5Ts Odisha - The Sakala

ଓଡ଼ିଶାରେ ଏବେ ଅଲୋଡ଼ା, ମାତ୍ର 'ଉତ୍ତରପ୍ରଦେଶ ଏବେ ‘୫-ଟି’ର ଶ୍ରେଷ୍ଠ ମଡେ଼ଲ'
ଭୁବନେଶ୍ୱର: ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୯ରେ ରାଜ୍ୟରେ ପ୍ରଣୟନ କରିଥିଲେ ‘୫-ଟି’ ବ୍ୟବସ୍ଥା। ଦଳଗତ କାର୍ଯ୍ୟ (ଟିମ୍‌ ୱାର୍କ), ପ୍ରଯୁକ୍ତିବିଦ୍ୟା (ଟେକ୍‌ନୋଲୋଜି), ସ୍ୱଚ୍ଛତା (ଟ୍ରାନ୍ସପରେନ୍ସି), ସମୟ (ଟାଇମ୍‌) ଓ ରୂପାନ୍ତର (ଟ୍ରାନ୍ସଫରମେସନ) ଜରିଆରେ ରାଜ୍ୟ ପ୍ରଶାସନରେ ଏକ ଅଭୂତପୂର୍ବ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଥିଲେ ନବୀନ। ଶାସନ ସହ ବିଭିନ୍ନ ଯୋଜନାର କାର୍ଯ୍ୟାନ୍ୱୟନ, ରାଜ୍ୟବାସୀଙ୍କ ଜୀବନ ପରିବର୍ତ୍ତନରେ ‘୫-ଟି’ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ଓଡ଼ିଶାର ଶିକ୍ଷା, ସ୍ୱାସ୍ଥ୍ୟ, କ୍ରୀଡ଼ା, ଭିତ୍ତିଭୂମି ଆଦି କ୍ଷେତ୍ରରେ ଆସିଥିଲା ପରିବର୍ତ୍ତନ ବା ରୂପାନ୍ତରଣ। ‘୫-ଟି’ ଅଧୀନସ୍ଥ ‘ମୋ ସରକାର’ ଜରିଆରେ ଲୋକଙ୍କଠାରୁ ପ୍ରଶାସନିକ ସେବା ଓ ସଂସ୍କାର ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଥିଲା। ଓଡ଼ିଶା ସରକାରଙ୍କ ଏହି ବ୍ୟବସ୍ଥା  ଜାତୀୟସ୍ତରରେ ପ୍ରଶଂସିତ ହୋଇଥିଲା। ହେଲେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ପରେ ‘୫-ଟି’ ବ୍ୟବସ୍ଥାକୁ ଡ଼ଷ୍ଟବିନ୍‌କୁ ଫିଙ୍ଗି ଦେଇଥିଲେ ନୂଆ ବିଜେପି ସରକାର। କୌତୂହଳର କଥା ହେଉଛି ଓଡ଼ିଶାରେ ଅଲୋଡ଼ା ‘୫-ଟି’ ବ୍ୟବସ୍ଥା ଜରିଆରେ ଉତ୍ତରପ୍ରଦେଶ ଏବେ ଦେଶର ଅନ୍ୟତମ ଶ୍ରେଷ୍ଠ ରାଜ୍ୟରେ ପରିଣତ ହୋଇ ପାରିଛି। ଖୋଦ୍‌ ମୁଖ୍ୟମନ୍ତ୍ରୀ  ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହାକୁ ମୁକ୍ତ କଣ୍ଠରେ ସ୍ୱୀକାର କରିଛନ୍ତି ।

ଗତକାଲି ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଇନ୍ଦିରାଗାନ୍ଧୀ ପ୍ରତିଷ୍ଠାନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ‘୫-ଟି’କୁ ପରିବର୍ତ୍ତନର ମାଧ୍ୟମ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବର୍ଣ୍ଣନା କରିଛନ୍ତି।   ଆମେ ଭାରତର ପରମ୍ପରା ଓ ଐତିହ୍ୟକୁ ସମ୍ମାନ କରୁ; ଏହା ବିକାଶକୁ  ଗତିପଥ ଦେଖାଇଥାଏ ଓ ପ୍ରଯୁକ୍ତିବିଦ୍ୟାର ସମନ୍ୱୟରେ ଏହାର କାର୍ଯ୍ୟାନ୍ୱୟନ ସହଜ ହୋଇଥାଏ୤ ସ୍ୱଚ୍ଛତା ଜନସାଧାରଣଙ୍କ ମଧ୍ୟରେ ବିଶ୍ୱାସ ସୃଷ୍ଟି କରେ ଓ ଏହି ବିଶ୍ୱାସ ପରିବର୍ତ୍ତନ ଆଡ଼କୁ ନେଇଥାଏ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରଯୁକ୍ତିବିଦ୍ୟା, ସ୍ୱଚ୍ଛତା, ବିଶ୍ୱାସ, ପରିବର୍ତ୍ତନ (ରୂପାନ୍ତରଣ) ଓ ଟ୍ରାଡ଼ିସନକୁ ‘୫-ଟି’ର ୫ଟି ସ୍ତମ୍ଭ ବୋଲି ଉଲ୍ଲେଖ କରିଛନ୍ତି ।

ତତ୍‌କାଳୀନ ନବୀନ ସରକାର ‘୫-ଟି’ ଜରିଆରେ ରାଜ୍ୟର ବିକାଶକୁ ତ୍ୱରାନ୍ୱିତ କରିଥିଲେ। ଦଳଗତ କାର୍ଯ୍ୟ ଜରିଆରେ  ବିଭିନ୍ନ ସରକାରୀ ବିଭାଗ ଏବଂ ଏଜେନ୍ସି ମଧ୍ୟରେ ସହଯୋଗକୁ ପ୍ରୋତ୍ସାହିତ କରିବା,  ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ କାର୍ଯ୍ୟକୁ ସୁଗମ କରିବା ପାଇଁ ଡିଜିଟାଲ୍‌ ସମାଧାନ ରାସ୍ତା ବାହାର କରିବା, ସରକାରୀ ନିଷ୍ପତ୍ତିରେ ମୁକ୍ତ ନିଷ୍ପତ୍ତି ସହ ଦାୟିତ୍ୱ ସୁନିଶ୍ଚିତ କରିବା, ସେବା ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ରଖିବା ଓ ଏହି ଅବଧି ମଧ୍ୟରେ ପ୍ରକଳ୍ପ ଶେଷ କରିବା ଓ ରୂପାନ୍ତରଣ ଜରିଆରେ ଲୋକଙ୍କ ଜୀବନରେ  ପରିବର୍ତ୍ତନ ହାସଲ କରିବା ପାଇଁ ସରକାର ଲକ୍ଷ୍ୟ ରଖିଥିଲେ। ଓଡ଼ିଶାର ରୂପାନ୍ତରଣରେ ‘୫-ଟି’ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା କୁହାଯାଉଥିଲା। ଉତ୍ତରପ୍ରଦେଶ ସରକାର ମଧ୍ୟ ‘୫-ଟି’ ବ୍ୟବସ୍ଥାକୁ ଆପଣେଇଛନ୍ତି। ମାତ୍ର ଜନକଲ୍ୟାଣ ପାଇଁ ଉତ୍ତରପ୍ରଦେଶ ସରକାର ଯଦି ଏହାକୁ ଗ୍ରହଣ କରିପାରିଲେ, ଓଡ଼ିଶାରେ ଏହାକୁ କାର୍ଯ୍ୟକାରୀ କରିବାରେ କେଉଁ ସମସ୍ୟା ରହିଲା, ତାହା ଏବେ ବି ଅନେକଙ୍କ ପାଇଁ ଅବୋଧ୍ୟ ରହିଛି।

ସେହିପରି ଏକ ସମାବେଶରେ ମହିଳାମାନଙ୍କ ସଂରକ୍ଷଣ ବ୍ୟବସ୍ଥା ଓ ମିଶନ ଶକ୍ତିକୁ ବିକାଶର ମାଧ୍ୟମ ବୋଲି ଯୋଗୀ ଆଦିତ୍ୟନାଥ ବର୍ଣ୍ଣନା କରିଛନ୍ତି।   ଝିଅମାନଙ୍କ ସୁରକ୍ଷା, ମହିଳାଙ୍କ ସମ୍ମାନ ଏବଂ ଆତ୍ମନିର୍ଭରଶୀଳତା ପାଇଁ ସରକାରୀ ବିଭାଗଗୁଡ଼ିକ ଦ୍ୱାରା ନିଆଯାଇଥିବା ପଦକ୍ଷେପରୁ ମହିଳାମାନେ ଉପକୃତ ହେବା ନିଶ୍ଚିତ କରିବାରେ ଯୋଗଦାନ ଦେବା ରାଜ୍ୟର ପ୍ରତ୍ୟେକ ନାଗରିକର ଦାୟିତ୍ୱ। ଏହା ଏକ ବିକଶିତ ଭାରତର ମୂଳଦୁଆ ଗଠନ କରିବ ବୋଲି ଉଲ୍ଲେଖ କରି ଯୋଗୀ ଆଦିତ୍ୟନାଥ ମିଶନ ଶକ୍ତିର ପରବର୍ତ୍ତୀ ପର୍ଯ୍ୟାୟ ନବରାତ୍ରି ସମୟରେ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି । ଏଠାରେ ଉଲ୍ଲେଖ ଅନାବଶ୍ୟକ ଯେ ଏବେ ଯେଉଁକଥା ଉତ୍ତରପ୍ରଦେଶ ପରି ବିଜେପି ଶାସିତ ରାଜ୍ୟ ଚିନ୍ତା କରୁଛି, ତାହାକୁ ଓଡ଼ିଶା ୪ ଦଶନ୍ଧି ତଳେ କାର୍ଯ୍ୟକାରୀ କରିସାରିଛି। ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ୧୯୯୧-୯୨ ମସିହାରେ ମହିଳାଙ୍କ ପାଇଁ ରାଜନୀତିରେ ସଂରକ୍ଷଣ ବ୍ୟବସ୍ଥା ପ୍ରଣୟନ କରିଥିଲେ। ନବୀନ ପଟ୍ଟନାୟକ ସରକାର ବିଧାନସଭା ଓ ଲୋକସଭା ଆସନରେ ମହିଳାମାନଙ୍କୁ ୩୩ ପ୍ରତିଶତ ପ୍ରତିନିଧିତ୍ୱ ଦେଇଥିଲେ । ପଞ୍ଚାୟତିରାଜ ବ୍ୟବସ୍ଥାରେ ମହିଳାମାନଙ୍କ ପ୍ରତିନିଧିତ୍ୱରେ ଓଡ଼ିଶା ସବୁଠୁ ଆଗରେ ପହଞ୍ଚିଥିଲା। ଏପରିକି ୨୦୨୨ରେ ରାଜ୍ୟର ୩୦ ଜିଲ୍ଲା ପରିଷଦ ମଧ୍ୟରୁ ଦୁଇ ତୃତୀୟାଂଶ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଭାବରେ ମହିଳାମାନଙ୍କୁ ସୁଯୋଗ ଦେବାରେ ନବୀନ ନୂଆ ଇତିହାସ ଲେଖିଥିଲେ। ବିଧାନସଭା ଓ ସଂସଦ ନିର୍ବାଚନରେ ମହିଳାମାନଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ପାଇଁ ଅନେକବାର ଦାବି ପରେ ଶେଷରେ ଏହା ସଂସଦରେ ଗୃହୀତ ହୋଇଥିଲା । ରାଜ୍ୟର କୋଟିକୋଟି ମହିଳାଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ନବୀନ ପଟ୍ଟନାୟକ ସରକାର ମିଶନ ଶକ୍ତି ଆରମ୍ଭ କରିଥିଲେ। ଏହାକୁ ଏକ ବିଭାଗରେ ପରିଣତ କରିବା ସହ ଏହା ଜରିଆରେ ରାଜ୍ୟର ୭୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ସ୍ୱାବଲମ୍ବୀ କରିବାରେ ସଫଳ ହୋଇଥିଲେ। ନବୀନ ସରକାର ଯାହା ଦୀର୍ଘ ଅତୀତରେ ଓଡ଼ିଶାରେ କାର୍ଯ୍ୟକାରୀ କରିଥିଲେ; ତାହାକୁ ଆଜି ଦଶନ୍ଧି ପରେ ବିଜେପି ଶାସିତ ରାଜ୍ୟଗୁଡ଼ିକ ଗ୍ରହଣ କରୁଛନ୍ତି ।

ମା ଭଗବତୀ, ମା ମଙ୍ଗଳା ଓ ମା ଉଗ୍ରତାରାଙ୍କ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ; 5T ଉପକ୍ରମରେ କାର୍ଯ୍ୟକାରୀ ହେବ ଯୋଜନା
ଭୁବନେଶ୍ୱର: ଓଡିଶା ଯୁଗେ ଯୁଗେ ଏକ ପ୍ରମୁଖ ଶକ୍ତି ପୀଠ ଭାବରେ ପ୍ରସିଦ୍ଧ ଲାଭ କରିଛି । ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇ ଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମାଙ୍କ ର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠା ର ସହ ପାଳନ କରିଥାନ୍ତି । ମା ଙ୍କର ଏହି ପବିତ୍ର ମାସ ଅବସରରେ ଆଜି ରାଜ୍ୟର ତିନୋଟି ପ୍ରମୁଖ ଶକ୍ତିପୀଠ, କାକଟପୁରର ମା ମଙ୍ଗଳା, ଭୂଷୁଣ୍ଡପୁର ର ମା ଉଗ୍ରତାରା ଓ ବାଣପୁର ର ମା ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ପୁର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ କିର୍ତ୍ତିରାଜୀର ସମ୍ୱନିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି । ଓଡିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

ପୁରୀ ଜିଲ୍ଲା ର କାକଟପୁରରେ ବିରାଜିତ ମା ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ । ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା ମାଙ୍ଗଳାଙ୍କ ପୀଠର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି । ନବକଳେବର ସମୟରେ ଦଇତାପତି ସେବକମାନେ ମାଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଇଥାନ୍ତି। ଚୈତ୍ର ମାସରେ ଝାମୁ ଯାତ୍ରା ମାଙ୍କ ପ୍ରସିଦ୍ଧ ପର୍ବ । 5T ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ ରେ ମନ୍ଦିରରେ ଖାଣ୍ଡେଲାଇଟ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ । ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ କିଓସ୍କ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ । ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ ଦ୍ୱାର ନିର୍ମାଣ କରାଯିବ । ଯାତ୍ରୀମାନଙ୍କ ସୁବିଧାପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଙ୍ଗ ସ୍ଥଳର ମଧ୍ୟ ବିକାଶ କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସଂପୁର୍ଣ୍ଣ କରିବ ।

ଖୋର୍ଦ୍ଦା ଜିଲ୍ଲା ବାଣପୁରର ମା ଭବବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥାନ୍ତି । ମାଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ । ନବମ ଶତାବ୍ଦୀରେ ନିର୍ମିତ ମାଙ୍କ ମନ୍ଦିର ର ବିକାଶ ପାଇଁ 5T ଉପକ୍ରମରେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇଛି । ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିର ର ବିକାଶ ପାଇଁ ଏଥିରେ ସ୍ୱତନ୍ତ୍ର ଫୋକସ ରଖାଯାଇଛି । ଏହା ସହିତ ବହୁମୁଖୀ ହଲ, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି । ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସଂପାଦନ କରିବ ।

ଖୋର୍ଦ୍ଦା ଜିଲ୍ଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୁଷୁଣ୍ଡପୁରର ମା ଉଗ୍ରତାରାଙ୍କ ପୀଠ । ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ମା ଉଗ୍ରତାରାଙ୍କ ପୀଠ ଭକ୍ତମାନଙ୍କ ବିଶ୍ୱାସ ର କେନ୍ଦ୍ର ହୋଇ ରହି ଆସିଛି । ଏହି ପୀଠର ବିକାଶ ପାଇଁ ପ୍ରସ୍ତୁତ ଯୋଜନାରେ ମନ୍ଦିରର ବିକାଶ ସହ ଯାତ୍ରୀଙ୍କ ସୁବିଧା, ଯାତ୍ରା ପଡିଆ ସହିତ ପୋଖରୀ ର ମଧ୍ୟ ପୁନରୁଦ୍ଧାର କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ଦ୍ଵାରା ୧୮ ମାସ ମଧ୍ୟରେ କାମ ଶେଷ କରାଯିବ । ଏହି ତିନି ଗୋଟି ପୀଠର ବିକାଶ ଯୋଜନାକୁ ଅନୁମୋଦନ କରିବା ସହ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେବାୟତ ମାନଙ୍କ ସହ ମଧ୍ୟ ଆଲୋଚନା କରି ଯୋଜନା ସଂପର୍କରେ ସେମାନଙ୍କ ମତାମତ ନେଇଥିଲେ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ ବିଭିନ୍ନ ସମୟରେ ଏହି ପୀଠ ମାନଙ୍କୁ ଯାଇ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ବିକାଶ ସଂପର୍କରେ ଆଲୋଚନା କରିଥିଲେ ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ ଓ ପୂର୍ତ୍ତ ବିଭାଗ ର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ ଉପସ୍ଥାପନା ରଖିଥିଲେ । ତିନି ପୀଠର ସେବାୟତମାନେ ସଂପୃକ୍ତ ଜିଲ୍ଲାପାଳମାନଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ବୈଠକରେ ଯୋଗ ଦେଇଥିଲେ । ସେବାୟତମାନେ ସେମାନଙ୍କ ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ ।

ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିପାରିଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଦ୍ଧାର ୩୮ଟି ସ୍କୁଲ ରହିଛି ।

ଆଜି ସୁଦ୍ଧା ୬୮୯ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଆସନ୍ତା ୨୪ ତାରିଖ ଦିନ ଏହା ସଂପୂର୍ଣ୍ଣ ହେବ।

ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ମାଲକାନଗିରିର ପାପୁନି ମାଣ୍ଡି, ଝାରସୁଗୁଡାର ଶାଳିନୀ ତ୍ରିପାଠୀ, କଳାହାଣ୍ଡିର କୁମୁଦିନୀ ବନ୍ଦିଛୋଡ, ମୟୁରଭଞ୍ଜର ମଧୁସ୍ମିତା ସାହୁ ଏବଂ ଖୋର୍ଦ୍ଧା ଜିଲ୍ଲାର ଉଦୟ ପ୍ରକାଶ ବେହେରା ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଗାଁ ଭିତରେ ସ୍କୁଲ ହିଁ ବର୍ତ୍ତମାନ ଆମର ସବୁଠାରୁ ବଡ ଆକର୍ଷଣ। ଏହି ରୂପାନ୍ତରିତ ସ୍କୁଲରେ ଉପଲବ୍‌ଧ ଥିବା ସ୍ମାର୍ଟ ସୁବିଧା ଆମକୁ ଉତ୍ସାହିତ କରିଛି। ଏହା ଆମର ଲକ୍ଷ୍ୟ ପୂରଣ ପାଇଁ ଆମର ମନୋବଳକୁ ଦୃଢ କରିଛି । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର, ଶିକ୍ଷକ, ଡାକ୍ତର ଇଞ୍ଜିନିୟର, ସମାଜସେବୀ, ସାମ୍ବାଦିକ ହେବେ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ମାଲକାନଗିରିରେ ନବରଂଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ଝାରସୁଗୁଡାରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, କଳାହାଣ୍ଡିରେ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଂକର ମିଶ୍ର, ମୟୁରଭଂଜରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏବଂ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମାନସିକତାରେ ଏହା ଏକ ମୌଳିକ ପରିବର୍ତ୍ତନ ଆଣିଛି ବୋଲି ସେମାନେ ଅନୁଭବ କରୁଛନ୍ତି ବୋଲି କହିଥିଲେ । ଶିକ୍ଷା କ୍ଷେତ୍ରରେ ଏହି ପରିବର୍ତ୍ତନ ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ବୋଲି ସେମାନେ ଦୃଢୋକ୍ତି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଛାତ୍ର ଜୀବନର ଅନୁଭୂତି ବର୍ଣ୍ଣନା କରି ପିଲାମାନଙ୍କୁ ଲକ୍ଷ୍ୟ ପୂରଣ ପାଇଁ ଦୃଢ ମନୋବଳ ସହିତ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ। ରୂପାନ୍ତରିତ ସ୍କୁଲର ମିଳୁଥିବା ଆଧୁନିକ ସୁବିଧାର ସଂପୂର୍ଣ୍ଣ ଉପଯୋଗ କରିବା ପାଇଁ ସେ ଶିକ୍ଷକ ଓ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ସାହୁ କଳାହାଣ୍ଡିର ମାଣିକେଶ୍ବରୀ ହାଇସ୍କୁଲ ଛାତ୍ର ଥିଲା ବେଳେ ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲର ଛାତ୍ର ଥିଲେ ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଉପରୋକ୍ତ ଦୁଇ ପଦସ୍ଥ ଅଧିକାରୀଙ୍କ ଅଭିଜ୍ଞତା ଛାତ୍ରଛାତ୍ରୀଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସହାୟକ ହେବ ବୋଲି ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ପି.କେ. ଜେନା ଓ କୃଷି ଉତ୍ପାଦନ କମିଶନର ଆର୍‌.କେ ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ଆଜି ଲୋକାର୍ପିତ ହେବ ୫ ଜିଲ୍ଲାର ୧୩୦ ରୂପାନ୍ତରିତ ହାଇସ୍କୁଲ
ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତକୁ ସୁନ୍ଦର, ଶ୍ରେଷ୍ଠ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ‘ରୂପାନ୍ତରଣ’ ପରି ଅନନ୍ୟ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ‘୫-ଟି’ର ଏହି ରୂପାନ୍ତରଣ କାର୍ଯ୍ୟକ୍ରମରେ ସରକାରୀ ହାଇସ୍କୁଲର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରାଯାଉଛି। ଯାହାକୁ ନେଇ ରାଜ୍ୟବ୍ୟାପୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖାଯାଉଛି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଜିଲ୍ଲାର ଆଉ ୧୩୦ଟି ହାଇସ୍କୁଲକୁ ଲୋକାର୍ପଣ କରିବେ । ଏଥିରେ ନୂଆପଡ଼ାର ୭ଟି ହାଇସ୍କୁଲ ଥିବାବେଳେ, ସମ୍ବଲପୁରର ୨୫ଟି, ଗଞ୍ଜାମର ୮୩ଟି, ରାୟଗଡ଼ାର ୭ଟି ଏବଂ ନୟାଗଡ଼ର ୮ଟି ହାଇସ୍କୁଲ ରହିଛି।

ସୂଚନାଯୋଗ୍ୟ ଯେ, ଆସନ୍ତା ନଭେମ୍ବର ୨୪ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମରେ ୧୦୭୫ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିବେ । ଏଯାବତ୍ ୪୦୧ଟି ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରି ସାରିଥିବା ବେଳେ ବଳକା ୬୭୪ଟି ହାଇସ୍କୁଲ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିବେ ବୋଲି ଜଣାପଡ଼ିଛି। ରୂପାନ୍ତରିତ ହୋଇସାରିଥିବା ସମସ୍ତ ବିଦ୍ୟାଳୟରେ ସହରାଞ୍ଚଳର ଘରୋଇ ବିଦ୍ୟାଳୟ ପରି ସମସ୍ତ ଅତ୍ୟାଧୁନିକ ସୁବିଧା, ସୁଯୋଗ ରହିଛି। ସରକାରୀ ହାଇସ୍କୁଲରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରି ପାଠପଢ଼ାକୁ ନେଇ ଛାତ୍ରଛାତ୍ରୀଙ୍କ ମନରେ ଆଗ୍ରହ ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ଅନ୍ୟତମ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ବଦଳୁଛି ଶିକ୍ଷା ବ୍ୟବସ୍ତା । 5T ଅଧିନରେ ସ୍କୁଲ ଟ୍ରାନ୍ସଫର୍ମେସନ ଜରିଆରେ ବଦଳିବାରେ ଲାଗିଛି ହାଇସ୍କୁଲର ଚେହେରା, ପରିବର୍ତ୍ତିତ ହୋଇଚାଲିଛି କ୍ୟାମ୍ପସର ନକ୍ସା। ଶିକ୍ଷାୟତନର ପରିସରରେ ଦେଖାଦେବାରେ ଲାଗିଛି ରୂପାନ୍ତରଣର ଝଲକ। ସବୁଠୁ ବଡ଼ କଥା ହେଲା ଛାତ୍ରଛାତ୍ରୀ ପାଇବେ ଯୁଗପଯୋଗୀ ଓ ଆଧୁନିକ ଶିକ୍ଷା। ପିଲାଙ୍କୁ ସରକାରୀ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଅତ୍ୟାଧୁନିକ ଜ୍ଞାନ କୌଶଳରେ ପାଠପଢ଼ା । ଯେକୌଣସି ବ୍ୟୟବହୁଳ ଘରୋଇ ଅଥବା ଇଂରାଜୀ ମାଧ୍ୟମ ବିଦ୍ୟାଳୟର ପରିବେଶ ଠାରୁ କୌଣସି ଗୁଣରେ କମ୍‍ ରହିବନି ସରକାରୀ ହାଇସ୍କୁଲ କ୍ୟାମ୍ପସ୍‍। ବିଦ୍ୟାଳୟର ପରିବେଶ ଏମିତି ସଜାଡ଼ି ହେବାରେ ଲାଗିଛି ଯେ ଛାତ୍ରଛାତ୍ରୀଙ୍କୁ ଏହା ଶିକ୍ଷା ନିମନ୍ତେ ଆକୃଷ୍ଟ କରୁଛି। ଆଜି ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ହେବ ରୂପାନ୍ତରଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।

ଆଜି ବୌଦ୍ଧ ଜିଲ୍ଲାର ୧୦ ହାଇସ୍କୁଲ୍, ସୋନପୁରର ୧୧ ହାଇସ୍କୁଲ୍, ଭଦ୍ରକର ୧୭ ହାଇସ୍କୁଲ୍, କେନ୍ଦୁଝର ଜିଲ୍ଲାର ୧୦୦ ହାଇସ୍କୁଲ ହେବ ରୂପାନ୍ତରଣ । ପ୍ରତି ପିଲାଙ୍କ ଭିତରେ ରହିଛି ବିପୁଳ ସମ୍ଭାବନା । ସେ ପ୍ରତିଭା ଓ ସମ୍ଭାବନା ପୂର୍ଣ୍ଣପ୍ରାଣରେ ବିକଶିତ ହେଉ ଏହା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ରାଜ୍ୟରେ ସ୍କୁଲ ଟ୍ରାନ୍ସଫରମେସନ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବା ସହ ତାଙ୍କ ସ୍ୱପ୍ନକୁ ସାକାର କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।