High School Transformation - The Sakala

‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା, ଆଜି ୫ଟି ଜିଲ୍ଲାର ୩୨୫ ରୂପାନ୍ତରିତ ସ୍କୁଲର ହେବ ଲୋକାର୍ପଣ
ଭୁବନେଶ୍ୱର: ରାଜ୍ୟର ଶିକ୍ଷାବ୍ୟବସ୍ଥାକୁ ଗୁଣାତ୍ମକ ତଥା ସ୍କୁଲଗୁଡ଼ିକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ମୁଖ୍ୟମନ୍ତ୍ରୀ ନେଇଛନ୍ତି ଦୃଢ଼ ଶପଥ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ହେଉଛି ଆମୂଳଚୂଳ ପରିବର୍ତ୍ତନ। ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା। ଘରୋଇ ସ୍କୁଲ ଭଳି ସରକାରୀ ସ୍କୁଲରେ ପିଲାଙ୍କୁ ଉନ୍ନତମାନର ସୂଚନା ଓ ପ୍ରଯୁକ୍ତିବିଦ୍ୟାର ଶିକ୍ଷା ଦେବାଲାଗି ପ୍ରସ୍ତୁତ ହେଉଛି ସୁଦୃଢ଼ ଭିତ୍ତିଭୂମି। ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର । 5T ସ୍କୁଲ ରୂପାନ୍ତରଣ ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ଆଜି ୫ଟି ଜିଲ୍ଲାର ୩୨୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୂରଭଞ୍ଜର ସର୍ବାଧିକ ୧୦୦ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ ହେବ । ସେହିପରି ନବରଙ୍ଗପୁରର ୭୮, ଖୋର୍ଦ୍ଧା ଓ ବରଗଡ଼ ଜିଲ୍ଲାର ୬୨ଟି ଲେଖାଏଁ ଏବଂ ବୌଦ୍ଧର ୨୩ଟି ସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

5T ହେଉଛି ଟେକ୍ନୋଲୋଜି, ଟିମ୍ ଓ୍ବାର୍କ, ଟ୍ରାନସ୍ପରେନ୍ସି, ଟ୍ରାନ୍ସଫରମେସନ୍ ଏବଂ ଟାଇମ । ଏସବୁର ପ୍ରୟୋଗ ଫଳରେ ରୂପାନ୍ତର ଆସିଥାଏ । ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଛାତ୍ରଛାତ୍ରୀଙ୍କ ସଫଳତା ହେଉଛି ଓଡିଶାର ସଫଳତା । 5T ସ୍କୁଲ ଗୁଡ଼ିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି । ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡ଼ିଶାର ଗୌରବ ବୃଦ୍ଧି ହେବ ।

ହାଇସ୍କୁଲ ରୂପାନ୍ତରଣ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର ସ୍ୱପ୍ନକୁ ଏକ ନୂଆ ଦିଗ ଦେଖାଇବାରେ ବିଶେଷ ସହାୟକ ହେବ : 5T ସଚିବ
ସୁନ୍ଦରଗଡ଼/ରାଉରକେଲା : ରାଜ୍ୟ ସରକାରଙ୍କ ‘୫ଟି’ ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ସମସ୍ତ ସରକାରୀ ହାଇସ୍କୁଲର ରୂପାନ୍ତରଣ କରାଯାଉଛି। ଶନିବାର ଦିନ ‘୫ଟି’ ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିବା ବେଳେ ଉପସ୍ଥିତ ଛାତ୍ରଛାତ୍ରୀଙ୍କଠାରୁ ସେମାନଙ୍କ ଭବିଷ୍ୟତର ସ୍ୱପ୍ନ ବିଷୟରେ ପଚାରି ବୁଝିଥିଲେ।

‘‘ସ୍କୁଲ ହେଉଛି ଆମର ମା’ ଭଳି। ତେଣୁ ଆମେ ସମସ୍ତେ ରୂପାନ୍ତରିତ ହାଇସ୍କୁଲଗୁଡ଼ିକରେ ବିକଶିତ କରାଯାଇଥିବା ବିଭିନ୍ନ ଅତ୍ୟାଧୁନିକ ଭିତ୍ତିଭୂମି ସହ ଏହାର ପରିବେଶର ପୂର୍ଣ୍ଣ ଯତ୍ନ ନେବା ଆବଶ୍ୟକ। ଆମ ସ୍କୁଲ ପରିବେଶ ଏଭଳି ରହିଲେ ପିଲାମାନଙ୍କର ଭବିଷ୍ୟତ ମଧ୍ୟ ଉଜ୍ଜ୍ୱଳ ହୋଇପାରିବ। ତେଣୁ ଏହି କାମରେ ପୁରାତନ ଛାତ୍ରଛାତ୍ରୀ, ସ୍ଥାନୀୟ ଜନସାଧାରଣ, ପଞ୍ଚାୟତ ପ୍ରତିନିଧିମାନେ ସହଯୋଗ କରିବା ଦରକାର’’, କହିଛନ୍ତି ୫ଟି ସଚିବ।

‘୫ଟି’ ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ସରକାରୀ ହାଇସ୍କୁଲର ରୂପାନ୍ତରଣ କରାଯାଉଛି। ୫ଟି ସଚିବ ଶ୍ରୀଯୁକ୍ତ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଭବିଷ୍ୟତର ସ୍ୱପ୍ନ ବିଷୟରେ ପଚାରି ବୁଝିଥିଲେ @CMO_Odisha pic.twitter.com/alXzWuAn0w

— Collector and DM, Sundargarh (@DMSundargarh) September 24, 2022

ଏହି ଅବସରରେ ସେ ଆହୁରି କହିଥିଲେ ଯେ, ‘‘ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏକ ଅଭିନବ ପରିକଳ୍ପନା। ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର ସ୍ୱପ୍ନକୁ ଏକ ନୂଆ ଦିଗ ଦେଖାଇବାରେ ବିଶେଷ ସହାୟକ ହେବ।’’ ସୁନ୍ଦରଗଡ଼ ଜିଲ୍ଲାରେ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ୫ଟି ସଚିବ ସମସ୍ତଙ୍କର ସହଯୋଗ ଲୋଡ଼ିଥିଲେ।

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ଠାରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲିଙ୍କ ସହ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ବ୍ଲକରେ ବିଡିଓ, ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଜନପ୍ରତିନିଧିମାନେ ଯୋଡ଼ି ହୋଇଥିଲେ। @SMEOdisha @MoSarkar5T pic.twitter.com/p7RWt9aC1h

— Collector and DM, Sundargarh (@DMSundargarh) September 24, 2022

ସମସ୍ତ ରୂପାନ୍ତରିତ ହାଇସ୍କୁଲର ଆବଶ୍ୟକ ଜମି ପଟ୍ଟା ପ୍ରଦାନ ସହ ସ୍କୁଲଗୁଡ଼ିକୁ ନିରନ୍ତର ବିଦ୍ୟୁତ ସେବା, ସ୍ଥାୟୀ ରାସ୍ତା ନିର୍ମାଣ ଏବଂ ସ୍କୁଲ ପରିସରରେ ବ୍ୟାପକ ଚାରା ରୋପଣ କରିବା ଲାଗି ୫ଟି ସଚିବ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ। ବିଶେଷକରି ଏହି କାର୍ଯ୍ୟକ୍ରମ ଅବସରରେ ୫ଟି ସଚିବ ଉପସ୍ଥିତ ୧୩ଟି ବ୍ଲକର ବିଭିନ୍ନ ହାଇସ୍କୁଲରୁ ଆସିଥିବା ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ କଥାବାର୍ତ୍ତା କରିଥିଲେ। ଛାତ୍ରଛାତ୍ରୀମାନେ ନିଜ ନିଜର ଭବିଷ୍ୟତର ସ୍ୱପ୍ନ ବିଷୟରେ କହିଥିଲେ। ୫ଟି ସଚିବ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଓସ୍ୱାନ କନଫରେନ୍ସ ହଲଠାରେ ଉପସ୍ଥିତ ଥିଲେ। ସେହିପରି ରାଉରକେଲାରେ ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ଏବଂ ଅନ୍ୟ ଅଧିକାରୀ ମାନେ ଯୋଗ ଦେଇଥିଲେ। ସୁନ୍ଦରଗଡ଼ଠାରେ ଅନ୍ୟମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପଧାନ, ସମଗ୍ର ଶିକ୍ଷା ଅଭିଯାନର ବରିଷ୍ଠ ବୈଷୟିକ ପରାମର୍ଶଦାତା ବିଶ୍ୱମନୋହର ସୁବୁଦ୍ଧିଙ୍କ ସହିତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଜିଲ୍ଲାର ୧୩ଟି ବ୍ଲକ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଡିଓଙ୍କ ସହିତ ବିଭିନ୍ନ ସ୍କୁଲରୁ ଆସିଥିବା ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଜନପ୍ରତିନିଧିମାନେ ଭିଡିଓ କନଫରେନ୍ସିଂରେ ଯୋଡ଼ି ହୋଇଥିଲେ। ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ୩୮୪ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସେଥିମଧ୍ୟରୁ ପର୍ଯ୍ୟାୟକ୍ରମେ ୨୪୭ଟି ରୂପାନ୍ତରିତ ହାଇସ୍କୁଲକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଲୋକାର୍ପଣ ହେବାକୁ ଥିବା ହାଇସ୍କୁଲଗୁଡ଼ିକର ରୂପାନ୍ତରଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ଭିତରେ ଶେଷ କରିବାକୁ ୫ଟି ସଚିବ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ଓଡ଼ିଶାର ସ୍କୁଲ ରୂପାନ୍ତରଣ ଢାଞ୍ଚାରେ ହେବ କେନ୍ଦ୍ରର ‘ପିଏମ୍‍ ଶ୍ରୀ ସ୍କୁଲ୍‍’ ଯୋଜନା; ବଦଳିବ ସାରା ଦେଶର ୧୪,୫୦୦ ଶିକ୍ଷାନୁଷ୍ଠାନର ରୂପ
ଭୁବନେଶ୍ୱର: ଓଡ଼ିଶା ଢାଞ୍ଚାରେ ବଦଳିବ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ରୂପରେଖ। ପୁରୁଣା ସରକାରୀ ସ୍କୁଲଗୁଡ଼ିକ ମଧ୍ୟ ନୂଆ ରୂପ ପାଇବ। ଓଡ଼ିଶା ସରକାରଙ୍କ ‘୫-ଟି’ ଉପକ୍ରମରେ ହାଇସ୍କୁଲ ରୂପାନ୍ତରଣ ଢାଞ୍ଚାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ବିଦ୍ୟାଳୟର ନବ କଳେବର ଯୋଜନା କରାଯାଇଛି। ଓଡ଼ିଶା ମଡେଲର ଅନୁକରଣରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ‘ପିଏମ ଶ୍ରୀ ସ୍କୁଲ’ ନାମରେ ଏହି ନୂଆ ଯୋଜନା ଆରମ୍ଭ କରିଛି। ଗୁରୁ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନୁଷ୍ଠାନିକ ଭାବେ ଏହି ପିଏମ୍‍ ଶ୍ରୀ ସ୍କୁଲ୍‍କୁ ଉଦ୍‍ଘାଟନ କରିଛନ୍ତି। ଦେଶର ୧୪ ହଜାର ୫ଶହ ସ୍କୁଲ ରୂପାନ୍ତରଣ ପାଇଁ ଯୋଜନା ରଖାଯାଇଥିବା ବେଳେ ପ୍ରତ୍ୟେକ ବ୍ଲକରେ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରତି ବ୍ଲକରୁ ପ୍ରାୟ ୨ଟି ଲେଖାଏଁ ସ୍କୁଲକୁ ଏଥିଲାଗି ଚୟନ କରାଯିବ। ଓଡ଼ିଶାର ପ୍ରାୟ ୫ଶହ ସ୍କୁଲ୍‍ ଏହି ଯୋଜନାରେ ସାମିଲ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।

ରାଜ୍ୟ ସରକାରଙ୍କ ‘କାଳିଆ’, ‘ମମତା’, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଦି ଢାଞ୍ଚାରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏହିକ୍ରମରେ ରାଜ୍ୟର ଆଉ ଏକ କାର୍ଯ୍ୟକ୍ରମକୁ କେନ୍ଦ୍ର ସରକାର ଆପଣାଇବାକୁ ଯାଉଛନ୍ତି। ‘ପିଏମ ଶ୍ରୀ ସ୍କୁଲ’ ଯୋଜନାରେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଅତ୍ୟାଧୁନିକ ଢାଞ୍ଚାରେ ରୂପାନ୍ତରଣ କରାଯିବ। ଏହା ଶୈକ୍ଷିକ ପଦ୍ଧତିକୁ ବିକଶିତ କରି ପିଲାଙ୍କୁ ଯୁଗ ଉପଯୋଗୀ ଶିକ୍ଷା ପ୍ରଦାନ କରିବ। ଉଦ୍ଭାବନ ଆଧାରିତ, ଶିକ୍ଷଣ କୈନ୍ଦ୍ରୀୟ ପଦ୍ଧତିରେ ଶିକ୍ଷାଦାନ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସ ରୁମ୍‍ ପ୍ରସ୍ତୁତ ସହ କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ ହେବ। ଏହି ନୂଆ ଯୋଜନାରେ କେଭି, ଜେଏନଭି ଓ ଏକଲବ୍ୟ ବିଦ୍ୟାଳୟ ଆଦି ସହିତ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ବିଦ୍ୟାଳୟଗୁଡ଼ିକୁ ମଧ୍ୟ ଏଥିରେ ସାମିଲ୍‍ କରାଯିବ।

ଅପରପକ୍ଷେ ରାଜ୍ୟ ସରକାରଙ୍କ ‘ମୋ ସ୍କୁଲ’ ଓ ‘୫-ଟି’ ସ୍କୁଲ ରୂପାନ୍ତରଣ ଯୋଜନାକୁ ଚାରିଆଡ଼େ ଉଚ୍ଚ ପ୍ରଶଂସା ମିଳିବାରେ ଲାଗିଛି। ଖୋଦ୍‍ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ଶିକ୍ଷା ଓ ସାକ୍ଷରତା ବିଭାଗ ନିର୍ଦ୍ଦେଶିକା ଋତୁ ସେନ୍‍ ଓଡ଼ିଶା ଗସ୍ତରେ ଆସିଥିବାବେଳେ ଏହି ଯୋଜନାର ଉଚ୍ଚ ପ୍ରଶଂସା କରିବା ସହିତ ଏହି ରୂପାନ୍ତରଣ କାର୍ଯ୍ୟକ୍ରମକୁ ଦେଶର ଅନ୍ୟ ରାଜ୍ୟଗୁଡ଼ିକରେ କାର୍ଯ୍ୟକାରୀ କରିବା ଲାଗି ପଦକ୍ଷେପ ଗ୍ରହଣ କରିବେ ବୋଲି ସେ କହିଥିଲେ। ସେହିପରି ମଧ୍ୟପ୍ରଦେଶ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ଯୋଗାଣ ବିଭାଗର ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସି ହାଇସ୍କୁଲ ରୂପାନ୍ତରଣ ଯୋଜନା ଦେଖି ଅବିଭୂତ ହେବା ସହ ଏହାକୁ ମଧ୍ୟପ୍ରଦେଶରେ ଲାଗୁ କରିବେ ବୋଲି ମଧ୍ୟ କହିଥିଲେ। ଓଡ଼ିଶା ସରକାର ଇତିମଧ୍ୟରେ ପାଖାପାଖି ୪ ହଜାର ହାଇ ସ୍କୁଲ ରୂପାନ୍ତରଣ ସାରିଥିବାବେଳେ ଆସନ୍ତା ବର୍ଷ ସୁଦ୍ଧା ୮ ହଜାର ସ୍କୁଲର ରୂପାନ୍ତରଣ ସାରିବାକୁ ଲକ୍ଷ୍ୟ ରଖିଛନ୍ତି।

ଆଜି ୫ଟି ଜିଲ୍ଲାରେ ୫୩୧ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତକୁ ସୁନ୍ଦର, ଶ୍ରେଷ୍ଠ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ‘ରୂପାନ୍ତରଣ’ ପରି ଅନନ୍ୟ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ‘୫-ଟି’ର ଏହି ରୂପାନ୍ତରଣ କାର୍ଯ୍ୟକ୍ରମରେ ସରକାରୀ ହାଇସ୍କୁଲର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରାଯାଉଛି। ଯାହାକୁ ନେଇ ରାଜ୍ୟବ୍ୟାପୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖାଯାଉଛି। ଏହି କ୍ରମରେ ଆଜି ୫ଟି ଜିଲ୍ଲାରେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ଅନୁଗୁଳ ଜିଲ୍ଲାରେ ୫୩୧ଟି ରୂପାନ୍ତରିତ ବିଦ୍ୟାଳୟର ଲୋକାର୍ପଣ କରାଯିବ ।

ଆଜି ଅପରାହ୍ମ ସାଢ଼େ ୫ଟାରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍ସବରେ ଏସବୁକୁ ଉତ୍ସର୍ଗ କରିବେ ମୁଖ୍ୟମନ୍ତ୍ରୀ । ଗଞ୍ଜାମ ଜିଲ୍ଲାର ୨୩୦ଟି ସ୍କୁଲ ସହିତ ଢେଙ୍କାନାଳର ୧୦୫, କନ୍ଧମାଳର ଓ ନବରଙ୍ଗପୁରର ୭୩ଟି ଲେଖାଏଁ ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରାଯିବ । ସେହିପରି ଅନୁଗୁଳ ଜିଲ୍ଲାର ୫୦ଟି ରୂପାନ୍ତରିତ ବିଦ୍ୟାଳୟକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

ହାଇସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟ : ଗୋଟିଏ ଦିନରେ ୫ଟି ଜିଲ୍ଲାର ୫୩୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ‘୫-ଟି’ ହାଇସ୍କୁଲ ରୂପାନ୍ତରଣରେ ସାମିଲ ହୋଇଥିବା ବିଦ୍ୟାଳୟରଗୁଡ଼ିକର ଲୋକାର୍ପଣ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର କରାଯିବ। ଏହି ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ ଅଧିନରେ ଆଜି ରାଜ୍ୟର ୫ଟି ଜିଲ୍ଲା – ଖୋର୍ଦ୍ଧା, ବୌଦ, ମାଲକାନଗିରି, ସୋନପୁର ଓ ମୟୁରଭଂଜର ରେକର୍ଡ ସଂଖ୍ୟକ ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି।

ଲୋକସେବା ଭବନର ସମ୍ମିଳନୀ କକ୍ଷରୁ ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲାର ୩୩୯ଟି ବିଦ୍ୟାଳୟ, ସୋନପୁର ଜିଲ୍ଲାର ୪୧ଟି ହାଇସ୍କୁଲ, ବୌଦ୍ଧ ଜିଲ୍ଲାର ୨୪ଟି ହାଇସ୍କୁଲ, ମାଲକାନଗିରି ଜିଲ୍ଲାର ୪୭ଟି ହାଇସ୍କୁଲ, ଖୋର୍ଦ୍ଧା ଜିଲ୍ଲାର ୮୧ଟି ହାଇସ୍କୁଲକୁ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ।ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଏଥି ସହିତ ଏହି ଅବସରରେ ମୁଖ୍ୟମନ୍ତ୍ରୀ  ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ କହିଥିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି ଅବସରରେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ରେ ଉପସ୍ଥିତ ମନ୍ତ୍ରୀ  ସୁଦାମ ମାରାଣ୍ଡି, ମନ୍ତ୍ରୀ  ପଦ୍ମନାଭ ବେହେରା, ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ରମେଶ ମାଝୀ ଓ ବିଧାୟକ  ପ୍ରଦୀପ ଅମାତ ପ୍ରମୁଖ ଉଦବୋଧନ ଦେଇ ୫ଟି ସ୍କୁଲ ରୂପାନ୍ତରଣ ପିଲାଙ୍କ ଭିତରେ କିପରି ଉତ୍ସାହ ସୃଷ୍ଟି କରିଛି ତା ଉପରେ ଆଲୋକପାତ କରିଥିଲେ । ମୟୁରଭଞ୍ଜ ରୁ ପୁର୍ଣିମା., ସୋନପୁର ରୁ ମୌସୁମୀ ବୌଦ ରୁ ରାଜଶ୍ରୀ ମାଲକାନଗିରି ରୁ ହିତାକାଂକ୍ଷୀ ଓ ଖୁରଧା ରୁ ପର୍ଶୁରାମ ଆଦି ଛାତ୍ର ଛାତ୍ରୀ ମାନେ ସେମାନଙ୍କ ବକ୍ତବ୍ୟ ରେ ସ୍କୁଲ ରୂପାନ୍ତରଣ କିପରି ସେମାନଙ୍କ ମନରେ ଆଶା ଓ ବିଶ୍ୱାସ ଭରି ଦେଇଛି ତାହା ବର୍ଣନା କରିବା ସହିତ ସେମାନଙ୍କ ସ୍କୁଲ ଏବେ ଭୁବନେଶ୍ୱର ର ସ୍କୁଲ ମାନଙ୍କ ଠାରୁ କିଛି କମ ନୁହେଁ ବୋଲି ଆନନ୍ଦ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିତ ତଥା 5T ସଚିବ  ଭି କେ ପାଣ୍ଡିଆନ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ଯେ ଆଜି ଗୋଟିଏ ଦିନରେ ପାଞ୍ଚ ଟି ଜିଲ୍ଲାର ରେକର୍ଡ ୫୩୨ଟି ହାଇସ୍କୁଲ ଲୋକାର୍ପିତ ହେଲା।

ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିପାରିଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଦ୍ଧାର ୩୮ଟି ସ୍କୁଲ ରହିଛି ।

ଆଜି ସୁଦ୍ଧା ୬୮୯ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଆସନ୍ତା ୨୪ ତାରିଖ ଦିନ ଏହା ସଂପୂର୍ଣ୍ଣ ହେବ।

ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ମାଲକାନଗିରିର ପାପୁନି ମାଣ୍ଡି, ଝାରସୁଗୁଡାର ଶାଳିନୀ ତ୍ରିପାଠୀ, କଳାହାଣ୍ଡିର କୁମୁଦିନୀ ବନ୍ଦିଛୋଡ, ମୟୁରଭଞ୍ଜର ମଧୁସ୍ମିତା ସାହୁ ଏବଂ ଖୋର୍ଦ୍ଧା ଜିଲ୍ଲାର ଉଦୟ ପ୍ରକାଶ ବେହେରା ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଗାଁ ଭିତରେ ସ୍କୁଲ ହିଁ ବର୍ତ୍ତମାନ ଆମର ସବୁଠାରୁ ବଡ ଆକର୍ଷଣ। ଏହି ରୂପାନ୍ତରିତ ସ୍କୁଲରେ ଉପଲବ୍‌ଧ ଥିବା ସ୍ମାର୍ଟ ସୁବିଧା ଆମକୁ ଉତ୍ସାହିତ କରିଛି। ଏହା ଆମର ଲକ୍ଷ୍ୟ ପୂରଣ ପାଇଁ ଆମର ମନୋବଳକୁ ଦୃଢ କରିଛି । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର, ଶିକ୍ଷକ, ଡାକ୍ତର ଇଞ୍ଜିନିୟର, ସମାଜସେବୀ, ସାମ୍ବାଦିକ ହେବେ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ମାଲକାନଗିରିରେ ନବରଂଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ଝାରସୁଗୁଡାରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, କଳାହାଣ୍ଡିରେ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଂକର ମିଶ୍ର, ମୟୁରଭଂଜରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏବଂ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମାନସିକତାରେ ଏହା ଏକ ମୌଳିକ ପରିବର୍ତ୍ତନ ଆଣିଛି ବୋଲି ସେମାନେ ଅନୁଭବ କରୁଛନ୍ତି ବୋଲି କହିଥିଲେ । ଶିକ୍ଷା କ୍ଷେତ୍ରରେ ଏହି ପରିବର୍ତ୍ତନ ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ବୋଲି ସେମାନେ ଦୃଢୋକ୍ତି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଛାତ୍ର ଜୀବନର ଅନୁଭୂତି ବର୍ଣ୍ଣନା କରି ପିଲାମାନଙ୍କୁ ଲକ୍ଷ୍ୟ ପୂରଣ ପାଇଁ ଦୃଢ ମନୋବଳ ସହିତ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ। ରୂପାନ୍ତରିତ ସ୍କୁଲର ମିଳୁଥିବା ଆଧୁନିକ ସୁବିଧାର ସଂପୂର୍ଣ୍ଣ ଉପଯୋଗ କରିବା ପାଇଁ ସେ ଶିକ୍ଷକ ଓ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ସାହୁ କଳାହାଣ୍ଡିର ମାଣିକେଶ୍ବରୀ ହାଇସ୍କୁଲ ଛାତ୍ର ଥିଲା ବେଳେ ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲର ଛାତ୍ର ଥିଲେ ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଉପରୋକ୍ତ ଦୁଇ ପଦସ୍ଥ ଅଧିକାରୀଙ୍କ ଅଭିଜ୍ଞତା ଛାତ୍ରଛାତ୍ରୀଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସହାୟକ ହେବ ବୋଲି ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ପି.କେ. ଜେନା ଓ କୃଷି ଉତ୍ପାଦନ କମିଶନର ଆର୍‌.କେ ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ଆଜି ୧୫୫ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ
ଭୁବେନଶ୍ବର: ଆଜି ୧୫୫ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଦଳୁଛି ସରକାରୀ ସ୍କୁଲର ଚିତ୍ର । ୫ଟି ସଂସ୍କାରରେ ସ୍କୁଲ ଟ୍ରାନ୍ସଫର୍ମେସନରେ ମିଳୁଛି ନୂଆ ଭିତ୍ତିଭୂମି । ଘରୋଇ ସ୍କୁଲ ଭଳି ହାଇ-ଟେକ୍ନୋଲୋଜି, କାଠ ବେଞ୍ଚ ଟେବୁଲ ବଦଳରେ ନୂଆ ଡେସ୍କ ବେଞ୍ଚ, ଲାଇଟ ଓ ଫ୍ୟାନର ମିଳୁଛି ସୁବିଧା । ଭିଡିଓ କନଫରେସିଂରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଲୋକାର୍ପିତ କରିବେ । ମାଲକାନଗିରିର ୬ଟି ହାଇସ୍କୁଲ, ଝାରସୁଗୁଡ଼ାର ୨୫, କଳାହାଣ୍ଡିର ୨୬, ମୟୂରଭଞ୍ଜର ୬୦ ଓ ଖୋର୍ଦ୍ଧାର ୩୮ଟି ହାଇସ୍କୁଲ ଲୋକାର୍ପିତ କରାଯିବ ।

ସ୍ମାର୍ଟ କ୍ଲାସ ସାଙ୍ଗକୁ ଇ-ଲାଇବ୍ରେରୀ, ସାଇନ୍ସ ଲ୍ୟାଵ, କମ୍ପ୍ୟୁଟର ଲାଵ, ସ୍ପୋର୍ଟସ କମ୍ପଲେକ୍ସ ଓ ଅତ୍ୟାଧୁନିକ ଶୌଚାଳୟ ସାଙ୍ଗକୁ ପାନୀୟ ଜଳ ବ୍ୟବସ୍ଥା ରହିଛି ସ୍କୁଲ ପରସରରେ । ସରକାରଙ୍କ ଏହି ବୈପ୍ଲବିକ ଯୋଜନା ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବ । ଯାହାକୁ ନେଇ ବେଶ ଖୁସି ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ । ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମୋଟ ୧୦୭୦ ସ୍କୁଲ ଟ୍ରାନ୍ସଫରମେସନ କରିବାକୁ ଯୋଜନା ରହିଛି ।

ଆଜି ଲୋକାର୍ପିତ ହେବ ୫ ଜିଲ୍ଲାର ୧୩୦ ରୂପାନ୍ତରିତ ହାଇସ୍କୁଲ
ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତକୁ ସୁନ୍ଦର, ଶ୍ରେଷ୍ଠ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ‘ରୂପାନ୍ତରଣ’ ପରି ଅନନ୍ୟ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ‘୫-ଟି’ର ଏହି ରୂପାନ୍ତରଣ କାର୍ଯ୍ୟକ୍ରମରେ ସରକାରୀ ହାଇସ୍କୁଲର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରାଯାଉଛି। ଯାହାକୁ ନେଇ ରାଜ୍ୟବ୍ୟାପୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖାଯାଉଛି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଜିଲ୍ଲାର ଆଉ ୧୩୦ଟି ହାଇସ୍କୁଲକୁ ଲୋକାର୍ପଣ କରିବେ । ଏଥିରେ ନୂଆପଡ଼ାର ୭ଟି ହାଇସ୍କୁଲ ଥିବାବେଳେ, ସମ୍ବଲପୁରର ୨୫ଟି, ଗଞ୍ଜାମର ୮୩ଟି, ରାୟଗଡ଼ାର ୭ଟି ଏବଂ ନୟାଗଡ଼ର ୮ଟି ହାଇସ୍କୁଲ ରହିଛି।

ସୂଚନାଯୋଗ୍ୟ ଯେ, ଆସନ୍ତା ନଭେମ୍ବର ୨୪ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମରେ ୧୦୭୫ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିବେ । ଏଯାବତ୍ ୪୦୧ଟି ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରି ସାରିଥିବା ବେଳେ ବଳକା ୬୭୪ଟି ହାଇସ୍କୁଲ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିବେ ବୋଲି ଜଣାପଡ଼ିଛି। ରୂପାନ୍ତରିତ ହୋଇସାରିଥିବା ସମସ୍ତ ବିଦ୍ୟାଳୟରେ ସହରାଞ୍ଚଳର ଘରୋଇ ବିଦ୍ୟାଳୟ ପରି ସମସ୍ତ ଅତ୍ୟାଧୁନିକ ସୁବିଧା, ସୁଯୋଗ ରହିଛି। ସରକାରୀ ହାଇସ୍କୁଲରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରି ପାଠପଢ଼ାକୁ ନେଇ ଛାତ୍ରଛାତ୍ରୀଙ୍କ ମନରେ ଆଗ୍ରହ ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ଅନ୍ୟତମ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ବଦଳୁଛି ଶିକ୍ଷା ବ୍ୟବସ୍ତା । 5T ଅଧିନରେ ସ୍କୁଲ ଟ୍ରାନ୍ସଫର୍ମେସନ ଜରିଆରେ ବଦଳିବାରେ ଲାଗିଛି ହାଇସ୍କୁଲର ଚେହେରା, ପରିବର୍ତ୍ତିତ ହୋଇଚାଲିଛି କ୍ୟାମ୍ପସର ନକ୍ସା। ଶିକ୍ଷାୟତନର ପରିସରରେ ଦେଖାଦେବାରେ ଲାଗିଛି ରୂପାନ୍ତରଣର ଝଲକ। ସବୁଠୁ ବଡ଼ କଥା ହେଲା ଛାତ୍ରଛାତ୍ରୀ ପାଇବେ ଯୁଗପଯୋଗୀ ଓ ଆଧୁନିକ ଶିକ୍ଷା। ପିଲାଙ୍କୁ ସରକାରୀ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଅତ୍ୟାଧୁନିକ ଜ୍ଞାନ କୌଶଳରେ ପାଠପଢ଼ା । ଯେକୌଣସି ବ୍ୟୟବହୁଳ ଘରୋଇ ଅଥବା ଇଂରାଜୀ ମାଧ୍ୟମ ବିଦ୍ୟାଳୟର ପରିବେଶ ଠାରୁ କୌଣସି ଗୁଣରେ କମ୍‍ ରହିବନି ସରକାରୀ ହାଇସ୍କୁଲ କ୍ୟାମ୍ପସ୍‍। ବିଦ୍ୟାଳୟର ପରିବେଶ ଏମିତି ସଜାଡ଼ି ହେବାରେ ଲାଗିଛି ଯେ ଛାତ୍ରଛାତ୍ରୀଙ୍କୁ ଏହା ଶିକ୍ଷା ନିମନ୍ତେ ଆକୃଷ୍ଟ କରୁଛି। ଆଜି ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ହେବ ରୂପାନ୍ତରଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।

ଆଜି ବୌଦ୍ଧ ଜିଲ୍ଲାର ୧୦ ହାଇସ୍କୁଲ୍, ସୋନପୁରର ୧୧ ହାଇସ୍କୁଲ୍, ଭଦ୍ରକର ୧୭ ହାଇସ୍କୁଲ୍, କେନ୍ଦୁଝର ଜିଲ୍ଲାର ୧୦୦ ହାଇସ୍କୁଲ ହେବ ରୂପାନ୍ତରଣ । ପ୍ରତି ପିଲାଙ୍କ ଭିତରେ ରହିଛି ବିପୁଳ ସମ୍ଭାବନା । ସେ ପ୍ରତିଭା ଓ ସମ୍ଭାବନା ପୂର୍ଣ୍ଣପ୍ରାଣରେ ବିକଶିତ ହେଉ ଏହା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ରାଜ୍ୟରେ ସ୍କୁଲ ଟ୍ରାନ୍ସଫରମେସନ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବା ସହ ତାଙ୍କ ସ୍ୱପ୍ନକୁ ସାକାର କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।