Chief Minister naveen-pattnaik - The Sakala

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ସେଫ୍‌ ତଥା ଉଦ୍ୟୋଗୀ ବିକାଶ ଖାନ୍ନା
ଭୁବନେଶ୍ବର: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି । ନିକଟରେ ଶ୍ରୀ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ ।

ଏହି ଆଲୋଚନା ସମୟରେ ଶ୍ରୀ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ  ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ରୀ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ  ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ। ଏହି  ଆଲୋଚନା ସମୟରେ  ୫ଟି ସଚିବ  ଭି କେ  ପାଣ୍ଡିଆନ୍ ଉପସ୍ଥିତ ଥିଲେ।

ଉପାନ୍ତ ଜିଲ୍ଲାମାନଙ୍କ ପାଇଁ ବରଦାନ ସାଜିଛି ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା, ୩,୨୦୦ରୁ ଅଧିକ ରୋଗୀ ପାଇଲେଣି ସୁପର ସ୍ପେସାଲିଷ୍ଟ ଚିକିତ୍ସା
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ଉପାନ୍ତ ଜିଲ୍ଲାମାନଙ୍କ ପାଇଁ ବରଦାନ ପାଲଟିଛି। ରାଜ୍ୟର ଦୁର୍ଗମ ଅଞ୍ଚଳର ରୋଗୀମାନେ ମଧ୍ୟ ସୁପର ସ୍ପେସାଲିଷ୍ଟ ଚିକିତ୍ସା ପାଇବାରେ ସକ୍ଷମ ହେଉଛନ୍ତି । ପ୍ରଥମ ପର୍ଯ୍ୟାୟରେ ହୃଦରୋଗ, କିଡନୀ ଓ ଗ୍ୟାଷ୍ଟ୍ରୋଲୋଜି ଭଳି ବିଭାଗର ବିଶେଷଜ୍ଞ ଡାକ୍ତରମାନେ ଉପାନ୍ତ ଅଞ୍ଚଳକୁ ଯାଇ ସ୍ବାସ୍ଥ୍ୟସେବା ଯୋଗାଇଦେଉଥିବା ବେଳେ ଏବେ ପ୍ରାୟ ସମସ୍ତ ବିଭାଗ ଡାକ୍ତର ଦୁର୍ଗମ ଜିଲ୍ଲାମାନଙ୍କୁ ଯାଇ ରୋଗୀମାନଙ୍କୁ ସୁପର ସ୍ପେସାଲିଷ୍ଟ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି। ଯାହା ଫଳରେ ସୁପର ସ୍ପେସାଲିଷ୍ଟ ଚିକିତ୍ସା ସେବା ପାଇବା ପାଇଁ ଉପାନ୍ତ ଜିଲ୍ଲାମାନଙ୍କର ରୋଗୀଙ୍କୁ ଆଉ ବଡ଼ ବଡ଼ ସହର ଉପରେ ନିର୍ଭର କରିବାକୁ ପଡୁନି। ନିଜ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟର ବଡ଼ ମେଡିକାଲ କଲେଜର ବିଶେଷଜ୍ଞ ଡାକ୍ତରମାନେ ସେଠାକୁ ଯାଇ ଉତ୍ତମ ଚିକିତ୍ସାସେବା ଯୋଗାଇ ଦେଉଛନ୍ତି।

ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ସମେତ କୋରାପୁଟ, ନବରଙ୍ଗପୁର, ନୁଆପଡା, କଳାହାଣ୍ଡିରୁ ଏହି ଏୟାର ହେଲଥ ସର୍ଭିସ ମିଳିଥିଲା। ଏହାପରେ  କଳାହାଣ୍ଡି, ମାଲକାନଗିରି, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଆରମ୍ଭ ହୋଇଥିଲା। ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ମାଧ୍ୟମରେ ଏପର୍ଯ୍ୟନ୍ତ ପ୍ରାୟ ୩ ହଜରେ ୨୦୦ ଶହରୁ ଅଧିକ ରୋଗୀଙ୍କୁ ସେମାନଙ୍କ ନିଜ ଜିଲ୍ଲାରେ ସୁପର ସ୍ପେସାଲିଷ୍ଟ ଚିକିତ୍ସା ମିଳିପାରିଛି।

State Nodal Officer Prof (Dr) Umakant Satapathy is coordinating the scheme. The experts are:Dr Siba Kar- Assoc Prof Surgery, SCB MCH Cuttack, Dr Aruna Acharya, Assoc Prof Nephrology, Dr Debasis Swain, Assoc Prof Anesthesiology, Dr Ranjan Ku Mohanty, Assistant Prof Cardiology.

— H & FW Dept Odisha (@HFWOdisha) October 21, 2022

ପ୍ରଥମ ପର୍ଯ୍ୟାୟରେ ଏହି ସେବା ମିଳିସାରିଥିବା ବେଳେ ଏବେ ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଜାରି ରହିଛି। ଅକ୍ଟୋବର ୧୭ରୁ ୨୩ ତାରିଖ ପର୍ଯ୍ୟନ୍ତ ଏହି ସେବା ମିଳୁଛି। ଏହିପାଇଁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ପଞ୍ଜିକରଣ କରାଯାଉଛି। ଜିଲ୍ଲାର ଗରିବ ରୋଗୀମାନେ ଏଠାକୁ ଆସି ମାଗଣାରେ ରାଜ୍ୟର ବିଶେଷଜ୍ଞ ଡାକ୍ତର ମାନଙ୍କଠାରୁ ଉନ୍ନତ ଚିକିତ୍ସା ପାଇପାରୁଛନ୍ତି। ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନାର ନୋଡାଲ ଅଫିସର ଡ.ଉମାକାନ୍ତ ଶତପଥିଙ୍କ ସହଯୋଗରେ ନବରଙ୍ଗପୁରରେ ବିଭିନ୍ନ ବିଭାଗର ବରିଷ୍ଠ ଡାକ୍ତରମାନେ ରୋଗୀମାନଙ୍କୁ ସୁପର ସ୍ପେସାଲିଷ୍ଟ ଚିକିତ୍ସା ଯୋଗାଇ ଦେଉଛନ୍ତି।

Dr Sambit Kumar Behera, Asst Prof Gastroenterology, Dr Ch Satyaranjan Samal, Asst Prof Anesthesiology SCB MCH Cuttack, Dr B Arun Kumar Radiology KIIMS, Dr Harishankar Nayak, Asst Prof Radiology, MKCG MCH, Bramhapur. #OdishaCares @CMO_Odisha

— H & FW Dept Odisha (@HFWOdisha) October 21, 2022

ପ୍ରଥମେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟକାର୍ଡରେ ହିତାଧିକାରୀଙ୍କୁ ମାଗଣାରେ ସ୍ୱାସ୍ଥ୍ୟସେବା ମିଳୁଥିବା ବେଳେ ୨୦୨୧ ଡିସେମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପାନ୍ତ ଜିଲ୍ଲାଗୁଡିକ ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଥିଲେ। ଏହି ଯୋଜନା ମାଧ୍ୟମରେ ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ଯ ଡାକ୍ତରମାନେ ଉପାନ୍ତ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ । ଏଥି ସହିତ ଗୁରୁତର ରୋଗୀଙ୍କ ପାଖରେ ଯଥାଶିଘ୍ର ସମସ୍ତ ସୁବିଧା ସହ ଉତ୍ତମ ଡାକ୍ତର ପହଞ୍ଚାଇବା ଏବଂ ଆବଶ୍ୟକ ସ୍ଥଳେ ଏୟାରଲିଫ୍ଟ କରି ବଡ ମେଡିକାଲରେ ଭର୍ତ୍ତି କରାଇବା ପାଇଁ ଏହି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା କାର୍ଯ୍ୟ କରୁଛି।

ଓଡ଼ିଆ କଳା ଜଗତରେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ- ମୁଖ୍ଯମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଶା ସିନେ ଜଗତର ବର୍ଷିଆନ୍ ଅଭିନେତା ତଥା ଲୋକପ୍ରିୟ କଳାକାର ମିହିର ଦାସଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଘଟିଛି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ଯନ୍ତ୍ରୀ ନବୀନ ପଟ୍ଟନାୟକ ।

ବର୍ଷୀୟାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

— Naveen Patnaik (@Naveen_Odisha) January 11, 2022

ମୁଖ୍ଯମନ୍ତ୍ରୀଙ୍କ ବଡ଼ ଘୋଷଣା: ଖବରକାଗଜ ବିତରକଙ୍କୁ ମିଳିବ ସାମାଜିକ ସୁରକ୍ଷା
ଭୁବନେଶ୍ବର: ସୂଚନା ଓ ସମ୍ବାଦ ପ୍ରସାରଣରେ ହକର୍‌ ମାନଙ୍କର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର ଆରମ୍ଭ ହୋଇଥାଏ କର୍ମମୟ ଜୀବନ । ଜନସାଧାରଣଙ୍କୁ ଖବର ସହ ଯୋଡିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମ୍ବାଦପତ୍ର ହକର୍‌ ମାନଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି।

ଏହି ଯୋଜନା ଅନୁଯାୟୀ, ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ସମ୍ବାଦପତ୍ର ହକର୍‌ ମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ। ଏହି ଯୋଜନା ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ସେହିପରି ଦୁର୍ଘଟଣା ଯୋଗୁ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର୍‌ ମାନଙ୍କୁ ଦେଢ ଲକ୍ଷ ଟଙ୍କା ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା (Loss of both limbs) ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା (Loss of one limb) ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।

କୋଭିଡ ଯୋଗୁ ସେମାନେ ସମ୍ମୁଖୀନ ହୋଇଥିବା ଆର୍ଥିକ ଦୁଃସ୍ଥିତିକୁ ଦୃଷ୍ଟିରେ ରଖି ସବୁ ପଞ୍ଜୀକୃତ ଖବର କାଗଜ ହକର୍‌ ମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର ସହାୟତା ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯିବ।

କାମ କରିବା ପାଇଁ ବହୁତ ସମୟରେ ହକର୍‌ ମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ସମସ୍ୟାକୁ ଦୂର କରିବା ପାଇଁ ରାଜ୍ୟ ସରକାର ସେମାନଙ୍କ ପାଇଁ ଜିଲ୍ଲାସ୍ତରରେ ଉପଯୁକ୍ତ ୱାର୍କସେଡ୍‌ ନିର୍ମାଣ କରି ଯୋଗାଇଦେବାକୁ ନିଷ୍ପତ୍ତି କରାଯାଇଛି । ଏହାସହିତ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ରାଜ୍ୟ ଓ ଜିଲ୍ଲାସ୍ତରରେ ହକର୍‌ ମାନଙ୍କର ଏକ ଡିଜିଟାଲ ଡାଟା ବେସ୍‌ ପରିଚାଳନା କରାଯାଇ ସମସ୍ତ ହକର୍‌ ମାନଙ୍କୁ ଜିଲ୍ଲା ସ୍ତରରେ ଯାଞ୍ଚ କରାଯାଇ ପରିଚୟ ପତ୍ର ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହେଲା କନ୍ଧମାଳ: ମୁଖ୍ଯମନ୍ତ୍ରୀ ବାଣ୍ଟିଲେ BSKY, ଉପକୃତ ହେଲେ ୧ ଲକ୍ଷ ୬୭ ହଜାର ହିତାଧିକାରୀ
ଫୁଲବାଣୀ: କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀ BSKY ସ୍ମାର୍ଟକାର୍ଡରେ ଯୋଡ଼ି ହୋଇଛନ୍ତି ।

ଏଥିସହ ଜିଲ୍ଲାର ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଫୁଲବାଣୀ ମିନି ଷ୍ଟାଡିୟମରେ ପହଞ୍ଚିବା ସହ ହିତାଧିକାରୀଙ୍କୁ ପ୍ରଦାନ କରିଥିଲେ BSKY ସ୍ମାର୍ଟକାର୍ଡ । ପରେ ପରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ଯର ଭିତ୍ତିପ୍ରସ୍ତର ସ୍ଥାପନ, ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲେ । ଯଦ୍ୱାରା ଆଗାମୀ ଦିନରେ କନ୍ଧମାଳ ଜିଲ୍ଲା ଉପାନ୍ତରୁ ବିକାଶର ଦ୍ୱାର ଦେଶରେ ପହଁଚିବ ।

ସେହିପରି ମୁଖ୍ୟମନ୍ତ୍ରୀ ଉଦବୋଧନ ପ୍ରଦାନ କରିଥିଲେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଭଳି ଏକ ଜନମଙ୍ଗଳକାରୀ କାର୍ଡକୁ ସାଧାରଣ ଲୋକଙ୍କ ସେବାରେ ନିୟୋଜିତ କରିଥିବା ଯୋଜନାର ସଫଳ ରୂପାୟନ ବିଷୟରେ ବାର୍ତ୍ତା ରଖିଥିଲେ ମୁଖ୍ୟମନ୍ତ୍ରୀ । କନ୍ଧମାଳ ଜିଲ୍ଲା ଆଗାମୀ ଦିନରେ ଏକ ପ୍ରଗତିଶୀଳ ଜିଲ୍ଲାରେ ପରିଣତ ହେବ । ସାଧାରଣ ଲୋକଙ୍କ ଜୀବନଯାପନ ପକ୍ରିୟାରେ ପରିବର୍ତ୍ତନ ହୋଇଛି । କନ୍ଧମାଳ ହଳଦୀ ସମଗ୍ର ବିଶ୍ୱରେ ପରିଚୟକୁ ପ୍ରତିପାଦିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକୀରୀ ସଭିଏଁ ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡରେ ଚିକିତ୍ସା ହୋଇପାରିବେ । ସାଧାରଣ ଗରିବୀ ଲୋକଟିଏ ଯେପରି ଉନ୍ନତ ଚିକିତ୍ସା ପାଇ ପାରିବ, ତାହା ହିଁ ସରକାରର ମୁଖ୍ୟ ଲକ୍ଷ୍ୟ । ସ୍ୱାସ୍ଥ୍ୟ ପାଇଁ ଜମି, ଅଳଙ୍କାର ଆଦି ବିକ୍ରୟ କରିବାକୁ ପଡ଼ୁଥିଲା । ତାହା ମୁଖ୍ୟମନ୍ତ୍ରୀଙ୍କୁ ବ୍ୟଥିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁଥିପାଇଁ ଏଭଳି ଏକ ଅଭିନବ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ସରକାର ପହଁଚାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମଞ୍ଚରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଓ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ଉପସ୍ଥିତ ରହିବା ସହ ସାଧାରଣ ଲୋକଙ୍କୁ ଉଦବୋଧନ ପ୍ରଦାନ କରିଥିଲେ । ସେପଟେ ସ୍ଥାନୀୟ ବିଧାୟକ ତଥା ଫୁଲବାଣୀ ବିଧାୟକ ଅଙ୍ଗଦ କଅଁର ଏବଂ ପର୍ୟ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଧ୍ୟ ସଭାରେ ଉପସ୍ଥିତ ରହିଛନ୍ତି । ସୁରକ୍ଷାକୁ ନଜରରେ ରଖି ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ବଲାଙ୍ଗିରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଖାଇ ଭେଟି : BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ସହ ୮୨୮ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ନବୀନ
ବଲାଙ୍ଗିର : ବିକାଶର ନକ୍ସାରେ ଯୋଡି ହୋଇଛି ବଲାଙ୍ଗିର ଜିଲ୍ଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଗସ୍ତରେ ଯାଇ ବିଜୁ ସ୍ବାସ୍ଥ୍ୟ ବୀମା ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିବା ସହ ବଲାଙ୍ଗିର ଜିଲ୍ଲା ପାଇଁ  ୮୨୮ କୋଟି ଟଙ୍କାର ୧୨୮ଟି  ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ପୂର୍ବ ନିର୍ଦ୍ଦାରିତ ସମୟନୁଯାୟୀ ତୁଷୁରା ଏୟାରଷ୍ଟ୍ରୀପରେ ଏକ ସ୍ୱତନ୍ତ୍ର ବିମାନରେ ପହଞ୍ଚିବା ପରେ ସେଠାରୁ ହେଲିକପ୍ଟର ଯୋଗେ ୧୦ଟା ୩୫ମିନିଟ ସମୟରେ ଟିଟିଲାଗଡ଼ ସଭାସ୍ଥଳରେ ପହଞ୍ଚିଛନ୍ତି । ଟିଟିଲାଗଡ଼ ଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିବା ପରେ ଜନସାଧାରଣଙ୍କୁ ସମ୍ବୋଧନ କରି କହିଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗିର ବାସୀଙ୍କୁ ନୂଆଖାଇ ଜୁହାର ଜଣାଇବା ସହ ସେ ସେଠାକୁ ଆସିଥିବାରୁ ବହୁତ ଖୁସି ଥିବା କହିଥିଲେ।

ଏହି କାର୍ଡ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇଛି।  ବଲାଙ୍ଗିର ଜିଲ୍ଲାର ସାଢ଼େ ୪ ଲକ୍ଷ ଓ ରାଜ୍ୟର ସାଢ଼େ ୩ କୋଟି ଲୋକ ଏହି ବିଜୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ଉପକୃତ ହେବେ । ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍ପିଟାଲରେ ଚିକିତ୍ସା ପାଇପାରିବେ। ଏହି ସେବା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ। ଚିକିତ୍ସା ପାଇଁ କିଏ ସୁନା ବିକେ କିଏ ଚୁଡି, ସେଥିପାଇଁ ମତେ ବହୁତ ଦୁଃଖ ଲାଗେ। ଏହି ଦୁଃଖ ଦୂର କରିବାରେ ଏହି କାର୍ଡ ସାହାଯ୍ୟ କରିବ। ସଞ୍ଚୟ କରିଥିବା ଟଙ୍କା ପରିବାରର ବିକାଶ ଓ ପିଲାଙ୍କ ପାଠ ପଢ଼ାରେ ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଟିଟିଲାଗଡ଼ ଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିବା ପରେ ମୁଖ୍ୟମନ୍ତ୍ରୀ ପାଟଣାଗଡ଼ ଓ ବଲାଙ୍ଗୀର ଯାଇ ସେଠାରେ ବିଜୁ ସ୍ବାସ୍ଥ୍ୟ ବୀମା ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିବା ସହ ବଲାଙ୍ଗିରରେ  ୧୧କୋଟି ଟଙ୍କାରେ ନିର୍ମିତ ଅତ୍ୟାଧୁନିକ ବସ ଟର୍ମିନାଲର ଲୋକାର୍ପଣ କରିଛନ୍ତି । ସେହିପରି ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ହରିଶଙ୍କର-ନୃସିଂହନାଥ ଗନ୍ଧମାର୍ଦ୍ଦନ ପର୍ବତର ଉନ୍ନତିକରଣ ଓ ସୌଦାର୍ଯ୍ୟକରଣ ପାଇଁ ପ୍ୟାକେଜ ଘୋଷଣା ସହ ଶିଳାନ୍ୟାସ କରିଛନ୍ତି । ସେହିପରି ବଲାଙ୍ଗିର ପୋୖରାଞ୍ଚଳରେ ହେବାକୁ ଥିବା ସ୍ମାର୍ଟ ପାର୍କ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଏକାଡେମୀଙ୍କ କୋଠା, ଟିଟିଲାଗଡ଼ ଓ ତୁଷୁରା ଠାରେ ସ୍ମାର୍ଟ ପାର୍କ, ବଲାଙ୍ଗୀର ଠାରେ ଆବର୍ଜନା ପରିଚାଳନା ପାଇଁ ଏସଇଟିସି, ଇଡ଼କୋ ଅଂଚଳରେ ହେବାକୁ ଥିବା ବହୁମୁଖୀ ପାର୍କ, ପ୍ଲାନେଟୋରିୟମ,ବଲାଙ୍ଗିର  ଜିଲ୍ଲାର ଅନେକ ଗୁଡ଼ାଏ ଜଳାଶୟର ଉନ୍ନତିକରଣ ପ୍ରକଳ୍ପର ଶିଳାନ୍ୟାସ ସହ ଟିଟିଲାଗଡ଼, ବଲାଙ୍ଗିର ଓ ପାଟଣାଗଡ଼ ସମେତ ଅନ୍ୟ ସ୍ଥାନରେ ହେବାକୁ ଥିବା ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପର ମଧ୍ଯ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବଲାଙ୍ଗିର ଜିଲ୍ଲାରେ ୮୨୮ କୋଟି ଟଙ୍କାର ୧୨୮ଟି  ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ ହୋଇଥିବା ବେଳେ ସେଥିରୁ ବଲାଙ୍ଗିର ପାଇଁ ୪୭୮ କୋଟିର ୭୫ଟି ପ୍ରକଳ୍ପ, ପାଟଣାଗଡ଼ରେ ୧୧୫.୭୧ କୋଟିର ୨୩ଟି ପ୍ରକଳ୍ପ ଟିଟିଲାଗଡ଼ରେ ୨୩୩.୧୪ କୋଟିର ୩୦ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ନବୀନଙ୍କ ଏହି ଐତିହାସିକ ଯୋଜନା ତୃଣମୂଳସ୍ତରରେ ପହଞ୍ଚିବା ପାଇଁ ଜିଲ୍ଲାରେ ୧୧ଜଣ ମନ୍ତ୍ରୀ ଓ ୧୬ଜଣ ପର୍ଯ୍ୟବେକ୍ଷଣ ଦାୟିତ୍ୱ ଦିଆଯାଇଛି।