CM ODISHA - The Sakala

ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରି ମା’ ମାନେ ହିଁ ନବୀନ ଓଡ଼ିଶାର ମଙ୍ଗ ଧରିଛନ୍ତି: 5T ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଭିକେ ପାଣ୍ଡିଆନ
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଦ୍ୱାଦଶ ଦିନରେ ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

ଏଥିପାଇଁ ସୁନ୍ଦରଗଡ ଜିଲ୍ଲାର  ୬ଟି ନିର୍ବାଚନମଣ୍ଡଳୀକୁ ମିଳିଛି  ୧୩୯.୫୦    କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା –ସୁନ୍ଦରଗଡ, ତଳସରା, ବିରମିତ୍ରପୁର, ରଘୁନାଥପାଲି, ରାଜଗାଙ୍ଗପୁର ଓ ବଣେଇ।  ଏହିସବୁ ନିର୍ବାଚନ ମଣ୍ଡଳୀର   ୧୭ଟି ବ୍ଲକ୍‌‌ର       ୨୭୯ଟି  ଗ୍ରାମ ପଞ୍ଚାୟତରେ   ୩୦୧୬ଟି ପ୍ରକଳ୍ପ ହେବ। ସେହିପରି ଢେଙ୍କାନାଳ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ  ୧୦୬ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଢେଙ୍କାନାଳ, କାମାକ୍ଷାନଗର, ପରଜଙ୍ଗ, ହିନ୍ଦୋଳ।  ଏଥିରେ ୮ଟି ବ୍ଲକ୍‌ର      ୨୧୨ ଟି   ଗ୍ରାମପଞ୍ଚାୟତରେ  ୩୦୫୩ଟି ପ୍ରକଳ୍ପ କରାଯିବ। ସେହିପରି ବୌଦ୍ଧ ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି  ୩୪.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – କଣ୍ଟାମାଳ, ବୌଦ୍ଧ  । ଏହିସବୁ ନିର୍ବାଚନମଣ୍ଡଳୀର ୩ଟି ବ୍ଲକ୍‌‌ର   ୬୯ ଟି  ଗ୍ରାମ ପଞ୍ଚାୟତରେ ୧୧୫୯ଟି ପ୍ରକଳ୍ପ ହେବ।

ଆଜିର କାର୍ଯ୍ୟକ୍ରମ ପାଇଁ ସୁନ୍ଦରଗଡ ଜିଲ୍ଲାର ୬ଟି, ଢେଙ୍କାନାଳ ଜିଲ୍ଲାର ୪ଟି ଓ ବୌଦ୍ଧ ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ସେ ପୁଣି କହିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଗାଁ ଗାଁରେ ଆଧୁନିକ ଓଡିଶାର ଭିତ୍ତି ସ୍ଥାପନ କରିବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ  ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ  ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ଏବେ ଓଡିଶାରେ ଗାଁ ଲୋକମାନେ ବିକାଶର ପ୍ରକୃତ ଭାଗିଦାର ହୋଇଛନ୍ତି। ଆମେ ସମସ୍ତେ ମିଶି ଗାଁର ବିକାଶ କରିବୁ, ଭଲ କାମ କରିବୁ, ଶୀଘ୍ର କରିବୁ ଓ ସ୍ୱଚ୍ଛତାର ସହ କରିବୁ। ସେ କହିଥିଲେ ଯେ ମା ମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ସ୍ୱପ୍ନ ଆଜି ସଫଳ ହୋଇଛି। ମା’ ମାନେ ହିଁ ନବୀନ ଓଡିଶାର ମଙ୍ଗ ଧରିଛନ୍ତି।

ସେ ପୁଣି କହିଥିଲେ ଯେ, ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏଥିରେ ସେ ମା’ମାନଙ୍କ ପାଇଁ ୫ଟି ଉପହାର ଦେଇଛନ୍ତି। ୫ ଟଙ୍କାରେ ଆହାର, ୫ ଟଙ୍କାରେ ଲକ୍ଷ୍ମୀ ବସ, ମମତାରେ ୫ ହଜାର ଟଙ୍କା, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ, ମା’ ମାନଙ୍କ ପାଇଁ ଆଉ ୫ ଲକ୍ଷ ଟଙ୍କା ଦିଆଯାଉଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ।

ସୁନ୍ଦରଗଡ ଜିଲ୍ଲା କାର୍ଯ୍ୟକ୍ରମରେ, ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସୁନ୍ଦରଗଡ ଲୋକଙ୍କ ହକି ପ୍ରତି ପ୍ରବଳ ଉତ୍ସାହକୁ ମୁଖ୍ୟମନ୍ତ୍ରୀ ଭଲ ଭାବରେ ଅନୁଭବ କରିଛନ୍ତି। ସେମାନଙ୍କ ମନୋଭାବକୁ ସମ୍ମାନ ଜଣାଇ ସେ ସୁନ୍ଦରଗଡରେ ବିଶ୍ୱକପ ହକିର ଆୟୋଜନ କରିଥିଲେ ଏବଂ ଏଥିପାଇଁ ଏକ ସୁନ୍ଦର ଅନ୍ତର୍ଜାତୀୟ ମାନର ହକି ଷ୍ଟାଡିୟମ ନିର୍ମାଣ କରିଛନ୍ତି। ଏହି ଷ୍ଟାଡିୟମ ମଧ୍ୟ ରେକର୍ଡ ସମୟରେ ନିର୍ମାଣ ହୋଇଥିଲା। ହକିର ବିକାଶ ପାଇଁ ସୁନ୍ଦରଗଡର ପ୍ରତି ବ୍ଲକକୁ ଆଷ୍ଟ୍ରୋଟର୍ଫ ମଧ୍ୟ ଦେଇଛନ୍ତି ବୋଲି ସେ କହିଥିଲେ।

ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ସୁନ୍ଦରଗଡ ଜିଲ୍ଲାର ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀରେ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୭୯.୪୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଭଷ୍ମାଠାରେ ଇବ ନଦୀ ରେ Istream Storage Structure ନିର୍ମାଣ ପାଇଁ ୨୬୨.୫୦ କୋଟି ଟଙ୍କାର ମଞ୍ଜୁରି, ପାରିଜାତ ଓ ଥିମ୍ ପାର୍କ ଏବଂ ନଗର ବନ ପ୍ରକଳ୍ପ ପାଇଁ ସମୁଦାୟ ୭.୭୮ କୋଟି ଟଙ୍କା, ଗୁରୁଲିଜୋରଠାରେ Minor Irrigation ପ୍ରକଳ୍ପ ପାଇଁ ୧.୩୪ କୋଟି ଟଙ୍କା ଓ ଅନ୍ୟାନ୍ୟ ପ୍ରକଳ୍ପ ସାମିଲ। ଏହା ସହିତ ୫ଟି ମନ୍ଦିର, ୨ଟି ସମଜିଦ୍ କମ୍ପ୍ଲେକ୍ସ, ୧ଟି କ୍ୟାଥଲିକ୍ ଚର୍ଚ୍ଚ ଆଦି ରହିଛି। ତଳସରା ନିର୍ବାଚନ ମଣ୍ଡଳୀରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୦.୫୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଲେଫ୍ରିପଡା ବ୍ଲକରେ ରାସ୍ତା ପାଇଁ ୨୪ କୋଟି ଟଙ୍କା, ଲେଫ୍ରିପଡା ବ୍ଲକରେ ବିଜୁ ସେତୁ ପାଇଁ ୫.୨୬ କୋଟି ଏବଂ ଫୁଲବାରୀ ସପେଇ ନଦୀରେ Istream Storage Structure ନିର୍ମାଣ ପାଇଁ ୧୨୩.୭୫ କୋଟି। ଏଥିରେ ୫ଟି ମନ୍ଦିର ଓ ୨ଟି ଚର୍ଚ୍ଚ ମଧ୍ୟ ସାମିଲ । ସେହିପରି ବିରମିତ୍ରପୁର ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ନୂଆଗାଁ ଓ କୁଆଁରମୁଣ୍ଡାରେ ୨ଟି ନୂଆ ଡିଗ୍ରୀ କଲେଜ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ଓ ଏହା ସହିତ ଅନେକ ସ୍କୁଲ, କଲେଜ, ୱାଟର ପାର୍କ ମଧ୍ୟ ରହିଛି । ରଘୁନାଥପାଲି ନିର୍ବାଚନ ମଣ୍ଡଳୀରେ ୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୦.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଜଲ୍‌ଦାଠାରେ ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟ ଉନ୍ନତିକରଣ। ବଣାଇ ନିର୍ବାଚନ ମଣ୍ଡଳୀରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୩୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବଣେଇ ଉପଖଣ୍ଡ ଡାକ୍ତରଖାନାର ଉନ୍ନତିକରଣ ଓ ଡାୟଲିସିସ୍ କେନ୍ଦ୍ର ପାଇଁ ୧.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସେହିପରି ବାଣେଶ୍ୱରୀ ମନ୍ଦିର ଓ ୨ଟି ଚର୍ଚ୍ଚ ପାଇଁ ୧.୪୫ କୋଟି ଟଙ୍କା । ଏହା ସହିତ ୨ଟି ଡିଗ୍ରୀ କଲେଜ, ୩ଟି ହାୟର ସେକେଣ୍ଡାରୀ ସ୍କୁଲ ଏଥିରେ ସାମିଲ ହୋଇଛି । ରାଉରକେଲା ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦.୦୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ମ୍ୟୁନିସପାଲିଟି ଡିଗ୍ରୀ କଲେଜ, ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ଇସ୍ପାତ ସ୍ୱୟଂଶାସିତ ମହାବିଦ୍ୟାଳୟ, ସୁଶିଳାବତୀ ସରକାରୀ ମହିଳା ମହାବିଦ୍ୟାଳୟ ଓ ଅନ୍ୟ ୪ଟି ମହାବିଦ୍ୟାଳୟ। ଏଥି ସହିତ ୨ଟି ମନ୍ଦିର ୧ଟି ଗୁରୁଦ୍ୱାର ସାମିଲ ହୋଇଛି।

ଏହିପରି ସୁନ୍ଦରଗଡ ଜିଲ୍ଲାର ୬ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୬୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୬୩.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଢେଙ୍କାନାଳ ଜିଲ୍ଲାର ଢେଙ୍କାନାଳ ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୭.୭୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଜୋରନ୍ଦା ମହିମା ଗାଦୀ ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଶପ୍ତଶଯ୍ୟା ପର୍ଯ୍ୟଟନ କ୍ଷେତ୍ର ବିକାଶ ପାଇ ୪.୬୧ କୋଟି ଟଙ୍କା, ବଳରାମ ମନ୍ଦିର ଓ ଜାଉଳି ପୋଖରୀ ମଠ ପାଇଁ ୫.୮୫ କୋଟି ଟଙ୍କାର ମଞ୍ଜୁର କରାଯାଇଛି। ଏଥି ସହିତ ୪ଟି ମହାବିଦ୍ୟାଳୟ ଓ ୧ଟି ହାୟର ସେକେଣ୍ଡାରୀ ସ୍କୁଲ ମଧ୍ୟ ସାମିଲ ହୋଇଛି। କାମକ୍ଷାନଗର ନିର୍ବାଚନ ମଣ୍ଡଳୀରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ୬ଟି ସେତୁ ପାଇଁ ୨୪ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ଏକତାଳିଠାରେ ମିନି ଷ୍ଟାଡିୟମ ଓ ପାଠାଗାର ପାଇଁ ୪.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ୪ଟି କଲେଜ ଏବଂ ୨ଟି ହାୟର ସେକେଣ୍ଡାରୀ ସ୍କୁଲ, ୨ଟି ଭିତ୍ତିଭୂମି ପ୍ରକଳ୍ପ ରହିଛି । ସେହିପରି ପରଜଙ୍ଗ ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩.୫୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଅଷ୍ଟଶମ୍ଭୁ ମନ୍ଦିରର ଉନ୍ନତିକରଣ, ୩ଟି କଲେଜ ଓ ୨ଟି ହାୟର ସେକେଣ୍ଡାରୀ ସ୍କୁଲ ଅନ୍ତର୍ଭୁକ୍ତ। ସେହିପରି ହିନ୍ଦୋଳ ନିର୍ବାଚନ ମଣ୍ଡଳୀରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬.୯୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ସାପୁଆ ଡ୍ୟାମର ସୌନ୍ଦର୍ଯ୍ୟକରଣ ପାଇଁ ୭.୪୪ କୋଟି ଟଙ୍କା, ସାପୁଆ- ବଡଜୋର ଜଳସେଚନ ପ୍ରକଳ୍ପର ସର୍ଭିସ ରାସ୍ତା ପାଇଁ ୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ୩ଟି କଲେଜ ୨ଟି ହାୟର ସେକେଣ୍ଡାରି ସ୍କୁଲ ଅନ୍ତର୍ଭୁକ୍ତ। । ଏହି ପରି ଢେଙ୍କାନାଳ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୫୯.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ବୌଦ୍ଧ ଜିଲ୍ଲାର କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଖଡଙ୍ଗ ନଦୀ ଓ ଖଇରମାଲଠାରେ ୨ଟି Instream Storage Structure । ଖଡଙ୍ଗ ନଦୀ I.S.S. ପାଇଁ ୨୦୦ କୋଟି ଟଙ୍କା ମଞ୍ଜୁର ହୋଇଥିବେ ବେଳେ, ଏଥିରେ ୧୨ ହଜାର ଲୋକ ଉପକୃତ ହେବେ। ସେହିପରି ଖଇରମାଳ I.S.S. ପାଇଁ ୯୨୫.୬୦ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ୧.୭୦ ଲକ୍ଷ ଲୋକ ଉପକୃତ ହେବେ। ଏହା ସହିତ କଣ୍ଟାମାଳ ହାୟର ସେକେଣ୍ଡାରୀ ସ୍କୁଲ ଓ ଡିଗ୍ରୀ କଲେଜ, ପଳସାଗୁଡା ପଞ୍ଚାୟତ ହାୟର ସେକେଣ୍ଡାରୀ ସ୍କୁଲ, ପର୍ଯ୍ୟଟନ କ୍ଷେତ୍ର, କଣ୍ଟାମାଳର ବିର ମୁଣ୍ଡା ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ସାମିଲ । ସେହିପରି ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ପୁରୁଣାକଟକଠାରେ ମା ଭୈରବୀ ମନ୍ଦିର ର ଉନ୍ନତିକରଣ ପାଇଁ ୩. ୬୭ କୋଟି ଏବଂ ବୌଦ୍ଧଠାରେ ମା ଚନ୍ଦ୍ରଚୂଡା ମନ୍ଦିର ଓ ଆରତି ଘାଟର ଉନ୍ନତିକରଣ ପାଇଁ ୩.୦୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଦ୍ୱାରା ବର୍ଷକୁ ମା ଭୈରବୀ ମନ୍ଦିରକୁ ୬୦ ହଜାର ଭକ୍ତ ଓ ମା ଚନ୍ଦ୍ରଚୂଡା ମନ୍ଦିରକୁ ୫୦ ହଜାର ଭକ୍ତ ଆସି ସୁବିଧାରେ ଦର୍ଶନ କରିପାରିବେ । ଏହା ସହିତ ୩ଟି ଡିଗ୍ରୀ କଲେଜ, ୧ଟି ମହାବିଦ୍ୟାଳୟ, ୩ଟି ପର୍ଯ୍ୟଟନ କ୍ଷେତ୍ର, ୧ଟି ଛାତ୍ରୀନିବାସ ସାମିଲ ଅଛି।

ଏହିପରି ବୌଦ୍ଧ ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୪୧.୮୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ  ଶାରଦା ପ୍ରସାଦ ନାୟକ, ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ, ମନ୍ତ୍ରୀ ପ୍ରିତିରଞ୍ଜନ ଘଡାଇ, ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ସୁବ୍ରତ ତରାଇ, ବିଧାୟକ ସୁଧିର କୁମାର ସାମଲ, ବିଧାୟକ ଡ. ନୃସିଂହ ଚରଣ ସାହୁ, ବିଧାୟକ ମହେଶ ସାହୁ, ବିଧାୟକ ମହିଧର ରଣା, ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ।

ସୁନ୍ଦରଗଡରେ ଉପସ୍ଥିତ ମନ୍ତ୍ରୀ ଶାରଦା ନାୟକ କହିଲେ ଯେ ସୁନ୍ଦରଗଡକୁ ବିଶ୍ୱ ଦରବାରରେ ପରିଚୟ ଦେଇଛନ୍ତି ଆମ ମାନ୍ୟବର ମୁଖ୍ୟମନ୍ତ୍ରୀ। ବଣେଇଠାରେ ଉପସ୍ଥିତ ମନ୍ତ୍ରୀ  ପ୍ରିତିରଞ୍ଜନ ଘଡାଇ କହିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ସୁନ୍ଦରଗଡକୁ ସମଗ୍ର ବିଶ୍ୱରେ ଯେଭଳି ପରିଚୟ ଦେଇଛନ୍ତି ତାକୁ ସୁନ୍ଦରଗଡବାସୀ କେବେ ଭୁଲିବେ ନାହିଁ।

କାମାକ୍ଷାନଗରରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ପ୍ରଫୁଲ ମଲ୍ଲିକ କହିଲେ ଯେ ଗାଁର ବିକାଶ ନ ହେଲେ ରାଜ୍ୟର ବିକାଶ ହେବ ନାହିଁ। ଗାନ୍ଧିଜୀଙ୍କ ଏହି ଚିନ୍ତାଧାରାକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରଠାରୁ ଉଦ୍ୟମ କରିଚାଲିଛନ୍ତି। ଓଡପଡାଠାରେ ଉପସ୍ଥିତ ସାଂସଦ ଶ୍ରୀ ମହେଶ ସାହୁ କହିଲେ ଯେ ସମଗ୍ର ଭାରତବର୍ଷରେ ଆଜି ଓଡିଶାର ବିକାଶ ଚର୍ଚ୍ଚା ସୃଷ୍ଟି କରିଛି।

ହରଭଙ୍ଗାରେ ଉପସ୍ଥିତ ମନ୍ତ୍ରୀ ପ୍ରଦୀପ ଅମାତ କହିଲେ ଯେ ମହାତ୍ମା ଗାନ୍ଧୀଙ୍କ ଉକ୍ତି ଭାରତର ଆତ୍ମା ଗାଁରେ ହିଁ ଅଛି କୁ ଗ୍ରାମାଞ୍ଚଳର ବିକାଶ ଜରିଆରେ କାର୍ଯ୍ୟରେ କରି ଦେଖାଇଛନ୍ତି ଆମ ମାନ୍ୟବର ମୁଖ୍ୟମନ୍ତ୍ରୀ।କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକ ଓ ସ୍ଥାନୀୟ ନେତୃବୃନ୍ଦ କହିଲେ ଯେ ୭ ଦିନ ମଧ୍ୟରେ ସମସ୍ୟା ସମାଧାନ ବାସ୍ତବରେ ଅଭୂତପୂର୍ବ ଓ ଆଶ୍ଚର୍ଯ୍ୟଜନକ। ଆମ ସମସ୍ତଙ୍କ ପାଇଁ ଆଣିଛି ଅପାର ଆନନ୍ଦ।କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ: ଶିକ୍ଷକମାନଙ୍କ କଲ୍ୟାଣ ପାଇଁ ବଜ୍ର ଯୋଜନାର କଲେ ଶୁଭାରମ୍ଭ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାର ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୩୦୦ ଶିକ୍ଷକଙ୍କ ଟ୍ରେନିଂ ପାଇଁ ଅଡିଟୋରିୟମ, ୧୦୦ ଜଣ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ ଟି କର୍ମଶାଳା କେନ୍ଦ୍ର ନିର୍ମାଣ କରାଯିବ।

ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ବଜ୍ର ଯୋଜନାର ଶୁଭାରମ୍ଭ ମଧ୍ୟ କରିଥିଲେ। ଏହି ଯୋଜନାରେ ଶିକ୍ଷକ ମାନେ ସେମାନଙ୍କର ଦିନକର ଦରମା ଏହି କଲ୍ୟାଣ ପାଣ୍ଠିକୁ ଦାନ କରିବେ ଏବଂ ଏହି ପାଣ୍ଠିରୁ ସେମାନଙ୍କ ବିଭିନ୍ନ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ।

ଏହି ଅବସରରେ ୫ଟି ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ, ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୫ ଜଣ ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା (ଶିକ୍ଷା)  ଉପେନ୍ଦ୍ର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭିକେ ପାଣ୍ଡିଆନ, ବିଭାଗୀୟ ସଚିବ ଶ୍ରୀମତୀ ଅଶ୍ଵଥୀ ଏସ., OAV ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

ଶାନ୍ତି ଓ ଭାଇଚାରା ପାଇଁ ଓଡ଼ିଶା ପ୍ରସିଦ୍ଧ, ସବୁ ବର୍ଗର କଲ୍ୟାଣ ହିଁ ପ୍ରକୃତ ବିକାଶ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଶାନ୍ତି ଓ ଭାଇଚାରା ପାଇଁ ଓଡ଼ିଶା ପ୍ରସିଦ୍ଧ । ବିଭିନ୍ନ କମ୍ୟୁନିଟି ମଧ୍ୟରେ ସଦ୍‌ଭାବ ପାଇଁ ଓଡ଼ିଶା ସାରା ଦେଶ ପାଇଁ ଆଦର୍ଶ । ଆଜି ଭୁବନେଶ୍ବର ଜୟଦେବ ଭବନଠାରେ ହଜ୍‌ ଯାତ୍ରାରେ ଯାଉଥିବା ହାଜି ଭାଇଭଉଣୀମାନଙ୍କୁ ଭିଡ଼ିଓ ବାର୍ତ୍ତା ଜରିଆରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ଏହି ଅବସରରେ ହଜ୍‌ଯାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହଜ୍‌ରେ ମକ୍କା-ମଦିନା ଯିବା ସବୁ ମୁସଲମାନ ଭାଇଭଉଣୀଙ୍କ ପବିତ୍ର ସ୍ୱପ୍ନ । ଆଜି ସେମାନଙ୍କର ସେ ସ୍ୱପ୍ନ ପୂରଣ ହୋଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ସବୁ ବର୍ଗର କଲ୍ୟାଣରେ ବିଶ୍ୱାସ କରୁ । ସବୁ ବର୍ଗର କଲ୍ୟାଣ ହିଁ ପ୍ରକୃତ ବିକାଶ । ଓଡ଼ିଶାର ସଂଖ୍ୟାଲଘୁ ଭାଇଭଉଣୀମାନଙ୍କ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରି ସେ କହିଲେ ଯେ ସଂଖ୍ୟାଲଘୁମାନଙ୍କ ବିଭିନ୍ନ କାମକୁ ଗୋଟିଏ ବିଭାଗ ଅଧୀନରେ ରଖାଯାଇଛି ।

ଭୁବନେଶ୍ୱରରେ ହଜ୍‌ ଭବନ ନିର୍ମାଣ କରାଯାଇଛି । ବହୁମୁଖୀ ଗୋଷ୍ଠୀ କେନ୍ଦ୍ର ନିର୍ମାଣ କରାଯାଇଛି । ସଂଖ୍ୟାଲଘୁ ବର୍ଗର ପିଲାମାନେ ଭଲ ସ୍କୁଲରେ ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସମସ୍ତେ ମିଶି ଓଡ଼ିଶାର ସମୃଦ୍ଧି, ଓଡ଼ିଶାର ଗୌରବ ପାଇଁ କାମ କରିବାକୁ ସେ ଆହ୍ୱାନ ଦେଇଥିଲେ । ଚଳିତ ବର୍ଷ ରାଜ୍ୟ ହଜ୍‌ କମିଟି ଜରିଆରେ ୩୮୮ ଜଣ ଯାତ୍ରୀ ହଜ୍‌ଯାତ୍ରା ପାଇଁ ମନୋନୀତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୨୪ ଜଣ ପୁରୁଷ ଓ ୧୬୪ ଜଣ ମହିଳା ହଜ୍‌ଯାତ୍ରୀ ଅଟନ୍ତି । ସେମାନଙ୍କ ମଧ୍ୟରେ ସରକାରଙ୍କ ତରଫରୁ ହଜ୍‌ଯାତ୍ରୀଙ୍କ ସୁବିଧା ନିମନ୍ତେ ଖାଦିମ୍‌-ଉଲ୍‌-ହୁଜ୍ଜାଜ୍‌ ଭାବେ ଯାଉଥିବା ୩ ଜଣ ସରକାରୀ କର୍ମଚାରୀ ମଧ୍ୟ ଅନ୍ତର୍ଭୁକ୍ତ ।

ଆଜି ଭୁବନେଶ୍ବର ଜୟଦେବ ଭବନଠାରେ ଏହି କାର୍ଯ୍ୟକ୍ରମରେ ମନୋନୀତ ହଜ୍‌ଯାତ୍ରୀମାନଙ୍କୁ ହଜ୍‌କିଟ୍‌ କ୍ରୟ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ୧୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯିବା ସହିତ ଓଡ଼ିଆ ହଜ୍‌ ଗାଇଡ଼୍‌ ମଧ୍ୟ ଉନ୍ମୋଚନ କରାଯାଇଥିଲା ।

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଚଳିତ ୨୦୨୨ ବର୍ଷର ହଜ୍‌ଯାତ୍ରୀମାନଙ୍କ ସମ୍ବର୍ଦ୍ଧନା ସଭାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଏବଂ ପଛୁଆବର୍ଗ କଲ୍ୟାଣ, ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ରାଜ୍ୟସଭା ସାଂସଦ ମୁନ୍ନା ଖାନ୍‌, ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା, ନିର୍ଦ୍ଦେଶକ, ଅନ୍ୟାନ୍ୟ ପଛୁଆବର୍ଗ ଶିତାଂଶୁ କୁମାର ରାଉତ ଓ ରାଜ୍ୟ ହଜ୍‌ କମିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ସୟଦ ମହମ୍ମଦ ଅକଦସ ପ୍ରମୁଖ ଉପସ୍ଥିତ ଥିଲେ ।

ଥୋମାସ କପ ବିଜୟୀ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ସମ୍ପର୍ଦ୍ଧିତ କରିଛନ୍ତି। ଏଥିପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯାଇଥିଲା। ପତ୍ଯେକ ଖେଳାଳୀଙ୍କୁ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦନ କରାଯାଇଛି।

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହିତ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଓଡ଼ିଶା ବ୍ୟାଡମିଣ୍ଟନ ସଂଘର ସଭାପତି ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା, ଭାରତୀୟ ବ୍ୟାଡମିଣ୍ଟନ ଆସୋସିଏସନ୍‍ର କର୍ମକର୍ତ୍ତାଙ୍କ ସମେତ ବହୁ ମାଣ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ରହିଥିଲେ।

ସୂଚନାଯୋଗ୍ୟ ଯେ, ଗତ କିଛି ବର୍ଷ ହେଲା ରାଜ୍ୟ ସରକାର କ୍ରୀଡ଼ାର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଥିବା ବେଳେ ଓଡ଼ିଶାକୁ ଦେଶର କ୍ରୀଡ଼ା ହବ୍‍ରେ ପରିଣତ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ସୁନ୍ଦରଗଡ଼ରେ ସର୍ବ ବୃହତ ହକି ଷ୍ଟାଡିୟମ୍‍ ନିର୍ମାଣ ସହିତ କଳିଙ୍ଗ ଷ୍ଟାଡିୟମ୍‍କୁ ଅନ୍ତର୍ଜାତୀୟ ମ୍ୟାଚ୍‍ ପାଇଁ ପ୍ରସ୍ତୁତ କରାଯାଇଛି। ସେହିପରି କଳିଙ୍ଗ ଷ୍ଟାଡିୟମ୍‍ ଠାରେ ଏକ ବ୍ୟାଡମିଣ୍ଟନ ଏକାଡେମୀ ପ୍ରତିଷ୍ଠା କରିବା ପାଇଁ କାମ ଚାଲିଛି।

ଭାରତ-ଦକ୍ଷିଣ ଆଫ୍ରିକା ବାରବାଟୀ ଟି-୨୦ : ନବୀନ କିଣିଲେ ପ୍ରଥମ ଟିକେଟ
ଭୁବନେଶ୍ବର : ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦କୁ ଆଉ ୫ ଦିନ ବାକି ଅଛି। ମ୍ୟାଚ୍‌ ପାଇଁ ବାରବାଟୀ ଷ୍ଟାଡିୟମର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଓସିଏ ପକ୍ଷରୁ ମ୍ୟାଚ ପାଇଁ ଆନୁଷଙ୍ଗିକ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଆଗେଇ ଚାଲିଛି । ଷ୍ଟାଡିୟମକୁ ଚଳିତ ଥର ନୂଆ ଲୁକ୍‌ ଦେବାପାଇଁ ବିଭିନ୍ନ ଦିଗରେ ଜାରି ରହିଛି କାମ। ପିଚ୍‌ ସହିତ ପୁରା ପଡିଆକୁ ବର୍ଷା ପ୍ରଭାବରୁ ରକ୍ଷା କରିବା ପାଇଁ ଇଂଲଣ୍ଡରୁ ଆସିଛି ଗ୍ରାଉଣ୍ଡ କଭର । ସର୍ବଦା ବ୍ୟାଟିଂ ପିଚ୍‌ ରହି ଆସିଥିବା ବାରବାଟୀକୁ ଏଥର ମଧ୍ୟ ପ୍ରସ୍ତୁତି କରାଯାଇଛି । ଚଳିତ ଟି-୨୦ରେ ଧୁମ୍‌ ରନ୍‌ ବର୍ଷା ହେବ । ଦର୍ଶକ ଖୁବ୍‌ ମନଭରି ଉପଭୋଗ କରିବେ ବୋଲି ଆଶା କରାଯାଉଛି ।

ସେପଟେ ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ଟିକେଟ ବିକ୍ରି । କାଲିଠୁ ପ୍ରଥମ ପର୍ଯ୍ୟାୟରେ ବିକ୍ରି ହେଉଥିବା ଟିକେଟ କେବଳ ଓସିଏ ସହିତ ଅନୁବନ୍ଧିତ ସଂଗଠନ, ସ୍କୁଲ , କଲେଜ ଓ କ୍ଲବ ଇତ୍ୟାଦିକୁ ବିକ୍ରି କରାଯିବ । ଓସିଏ କନଫରେନ୍ସ ହଲରେ ଏହି ଟିକେଟ ବିକ୍ରିର କାର୍ଯ୍ୟକ୍ରମ ରହିଥିବା ବେଳେ ୮ ହଜାର ଟିକେଟ ସେମାନଙ୍କ ପାଇଁ ନିର୍ଦ୍ଧାରିତ କରାଯାଇଛି । ଆସନ୍ତା ୯ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଷ୍ଟାଡିୟମ ପରିସରରେ ଥିବା କାଉଣ୍ଟରରେ ଟିକେଟ ବିକ୍ରି କରିବା ପାଇଁ ସମସ୍ତ ପ୍ରସ୍ତୁତିକୁ ଶେଷ କରିଛି ଓସିଏ । ଆସନ୍ତାକାଲି ଟିକେଟ ବିକ୍ରି ଆରମ୍ଭ ହେବାକୁ ଥିବା ବେଳେ ପ୍ରଥମ ଟିକେଟ୍‌ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

I am rooting for #TeamIndia for the upcoming #INDvsSA series. Hope fans from all over the world get to see an exciting match at #BarabatiStadium, #Odisha. Looking forward to see you all in #Cuttack. #T20#MenInBlue#TeamIndia#BleedBlue pic.twitter.com/siKRnh0HYk

— Naveen Patnaik (@Naveen_Odisha) June 6, 2022

ଓଡିଶା କ୍ରିକେଟ ଆସୋସିଏସନର ସଭାପତି ପଙ୍କଜ ଲୋଚନ ମହାନ୍ତି, ସଂପାଦକ ସଞ୍ଜୟ ବେହେରା ନବୀନ ନିବାସରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ପ୍ରଦାନ କରିଛନ୍ତି । ଏହି ଅବସରରେ ୫-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ଏଚଡିଏଫସି ବ୍ୟାଙ୍କର ଜୋନାଲ ହେଡ୍ ଦୀପକ ସିଂହ ଓ ଭାଇସ ପ୍ରେସିଡେଣ୍ଟ ଅନିମେଷ ବିଶ୍ବାଳ ଏହି ଅବସରରେ ଓଡିଶା କ୍ରିକେଟ ଆସୋସିଏସନ ସଂପାଦକ ସଞ୍ଜୟ ବେହେରା ବାରବାଟୀ ମ୍ୟାଚ୍ ପାଇଁ ଟିକେଟ ବିକ୍ରି ସୁବ୍ୟବସ୍ଥିତ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ।

ସୂଚନାଯୋଗ୍ୟ ବାରବାଟୀ ଷ୍ଟାଡିୟମରେ ମୋଟ ୪୪୨୩୪ ଜଣ ଦର୍ଶକ ବସିବାର କ୍ଷମତା ଥିବା ବେଳେ ସେଥିମଧ୍ୟରୁ ୨୯ ହଜାର ୧୫୪ଟି ଟିକେଟ ବିକ୍ରି କରାଯିବ। ବିକ୍ରି ପାଇଁ ଥିବା ୨୯ ହଜାର ୧୫୪ ଟି ଟିକେଟ ମଧ୍ୟରୁ ଓ ଅନଲାଇନ ପାଇଁ ୫ ହଜାର ଟିକେଟ ବିକ୍ରି ହୋଇ ସାରିଥିବା ବେଳେ ଓସିଏ ସହିତ ଅନୁବନ୍ଧିତ ସଂଗଠନଗୁଡ଼ିକୁ ୮ ହଜାର ଟିକେଟ ବିକ୍ରି କରାଯିବ । ତେଣୁ ସର୍ବଧାରଣଙ୍କ ପାଇଁ ୧୬୫୪୫ଟି ଟିକେଟ କାଉଣ୍ଟରରେ ବିକ୍ରି ପାଇଁ ଆସିବ । ସେପଟେ ମ୍ୟାଚକୁ ଆଉ ୫ ଦିନ ସମୟ ବାକିଥିବା ବେଳେ ପିଚ ସହ ଗ୍ରାଉଣ୍ଡ ପ୍ରସ୍ତୁତି କର୍ଯ୍ୟକୁ ଚୂଡ଼ାନ୍ତ କରିଛି ଓସିଏ ।

୨୪ ପାଇଁ ନବୀନଙ୍କ ରଣକୌଶଳ, ବରିଷ୍ଠ ନେତାଙ୍କୁ ମିଳିବ ସଂଗଠନ ଦାୟିତ୍ୱ
ଭୁବନେଶ୍ୱର : ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ରାଜନୈତିକ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବିଜେପି ଗତ ବର୍ଷକ ମଧ୍ୟରେ ପ୍ରାୟ ଅଧଡଜନ ମୁଖ୍ୟମନ୍ତ୍ରୀଙ୍କୁ ବଦଳାଇ ସାରିଲାଣି। କଂଗ୍ରେସ ଦେଶ ତଥା ଅନେକ ରାଜ୍ୟରେ ନୂଆ ସଭାପତି ସନ୍ଧାନରେ ରହିଛି। ମାତ୍ର ଦୀର୍ଘ ୨୨ ବର୍ଷର ରାଜତ୍ୱ ପରେ ବି ବିଜେଡି ସପକ୍ଷରେ ଯେଉଁ ‘ସତ୍ତା ସପକ୍ଷ’ ବାତାବରଣ ସୃଷ୍ଟି ହୋଇଛି, ତାହା ବିରୋଧୀମାନଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ସମୟ ଅନୁସାରେ ପରିବର୍ତ୍ତନ ଓ ଆବଶ୍ୟକତା ଆଧାରରେ ରୂପାନ୍ତରଣ ନିମନ୍ତେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଯେଉଁ ପଦକ୍ଷେପ ନେଇଛନ୍ତି ତାହା ଦଳକୁ ଯେ କୌଣସି ସମୟରେ ଯେ କୌଣସି ନିର୍ବାଚନର ସମ୍ମୁଖୀନ ହେବାକୁ ପ୍ରସ୍ତୁତ କରି ରଖିଛି। ଏହି ପରିପ୍ରେକ୍ଷୀରେ ଆଜି ସରକାରରେ ଯେଉଁ ପରିବର୍ତ୍ତନ କରାଯାଇଛି ତାହା ଉଭୟ ରାଜ୍ୟ ଓ ରାଜନୀତି ପାଇଁ ନିଶ୍ଚିତ ଭାବେ ଗୁରୁତ୍ୱପୂର୍ଣ୍ଣ ବୋଲି ବିଚାର କରାଯାଉଛି।

ଆଜି ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ଶପଥ ନେଇଥିବା କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ ଓ ଜଗନ୍ନାଥ ସାରକା।ସେହିପରି ଶପଥ ନେଇଥିବା ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)ମାନେ ହେଲେ- ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ।

ଚଳିତ ବର୍ଷ ପ୍ରାରମ୍ଭରେ ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳ ବିପୁଳ ବିଜୟ ହାସଲ କରିସାରିଛି। ତେଣୁ ତୃଣମୂଳସ୍ତରରେ ଦଳର ସ୍ଥିତି ଏବଂ ଆଗାମୀ ଆହ୍ୱାନକୁ ଦୃଷ୍ଟିରେ ରଖି ଉଭୟ ସଂଗଠନ ଏବଂ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ କରାଯାଇଛି। ଉଭୟ ମନ୍ତ୍ରିମଣ୍ଡଳ ଏବଂ ସଂଗଠନରେ ଯୁବ ଓ ବରିଷ୍ଠଙ୍କ ଉପଯୁକ୍ତ ସମନ୍ୱୟତାକୁ ପ୍ରାଧାନ୍ୟ ଦିଆଯାଇଛି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ଦ୍ୱାରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଥିଲା। ଉଭୟ ନିର୍ବାଚନ ପରେ ମଧ୍ୟ ଏହା ଜାରି ରହିଛି। ଗଞ୍ଜାମ ଜିଲ୍ଲାର ମା’ ତାରାତାରିଣୀ ମନ୍ଦିରର ରୂପାନ୍ତରଣ ପରେ ଲୋକାର୍ପଣ ଏବଂ ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ଆଗାମୀ ବର୍ଷକ ମଧ୍ୟରେ ସେମିତି କୌଣସି ନିର୍ବାଚନ ନାହିଁ; ମାତ୍ର ନିୟମିତ ଭାବେ ମିଳି ଆସୁଥିବା ଜନସମର୍ଥନକୁ ବଳବତ୍ତର କରିବା ନେଇ ପ୍ରଶାସନର କାର୍ଯ୍ୟ ଜାରି ରହିବ। କ୍ଷମତାର ୨୨ ବର୍ଷ ପରେ ଦଳର ଭୋଟ ହାର ସାମାନ୍ୟ ବି ହ୍ରାସ ପାଇନାହିଁ। କ୍ରମାଗତ ଭାବେ ଉପନିର୍ବାଚନରେ ସଫଳତା ମିଳୁଛି। ୩ ବର୍ଷ ତଳେ ମୁଖ୍ୟ ବିରୋଧୀ ଦଳ ହୋଇଥିବା ବିଜେପି ନିଜ ଗଡ଼ ପଶ୍ଚିମ ଓଡ଼ିଶାରେ ତୃତୀୟ ସ୍ଥାନକୁ ଖସିଛି। ଏପରିକି ବ୍ରଜରାଜନଗର ଉପନିର୍ବାଚନରେ ବିଜେପି ପ୍ରାର୍ଥୀଙ୍କ ଅମାନତ ଯାଇଛି। ରାଜ୍ୟରେ ନବୀନଙ୍କର ବିକଳ୍ପ ନାହିଁ ଓ ବିଜେଡି ଅପରାଜେୟ ଏହା ପ୍ରମାଣିତ ହୋଇଛି।

ଦାୟିତ୍ୱ ଓ ଲୋକଙ୍କ ସମର୍ଥନ ଦଳର ଦାୟିତ୍ୱ ବଢ଼଼ାଇଛି। ସରକାରଙ୍କୁ ଅଧିକ ଦାୟିତ୍ୱବାନ କରିଛି। ଏହିକ୍ରମରେ ଆଗାମୀ ଦୁଇ ବର୍ଷ ରାଜ୍ୟ ରୂପାନ୍ତରଣର ବର୍ଷ ହେବାକୁ ଯାଉଛି। ବିକାଶମୂଳକ କାର୍ଯ୍ୟ ହିଁ ସରକାରଙ୍କ ମୁଖ୍ୟ ଏଜେଣ୍ଡା ହେବାକୁ ଯାଉଛି। ତେଣୁ ସଂଗଠନ ଓ ସରକାର ମଧ୍ୟରେ ଏକ ସମନ୍ୱୟ ସୃଷ୍ଟି ପାଇଁ ମନ୍ତ୍ରିମଣ୍ଡଳ ଅଦଳବଦଳ କରାଯାଇଛି। ପଞ୍ଚାୟତ ଓ ପୌର ନିର୍ବାଚନ ଫଳାଫଳ ପରେ ଜିଲ୍ଲାୱାରୀ ସାଙ୍ଗଠନିକ ସ୍ଥିତି ସମ୍ପର୍କରେ ଦଳୀୟ ଶୀର୍ଷ ନେତୃତ୍ୱ ତର୍ଜମା କରିସାରିଛନ୍ତି। ତେଣୁ ସରକାରରେ ଥିବା ବ୍ୟକ୍ତିମାନଙ୍କୁ ବିଶ୍ରାମ ଦିଆଯାଇ ସାଂଗଠନିକ କାର୍ଯ୍ୟରେ ନିୟୋଜିତ କରାଯିବ। ସଂଗଠନରେ ଯେଉଁମାନେ ଦକ୍ଷତା ପ୍ରଦର୍ଶନ କରିଛନ୍ତି ସେମାନଙ୍କୁ ସରକାରରେ ଅବସ୍ଥାପିତ କରାଯିବାକୁ ଆପାତତଃ ଚୂଡ଼ାନ୍ତ ହୋଇଛି। କିଛି ଜିଲ୍ଲାର ପର୍ଯ୍ୟବେକ୍ଷକ ଓ ସହ ପର୍ଯ୍ୟବେକ୍ଷକରେ ମଧ୍ୟ ପରିବର୍ତ୍ତନ କରାଯିବ ବୋଲି ଜଣାପଡ଼ିଛି। ମନ୍ତ୍ରିମଣ୍ଡଳରେ ଉଭୟ ଅଭିଜ୍ଞ ଏବଂ ସମ୍ଭାବନା ରଖୁଥିବା ମହିଳା ନେତ୍ରୀଙ୍କୁ ସ୍ଥାନ ମିଳିଛି। ନୂଆ ତାଲିକାରେ ଯୁବ, ମହିଳା, ଅଭିଜ୍ଞ ତଥା ପଛୁଆବର୍ଗଙ୍କୁ ପ୍ରାଧାନ୍ୟ ଦିଆଯାଇଛି। ରାଜନୈତିକ ଗୁରୁତ୍ୱ ବହନ କରୁଥିବା ଗଞ୍ଜାମ, କେନ୍ଦ୍ରାପଡ଼ା ଏବଂ ଅବିଭକ୍ତ ସମ୍ବଲପୁରଙ୍କୁ ପ୍ରାଥମିକତା ଦିଆଯାଇଛି।

ଦଳୀୟ ମହଲରୁ ମିଳିଥିବା ସୂଚନା ଅନୁସାରେ, କିଛି ବରିଷ୍ଠ ନେତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇନଥିବା ବେଳେ ତାଙ୍କୁ ସଂଗଠନ ଦାୟିତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଆପାତତଃ ନିଷ୍ପତ୍ତି ନେଇଛନ୍ତି। ଅରୁଣ କୁମାର ସାହୁ, ପ୍ରତାପ ଜେନା, ସୁଶାନ୍ତ ସିଂହ, ସୁଦାମ ମାର୍ଣ୍ଡି ପ୍ରମୁଖଙ୍କୁ ସଂଗଠନ ଦାୟିତ୍ୱ ଦିଆଯିବା ଆପାତତଃ ଚୂଡ଼ାନ୍ତ ବୋଲି କୁହାଯାଉଛି।

ନବୀନଙ୍କ ମନ୍ତ୍ରୀମଣ୍ଡଳର ନବକଳେବର : ୫ ମହିଳାଙ୍କୁ ମିଳିଛି ସ୍ଥାନ
ଭୁବନେଶ୍ବର : ନିଜ ପଞ୍ଚମ ପାଳିର ୩ୟ ବର୍ଷ ପୂରଣ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମଥର ପାଇଁ ରାଜ୍ୟ ମନ୍ତ୍ରୀମଣ୍ଡଳର ନବକଳେବର କରିବାକୁ ଯାଉଛନ୍ତି। ଏହି ମନ୍ତ୍ରିମଣ୍ଡଳ ପୂର୍ବର ସବୁ ମନ୍ତ୍ରିମଣ୍ଡଳଠାରୁ ଭିନ୍ନ ହେବ ଏବଂ ଆଗାମୀ ସାଧାରଣ ଓ ବିଧାନସଭା ନିର୍ବାଚନ ନିମନ୍ତେ ଦଳର ଆଭିମୁଖ୍ୟ ଏଥିରେ ପ୍ରତିଫଳିତ ହେବ। ଏଥିନିମନ୍ତେ ରାଜ୍ୟ ରାଜନୀତି ଇତିହାସରେ ପ୍ରଥମଥର ଭାବେ ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ୨୦ଜଣ ମନ୍ତ୍ରୀ ଗତକାଲି ଏକସଙ୍ଗରେ ନିଜର ଇସ୍ତଫା ପ୍ରଦାନ କରିଥିବା ବେଳେ ଆଜି ନୂଆ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିବେ।

ଚଳିତ ଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମନ୍ତ୍ରୀମଣ୍ଡଳରେ ୨୧ ଜଣଙ୍କୁ ମନ୍ତ୍ରୀଙ୍କୁ ପଦ ମିଳିବ । ଏହା ଭିତରୁ ୧୩ ଜଣ କ୍ୟାବିନେଟ ମିନିଷ୍ଟର ଓ ୮ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ଭାବେ ସ୍ୱାଧୀନ ପାହ୍ୟା ମିଳିବ । କ୍ୟାବିନେଟ ମନ୍ତ୍ରୀ ଓ ରାଷ୍ଟ୍ରମନ୍ତ୍ରୀ ହେବାକୁ ଥିବା ତାଲିକାରେ ଅନେକ ନୂଆ ପୁରୁଣା ମୁହଁ ଥିବା ବେଳେ ନୂଆ ଟିମରେ ବି ମହିଳାଙ୍କୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ନୂଆ ମନ୍ତ୍ରିମଣ୍ଡଳରେ ୫ଜଣ ମହିଳାଙ୍କୁ ମଧ୍ୟ ମନ୍ତ୍ରୀପଦ ମିଳିବାକୁ ଥିବାବେଳେ ସେଥିରେ ୩ଜଣଙ୍କୁ କ୍ୟାବିନେଟ୍ ଓ ୨ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବ। ରାଜନୀତିରେ ମହିଳାଙ୍କୁ ସର୍ବାଧିକ ଗୁରୁତ୍ବ ଦେଉଥିବା ନବୀନ ପଟ୍ଟନାୟକ ୨୧ ଜଣିଆ ମନ୍ତ୍ରୀମଣ୍ଡଳରେ ୫ ଜଣ ମହିଳାଙ୍କୁ ସ୍ଥାନ ଦେଇ ବିଜେଡି ମହିଳାଙ୍କୁ ଗୁରୁତ୍ବ ଦେଉଥିବା ଦର୍ଶାଇଛନ୍ତି। ନବୀନଙ୍କ ମନ୍ତ୍ରୀମଣ୍ଡଳରେ ପ୍ରମିଳା ମଲ୍ଲିକ, ଉଷା ଦେବୀ, ଟୁକୁନି ସାହୁ,ରୀତା ସାହୁ ଏବଂ ବାସନ୍ତୀ ହେମ୍ବ୍ରମଙ୍କ ନାଁ ରହିଛି। ତେବେ ଏମୋନଙ୍କ ମଧ୍ୟରୁ ପ୍ରମିଳା ମଲ୍ଲିକ, ଉଷା ଦେବୀ, ଟୁକୁନି ସାହୁଙ୍କୁ କ୍ୟାବିନେଟ୍ ପାହ୍ୟା ମିଳୁଥିବା ନେଇ ସମ୍ଭାବ୍ୟ ତାଲିକାରେ ନାଁ ଥିବା ବେଳେ ରାଷ୍ଟ୍ରମନ୍ତ୍ରୀ ଭାବେ ରୀତା ସାହୁ ଏବଂ ବାସନ୍ତୀ ହେମ୍ବ୍ରମଙ୍କ ନାଁ ପ୍ରକାଶ ପାଇଛି।

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଖର୍ଚ୍ଚ ହେବ ୭୦ କୋଟି, ଏକ ବର୍ଷରେ ସରିବ କାମ
ଭୁବନେଶ୍ବର :  କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ । ହଜ଼ାର ହଜ଼ାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। କାମ ଏକ ବର୍ଷରେ ଶେଷ ହେବ। ୫-ଟି ଉପକ୍ରମ ଅଧୀନରେ ଏହି କାର୍ଯ୍ୟ କରାଯିବ। କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀ ମନ୍ଦିର ର କୟାକଳ୍ପ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏ ଦିଗରେ କଟକ ବାସୀଙ୍କ ସକ୍ରିୟ ସହଯୋଗ କାମନା କରିଛନ୍ତି।

ପୂର୍ତ୍ତ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ଙ୍କ ନିକଟରେ ଏହି ଯୋଜନା ଵିଷୟରେ ଏକ ପ୍ରେଜେଣ୍ଟେସନ୍ କରାଯାଇଥିଲା। ଓବିସିସିସ ଦ୍ବାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭି ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ । ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ ଲ୍ୟାଣ୍ଡସ୍କେପିଙ୍ଗ ମଧ୍ୟ ବିକାଶ କରାଯିବ ।

ଓବିସିସିସ ଜରିଆରେ ଯୋଜନା କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବ ଆରୋପ କରାଯାଇଛି । ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରୀଯାନ ଚଳାଚଳ, ଯାତ୍ରୀମାନଙ୍କ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ ଅନ୍ୟ ଦିଗ ଦେଇ ନିଆଯିବ। ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

କଟକ ଚଣ୍ଡୀ ମନ୍ଦିର ରାଜ୍ୟର ଏକ ପ୍ରାଚୀନ ଶକ୍ତିପୀଠ। ବର୍ଷ ସାରା ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ପ୍ରତିଦନ ଏଠାକୁ ଆସିଥାନ୍ତି । ଦୁର୍ଗାପୂଜା ସମୟରେ ମାଙ୍କ ଷୋଡଶ ଦିନାତ୍ମକ ପୂଜାରେ ମାଙ୍କ ବିଭିନ୍ନ ବେଶ ତେଖିବା ପାଇଁ ଏଠାରେ ପ୍ରବଳ ଜନସମାବେଶ ହୋଇଥାଏ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ମା’ଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ । ଆଜିର କାର୍ଯ୍ୟକ୍ରମରେ  ମୁଖ୍ୟ ଶାସନ ସଚିବଙ୍କ ସମତେ ବରିଷ୍ଠ ଅଧିକାରୀଗଣ ଓ କଟକ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ। ବୈଠକରେ ଯୋଗ ଦେଇଥିବା ମନ୍ଦିର ଟ୍ରଷ୍ଟବୋର୍ଡ ସଦସ୍ୟ ଓ ସେବାୟତଙ୍କ ପ୍ରତିନଧିମାନେ ଯୋଜନାର ଉଚ୍ଚ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

୪୦୯ କୋଟି ଟଙ୍କାର ୨ ପ୍ରକଳ୍ପର ଉଦଘାଟନ ସହ ୧୧ଟିର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨ଟି ଶିଳ୍ପ ପ୍ରକଳ୍ପର ଉଦଘାଟନ କରିଥିବାବେଳେ ୧୧ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏସବୁ ପ୍ରକଳ୍ପରେ ମୋଟ ୨୩୫୯ କୋଟି ଟଙ୍କାର ପୁଞ୍ଜି ନିବେଶ ଆସିଥିବାବେଳେ ୩୨୦୦ ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଉଦଘାଟିତ ହୋଇଥିବା ୨ଟି ଶିଳ୍ପ ପ୍ରକଳ୍ପ ହେଲା ଯାଜପୁର କଳିଙ୍ଗନଗରସ୍ଥିତ ୧.୫ ନିୟୁତ ଟନ କ୍ଷମତା ବିଶିଷ୍ଟ ସିମେଣ୍ଟ ଗ୍ରିଣ୍ଡିଂ ୟୁନିଟ ଓ ବଲାଙ୍ଗୀରଠାରେ ସ୍ବସ୍ତି ଇକୋଓ୍ବେୟାରପକ୍ଷରୁ ନିର୍ମିତ ବାୟୋଡିଗ୍ରେଡେବଲ ଟେବୁଲଓ୍ବେୟାର କାରଖାନା

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ୧୧ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଗୁଡ଼ିକରେ ମୋଟ ୧୯୫୦ କୋଟି ଟଙ୍କାର ପୁଞ୍ଜିନିବେଶ ଆସିବ । ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ପ୍ରକଳ୍ପ ମଧ୍ୟରେ ଲଜିଷ୍ଟିକ୍ ପାର୍କ, ତିନିଟି ଇଥାନଲ୍ ପ୍ଲାଣ୍ଟ, ସିମେଣ୍ଟ ତିଆରି ୟୁନିଟ ଏବଂ ପଞ୍ଚତାରକା ହୋଟେଲ ପ୍ରକଳ୍ପ ରହିଛି । ଶିଳ୍ପ ପାଇଁ ଉପଯୁକ୍ତ ବାତାବରଣ ସୃଷ୍ଟି କରିଛନ୍ତି ସରକାର । ରାଜ୍ୟର ଆର୍ଥିକ ବିକାଶରେ ସହାୟକ ହୋଇଛି ଶିଳ୍ପାୟନ । ଶିଳ୍ପ ପାଇଁ ଦକ୍ଷ ମାନବସମ୍ବଳ ସୃଷ୍ଟି କରିଛନ୍ତି ସରକାର । ରାଜ୍ୟ ସରକାରଙ୍କ ଅନବରତ ନିବେଶ ଦ୍ୱାରା ପୂର୍ବ ଭାରତରେ ଓଡ଼ିଶା ଉତ୍ପାଦନଭିତ୍ତିକ ଶିଳ୍ପର ହବ୍ ହୋଇଛି । ରାଜ୍ୟର ପ୍ରତିଷ୍ଠିତ ହୋଟେଲ ସଂସ୍ଥା ସ୍ବସ୍ତି ଗ୍ରୁପ ପକ୍ଷରୁ ପୁରୀରେ ପଞ୍ଚତାରକା ହୋଟେଲ ନିର୍ମାଣ କରାଯିବ ।

ସିପସରୁବାଲିରେ ସ୍ବସ୍ତି ପ୍ରିମିୟମ ବିଚ୍‌ ରିସୋର୍ଟ ନାମରେ ହେବାକୁ ଥିବା ଏହି ହୋଟେଲରେ ୧୬୦ କୋଟିର ପୁଞ୍ଜି ନିବେଶ ହେବ । ଯାଜପୁରରେ ଏକ ସିମେଣ୍ଟ ୟୁନିଟ ତିଆରି ହେବ । ପ୍ରତିବର୍ଷ ୧ଦଶମିକ ୫ ମିଲିଅନ ମେଟ୍ରିକ୍ ଟନ୍ ସିମେଣ୍ଟ ପ୍ରସ୍ତୁତ କରିବ । ଏହା ୨୧୪ ଜଣଙ୍କ ପାଇଁ ସୃଷ୍ଟି କରିବ ନିଯୁକ୍ତି ସୁଯୋଗ । କେନ୍ଦୁଝର ଯୋଡ଼ାରେ ଷ୍ଟିଲ ପ୍ରୋଜେକ୍ଟ ସମ୍ପ୍ରସାରଣ କରାଯିବ । ଏଥିପାଇଁ ୯୪୬ କୋଟି ଟଙ୍କାର ନିବେଶ ହେବ । ଏଥିରେ ୮୦୩ ଜଣଙ୍କ ପାଇଁ ନିଯୁକ୍ତି ପାଇବେ ।

ଇବ୍ ନଦୀରେ ନିର୍ମାଣ ହେବ ୨ଟି ବ୍ୟାରେଜ୍: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରାଉରକେଲା: ଇବ୍ ନଦୀରେ ନିର୍ମାଣ ହେବ ୨ଟି ବ୍ୟାରେଜ୍। ଏ ନେଇ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ୟାରେଜ୍ ନିର୍ମାଣ କାର୍ଯ୍ଯର ଶିଳାନ୍ୟାସ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଦ୍ୱାରା ଘରେ ଘରେ ପିଇବା ପାଣି ପହଞ୍ଚି ପାରିବ। ଚାଷୀର ଜମିକୁ ମଧ୍ୟ ଆବଶ୍ୟକୀୟ ଜଳ ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । ହକି ଖେଳକୁ ସୁନ୍ଦରଗଡ଼ ଜିଲ୍ଲାର ଅବଦାନ ସମ୍ପର୍କରେ ମଧ୍ୟ ନିଜ ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ସବୁଥିରେ ସୁନ୍ଦରଗଡ଼ ଜିଲ୍ଲା ଆଗୁଆ, ସୁନ୍ଦରଗଡ଼ର ହକି ଖେଳାଳି ଦେଶର ଗୌରବ ବଢ଼ାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ସରକାରଙ୍କ ସବୁ ଯୋଜନାରୁ ସୁବିଧା ନେବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି ।

ମୋଟ ୪୯୩ କୋଟି ଟଙ୍କାରେ ନିର୍ମାଣ ହେବ ୨ଟି ବ୍ୟାରେଜ୍ । ସୁନ୍ଦରଗଡ଼ ସଦର ବ୍ଲକର କୋପସିଙ୍ଗା ଏବଂ କୁଡ଼ାବଗାଠାରେ ୨ଟି ବ୍ୟାରେଜ୍ ନିର୍ମାଣ ହେବ । କୋପସିଙ୍ଗା ବ୍ୟାରେଜ୍ ନିର୍ମାଣ ପାଇଁ ୨୪୮ କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ କୁଡାବଗା ବ୍ୟାରେଜ୍ ପାଇଁ ୨୪୫ କୋଟି ଟଙ୍କା ଖର୍ଚ୍ଚ କରାଯିବ । ୨ଟି ବ୍ୟାରେଜ୍ ନିର୍ମାଣ ହେଲେ ୧ ହଜାର ୨୧୬ ଏକର ଜମି ଜଳ ସେଚିତ ହେବା ସହ ମାଛ ଚାଷ ହୋଇପାରିବ । ଏହାସହ ଖରାଦିନେ ପାଣି ସମସ୍ୟା ଦୁର ହେବ । ସୁନ୍ଦରଗଡ଼ ସଦର ବ୍ଲକ, ଟାଙ୍ଗରପାଲି ବ୍ଲକ, ଲେଫ୍ରିପଡ଼ା ବ୍ଲକ, ବାଲିଶଙ୍କରା ସବଡେଗା ସହ ସୁନ୍ଦରଗଡ଼ ପୌରାଞ୍ଚଳବାସୀ ଏହି ବ୍ୟାରେଜ ଦ୍ୱାରା ଉପକୃତ ହେବେ ।

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀ ମାନଙ୍କୁ ବର୍ଷାଜଳ ଉପରେ ନିର୍ଭର କରୁଥିବା ଜମି ପାଇଁ ହେକ୍ଟର ପିଚ୍ଛା ୬୮୦୦ ଟଙ୍କା, ଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଚ୍ଛା ୧୩,୫୦୦ ଟଙ୍କା ଏବଂ ଆମ୍ବ, କାଜୁ, ନଡିଆ, ପାନବରଜ, କିଆ ଆଦି ସବୁଦିନିଆ ଫସଲ ନିମନ୍ତେ ହେକ୍ଟର ପିଚ୍ଛା ୧୮ ହଜାର ଟଙ୍କା ସହାୟତା ଦିଆଯିବ ।

ସବୁଦିନିଆ ଫସଲ କ୍ଷତି ପାଇଁ Input subsidy ଭାବରେ ଚାଷୀଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ୧୦୦୦ ଟଙ୍କା ଦିଆଯିବ। ପ୍ରମାଣୀକୃତ ଉଚ୍ଚମାନର ବିହନ – କ୍ଷତିଗ୍ରସ୍ତ ୧୨ଟି ଜିଲ୍ଲାର ଚାଷୀମାନଙ୍କୁ ୧୨ ହଜାର କ୍ବିଣ୍ଟାଲ ବିହନ ରିହାତି ଦରରେ ଯୋଗାଇ ଦିଆଯିବ ଏବଂ ବର୍ତ୍ତମାନ ରିହାତି ପରିମାଣର ଅତିରିକ୍ତ ୨୫ ପ୍ରତିଶତ DBT ଜରିଆରେ ୨୦୨୧-୨୨ ରବି ଫସଲ ପାଇଁ ଦିଆଯିବ । କ୍ଷତିଗ୍ରସ୍ତ ଜିଲ୍ଲାର ଚାଷୀ ମାନଙ୍କୁ ୫୦ ହଜାର ଡାଲି ଜାତୀୟ ବିହନ ମିନି କିଟ୍‌ ଯୋଗାଇ ଦିଆଯିବ । ଏହାସହିତ ୪ ଲକ୍ଷ ପରିବା ବିହନ ମିନିକିଟ୍‌ ମାଗଣାରେ ଯୋଗାଇ ଦିଆଯିବ ।

ଫଳ ଓ ପନିପରିବା ଚାଷ କରୁଥିବା ସ୍ବୟଂ ସହାୟକ ଗୋଷ୍ଠୀର ଏକ ଲକ୍ଷ ସଦସ୍ୟଙ୍କୁ ପ୍ଲାଷ୍ଟିକ ଜାଲି ବାକ୍‌ସ (Crate) ଯୋଗାଇ ଦିଆଯିବ। ପ୍ରତି ସଦସ୍ୟଙ୍କୁ ୯୦ ପ୍ରତିଶତ ରିହାତିରେ ୫ ଗୋଟି କ୍ରେଟ ଯୋଗାଇ ଦିଆଯିବ। ଯାହାଦ୍ବାରା ଫଳ ଓ ପରିବାର ଅମଳ ପରବର୍ତ୍ତୀ କ୍ଷତି କମ୍‌ କରାଯାଇପାରିବ । ଏକ ଲକ୍ଷ ଚାଷୀଙ୍କୁ ସେମାନଙ୍କ ଘର ପଛ ବଗିଚାରେ ଲଗାଇବା ପାଇଁ ମାଗଣାରେ ପ୍ରତ୍ୟେକଙ୍କୁ ୧୦ ଗୋଟି ଫଳ ଚାରା ଯୋଗାଇ ଦିଆଯିବ । ଏକ ଲକ୍ଷ ଚାଷୀଙ୍କୁ ହାଇବ୍ରିଡ ପରିବା ଚାଷ ପାଇଁ ସହାୟତା ଦିଆଯିବ। ପ୍ରତି ଚାଷୀଙ୍କୁ ୦.୨୦ ହେକ୍ଟର ପାଇଁ ୪୦୦୦ ଟଙ୍କା ଲେଖାଏ ସହାୟତା ମିଳିବ । କ୍ଷତିଗ୍ରସ୍ତ ଜିଲ୍ଲାମାନଙ୍କର ଚାଷୀ ମାନଙ୍କୁ କୃଷି ଯାନ୍ତ୍ରିକୀକରଣ ନିମନ୍ତେ ୫୦ କୋଟି ଟଙ୍କାର ରିହାତି ଦିଆଯିବ । ଏହା DBT ଜରିଆରେ ପ୍ରଦାନ କରାଯିବ । କ୍ଷତିଗ୍ରସ୍ତ ଅଞ୍ଚଳରେ ୫୦୦୦ ପମ୍ପସେଟ୍ ୫୦ ପ୍ରତିଶତ ରିହାତିରେ ଯୋଗାଇ ଦିଆଯିବ । ଏଥିପାଇଁ ରିହାତିର ସର୍ବୋଚ୍ଛ ପରିମାଣ ୧୦ ହଜାର ଟଙ୍କା ଦିଆଯିବ ।

କ୍ଷତିଗ୍ରସ୍ତ ଚାଷୀଙ୍କୁ ୫୦ ପ୍ରତିଶତ ରିହାତିରେ ୫୦୦୦ ସ୍ପ୍ରେୟର (ସିଞ୍ଚନ ଯନ୍ତ୍ର) ଯୋଗାଇ ଦିଆଯିବ । ପାୱାର ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୩୮୦୦ ଟଙ୍କା ଏବଂ ହସ୍ତଚାଳିତ ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୭୫୦ ଟଙ୍କା ଦିଆଯିବ । ରୋଗପୋକ ନିୟନ୍ତ୍ରଣ ପାଇଁ କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମଧ୍ୟ ଏହି ପ୍ୟାକେଜରେ ବ୍ୟବସ୍ଥା ରଖାଯାଇଛି । ଏଥିପାଇଁ ରିହାତି ଚାଷୀଙ୍କୁ DBT ଜରିଆରେ ପ୍ରଦାନ କରାଯିବ । ସମୁଦାୟ ୧୬ ହଜାର ହେକ୍ଟର ଜମି ପାଇଁ ଏହି ସହାୟତା ବ୍ୟବାସ୍ଥା କରାଯିବ । ୩୩ ପ୍ରତିଶତ ବା ତାଠାରୁ ଧିକ ଫସଲ କ୍ଷତି ହୋଇଥିବା ଅଞ୍ଚଳରେ ଦିଆଯାଇଥିବା ସ୍ବଳ୍ପମିଆଦୀ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ। ସେହିପରି ଆସନ୍ତା ରବି ଋତୁ ପାଇଁ ଚାଷୀମାନେ ଯେପରି ସୁବିଧାରେ ଫସଲ ଋଣ ଓ କୃଷି ଋଣ କରିପାରିବେ, ସେଥିପାଇଁ ଆନୁଷ୍ଠାନିକ ଆର୍ଥିକ ସଂସ୍ଥା ଦ୍ବାରା ସହାୟତାର ବ୍ୟବସ୍ଥା କରାଯିବ । ଭାଗଚାଷୀ ମାନେ ଯେପରି ରବି ଋତୁରେ ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଜଏଣ୍ଟ ଲାଏବିଲିଟି ଗ୍ରୁପ ଗଠନ ପାଇଁ ତ୍ବରିତ ପଦକ୍ଷେପ ନିଆଯିବ। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକୃତ ଚାଷୀମାନେ ଯେପରି ତାଙ୍କ କ୍ଷତିପୂରଣ ଶୀଘ୍ର ପାଇପାରିବେ, ସେଥିପାଇଁ ଅମଳ ପରବର୍ତ୍ତୀ କ୍ଷତିର ତୁରନ୍ତ ଆକଳନ ନିମନ୍ତେ ପଦକ୍ଷେପ ନିଆଯିବ ଏବଂ କ୍ରପ କଟିଂ ଏକ୍ସପେରିମେଣ୍ଟ ମଧ୍ୟ ଶୀଘ୍ର ଶେଷ କରାଯିବ । ବାତ୍ୟା ଜୱାଦ ଜନିତ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀ ମାନେ ଯେପରି ରବି ଫସଲ ପାଇଁ ତୁରନ୍ତ ଋଣ ସହାୟତା ପାଇପାରିବେ, ସେ ଦିଗରେ ମଧ୍ୟ ପଦକ୍ଷେପ ନିଆଯିବ ।

ଗ୍ରାମାଞ୍ଚଳର ଯୋଗାଯୋଗକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ, ୫୫ଟି ନୂଆ ବସ୍‌ଷ୍ଟାଣ୍ଡର ଭିତ୍ତି ପ୍ରସ୍ତର ସ୍ଥାପନକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଗ୍ରାମାଞ୍ଚଳର ଯୋଗାଯୋଗକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ।  ଗ୍ରାମୀଣ ସଂଯୋଗକୁ ସୁଦୃଢ କରିବା ସହ ଗାଁର ଲୋକମାନଙ୍କୁ ବିଭିନ୍ନ କାମରେ ସହରକୁ କିପରି ସହଜ, ସୁବିଧା ଓ ସୁରକ୍ଷିତ ଭାବରେ ଯାତାୟତ କରିବେ ସେ ନେଇ ସରକାର ଭିତ୍ତିଭୂମିକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଆଜି ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୨୨ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ୫୫ଟି ବ୍ଲକ୍‌ ସ୍ତରୀୟ ବସ୍‌ଷ୍ଟାଣ୍ଡର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି। ଜିଲ୍ଲା ମୁଖ୍ୟାଳୟଠାରୁ ଦୂରତା, ଅର୍ଥନୈତିକ କାର୍ଯ୍ୟକଳାପ, ପର୍ଯ୍ୟଟକଙ୍କ ଆଗ୍ରହର ସ୍ଥାନ, ବିଦ୍ୟମାନ ଯୋଗାଯୋଗ ସୁବିଧା ଏବଂ ଅନ୍ୟାନ୍ୟ କାରଣକୁ ଦୃଷ୍ଟିରେ ରଖି ଏହି ବସ୍ ଷ୍ଟାଣ୍ଡଗୁଡିକ ବ୍ଲକ୍ ସ୍ତରରେ ସ୍ଥାପନ କରାଯିବ । କେନ୍ଦୁଝର ଜିଲ୍ଲାରେ ସର୍ବାଧିକ ୯ଟି ବ୍ଲକ ସ୍ତରୀୟ ବସ୍‌ଷ୍ଟାଣ୍ଡ ନିର୍ମାଣ ହେବ। କଟକ, ଗଜପତି, ଝାରସୁଗୁଡ଼ା, କନ୍ଧମାଳ, ମୟୂରଭଂଜରେ ସର୍ବନିମ୍ନ ଗୋଟିଏ ଲେଖାଏଁ ବସ୍‌ଷ୍ଟାଣ୍ଡ ନିର୍ମାଣ ହେବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗ୍ରାମୀଣ ଯୋଗାଯୋଗକୁ ତାଙ୍କ ସରକାର ପାଇଁ ସର୍ବଦା ସର୍ବୋଚ୍ଚ ପ୍ରାଥମିକତା ଦେଇଛନ୍ତି।  ନୂଆ ବସ୍‌ଷ୍ଟାଣ୍ଡ ହେଲେ ଗ୍ରାମାଞ୍ଚଳର ଲୋକମାନେ ଅନେକ ମାତ୍ରାରେ ଉପକୃତ ହେବେ । ରାଜ୍ୟରେ ବିକାଶ କ୍ଷେତ୍ରରେ ଏହା ବେଶ ସହାୟକ ହେବ । ୫୫ଟି ବ୍ଲକ୍‌ ସ୍ତରୀୟ ବସ୍‌ଷ୍ଟାଣ୍ଡ ରାଜ୍ୟର ଗ୍ରାମୀଣ ଲୋକଙ୍କୁ ଉନ୍ନତ ଯୋଗାଯୋଗ ଭିତ୍ତିଭୂମି ସହିତ ଯୋଡିବ ଏବଂ ସେମାନଙ୍କୁ ବହୁ ପରିମାଣରେ ଉପକୃତ କରିବ। ରାଜ୍ୟର ଯୋଗାଯୋଗ କ୍ଷେତ୍ରରେ ଏହା ଆଉ ଏକ ମାଇଲଖୁଣ୍ଟ ବୋଲି ପ୍ରମାଣିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟ ସଡକ ପରିବହନ ବିଭାଗ ପକ୍ଷରୁ ସମଗ୍ର ଓଡିଶାକୁ ସଂଯୋଗ କରିବା ପାଇଁ ପ୍ରୟାସ ଜାରିରହିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, ‘OSRTC ପକ୍ଷରୁ କମ୍ୟୁନିକେସନ ନେଟଓ୍ବର୍କକୁ ଆହୁରି ମଜବୁତ କରିବା ପାଇଁ ରାଜ୍ୟର କୋଣ ଅନୁକୋଣକୁ ବସ୍‌ ସଂଯୋଗ ତଥା ଅନ୍ୟାନ୍ୟ ସୁବିଧାସୁଯୋଗ ଯୋଗାଇ ଦେବାକୁ ଉଦ୍ୟମ ଜାରି ରହିଛି’ । ଭିତ୍ତିଭୂମି ବିକାଶ ତଥା ପ୍ରଭାବଶାଳୀ ଯୋଗାଯୋଗ ନେଟୱାର୍କର ଏକୀକରଣ ମାଧ୍ୟମରେ ଲୋକଙ୍କୁ ସଂଯୋଗ କରିବାରେ ନୂତନ ପଦକ୍ଷେପ ନିଆଯାଉଛି।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି ଯେ ଗ୍ରାମାଞ୍ଚଳର ଲୋକଙ୍କୁ ଉନ୍ନତ ଯୋଗାଯୋଗ ଭିତ୍ତିଭୂମି ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କର ଯେଉଁ ଦୂରଦୃଷ୍ଟି ରହିଛି ତାହା ହାସଲ କରିବା ପାଇଁ ତାଙ୍କ ବିଭାଗ ସର୍ବଦା କାର୍ଯ୍ୟ କରୁଛି।ରାଜ୍ୟର ପରିବହନ କ୍ଷେତ୍ରରେ ବହୁତ ପରିବର୍ତ୍ତନ ଆସିଛି। ଏଥି ସହିତ ବର୍ତ୍ତମାନ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି ଯାହା ଦ୍ବାରା ଆଗକୁ ପରିବହନ କ୍ଷେତ୍ରରେ ବହୁ ପରିବର୍ତ୍ତନ ହେବ। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (5T)  ଭି କେ ପାଣ୍ଡିଆନ୍ ପରିଚାଳନା କରିଥିଲେ। ବାଣିଜ୍ୟ ଓ ପରିବହନ ବିଭାଗର ମୁଖ୍ୟ ଶାସନ ସଚିବ  ମଧୁସୁଦନ ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ OSRTC ର CMD ଧନ୍ୟବାଦ ଅର୍ପଣ କରିଥିଲେ । ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମନ୍ତ୍ରୀ, ସାଂସଦ, ବିଧାୟକ, ଜିଲ୍ଲା କଲେକ୍ଟର ଏବଂ ପରିବହନ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।