shree-jagannath-temple - The Sakala

ରାଜରାଜେଶ୍ୱର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ
ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ଆଜି ରାଜରାଜେଶ୍ୱର ବା ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଗୋଟିଏ ବର୍ଷରେ ମହାପ୍ରଭୁ ପାଞ୍ଚ ଥର ସୁନାବେଶ ହେବାର ପରମ୍ପରା ରହିଛି। ତେବେ କାର୍ତ୍ତିକ ମାସ ପୂର୍ଣ୍ଣିମାରେ ରାଜରାଜେଶ୍ବର ବେଶ ନାମରେ ଏହି ସୁନାବେଶ ଲାଗି ହୋଇଥାନ୍ତି ଶ୍ରୀଜିଉ । ଏହି ଦୁର୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି । ହରିବୋଲ, ହୁଳହୁଳି ସହିତ ଭକ୍ତଙ୍କ ସଂକୀର୍ତ୍ତନ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ଭିଡ଼କୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାର୍କେଟ ଛକରୁ ବ୍ୟାରିକେଡରେ ଭକ୍ତମାନେ ଯାଇ ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଅନ୍ୟ ଦ୍ବାର ଦେଇ ପ୍ରସ୍ଥାନ କରିବେ । ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଆଜି ଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି
ପୁରୀ: ଆଜି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିବା ବେଳେ ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ। ଏହି ଏକ ମାସ ମା ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି।

ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢେଇ ନଦା , ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଭଳି ବିଭିନ୍ନ ପ୍ରକାର ବ୍ୟଞ୍ଜନ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ଲାଗି କରାଯାଇଛି। ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଓ ଅବକାଶ ନିତୀ ବଢିବା ପରେ ପହିଲି ଭୋଗ ଲାଗି କରାଯାଏ।

ଶ୍ରୀମନ୍ଦିରରେ ଏଏସଆଇ ଟିମ୍: ନାଟମଣ୍ଡପ ଓ ଜଗମୋହନର ଚାଲିଛି ସ୍ଥିତି ଅନୁଧ୍ୟାନ, ବାହାରିବ ସ୍ଥାୟୀ ସମାଧାନ
ପୁରୀ: ଶ୍ରୀମନ୍ଦିରରେ ଏଏସଆଇ ଟିମ୍ । ନାଟମଣ୍ଡପ ଓ ଜଗମୋହନର ସ୍ଥିତି ଅନୁଧ୍ୟାନ କରୁଛନ୍ତି ଏଏସଆଇ ଟିମ୍ । ଏହାସହ ନାଟମଣ୍ଡପ ଓ ଜଗମୋହନର ସ୍ଥାୟୀ ସମାଧାନ ବାହାର କରାଯିବା ବୋଲି ଜଣାପଡ଼ିଛି। ଏଥିଲାଗି ଦିଲ୍ଲୀ ସ୍ଥିତ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା ମୁଖ୍ୟ ଦପ୍ତରରୁ ଏକ ଉଚ୍ଚକ୍ଷମତା ସମ୍ପନ୍ନ ବିଶେଷଜ୍ଞ କମିଟି ଶ୍ରୀମନ୍ଦିର ପରିଦର୍ଶନ କରୁଛନ୍ତି ।

ବିଶେଷଜ୍ଞ କମିଟିର ଗସ୍ତ ନେଇ ମନ୍ଦିର ଭିତରେ ଓ ବାହାରେ ପୂର୍ବରୁ ଭାରା ବନ୍ଧା ସରିଛି । ନାଟମଣ୍ଡପର ଗରୁଡ଼ ସ୍ତମ୍ଭ ପାର୍ଶ୍ଵ, କଲମ ତଥା ଛାତକୁ ଧରି ରଖିଥିବା ବିମରେ ୨୦୧୮ ମସିହା ଜୁନ ମାସରୁ ଫାଟ ଦେଖାଦେଇଛି । ଏହି ଫାଟକୁ ଶ୍ରୀମନ୍ଦିର ରକ୍ଷଣାବେକ୍ଷଣରେ ନିୟୋଜିତ କୋର୍‌ କମିଟି ଠାବ କରିଥିଲା । ସେହିଦିନରୁ ଫାଟ ମେଲୁଛି କି ନାହିଁ, ଫାଟର କିଭଳି ମରାମତି ହେବ ତାହାର କୌଣସି ନିର୍ୟ୍ୟାସ ବାହାରି ପାରିନାହିଁ । ତେବେ ଫାଟ ସେହିଦିନରୁ ଅଧିକ ମେଲୁଛି ନାଁ ନାହିଁ, ତାହାର ଯାଞ୍ଚ ପାଇଁ ସେହି ସ୍ଥାନରେ ଏକ କ୍ରାକ୍ ମିଟର ଲଗାଯାଇଥିଲା । ଏହି ମିଟର ଅନଲାଇନରେ ଡାଟା ସଂଗ୍ରହ କରୁଥିବା ବେଳେ ଏହାର ଯାଞ୍ଚ କରାଯିବ । ବର୍ତ୍ତମାନ ସୁଦ୍ଧା କ୍ରାକ୍ ମିଟର ଦ୍ଵାରା ବିମ୍ ଫାଟର ସ୍ଥିତି କ’ଣ ରହିଛି ତାର ତର୍ଜମା ହୋଇପାରିନି ।

ଆଜିଠୁ ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ
ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ସମେତ ପଶ୍ଚିମ ଦ୍ୱାରରେ ମଧ୍ୟ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ଯ ଆରମ୍ଭ ହେବ। ଏନେଇ ବଡ଼ଦାଣ୍ଡରେ ଲାଗିଥିବା ସେଡ୍ ଗୁଡ଼ିକ ଖୋଲା ଯାଇଛି । ତେଣୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାରରେ ଦର୍ଶନ ବ୍ୟବସ୍ଥା କରାଯାଇଛି । ଏଥିସହ ପାନୀୟ ଜଳର ମଧ୍ୟ ବ୍ୟବସ୍ଥା କରାଯାଇଛି । ତେବେ ଦର୍ଶନ ସାରି ଭକ୍ତମାନେ ପଶ୍ଚିମ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି । ଏନେଇ ଗତ ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକରେ ପାରିତ ହୋଇଥିଲା ।