smart health card - The Sakala

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ, BSKY କାର୍ଡ ବାଣ୍ଟିବା ସହ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କରିବେ ଶୁଭ ଉଦଘାଟନ
ଭୁବନେଶ୍ବର/ ଛତ୍ରପୁର: ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ ସ୍ବାସ୍ଥ୍ୟସେବା ସହ ଯୋଡ଼ିହେବ ଗଞ୍ଜାମ। ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କରିବେ । ଏହି ଅବସରରେ ସେ ଗଞ୍ଜାମବାସୀଙ୍କୁ ବିଭିନ୍ନ ପ୍ରକଳ୍ପ ଯୋଗେ ୨୨୦୦ କୋଟି ଟଙ୍କାର ଭେଟି ଦେବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ନେଇ ଗଞ୍ଜାମ ଜିଲ୍ଲା ପୁଲିସ ଓ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଓ ପୁରୁଷୋତ୍ତମପୁର ନିକଟ ମା ତାରାତାରିଣୀ ପୀଠକୁ ଆସି ଦର୍ଶନ ପରେ ସେଠାରେ ଆୟୋଜିତ ସଭାରେ ଯୋଗଦେବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ ବଣ୍ଟନ ସହିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ଏହା ପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ହେଲିକପ୍ଟର ଯୋଗେ ପୁରୁଷୋତ୍ତମପୁରରେ ସକାଳ ୧୦.୩୦ ସମୟରେ ପହଞ୍ଚି ମା’ଙ୍କ ଦର୍ଶନ ପାଇଁ ଯିବେ । ୧୦.୪୦ ସମୟରେ ମୁଖ୍ୟମନ୍ତ୍ରୀ ସଭାସ୍ଥଳରେ ପହଞ୍ଚିବେ । ସେଠାରେ ମୁଖ୍ୟମନ୍ତ୍ରୀ ପ୍ରଥମେ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିବେ। ଏଥିରେ ୨୫ ଲକ୍ଷ ପରିବାର ଉପକୃତ ହେବେ । ସ୍ମାର୍ଟକାର୍ଡ ବଣ୍ଟନ ପରେ ଭରଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ୨୨୦୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟରେ ୫୭୦ କୋଟି ଟଙ୍କା ବ୍ୟୟରେ ହୋଇଥିବା ୬୫୯ଟି ପ୍ରକଳ୍ପର ଉଦଘାଟନ, ୧୫୮୨ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୬୪୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ୧୨୭ କୋଟି ଟଙ୍କାର ନୂଆ ଯୋଜନାର ଶୁଭାରମ୍ଭ ଅନ୍ତର୍ଭୁକ୍ତ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୨୪୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ବ୍ରିଜ୍, ରାସ୍ତା ଓ ଡ୍ରେନ୍‌ର ଉଦଘାଟନ କରିବେ। ସେହିଭଳି ୨୧୯ କୋଟି ଟଙ୍କାରେ ନିର୍ମିତ ୨୮୯ଟି ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳପ୍ରକଳ୍ପର ଉଦଘାଟନ ହେବ ଏବଂ ୭୬୧ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୪୩୯ଟି ସ୍ବାସ୍ଥ୍ୟ, ପାନୀୟଜଳ ଓ ଶିକ୍ଷା ପକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ ।

ଏହା ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧତ କରିବେ । ଏହି ଅବସରରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକ, ସାଂସଦମାନେ ଉପସ୍ଥିତ ରହିବେ। ୧୧.୨୫ ସମୟରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ସେଠାରୁ ହିଞ୍ଜିଳିକାଟୁ ଅଭିମୁଖେ ଯାତ୍ରା କରିବେ। ହିଞ୍ଜିଳିକାଟୁରେ ବିଜୁ ପଟ୍ଟନାୟକ ଛକରେ ପହଞ୍ଚି ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ସେଠାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୦୦ କୋଟି ଟଙ୍କାର ବ୍ୟାଙ୍କ କ୍ରେଡିଟ୍ ଲିଙ୍କେଜ୍ ପ୍ରଦାନ, ମିଶନ ଶକ୍ତି ପକ୍ଷରୁ ବ୍ୟାଟେରୀ ଚାଳିତ ଯାନର ଲୋକାର୍ପଣ, ଗଞ୍ଜାମ ଦର୍ଶନ ବସ୍‌ର ଶୁଭାରମ୍ଭ ଆଦି କରିବେ । ଏହି ଅବସରରେ ହିଞ୍ଜିଳି ନିର୍ବାଚନମଣ୍ଡଳୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନ ପ୍ରଦାନ କରାଯିବ। ଏହି ସଭା ପରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁର ବୃନ୍ଦାବନ ବିଦ୍ୟାପୀଠ ଯାଇ ସ୍ମାର୍ଟ କ୍ଲାସ୍ ରୁମ୍, ଆଧୁନିକ ପରୀକ୍ଷାଗାର, ଇ-ପାଠାଗାର ଆଦି ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ୧୨.୧୫ ସମୟରେ ହିଞ୍ଜିଳିକାଟୁ ମିନି ଷ୍ଟାଡିୟମ୍ ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍‌ରୁ ଭୁବନେଶ୍ବର ଅଭିମୁଖେ ଯାତ୍ରା ଆରମ୍ଭ କରିବେ ବୋଲି ଜଣାପଡ଼ିଛି ।

ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିଯୁକ୍ତ ସମସ୍ତ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ, ପୁଲିସ ଅଧିକାରୀ ଓ କର୍ମଚାରୀ, ପଞ୍ଚାୟତିରାଜ ପ୍ରତିନିଧି ଏବଂ ଖବରଦାତା ଓ ଫଟୋଗ୍ରାଫର ସମସ୍ତେ ଆରଟିପିସିଆର୍ ଟେଷ୍ଟ କରିବା ବାଧ୍ୟତାମୂଳକ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ୫୦୩ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ସମସ୍ତ ୱାର୍ଡ ମେମ୍ବର, ୬୯ ଜିଲ୍ଲା ପରିଷଦ ସଭ୍ୟ, ଜିଲ୍ଲା ପରିଷଦ ସଭାନେତ୍ରୀ, ୨୨ବ୍ଲକ ଅଧ୍ୟକ୍ଷ ଯୋଗଦେବେ ।

କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କୋରାପୁଟର ୧୨ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ନବରଙ୍ଗପୁରର ୧୧ ଲକ୍ଷ ୩୦ ହଜାରରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ। ଆଜିର କାର୍ଯ୍ୟକ୍ରମ ସହିତ ରାଜ୍ୟର ୨୩ଟି ଜିଲ୍ଲାର ଜନସାଧାରଣ ଏହି ଯୋଜନାରେ ସାମିଲ ହେଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ରାଜ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ହରିଶ୍ଚନ୍ଦ୍ର ବକ୍‌ସିପାତ୍ରଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। କୋରାପୁଟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଥିଲେ।।

ଏହି ଅବସରରେ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋରାପୁଟ ଆଜି ଏକ ସଫଳ ଜିଲ୍ଲା ଭାବରେ ନୂଆ ପରିଚୟ ସୃଷ୍ଟି କରିପାରିଛି। ଏକ ନୂଆ ବ୍ରାଣ୍ଡ ଭାବରେ କୋରାପୁଟ କଫି ମାର୍କେଟରେ ସୁନାମ କରିବା ସହିତ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ନୂଆ ସୁଯୋଗ ମଧ୍ୟ ସୃଷ୍ଟି କରିପାରିଛି। ଆଗାମୀ ୫ ବର୍ଷରେ ୫୦୦୦ ହେକ୍ଟର ଜମିରେ କଫି ଚାଷ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଜନଜାତି ଭାଇଭଉଣୀ ମାନଙ୍କ ଶିକ୍ଷା ସହିତ ନୂଆ ନୂଆ ରୋଜଗାର ସୃଷ୍ଟି ଓ ଯୋଗାଯୋଗର ଉନ୍ନତି ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲା ପାଇଁ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥିରେ ପିଇବା ପାଣି ଠାରୁ ଆରମ୍ଭ କରି ଯୋଗାଯୋଗ ବ୍ୟବସ୍ଥାର ଉନ୍ନତି ଉପରେ ଗୁରୁତ୍ବ ଦିଆଯାଇଛି ବୋଲି ସେ କହିଥିଲେ। ସେହିପରି ଜିଲ୍ଲା ପାଇଁ ଗୋଟିଏ ଦିନରେ ୪୫କୋଟି ଟଙ୍କା ଖର୍ଚ୍ଚରେ ୪୯ଟି ସ୍ବାସ୍ଥ୍ୟ ପ୍ରତିଷ୍ଠାନ (Health Institution) ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ଜିଲ୍ଲାର କୋଣ ଅନୁକୋଣରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଆସିପାରିବ। ସ୍ବାସ୍ଥ୍ୟସେବା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର smart health card ଜରିଆରେ ନବରଙ୍ଗପୁର ର ଏଗାର ଲକ୍ଷ ତିରିଶ ହଜାର ଲୋକ ଉପକାର ପାଇବେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ କୋରାପୁଟରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ, କୋରାପୁଚ ବିଧାୟକ ଶ୍ରୀ ରଘୁରାମ ପଡଲ ପ୍ରମୁଖ ଯୋଗ ଦେଇଥିବା ବେଳେ ନବରଙ୍ଗପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ସାଂସଦ ରମେଶଚନ୍ଦ୍ର ମାଝୀ ଓ ବିଧାୟକ ଶ୍ରୀ ସଦାଶିବ ପାଣିଗ୍ରାହୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟରେ ବିକାଶର ନୂତନ ଧାରା ସାରା ଦେଶକୁ ରାସ୍ତା ଦେଖାଇଛି। କୋଭିଡ ମହାମାରୀର ପରିଚାଳନା ପାଇଁ ଆଜି ରାଜ୍ୟ ଦେଶ ବିଦେଶରେ ପ୍ରଶଂସିତ ହେଉଛି। ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ପରିଚୟ ସୃଷ୍ଡି କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଆଜି ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ: ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହେବେ କନ୍ଧମାଳବାସୀ
ଭୁବନେଶ୍ୱର: ରାଜ୍ୟର ଅଧା ଜିଲ୍ଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲ୍‍ଥ କାର୍ଡ କାର୍ଯ୍ୟକ୍ରମରେ ଯୋଡ଼ି ହେବା ପରେ ୧୬ ତମ ଜିଲ୍ଲା ଭାବେ କନ୍ଧମାଳ ସାମିଲ ହେବାକୁ ଯାଉଛି। ଆଜି ମୁଖ୍ୟମନ୍ତ୍ରୀ କନ୍ଧମାଳ ଜିଲ୍ଲାବାସୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଜିଲ୍ଲାର ପ୍ରାୟ ୧.୬୭ ଲକ୍ଷ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଏହି ସ୍ୱାସ୍ଥ୍ୟ ସଞ୍ଜିବନୀ ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ପ୍ରାୟ ୩୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କରିବେ।

କାର୍ଯ୍ୟକ୍ରମ ଅନୁଯାୟୀ ଆଜି ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଫୁଲବାଣୀ ମିନି ଷ୍ଟାଡିୟମରେ ପହଞ୍ଚିବେ। ଏହାପରେ ସେଠାରେ ଆୟୋଜିତ କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‍ଥ କାର୍ଡ ବଣ୍ଟନ କରିବେ। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଓ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଆୟୋଜନ ସ୍ଥଳରେ ପହଞ୍ଚି ପ୍ରସ୍ତୁତି କାର୍ଯ୍ୟକ୍ରମର ତଦାରଖ କରିଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟବାସୀଙ୍କୁ ବିନା ମୂଲ୍ୟରେ ସ୍ମାର୍ଟ ସ୍ୱାସ୍ଥ୍ୟସେବାର ଯୋଗାଇ ଦେବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ଗତ ଗତ ଅଗଷ୍ଟ ୨୦ରେ ମାଲକାନଗିରିରୁ ଏହି ଯୋଜନାର ଶୁଭାରମ୍ଭ କରିଥିଲେ। ଏହାପରେ ସୁନ୍ଦରଗଡ଼଼, ବଲାଙ୍ଗୀର, ଗଜପତି, ପୁରୀ, ଦେବଗଡ଼଼, ମୟୂରଭଞ୍ଜ, ସମ୍ବଲପୁର, କଳାହାଣ୍ଡି ଓ ନୂଆପଡ଼ା, ବରଗଡ଼଼, ଝାରସୁଗୁଡ଼ା, କେନ୍ଦୁଝର ଏବଂ ଆଜି ଉପରୋକ୍ତ ଦୁଇ ଜିଲ୍ଲା ରାଜ୍ୟ ସରକାରଙ୍କ ଏହି ଫ୍ଲାଗ୍‍ସିପ କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଛନ୍ତି। ଆଜିକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୧ ଲକ୍ଷ ୫୮ ହଜାର ଲୋକ ଏହି ସ୍ମାର୍ଟ ହେଲ୍‍ଥ କାର୍ଡ ଯୋଜନାରେ ସାମିଲ ହେଲେଣି।

ବରଗଡ଼ବାସୀ ପାଇବେ ସ୍ବାସ୍ଥ୍ୟ ସଞ୍ଜିବନୀ, ଆସନ୍ତାକାଲି ବିଜେପୁରରୁ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସ୍ମାର୍ଟ ହେବ ବରଗଡ଼ ଜିଲ୍ଲା । ସ୍ବାସ୍ଥ୍ୟସେବାର ମହାବିପ୍ଳବରେ ସାମିଲ ହେବ ବରଗଡ଼। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତରେ ଯାଉଛନ୍ତି । ବହୁ ପ୍ରତୀଖିତ ବିଏସକେଓ୍ବାଇ ଯୋଜନାରେ ବରଗଡ ଜିଲ୍ଲା କାଲି ସାମିଲ ହେବାକୁ ଯାଉଛି । ବିଜେପୁର ବ୍ଲକ ଗଣ୍ଡପାଲି ନିକଟସ୍ଥ ମିନି ଷ୍ଟାଡିଅମଠାରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତିର ତଦାରଖ କରୁଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଥିବାବେଳେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ ହେବେ । ସ୍ମାର୍ଟକାର୍ଡ ବାଣ୍ଟିବା ସହିତ ବିଜେପୁରରେ ୨୯୫ କୋଟି ଟଙ୍କାରେ ୧୫୦ରୁ ଅଧିକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

ନିର୍ବାଚନ ଆସିଲେ ସବୁ ଦଳର ନେତା ପ୍ରତିଶ୍ରୁତି ଦେଇ ଥାଆନ୍ତି, ହେଲେ ସମସ୍ତେ ପ୍ରତିଶ୍ରୁତିକୁ ପୂରଣ କରିପାରନ୍ତି ନାହିଁ। ଯେଉଁମାନେ ନିର୍ବାଚନୀ ପ୍ରତିଶ୍ରୁତି ଦେଇ ପୂରଣ କରିଥାନ୍ତି, ସେମାନେ ଲଗାତର ଜନତାଙ୍କ ବିଶ୍ୱାସଭାଜନ ହୋଇଥାଆନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଜ୍ଵଳନ୍ତ ଉଦାହରଣ । ଅନ୍ୟ ରାଜନୈତିକ ଦଳଠାରୁ ଭିନ୍ନ ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେବଳ ପ୍ରତିଶ୍ରୁତି ଦିଅନ୍ତି ନାହିଁ, ତାହାର ସଠିକ୍ ଅନୁପାଳନ ମଧ୍ୟ କରନ୍ତି। ବରଗଡ଼ର ବିଜେପୁର ନିର୍ବାଚନମଣ୍ଡଳୀ ଏହାର ଅନ୍ୟତମ ଉଦାହରଣ । ବିଜେପୁର ଉପନିର୍ବାଚନ ସମୟରେ ସେ ଏହି ଅଞ୍ଚଳର ଦାୟିତ୍ଵ ନେବାକୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିଛନ୍ତି। ଆସନ୍ତାକାଲି ବରଗଡ଼ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲ୍ଲା ଓ ବିଜେପୁରର ବହୁ ଜନହିତକର ପ୍ରକଳ୍ପର ଉଦ୍‌ଘାଟନ କରିବେ ଏବଂ ଜିଲ୍ଲାର ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ସଞ୍ଜିବନୀ କୁହାଯାଉଥିବା ସ୍ମାର୍ଟ କାର୍ଡ଼ ବଣ୍ଟନ କରିବେ ବୋଲି ସୂଚନା ମିଳିଛି।

ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ବରଗଡ଼ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିବେ । ଏହା ପରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ । ସାରା ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ରୂପାନ୍ତରଣ କାର୍ଯ୍ୟକ୍ରମ ଜାରି ରହିଛି। ଏହି କ୍ରମରେ ସେହିଦିନ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍କୁଲ ୫-ଟି ରୂପାନ୍ତରଣ ସମ୍ପର୍କିତ ଏକ ଭିଡିଓ ପ୍ରଦର୍ଶିତ କରାଯିବ। ଜିଲ୍ଲାର ୭୧ଟି ସ୍କୁଲର ୫-ଟି ରୂପାନ୍ତରଣ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ରୂପାନ୍ତରିତ କରାଯିବ। ସକାଳ ୧୦ଟା ୨୫ ମିନିଟ୍‌ରୁ ଭୁବନେଶ୍ବର ବିମାନବନ୍ଦରରୁ ବାହାରି ମୁଖ୍ୟମନ୍ତ୍ରୀ ୧୧ଟା ୩୦ ମିନିଟ୍‌ରେ ବିଜେପୁର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିବେ । ପରେ ବିଏସକେୱାଇ କାର୍ଡ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କରିବେ । ଏହା ପରେ ୧୨ଟା ୯ ମିନିଟ୍‌ରେ ଡିଜିଟାଲ ପଦ୍ଧତିରେ ବିଭିନ୍ନ ପ୍ରକଳ୍ପଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନା ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେପୁର ବାସୀ ବେସ୍ ଉତ୍ସାହିତ ଅଛନ୍ତି। ଏହି କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ବରଗଡ଼ ଲୋକସଭା ସାଂସଦ ସୁରେଶ ପୂଜାରୀ, ବିଜେଡି ରାଜ୍ୟସଭା ଏମପି ପ୍ରସନ୍ନ ଆଚାର୍ଯ୍ୟ ଏବଂ ସ୍ଥାନୀୟ ବିଧାୟିକା ରୀତା ସାହୁ ପ୍ରମୁଖ ଉପସ୍ଥିତ ରହିବେ ।

କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ, ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ସହ ୧୫୫୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଉଦଘାଟନ ଓ ଶିଳାନ୍ୟାସ
ସମ୍ବଲପୁର : ସମ୍ବଲପୁର କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୁଚିଣ୍ଡା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନିଜ ହାତରେ ସ୍ମାର୍ଟ ହେଲ୍‌ଥ କାର୍ଡକୁ ବାଣ୍ଟିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ସମ୍ବଲପୁରର ବିକାଶ ଓ ଉନ୍ନତିକରଣ ପାଇଁ ୧୫୫୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଉଦଘାଟନ ଓ ଶିଳାନ୍ୟାସ  କରିଛନ୍ତି। ୧୫୫୩ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟରୁ ୩୫୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପକୁ ଉଦଘାଟନ କରାଯାଇଛି। ମୁଖ୍ୟତଃ ଧନକଉଡା ବ୍ଳକର ଦ୍ବୀପ ଭାବେ ପରିଚିତ ଥିବା କୁଦଗୁଣ୍ଡେରପୁରକୁ ନିର୍ମିତ ସେତୁର ଲୋକାର୍ପଣ, ଗୋଶାଳାର ସୈନିକ ସ୍କୁଲ କୋଠାର ଲୋକାର୍ପଣ ସହିତ ବୁର୍ଲାର ପାରା ମେଡିକାଲ ହଷ୍ଟେଲ କୋଠାର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନରେ ମାଆ ସମଲେଶ୍ୱରୀଙ୍କ ପୀଠକୁ ଆସି ଆଜି ବହୁତ ଖୁସି ଥିବା କହିଛନ୍ତି। ଇତିହାସ, ଅର୍ଥନୀତି, ରାଜନୀତି ଶିକ୍ଷା, ସଂସ୍କୃତିରେ ସମ୍ବଲପୁରର ବିଶେଷ ଅବଦାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମ୍ବଲପୁରୀ ଭାଷା ପରି ସମ୍ବଲପୁରର ଗୀତ ଏବଂ ଶାଡ଼ି ସାରା ବିଶ୍ୱରେ ବେଶ ଆଦର ସାଉଣ୍ଟିଛି। ବିଶ୍ୱ ଦରବାରରେ ଆଜି ଶାଢ଼ି ପାଇଁ ସମ୍ବଲପୁର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ସେପଟେ ମାଆ ସମଲେଶ୍ୱରୀଙ୍କ ସୌନ୍ଦର୍ଯ୍ୟକରଣ ଏବଂ ବିକାଶମୂଳକ କାର୍ଯ୍ୟକୁ ସରକାର ନିଜ ହାତକୁ ଦେଇଛନ୍ତି। ଯାହାଦ୍ୱାରା ଏଠାରୁ ଆସୁଥିବା ପର୍ଯ୍ୟଟକ ବେଶ ସୁବିଧା ପାଇପାରିବେ।

ସେ ଆହୁରି ମଧ୍ୟ କହିଛନ୍ତି ସମସ୍ତଙ୍କୁ ସୁସ୍ଥ ପାଣି ଯୋଗାଇବା ପାଇଁ ସରକାର ଅଧିକ ଉଦ୍ୟମ କରୁଛନ୍ତି। ସେଥିପାଇଁ ସମ୍ବଲପୁର ଜିଲ୍ଲାରୁ ଏକ ହଜାର କୋଟି ଟଙ୍କା ପାଣି ପାଇଁ ପ୍ରକଳ୍ପ ଯୋଗାଇ ଦିଆଯାଇଛି। ୨୦୨୨ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଆଜି ସମ୍ବଲପୁର ଏହି କାର୍ଡ ପାଉଥିବାରୁ ସେ ବହୁତ ଖୁସି। ସମ୍ବଲପୁରର ୭ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ। ତେବେ ଏହି ହେଲ୍ଥ ସେବା ହେଉଛି ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲ ଷ୍ଟୋନ୍‌। ସ୍ୱାସ୍ଥ୍ୟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ପରିବାରର କେହି ଅସୁସ୍ଥ ହେଲେ ଟେନସନ ବଢ଼ିଯାଏ। ଚିକିତ୍ସା ପାଇଁ କିଏ ଜମି ତ କିଏ ଗହଣା ବିକି ଅର୍ଥ ଯୋଗାଡ଼ କରିଥାନ୍ତି। ଏପରିକି ପିଲାଙ୍କ ପାଠପଢ଼ାରେ ବି ଡୋରି ଲାଗିଯାଏ। ଯାହା ତାଙ୍କୁ ଖୁବ ଦୁଃଖ ଦିଏ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଆଉ କାହାକୁ ଏପରି ଅସୁବିଧା ଭୋଗିବାକୁ ପଡ଼ିବନି। ସ୍ମାର୍ଟ କାର୍ଡରେ ସୁବିଧାରେ ମିଳିବ ସମସ୍ତ ଚିକିତ୍ସା ସହାୟତା। ସମ୍ବଲପୁରର ପ୍ରତି ବ୍ଲକରେ ଜଣେ ଲେଖାଏଁ ମନ୍ତ୍ରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ ପାଇଁ ଦାୟିତ୍ୱ ଦିଆଯାଇଛି। ୯ଟି ବ୍ଲକ ସହିତ ମହାନଗର ନିଗମ ଅଞ୍ଚଳର ମୋଟ ୨ଲକ୍ଷ ୨୮ହଜାର ୨୧୩ ଜଣ ବିଏସକେଓ୍ୱାଇ କାର୍ଡ ପାଇବେ।

ସ୍ମାର୍ଟ ହେଲ୍‌ଥ କାର୍ଡରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଗରିବ ଲୋକେ ମାଗଣାରେ ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇପାରିବେ। ଗୋଟିଏ କାର୍ଡରେ ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ କୌଣସି ଡକ୍ୟୁମେଣ୍ଟ ନେଇ ଯିବାକୁ ପଡ଼ିବାନାହିଁ। କେବଳ କାର୍ଡ ନେଲେ ହୋଇପାରିବ ଚିକିତ୍ସା। କୋଭିଡ ଓ ଅଣକୋଭିଡ ଚିକିତ୍ସା ବିନା କାଗଜପତ୍ରରେ ଅବିଳମ୍ବେ ଏହି ସୁବିଧା ମିଳିବ। ତେଣୁ ସଂଚିତ ଅର୍ଥ ରୋଗ ପାଇଁ ଖର୍ଚ୍ଚ ନହୋଇ ପିଲାଙ୍କ ପଢ଼ାରେ ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ପ୍ରତି ଜୀବନ ମୂଲ୍ୟବାନ ବୋଲି ନବୀନ କହିଥିବାବେଳେ ଗାଁ ହେଉ କି ସହର ସମସ୍ତେ ସୁସ୍ଥରେ ରୁହନ୍ତୁ ବୋଲି କହିଛନ୍ତି। ଚିକିତ୍ସା ପାଇଁ ଅର୍ଥ ବାଧକ ନ ହେଉ ବୋଲି କହିଛନ୍ତି। ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ। ପରିବାରର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ ବୋଲି କହିଛନ୍ତି ନବୀନ।

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନ ସହ ୭ ଶହ କୋଟି ପ୍ରକଳ୍ପର କରିବେ ଶୁଭାରମ୍ଭ
ସମ୍ବଲପୁର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତରେ ଆସୁଛନ୍ତି । ଜିଲ୍ଲାର କୁଚିଣ୍ଡା ସ୍ଥିତ ମୁକୁନ୍ଦି ପଡିଆରେ ମୁଖ୍ୟମନ୍ତ୍ରୀ ଓହ୍ଲାଇ ବିଏସ୍‌କେୱାଇ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଏହାଛଡା ଜିଲ୍ଲାର ବିଭିନ୍ନ ଅଞ୍ଚଳର ପ୍ରାୟ ୭ ଶହରୁ ଅଧିକ କୋଟିର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ମୁକୁନ୍ଦିସ୍ଥିତ ଖେଳ ପଡିଆ ଏବେ ପ୍ରସ୍ତୁତ ହୋଇସାରିଛି । ସେପଟେ , ଦୀର୍ଘ ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀ ଆସୁଥିବାରୁ ଜିଲ୍ଲା ବ୍ୟାପି ଲୋକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଆସନ୍ତାକାଲି ସକାଳ ୯ଟା ୪୫ ମିନିଟ୍‌ରେ ବାହାରି ୯ଟା ୫୦ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ୧୦ଟା ୩୫ ମିନିଟ୍‌ରେ ସେଠାରୁ ସ୍ବତନ୍ତ୍ର ଏୟାରକ୍ରାଫ୍ଟରେ ଆସି ଜମାଦାରପାଲି ଏୟାରଷ୍ଟ୍ରିପ୍‌ରେ ଅବତରଣ କରିବେ । ଆଉ ଜମାଦାରପାଲିରୁ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କୁଚିଣ୍ଡା ସ୍ଥିତ ମୁକୁନ୍ଦି ପଡିଆରେ ଅବତରଣ କରିବେ । ସେଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିବେ । ଏହା ସହିତ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡିଜିଟାଲ ମାଧ୍ୟମରେ ପ୍ରାୟ ୭ ଶହ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଥିରେ ମୁଖ୍ୟତଃ ଧନକଉଡା ବ୍ଳକର ଦ୍ବୀପ ଭାବେ ପରିଚିତ ଥିବା କୁଦଗୁଣ୍ଡେରପୁରକୁ ନିର୍ମିତ ସେତୁର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଗୋଶାଳାର ସୈନିକ ସ୍କୁଲ କୋଠାର ଲୋକାର୍ପଣ ସହିତ ବୁର୍ଲାର ପାରା ମେଡିକାଲ ହଷ୍ଟେଲ କୋଠାର ମଧ୍ୟ ଉଦଘାଟନ କରିବେ । ସେହିପରି ଜିଲ୍ଲାର ଅନେକ ସିଏମ୍‌ସି ଏବଂ ପିଏଚସି କୋଠା ସମେତ ଜମନକିରାର ଶଙ୍ଖଭାଙ୍ଗୁଣୀ ନାଲା ଏବଂ ସମ୍ବଲପୁରର ସରଲା ନାଲା ସେତୁ ପାଇଁ ଶିଳାନ୍ୟାସରକାର୍ଯ୍ୟକ୍ରମ ରହିଛି । ଏହାବାଦ୍ ଫାଶିମାଲରୁ ଲଇଡା ରାସ୍ତା ସମେତ ବହୁ ରାସ୍ତା , ପାନୀୟଜଳ , ଶିକ୍ଷାନୁଷ୍ଠାନ ଆଦି ପ୍ରାୟ ୧୫୦ରୁ ଉର୍ଦ୍ଧ୍ଵ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମ ପରେ ପୁଣି ଭୁବନେଶ୍ବର ପ୍ରତ୍ୟାବର୍ତ୍ତନକାର୍ଯ୍ୟକ୍ରମ ରହିଛି ।

ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ସ୍ମାର୍ଟ କାର୍ଡ ବଣ୍ଟନ ସହ କରିବେ ପ୍ରାୟ ୨୨ଶହ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଜିଲ୍ଲାର ୬ଲକ୍ଷ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯିବ। ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ମୟୂରଭଞ୍ଜରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୨୧ଶହ ୫୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ୩୨୦କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ୨୬ ବ୍ଲକରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ବିଜେଡି ସାଂଗଠନିକ ସଂପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜୋରଦାର ପ୍ରସ୍ତୁତି କରାଯାଉଛି ।

ଅର୍ଥ ଅଭାବରୁ କାହାର ଜୀବନ ଯିବ ନାହିଁ । ଚିକିତ୍ସା ପାଇଁ ଜମିବାଡ଼ି, ଗହଣା ବିକିବାକୁ ପଡ଼ିବ ନାହିଁ। କେବଳ ଗୋଟିଏ କାର୍ଡ ଦେଖାଇଲେ ମାଗଣାରେ ମିଳିବ ଚିକିତ୍ସା ସୁବିଧା । ସରକାରୀ ହସ୍ପିଟାଲରୁ ଆରମ୍ଭ କରି ବେସରକାରୀ ହସ୍ପିଟାଲ, ବିନା ଟଙ୍କାରେ ଚିକିତ୍ସା ସୁବିଧା ପାଇବେ ରାଜ୍ୟର ଗରିବ ଲୋକ । ଟଙ୍କିକିଆ ଚାଉଳ, ଆହାର ଭଳି ନବୀନଙ୍କ ଜନକଲ୍ୟାଣକାରୀ ଯୋଜନା ଭିତରୁ ଅନ୍ୟତମ ଯୋଜନା ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର  ୯୬ ଲକ୍ଷ ପରିବାର ପାଖରେ ପହଞ୍ଚିବ। ନିଜେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତ କରି ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ ସଞ୍ଜିବନୀ କୁହାଯାଉଥିବା ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡର ବଣ୍ଟନ କରୁଛନ୍ତି। ରାଜ୍ୟର ୯୬ ଦଶମିକ ୫ଲକ୍ଷ ପରିବାରକୁ କାର୍ଡ ମିଳିବାକୁ ଥିବା ବେଳେ ଏଥିରେ ସାଢ଼େ ତିନି କୋଟି ଲୋକ ଉପକୃତ ହେବେ। ରାଜ୍ୟ ଓ ରାଜ୍ୟ ବାହାରର ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ହିତାଧିକାରୀ । ପୁରୁଷଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡରେ ମିଳିବ।

ଆସନ୍ତା ୨୦ ତାରିଖରେ ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୨୦ତାରିଖରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତରେ ଯିବେ। ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ବାଣ୍ଟିବେ। ଅଗଷ୍ଟ ୧୫ ତାରିଖ ଦିନ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ଡିଜିଟାଲ ହେଲ୍‌ଥ କାର୍ଡ ଆରମ୍ଭ କିରଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧିନତା ଦିବସରେ ରାଜ୍ୟବାସୀଙ୍କ ପାଇଁ ଏହି ଘୋଷଣା କରିଥିଲେ। ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସୁବିଧା ଲୋକ ପାଇପାରିବେ। ଓଡ଼ିଶାର ୯୬ଲକ୍ଷ ପରିବାର ଓ ସାଢେ ୩କୋଟି ଲୋକ ଏହାଦ୍ୱାରା ଉପକୃତ ହେବେ। ପ୍ରତିବର୍ଷ ମହିଳାଙ୍କ ପାଇଁ ୧୦ଲକ୍ଷ ଓ ପରିବାର ପାଇଁ ୫ଲକ୍ଷ ଟଙ୍କା ଲେଖାଏଁ ବୀମା ସହାୟତା ମିଳିବ।