Bijupatnaik - The Sakala

ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ମହାନ୍‌ ଜନନାୟକ ବିଜୁ ପଟ୍ଟନାୟକ
ଭୁବନେଶ୍ବର: ବିଜୟାନନ୍ଦ ପଟ୍ଟନାୟକ ଓରଫ ବିଜୁ ପଟ୍ଟନାୟକ ଗୋଟିଏ ଜାତି ଓ ଗୋଟିଏ ରାଜ୍ୟର ପରିଚୟ। ସେ ଏଭଳି ଜଣେ ବିଚକ୍ଷଣ ବ୍ୟକ୍ତିତ୍ବ; ଯାହାଙ୍କର ପ୍ରଭାବ ଓଡ଼ିଶା ରାଜନୀତିକୁ ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ପ୍ରଭାବିତ କରିଥିଲା। ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର ସେ କିମ୍ବଦନ୍ତୀ ପୁରୁଷ। ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ- ୮୧ ବର୍ଷର ଜୀବନ। ସମଗ୍ର ଜୀବନରେ ତାଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ଦୁର୍ଦ୍ଧର୍ଷ ପାଇଲଟ୍‌, ଦକ୍ଷ ଶିଳ୍ପପତି, ଓଡ଼ିଶା ରାଜନୀତିର ବେତାଜ୍‌ ବାଦଶାହ ଥିଲେ ବିଜୁ ବାବୁ। ଦୂରଦ୍ରଷ୍ଟା,ସ୍ବାଭିମାନୀ, ସ୍ପଷ୍ଟବାଦୀ, ନିର୍ଭୀକ ବ୍ୟକ୍ତିତ୍ବର ଅଥିକାରୀ ଏହି ସର୍ବମାନ୍ୟ  ନେତା। ପ୍ରବାଦପୁରୁଷ, ଭୂମିପୁତ୍ର, କଳିଙ୍ଗବୀର, ଦ୍ବିତୀୟ ଖାରବେଳ ଆଦି ଉପାଥିରେ ଭୂଷିତ ବିଜୁବାବୁ ଗଞ୍ଜାମ ଜିଲ୍ଲାର ଜି-ନୂଆ ଗାଁରେ ସ୍କୁଲ ଶିକ୍ଷା ସାରି ରେଭେନ୍ସା କଲେଜରେ ନାମ ଲେଖାଇଥିଲେ।

ଯୁବାବସ୍ଥାରୁ ରାଜନୀତିରେ ସେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ପାଇଲଟ୍‌ ହେବାର ଇଚ୍ଛା ଥିବାରୁ ସେ ରେଭେନ୍ସା ଛାଡି ବିମାନ ଚାଳନାରେ ତାଲିମ୍‌ ନେଲେ। ପ୍ରତ୍ୟେକ ଆହ୍ବାନକୁ ସାମ୍ନା କରିବାର ଅଦମ୍ୟ ସାହସ ତାଙ୍କଠାରେ ଥିଲା। ସେ କୌଣସି ଛୋଟ ଛୋଟ ଘଟଣାରେ ମଧ୍ୟ ଦୁଃସାହସିକ ପଦକ୍ଷେପ ନେଉଥିଲେ। ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଅତି ପ୍ରିୟ ଥିଲେ ବିଜୁ ବାବୁ। ୧୯୬୨ ଭାରତ-ଚୀନ୍‌ ଯୁଦ୍ଧବେଳେ ସେ ଥିଲେ ପ୍ରଧାନମନ୍ତ୍ରୀ ନେହେରୁଙ୍କର ଅଘୋଷିତ ସାମରିକ ପରାମର୍ଶଦାତା। ୧୯୪୮ରେ ଇଣ୍ଡୋନେସିଆ ମୁକ୍ତି ସଂଗ୍ରାମର ଗାଥା ଆଜି ବି ସ୍ମରଣ ହୋଇରହିଛି। ୧୯୪୮ ମସିହାରେ ନେହେରୁଙ୍କର ପରାମର୍ଶ କ୍ରମେ ବିଜୁ ପଟ୍ଟନାୟକ ଇଣ୍ଡୋନେସିଆର ପ୍ରମୁଖ ସ୍ୱାଧୀନତା ସଂଗ୍ରାମୀ ସୁଲତାନ ସାହରିର, ସୁକର୍ଣ୍ଣୋ ଓ ଅନ୍ୟମାନଙ୍କୁ ନେଇ ସିଙ୍ଗାପୁର ଦେଇ ସୁରକ୍ଷିତ ଭାବେ ନୂଆଦିଲ୍ଲୀ ଆଣିଥିଲେ। ଏଥିପାଇଁ ଇଣ୍ଡୋନେସିଆ ସରକାର ତାଙ୍କୁ ଭୂମିପୁତ୍ର ଉପାଧିରେ ଭୂଷିତ କରିଥିଲେ, ଯାହା ତାଙ୍କୁ ଆନ୍ତର୍ଜାତିକ ଖ୍ୟାତି ପ୍ରଦାନ କରିଥିଲା। ସେ ମଧ୍ୟ ମହିଳା ସଶକ୍ତୀକରଣ ଓ ପଞ୍ଚାୟତିରାଜ ବ୍ୟବସ୍ଥାର ପ୍ରବର୍ତ୍ତକ ଥିଲେ।

୧୯୬୧ରେ ମଧ୍ୟବର୍ତ୍ତୀକାଳୀନ ବିଧାନସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସର ୧୪୦ ସିଟ୍‌ରୁ ୮୨ଟିରେ ବିଜୟ ହାସଲ କରିଥିଲେ। ଏହି ସମୟରେ ବିଜୁବାବୁ ମାତ୍ର ୨ବର୍ଷ ୩ ମାସ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହି ସ୍ବଳ୍ପ ସମୟରେ ବି ସେ ରାଜ୍ୟର ଦୃଢ଼ ଭିତ୍ତିଭୂମି ପ୍ରତିଷ୍ଠା କରିଥିଲେ। ପାରାଦୀପ ବନ୍ଦର, ଏକ୍ସପ୍ରେସ୍‌ ହାଇୱେ, ମିଗ୍‌ ବିମାନ କାରଖାନା, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ, ସୈନିକ ସ୍କୁଲ ଆଦି ଅନେକ କୀର୍ତ୍ତି ତାଙ୍କ ମୁଖ୍ୟମନ୍ତ୍ରୀତ୍ବ ଅମଳରେ ଆରମ୍ଭ ହୋଇଥିଲା। ୧୯୯୦ରେ ତାଙ୍କ ନେତୃତ୍ବରେ ଗଠିତ ଜନତାଦଳ ବିଧାନସଭାରେ ରେକର୍ଡ ସଂଖ୍ୟକ ୧୨୩ଟି ଆସନ ଦଖଲ କରିଥିଲା ଓ ସେ ଦ୍ବିତୀୟ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୯୭ ମସିହା ଏପ୍ରିଲ ୧୭ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ବିଜୁବାବୁଙ୍କ ପରଲୋକ ସହ ଏକ ଯୁଗର ପରିସମାପ୍ତି ହେଲା। ଆଜି ବିଜୁବାବୁ ନାହାନ୍ତି ସତ କିନ୍ତୁ ପ୍ରତିଟି ଓଡ଼ିଆଙ୍କ ହୃଦୟରେ ସେ ଅମର ହୋଇରହିଛନ୍ତି।

୧୭ ତାରିଖରେ ଜନନାୟକ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ, କୋଭିଡ କଟକଣାରେ ମଧ୍ୟରେ ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର : ଆସନ୍ତା ଏପ୍ରିଲ ୧୭ରେ ମହାନ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ପ୍ରତ୍ୟେକ ବର୍ଷ ବିଜୁବାବୁଙ୍କ ତିରୋଧାନ ଦିବସକୁ ବିଜୁ ଜନତା ଦଳ ପକ୍ଷରୁ ନିରାଡମ୍ବର ଭାବେ ପାଳନ କରାଯାଉଛି । ଚଳିତ ବର୍ଷ ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସରୁ ରାଜ୍ୟସ୍ତରରେ ଏବଂ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ କୋଭିଡ କଟକଣାରେ ପାଳନ କରିବାକୁ ଦଳର ସବୁ ରାଜ୍ୟ କର୍ମକର୍ତ୍ତାଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସାଂସଦ, ବିଧାୟକ, ଜିଲ୍ଲା ସଭାପତି ଓ ଦଳୀୟ ନେତା ଏବଂ କର୍ମୀଙ୍କୁ ଏନେଇ ଚିଠି ଲେଖିଛନ୍ତି ନବୀନ । ଏହି ଦିବସରେ ପ୍ରତ୍ୟେକ ସଦସ୍ୟ ବିଜୁ ବାବୁଙ୍କ ଅଭିଳାଷିତ ଓଡ଼ିଶା ଗଠନ ପାଇଁ ଏକମନ ଏକପ୍ରାଣ ହୋଇ କାର୍ଯ୍ୟ କରିବାକୁ ସଂକଳ୍ପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେହିପରି ଓଡିଶା ‘ମୋ ପରିବାର’ ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିର ଆୟୋଜନ କରିବାକୁ ନବୀନ ପରାମର୍ଶ ଦେଇଛନ୍ତି । ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ରକ୍ତଦାନ ଶିବିର ଆୟୋଜନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ ।

ରାଜ୍ୟ ଏବେ କଷ୍ଟକର ସମୟ ଦେଇ ଗତି କରୁଛି । ବିଜୁ ବାବୁ ସବୁବେଳେ ଲୋକସେବାକୁ ସର୍ବାଧିକ ଗୁରୁତ୍ବ ଦେଉଥିଲେ, କୋଭିଡ ସମୟରେ ତାଙ୍କର ଏହି ସେବା ମନୋଭାବକୁ ଆହୁରି ବୃଦ୍ଧି କରିବାର ଆବଶ୍ୟକତା ରହିଥିବା ନବୀନ କହିଛନ୍ତି । ଲୋକଙ୍କୁ ସଚେତନ କରିବାକୁ ଦଳୀୟ ନେତା ଓ କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସମଗ୍ର ଓଡିଶାକୁ ଗୋଟିଏ ପରିବାର ଭାବେ ବିବେଚନା କରି ନିଜର ସାରା ଜୀବନ ଓଡ଼ିଶାବାସୀଙ୍କ କଲ୍ୟାଣ ଏବଂ ସଶକ୍ତିକରଣ ପାଇଁ ଉତ୍ସର୍ଗ କରିଥିବା ବିଜୁବାବୁଙ୍କ ପ୍ରତି ଏହାହିଁ ଆମର ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ ୧୭ ରେ ପିପିଲି ଉପନିର୍ବାଚନ ଥିବାରୁ ପୁରୀରେ ବିଜୁ ତିରୋଧାନ ଦିବସ ପାଳିତ ହେବନାହିଁ ବୋଲି ଜଣାପଡିଛି ।

ବିଜୁବାବୁଙ୍କ ସେବା, ତ୍ୟାଗ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ, ଓଡ଼ିଶାର ସ୍ବାଭିମାନ ପାଇଁ କାମ କରିବା
ଭୁବନେଶ୍ବର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀରେ ବିଜେଡି କାର୍ଯ୍ୟାଳୟରେ ସମବେତ ନେତା ଓ କର୍ମୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ବାବୁଙ୍କ ସ୍ମୃତି ଚାରଣ କରି ନବୀନ କହିଛନ୍ତି ଯେ, ସେବା ଓ ସ୍ୱାଭିମାନ ବିଜୁ ବାବୁଙ୍କ ଲକ୍ଷ୍ୟ ଥିଲା । ଯାହା ବିଜେଡିର ମଧ୍ୟ ଲକ୍ଷ୍ୟ । ତେଣୁ ବିଜେଡି ଓଡିଶାବାସୀଙ୍କ ପ୍ରିୟ ଦଳ ହୋଇ ରହିଛି ଓ ରହିବ । ନବୀନ କହିଛନ୍ତି ଗାଁ କଚ୍ଚା ଘର ପକ୍କା ହେଉଛି, ଘରେ ଘରେ ପାଣି ପହଂଚୁଛି ଏବଂ ବିଜୁଳି ଆଲୁଅରେ ଘର ଉଜ୍ୱଳ ଦିଶିଲେ ଲୋକଙ୍କ ମୁହଁରେ ହସ ଫୁଟୁଛି । ଯାହା ବିଜେଡି ପାଇଁ ବଡ ପୁରସ୍କାର ବୋଲି ନବୀନ କହିଛନ୍ତି ।

ଓଡ଼ିଶାର ଅତୀତ ଗୌରବକୁ ଫେରାଇ ଆଣିବା ଏବଂ ଓଡ଼ିଶାକୁ ବିକାଶର ଶିଖରରେ ପହଞ୍ଚାଇବା ଥିଲା ବିଜୁ ବାବୁଙ୍କ ଜୀବନର ଲକ୍ଷ୍ୟ । ସେବା ଓ ସ୍ୱାଭିମାନ ଥିଲା ତାଙ୍କ ଆଦର୍ଶ । ଏହି ଆଦର୍ଶରେ ବିଜୁ ଜନତା ଦଳର ଲକ୍ଷ ଲକ୍ଷ ଭାଇ ଭଉଣୀ କାମ କରିଚାଲିଛନ୍ତି । ସେମାନଙ୍କ ପରିଶ୍ରମ ଯୋଗୁଁ ବିଜୁ ଜନତା ଦଳ ଓଡ଼ିଶା ବାସୀଙ୍କ ପ୍ରିୟ ଦଳ ହୋଇପାରିଛି ଏବଂ ହୋଇରହିଥିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜୟନ୍ତି ଅବସରରେ ସେ ଆହୁରି କହିଛନ୍ତି ଯେ, ଆଜି ଯେତେବେଳେ ଗାଁର କଚ୍ଚା ଘରେ ରହୁଥିବା ଲୋକଙ୍କ ଘର ପକ୍କା ହେଉଛି, ତାଙ୍କ ଘରକୁ ପାଇପ ପାଣି ଆସୁଛି, ବିଜୁଳି ଆଲୋକରେ ତାଙ୍କ ଘର ଉଜ୍ଜଳ ଦିଶୁଛି । ସେତେବଳେ ତା’ ମୁହଁରେ ହସ ଆସୁଛି । ତାହା ହେଉଛି ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର । ଆଜି ଯେତେବେଳେ ମା’ଟି ପଞ୍ଚାୟତ ଅଫିସରେ ବସି ଗାଁ ବିକାଶ କଥା ଚିନ୍ତା କରୁଛି, ମିଶନଶକ୍ତିର ମା’ଟି ଋଣ ଆଣି ପରିଶ୍ରମ କରି ପରିବାର ପାଇଁ ସମୃଦ୍ଧି ଆଣୁଛି, ସେତେବେଳେ ବିକାଶର ଚିତ୍ର ଉଜ୍ଜଳ ଦିଶୁଛି । ସରକାରୀ ସ୍କୁଲରେ ପଢ଼ୁଥିବା ପିଲା ପାଇଁ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ ପଢ଼ିବା ପାଇଁ ସୁଯୋଗ ସୃଷ୍ଟି ହେଉଛି, ସେତେବେଳେ ଯୁବ ସମାଜର ସ୍ୱପ୍ନ ଯୁବ ସମାଜ ସ୍ୱପ୍ନ ସାକାର ହେଉଛି । ତଥାପି ଆମକୁ ଆହୁରି ଅନେକ ବାଟ ଯିବାକୁ ଅଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହିତ ବିଜୁ ବାବୁଙ୍କ ଜୟନ୍ତି ଓଡ଼ିଶାବାସୀଙ୍କ ସେବା କରିବା ନେଇ ଶପଥ ନେବାକୁ ବିଜୁ ଜନତା ଦଳର ନେତା ଓ କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି । ଏବଂ ଆଗାମୀ ଦିନରେ ମଧ୍ୟ ଓଡ଼ିଶାର ସ୍ୱାଭିମାନ ପାଇଁ ଲଢ଼େଇ ଜାରି ରଖିବା ବୋଲି ସେ କହିଛନ୍ତି ।