transformation work under 5T principle - The Sakala

‘୫-ଟି’ ହାଇସ୍କୁଲ ରୂପାନ୍ତରଣ : ତୃତୀୟ ପର୍ଯ୍ୟାୟରେ ସାମିଲ୍‍ ହେବ ଆଉ ୨ ହଜାର ସ୍କୁଲ
ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ‘୫-ଟି’ ହାଇସ୍କୁଲ ରୂପାନ୍ତରଣରେ ସାମିଲ ହୋଇଥିବା ବିଦ୍ୟାଳୟରଗୁଡ଼ିକର ଲୋକାର୍ପଣ ପ୍ରକ୍ରିୟା ଶେଷ ହୋଇଛି। ୬ଟି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ୨ ହଜାର ୯୦୮ଟି ସ୍କୁଲକୁ ଲୋକାର୍ପଣ କରିଛନ୍ତି। ତେବେ ତୃତୀୟ ପର୍ଯ୍ୟାୟ ପାଇଁ ସ୍କୁଲ ଚିହ୍ନଟ ପ୍ରକ୍ରୟା ଆରମ୍ଭ ହୋଇଥିବାବେଳେ ଏଥିରେ ୨ ହଜାର ସ୍କୁଲ ସାମିଲ୍‍ ପାଇଁ ବିଭାଗ ଲକ୍ଷ୍ୟ ରଖିଛି। ଖୁବଶୀଘ୍ର ସ୍କୁଲଗୁଡ଼ିକର ରୂପାନ୍ତରଣ ପ୍ରକ୍ରୟା ଆରମ୍ଭ ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟରେ ବଳକା ଥିବା ୧୧୮ଟି ସ୍କୁଲକୁ ତୃତୀୟ ପର୍ଯ୍ୟାୟ ଲୋକାର୍ପଣରେ ସାମିଲ କରାଯିବ। ଚଳିତ ବର୍ଷ ଶେଷ ସୁଦ୍ଧା ସାରିବାକୁ ବିଭାଗ ଲକ୍ଷ୍ୟ ରଖିଛି।

ସରକାରୀ ହାଇସ୍କୁଲ ଗୁଡ଼ିକରେ ସ୍ମାର୍ଟ କ୍ଲାସରୁମ, ଇ-ଲାଇବ୍ରେରୀ, କମ୍ପ୍ୟୁଟର ଲ୍ୟାବ, ସାଇନ୍ସଲ୍ୟାବ୍‍ ଭଳି ଉନ୍ନତ ମାନର ଶୈକ୍ଷିକ ଭିତ୍ତିଭୂମି ଉପଲବ୍ଧ କରାଯାଉଛି। ରୂପାନ୍ତରଣ ଯୋଜନାରେ ସରକାରୀ ସ୍କୁଲଗୁଡ଼ିକର ନବଜାଗରଣ ହେଉଛି। ପ୍ରାଥମିକ ପର୍ଯ୍ୟାୟରେ ୧ ହଜାର ୭୬ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨,୯୦୮ ସ୍କୁଲକୁ ଲୋକାର୍ପଣ କରାଯାଇଥିବାବେଳେ ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ୮ ହଜାର ସ୍କୁଲର ରୂପ ରୂପାନ୍ତରିତ କରିବା ନେଇ ସରକାରୀ ସ୍ତରରେ ଯୋଜନା ପ୍ରସ୍ତୁତ ହୋଇଛି। ମାଲକାନଗିରିର ଚିତ୍ରକୋଣ୍ଡା ବ୍ଲକର ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରୁ ପ୍ରଥମ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି। ମୁଖ୍ୟତଃ ପୁରାତନ ଛାତ୍ରଛାତ୍ରୀ ତଥା ଆଲୁମିନି(ପୁରାତନ ଛାତ୍ରଛାତ୍ରୀ)ଙ୍କ ସହଯୋଗିତା, ଏସଏମସି ସଦସ୍ୟ ଓ ଜନସାଧାରଣଙ୍କ ସହଭାରିତା, ସ୍ଥାନୀୟ ଜନପ୍ରତିନିଧିଙ୍କ ସହଯୋଗ ଓ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ତଥା ପରୀକ୍ଷା ଫଳ ଆଧାରରେ ସ୍କୁଲ ଚୟନ କରାଯାଉଛି।

ରୂପାନ୍ତରଣ ଯୋଜନାରେ ଉନ୍ନତ ମାନର ଶିକ୍ଷାଦାନ ସହିତ ଅଭିଜ୍ଞ ଶିକ୍ଷକ, ଅତ୍ୟାଧୁନିକ ଶିକ୍ଷଣୀୟ ଉପକରଣ ଯୋଗାଇ ଦିଆଯାଉଛି। ବିଶେଷତଃ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା ପାଇଁ ସମସ୍ତ ଆବଶ୍ୟକୀୟ ଉପକରଣ ସହିତ ଉତମ ଶୈକ୍ଷିକ ବାତାବାରଣ ଉପରେ ଧ୍ୟାନ ଦିଆଯାଉଛି। ଉନ୍ନତ ମାନର ଶ୍ରେଣୀ ଗୃହ, ଖେଳ ପଡ଼ିଆ ସହିତ ଖେଳ ସାମଗ୍ରୀ, ସ୍ମାର୍ଟ ଲାଇବ୍ରେରୀ, କମ୍ପ୍ୟୁଟର ଲ୍ୟାବ୍‍ ଆଦି ସ୍କୁଲଗୁଡ଼ିକରେ ଯୋଗାଇ ଦିଆଯାଉଛି। ପିଲାମାନେ ବହି ବଦଳରେ ଏଣିକି ଇ-କଟେଂଟ ଓ ସ୍ମାର୍ଟ କ୍ଲାସରୁମର ପ୍ରଜେକ୍ଟରରେ ସେମାନଙ୍କୁ ଶିକ୍ଷାଦାନ ଦେବା ଲାଗି ପଦକ୍ଷେପ ଗ୍ରହଣ କରାଯାଉଛି। ତେବେ ଏଥିପାଇଁ ଶିକ୍ଷକମାନଙ୍କୁ ମଧ୍ୟ ଦକ୍ଷ କରାଯାଉଛି। ବିଭାଗ ପକ୍ଷରୁ ସ୍କୁଲ ଶିକ୍ଷକମାନଙ୍କୁ ସ୍କୁଲ ପରିଚାଳନା ନେଇ ପ୍ରଶିକ୍ଷଣ ଦିଆଯାଉଛି। ଅତ୍ୟାଧୁନିକ ଯନ୍ତ୍ରାଂଶ ସାହାଯ୍ୟରେ ସେମାନେ କିପରି ଶିକ୍ଷାଦାନ କରିବେ ସେନେଇ ପ୍ରଶିକ୍ଷଣ ନେଉଛନ୍ତି।

ଅପରପକ୍ଷେ ସ୍ମାର୍ଟ ସ୍କୁଲରେ ପଢ଼଼ିବା ପାଇଁ ପିଲାମାନଙ୍କ ମଧ୍ୟରେ ପୂର୍ବ ଅପେକ୍ଷା ଆଗ୍ରହ ବଢ଼଼ୁଛି। ଘରୋଇ ସ୍କୁଲ ଭଳି ସୁସଜ୍ଜିତ ଓ ଅତଥାଧୁନିକ ଶ୍ରେଣୀ ଗୃହ, ପାଠାଗାର ଆଦି ପିଲାଙ୍କୁ ସ୍କୁଲ ପ୍ରତି ଆକୃଷ୍ଟ କରୁଛି। ସ୍କୁଲଗୁଡ଼ିକର କେବଳ ଭିତ୍ତିଭୂମି ଉନ୍ନତିକରଣ ନୁହଁ, ସମ୍ପୃକ୍ତ ସ୍କୁଲଗୁଡ଼ିକରେ ଖାଲ ପଦ ପୂରଣ ଓ ଅନ୍ୟାନ୍ୟ ଆନୁଷଙ୍ଗିକ କ୍ଷେତ୍ରକୁ ମଧ୍ୟ ବିଶେଷ ଧ୍ୟାନ ଦିଆଯାଉଥିବା ବିଭାଗ ପକ୍ଷରୁ କୁହାଯାଇଛି। ପର୍ଯ୍ୟାୟ କ୍ରମେ ରାଜ୍ୟର ଅବଶିଷ୍ଟ ହାଇସ୍କୁଲ ଓ ପ୍ରାଥମିକ ସ୍କୁଲ ଗୁଡ଼ିକର ମଧ୍ୟ ରୂପାନ୍ତରଣ କରାଯିବ ବୋଲି ଗଣଶିକ୍ଷା ବିଭାଗ କହିଛି।

ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ ,ସମ୍ଵଲପୁର , ରାୟଗଡ଼ା ଓ ନୟାଗଡ଼ ଆଦି ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି। ଆଜି ସୁଦ୍ଧା ୫୩୧ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ।

ଆଜି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ ନୂଆପଡା ର ୭ଟି, ଗଞ୍ଜାମ ର .୮୩ଟି, ସମ୍ବଲପୁର ର୨୫ .ଟି, ନୟାଗଡ଼୮ଟି ଓ ରାୟଗଡ଼ା ର୭ଟି ସ୍କୁଲ ରହିଛି । ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଉତ୍କର୍ଷତା ପାଇଁ ପ୍ରତିଯୋଗୀ ମନୋଭାବ ର ବିକାଶ ଜରୁରୀ । ରୂପାନ୍ତର ପରେ ସ୍କୁଲ ର ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବ କୁ ଅଧିକ ସୁଦୃଢ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଆରମ୍ଭ ହୋଇଥିବା ଏ ନୂଆ ଯୁଗର ପୁରା ସୁଯୋଗ ନେବା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ବାନ ଜଣାଇଥିଲେ । ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି । ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଭାରତୀ ସାହୁ , ସୌମ୍ୟ ଶ୍ରୀ ବଡପଣ୍ଡା ଭାଗ୍ୟ ଲକ୍ଷ୍ମୀ ପ୍ରଧାନ , ସ୍ମରଣିକା ପଟନାୟକ, ଓ ସରସ୍ବତୀ ସାହୁ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରୂପାନ୍ତର ଆମ ପାଇଁ ସୁଯୋଗ ଆଣିଛି ।ତାର ସଦ୍ ବ୍ୟବହାର କରିବୁ ଓ ମୁଖ୍ୟମନ୍ତ୍ରୀ ଙ୍କ ଲକ୍ଷ୍ୟ ପୂରଣ କରିବୁ ।ଏହାସହିତ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ । ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ  ଜଗନ୍ନାଥ ସାରକା , ସରକାରୀ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ,ବିଧାୟକ  ରାଜେନ୍ଦ୍ର ଢୋଲକିଆ ଓ ଶ୍ରୀ ସତ୍ୟନାରାୟଣ ପ୍ରଧାନ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ମତେ ନିର୍ଧାରିତ ସମୟ ସୀମା ମଧ୍ୟରେ ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟ ଶେଷ କରିଥିବାରୁ ସେ ସମସ୍ତ ଙ୍କୁ ଧନ୍ୟବାଦ ଜଣାଇଥିଲେ । ସରକାରୀ ସ୍କୁଲରୁ ପାଠପଢି ସର୍ବଭାରତୀୟ ସେବାରେ ଯୋଗ ଦେଇ ଥିବା ଉତ୍ତରାଞଳ ଡିଆଇଜି  ସାର୍ଥକ ଷଡ଼ଙ୍ଗୀ ,ଓ special director PR &DW department  ଅରବିନ୍ଦ ଡାକୁଆ ନିଷ୍ଠା ଓ ପରିଶ୍ରମ ଦ୍ବାରା ସବୁ କିଛି ହାସଲକ ରିପାରିବା ବୋଲି ମତ ଦେଇଥିଲେ ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।