Hirakud Dam displaced people - The Sakala

ହୀରାକୁଦ ବନ୍ଧ ବିସ୍ଥାପିତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ପୂରଣ ହେବ ୨ ହଜାର ବିସ୍ଥାପିକ ପରିବାରଙ୍କ ୬୦ ବର୍ଷର ଦାବି
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହୀରାକୁଦ ବନ୍ଧ ବିସ୍ଥାପିତଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ହୀରାକୁଦ ବିସ୍ଥାପିତଙ୍କୁ ଘର ଡିହ ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।  ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ବାରା ୨୦୦୦ ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହାଦ୍ବାରା ୨୦୦୦ ବିସ୍ଥାପିତ ପରିବାରଙ୍କ ଦୀର୍ଘ ୬୦ ବର୍ଷର ସମସ୍ୟା ଦୂର ହେବ ।ଦୀର୍ଘଦିନ ହେଲା ନଦୀବନ୍ଧ ଦ୍ୱାରା ବିସ୍ଥାପିତ ହୋଇଥିଲେ ପରିବାର।

ହୀରାକୁଦ ଡ୍ୟାମ୍ ନିର୍ମାଣ ବେଳେ ସମ୍ବଲପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଜିଲ୍ଲାର ହଜାର ହଜାର ପରିବାର ବିସ୍ଥାପିତ ହୋଇଥିଲେ । ଦୀର୍ଘ ୬୦ ବର୍ଷ ପରେ ହୀରାକୁଦ ବିସ୍ଥାପିତଙ୍କ ଦୁଃଖ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ । ଝାରସୁଗୁଡା ଜିଲ୍ଲାର ପ୍ରାୟ ୨ ହଜାର ବିସ୍ଥାପିତ ପରିବାରକୁ ଘର ଡିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡ଼ରେ ଝାରସୁଗୁଡା ଇଂଜିନିୟରିଂ ସ୍କୁଲ ଅଡିଟୋରିୟମରେ ଆୟୋଜିତ ଉତ୍ସବକୁ ସମ୍ବୋଧିତ କରିବା ସହ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି warer treatment plant ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ। ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ।

ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍‌ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଲୋକମାନେ ଉନ୍ନତମାନର ଚିକିତ୍ସା ମିଳିପାରିବ ବୋଲି ସେ କହିଥିଲେ । ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ  ସୁଶାନ୍ତ ସିଂ, ବରଗଡ ସାଂସଦ  ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ  କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।