journalist Arindam Das - The Sakala

ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ଶୋକ
ଭୁବନେଶ୍ବର : ମୁଣ୍ଡଳି ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ ବୋଟ ବୁଡ଼ି ଘଟଣାରେ ଓଟିଭି ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଘଟିଛି । ରାଜ୍ୟରେ ଜଣେ ଦକ୍ଷ ଯୁବ ସାମ୍ବାଦିକ ଭାବେ ପରିଚିତ ଅରିନ୍ଦମଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶାର ସାମ୍ୱାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ଟ୍ୱିଟ୍ ଯୋଗେ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅମର ଆତ୍ମାର ସଦଗତିି କାମନା କରିବା ସହ ସମସ୍ତ ଆହାତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।

— Naveen Patnaik (@Naveen_Odisha) September 24, 2021

ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍‌ କରି କହିଛନ୍ତି ଯେ, “ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ ଦାସଙ୍କ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ହୋଇଛି । ଏହି ଦୁଃଖଦ ଖବର ଶୁଣି ମୁଁ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ । ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରିଛନ୍ତି।

ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ ଦାସଙ୍କ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ଖବର ଶୁଣି ମୁଁ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ । ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ୍ ହୋଇଛି । pic.twitter.com/ldm2K1n73N

— Dharmendra Pradhan (@dpradhanbjp) September 24, 2021

ଜଣେ ସାହାସୀ ସାମ୍ବାଦିକ ଭାବରେ ସାରା ରାଜ୍ୟରେ ବେସ୍‌ ଖ୍ୟାତି ଅର୍ଜନ କରିଥିଲେ ଅରିନ୍ଦମ। ବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ସାଂଗଠନିକ) ପ୍ରଣବ ପ୍ରକାଶ ଦାସ ମଧ୍ୟ ଅରିନ୍ଦମଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି । ଏଭଳି ଘଟଣା ତାଙ୍କୁ ମର୍ମହାତ କରିଥିବା ଟ୍ୱିଟ୍ ଯୋଗେ ପ୍ରକାଶ କରିଛନ୍ତି ପ୍ରଣବ ପ୍ରକାଶ । ସାମ୍ୱାଦିକ ଜଗତରେ ସେ ସର୍ବଦା ପ୍ରେରଣା ହୋଇ ରହିବେ ବୋଲି ସେ କହିଛନ୍ତି । ଏଥିସହିତ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଶ୍ରୀ ଦାସ ।

ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ମୁଁ ମର୍ମାହତ। ଓଡ଼ିଶାର ସାମ୍ବାଦିକତା ଜଗତରେ ସେ ସର୍ବଦା ପ୍ରେରଣା ହୋଇ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି। ଓଁ ଶାନ୍ତି।

— Pranab Prakash Das (@pranabpdas) September 24, 2021

ଅନ୍ୟପକ୍ଷରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ତଥା ବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ ମଧ୍ୟ ଅରିନ୍ଦମଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି । ଅରନ୍ଦମଙ୍କ ବିୟୋଗ ତାଙ୍କୁ ଗଭୀର ଭାବେ ମର୍ମାହାତ କରିଥିବା ସହ ଏହା ସାମ୍ୱାଦିକତା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ ଟ୍ୱିଟ୍ ଯୋଗେ ପ୍ରକାଶ କରିଛନ୍ତି । ଏଥିସହିତ ଅନ୍ୟ ଆହାତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ବରିଷ୍ଠ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ମୁଁ ଗଭୀର ମର୍ମାହତ। ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।

— Manas Mangaraj (@manasrmangaraj) September 24, 2021

ଅରିନ୍ଦମ ଦାସଙ୍କ ମୃତ୍ୟୁ ଘଟଣା ରାଜ୍ୟର ଗଣମାଧ୍ୟମ ପରିସରରେ ଶୋକର ଛାୟା ଖେଳାଇ ଦେଇଛି। ଆଜି ସକାଳୁ ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ବୋଟ୍‌ଟି ପାଣିର ପ୍ରଖର ସ୍ରୋତରେ ଭାସିଯାଇଥିଲା । ଫଳରେ ସେଥିରେ ଖବର ସଂଗ୍ରହ ଲାଗି ଯାଇଥିବା ଓଟିଭିର ବରିଷ୍ଠ ପ୍ରତିନିଧି ଅରିନ୍ଦମ ଦାସ ଏବଂ କ୍ୟାମେରାମ୍ୟାନ୍‌ ପ୍ରଭାତ ସିହ୍ନା ପାଣିରେ ପଡ଼ିଯାଇଥିଲେ। ଏଥିସହ ଜଣେ ଓଡ୍ରାଫ୍‌ କର୍ମଚାରୀ ମଧ୍ୟ ପାଣିରେ ବୁଡ଼ି ଯାଇଥିଲେ। ଏହାପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା ଏବଂ ସାମ୍ବାଦିକ ଅରିନ୍ଦମ ଦାସ ଓ କ୍ୟାମେରାମ୍ୟାନ ସିହ୍ନାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା।

ସଙ୍ଗେସଙ୍ଗେ ଦୁଇ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଅରିନ୍ଦମଙ୍କର ମୃତ୍ୟୁ ହୋଇଥିଲା। ପ୍ରଭାତ ସିହ୍ନାଙ୍କ ଅବସ୍ଥା ଗୁରୁତର ରହିଥବା ବେଳେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ ସମ୍ପର୍କରେ କଟକ ବଡ଼ ମେଡିକାଲର ଜରୁରୀକାଳୀନ ଅଧିକାରୀ ଡ.ଭୁବନାନନ୍ଦ ମହାରଣା ସ୍ପଷ୍ଟ କରିଛନ୍ତି।