଲ୍ ସେଣ୍ଟରକୁ ୨୪ x ୭ ଭିତ୍ତିରେ କାର୍ଯ୍ୟକ୍ଷମ କରାଯିବ।  ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଇଞ୍ଜିନିଅରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଛାତ୍ରଛାତ୍ରୀମାନଙ୍କର ଟିକାକରଣ ସହ ସହରାଞ୍ଚଳମାନଙ୍କରେ ୧୮ ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସହରାଞ୍ଚଳରେ ପ୍ରତି ୱାର୍ଡ଼ ଏବଂ ଗ୍ରାମାଞ୍ଚଳରେ ଗ୍ରାମ ଓ ପଂଚାୟତୱାରୀ ଟିକାକରଣ କାର୍ଯ୍ୟଯୋଜନା କାର୍ଯ୍ୟାନ୍ୱୟନ ପାଇଁ ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ଶ୍ରୀ ଧଳ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟରେ ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି କର୍ମୀ, ଜନ ପ୍ରତିନିଧି, ସେଚ୍ଛାସେବୀ ଅନୁଷ୍ଠାନ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠିମାନଙ୍କୁ ସାମିଲ କରିବାକୁ ଉନ୍ନୟନ କିମିଶନର ଶ୍ରୀ ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଥିଲେ ।

ରାଜ୍ୟରେ ଆଇ.ଏଲ୍.ଆଇ. ଏବଂ ସାରି ରୋଗର ସଂନୀରକ୍ଷଣକୁ ସଘନ କରିବା ସହ ଲୋକମାନଙ୍କ ମଧ୍ୟରେ କୋଭିଡ଼୍ ନିରୋଧି ବ୍ୟବହାରିକ ଢ଼ଙ୍ଗି ଯଥା ମାସ୍କ ପରିଧାନ, ପରସ୍ପରଠାରୁ ଶାରିରୀକ ଦୁରତା, ଭିଡ଼୍ ମଧ୍ୟକୁ ନଯିବା, ଅଯଥା ଗହଳି ସୃଷ୍ଟି ନକରିବା ଆଦି ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ଟିକାକରଣ କେନ୍ଦ୍ରର ଅବସ୍ଥିତି ଓ ସମୟ, କଲ୍ସେଣ୍ଟର ଓ ସହାୟତା କେନ୍ଦ୍ରର ନମ୍ବର ଏବଂ କୋଭିଡ଼୍ ଚିକିତ୍ସା ସୁବିଧା ବିଷୟରେ ଲୋକମାନଙ୍କୁ ସଠିକ୍ ସୂଚନାପ୍ରଦାନ ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ ।

ତେବେ ସମୀକ୍ଷାରୁ ଜଣାପଡିଥିଲା ଯେ, ବର୍ତ୍ତମାନ ରାଜ୍ୟରେ ସମୁଦାୟ ୪୨୬୨ ଆକ୍ଟିଭ୍ କୋଭିଡ଼୍ କେସ୍ ଅଛି । ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ପିଲାଙ୍କ ସଂଙ୍ଖ୍ୟା ୭୧ । ସଂକ୍ରମିତମାନେ ମୁଖ୍ୟତଃ ହୋମ୍ ଆଇସୋଲେସନ୍ ମାଧ୍ୟମରେ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ସୁଦ୍ଧା ୩୯ ଜଣ ଚିକିତ୍ସା ପାଇଁ ହସ୍ପିଟାଲରେ ଆଡମିଶନ ହୋଇଛନ୍ତି । ପ୍ରତ୍ୟେକ ମେଡ଼ିକାଲ କଲେଜ ଏବଂ ଜିଲ୍ଲା ଚିକିତ୍ସାଳୟରେ ସ୍ୱତନ୍ତ୍ର କୋଭିଡ଼୍ ୱାର୍ଡ ବ୍ୟବସ୍ଥା କରାଯାଇଛି । ଆବଶ୍ୟକତା ଅନୁସାରେ ହସ୍ପିଟାଳ୍ ଏବଂ ବେଡ୍ ସଂଙ୍ଖ୍ୟା ବଢ଼ାଇବା ପାଇଁ ପ୍ରତି ଜିଳ୍ଲା ପ୍ରସ୍ତୁତ ଅଛି ।

ସୂଚନା ଅନୁଯାୟୀ, ଆସନ୍ତାକାଲି ଅର୍ଥାତ ଜୁଲାଇ ୧୫ ତାରିଖରୁ ୧୮ ରୁ ୫୯ ବର୍ଷ ବୟସ ବର୍ଗଙ୍କ ନିମନ୍ତେ ମାଗଣା ବୁଷ୍ଟର ଡ଼ୋଜ୍ ଦିଆଯିବ। ଏଥି ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି ।

ଆଜିର ଏହି ବୈଠକରେ, ଉନ୍ନୟନ କମିାନର ଶ୍ରୀ ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୃହ ବିଭାଗ ଶ୍ରୀ ସଂଜୀବ ଚେପ୍ରା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ଶ୍ରୀ ନିକୁଞ୍ଜବିହାରୀ ଧଳଙ୍କ ସମେତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଜିଳ୍ଲାପାଳ ଏବଂ ପୌର ପରିଷଦ କମିଶନରମାନେ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ନିଜ ନିଜ ଅଂଚଳର କୋଭିଡ଼୍ ସ୍ଥିତି ଓ ମୁକାବିଲା ପାଇଁ ପ୍ରସ୍ତୁତି ବିଷୟରେ ସଦ୍ୟତନ ସୂଚନା ଦେଇଥିଲେ ।

ସମ୍ବଲପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ: ସମଲେଶ୍ବରୀ ମନ୍ଦିର ବିକାଶ କାମର କରୁଛନ୍ତି ସମୀକ୍ଷା
ସମ୍ବଲପୁର: ସମ୍ବଲପୁରରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମ୍ବଲପୁର ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ସମଲେଶ୍ବରୀ ମନ୍ଦିର ଯାଇଥିଲେ । ସମଲେଶ୍ବରୀର ମନ୍ଦିର ବୁଲି ଦେଖିବା ସହ ବିକାଶମୂଳକ କାର୍ଯ୍ୟକ୍ରମ କେତେ ବାଟ ଆଗେଇଛି, ଏହାର ସମୀକ୍ଷା କରୁଛନ୍ତି । ସାଙ୍ଗରେ ଅଛନ୍ତି ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ଭିଭି ଯାଦବ, ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା ।

୫-ଟି ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶକ୍ତିପୀଠ ସମ୍ବଲପୁରର ମା’ ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯାଉଛି । ଯୋଜନାରେ ମା’ଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ ।

ସୁନ୍ଦରଗଡରେ ବିଭିନ୍ନ ପ୍ରକଳ୍ପ ଓ ଏନଟିପିସି ମେଡିକାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ
ସୁନ୍ଦରଗଡ: ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭିକେ ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀ । ସୁନ୍ଦରଗଡ ଗସ୍ତ କରି ବିଭିନ୍ନ ମେଗା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମୁଖ୍ୟ ସଚିବ ଓ ୫-ଟି ସଚିବଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଏନଏଚଆରଏମ୍ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ନିର୍ମାଣାଧିନ ପ୍ରକଳ୍ପ ସ୍ଥଳ ଓ ଏନଟିପିସି ମେଡିକାଲ ପରିଦର୍ଶନ କରିଛନ୍ତି । ସେମାନେ କୁଣ୍ଡ୍ରୁକେଲା ଗ୍ରୀଡ୍ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍ କରିଡର, ଭବାନୀପୁର ଅଙ୍ଗନବାଡି କେନ୍ଦ୍ର, କିଂଜିର୍ମା ସରକାରୀ ଉଚ୍ଚ ବିଦ୍ୟାଳୟ, ଏନଟିିପିସି ମେଡିକାଲ କଲେଜ ଓ ହସପିଟାଲ ପରିଦର୍ଶନ କରିଥିଲେ ।

ଏହାସହିତ ଆଜି ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ ତୃତୀୟ ଲହର ମୁକାବିଲା ନେଇ ସମୀକ୍ଷା କରାଯିବ । ଯଦି ତୃତୀୟ ଲହର ଆସେ, ତେବେ ଏହାର ମୁକାବିଲା ପାଇଁ ଜିଲ୍ଲା କିପରି ପ୍ରସ୍ତୁତ ରହିଛି, ସେନେଇ ସ୍ଥିତି ସମୀକ୍ଷା କରିବେ । ସେହିପରି ଶିକ୍ଷା ବ୍ୟବସ୍ଥା ଓ ହକି ଭିତ୍ତିଭୂମି ନେଇ ମଧ୍ୟ ଅନୁଧ୍ୟାନ କରାଯିବ । ଜିଲ୍ଲାରେ ଶିକ୍ଷା ସଂସ୍କାର କିପରି ହୋଇଛି, ତାର ଅନୁଧ୍ୟାନ କରାଯିବ ସହ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିବେ ଏହି ବରିଷ୍ଠ ଅଧିକାରୀ ।