Drought Situation - The Sakala

ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ୭ ଦିନ ମଧ୍ୟରେ ସବୁ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିକରି ଏହାର ମୁକାବିଲା ନିମନ୍ତେ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକରେ ବର୍ଷାର ଅଭାବ ଦେଖାଦେଇଛି । ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମ୍ପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି ।

ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡ଼ିକରେ ଜଳ ପ୍ରବାହ ଏବଂ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଚାଷୀ ମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ୱିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀ ମାନଙ୍କୁ ଡିଜେଲ ପମ୍ପସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଚାଷୀ ମାନଙ୍କ ଜମିକୁ ଜଳ ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ (Farm Pond) ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ଉଠା ଜଳସେଚନ ପଏଣ୍ଟ ଗୁଡ଼ିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକ ମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳ ଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ ପାଇଁ ପଦକ୍ଷେପ ନେବାକୁ ଜଳ ସମ୍ପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ।

ଜନସାଧାରଣ ଓ ପ୍ରାଣୀ ସମ୍ପଦ ମାନଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି । ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଟି ହୋଇନାହିଁ । ମନରେଗାରେ ଅଧିକ କର୍ମ ନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ ।

ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳ ସମ୍ପଦ ବିଭାଗ ନିଜସ୍ୱ ବିକଳ୍ପ ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ । କଳାହଣ୍ଡି, ସୁନ୍ଦରଗଡ଼, ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସମ୍ପର୍କରେ ସୂଚନା ଦେଇ କହିଥିଲେ, ସେପ୍ଟେମ୍ବର ମାସରେ ସ୍ୱାଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି ।

କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କୁ ଯେପରି ରାଜ୍ୟ ମଧ୍ୟରେ କାମ ଯୋଗାଇ ଦିଆଯାଇପାରିବ, ସେ ସମ୍ପର୍କରେ ବୈଠକରେ ଗୁରୁତ୍ୱ ଆରୋପ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ବୈଠକରେ ଉପସ୍ଥିତ ଥିଲେ ।