NCR - The Sakala

ଦିଲ୍ଲୀରେ ପ୍ରଦୂଷଣ ସ୍ତର ଅତ୍ୟନ୍ତ ଖରାପ ; ପେଟ୍ରୋଲ ଓ ଡିଜେଲ ଗାଡିଗୁଡିକର ପ୍ରବେଶ ମନା
ନୂଆଦିଲ୍ଲୀ : ଦିଲ୍ଲୀରେ ପ୍ରଦୂଷଣ ସ୍ତର ଅତ୍ୟନ୍ତ ଖରାପ । ଜାତୀୟ ରାଜଧାନୀ ଦିଲ୍ଲରେ ଏବେବି ବାୟୁ ଗୁଣବତ୍ତା ଅତି ଖରାପ ସ୍ତରରେ ରହିଛି । ତେବେ ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଆଜିଠାରୁ ଲାଗୁ ହେଲା କଡା ନିୟମ । ଦିଲ୍ଲୀ ଭିତରେ ପ୍ରବେଶ କରିବା ଲାଗି କେବଳ ସିଏନଜି ଓ ଇଲେକ୍ଟ୍ରିକ ଯାନକୁ ମିଳିବ ଅନୁମତି । ପେଟ୍ରୋଲ ଓ ଡିଜେଲ ଚାଳିତ ଗାଡିଗୁଡିକର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଏହି ନିୟମ ଆସନ୍ତା ଡିସେମ୍ବର ୩ ତାରିଖ ଯାଏ ବଳବତ୍ତର ରହିବ । ପ୍ରଦୂଷଣ ମୁକାବିଲା ଲାଗି ଗତ ୨୪ ତାରିଖ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିଲା । ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଥିଲେ ପ୍ରଦୂଷଣ ରୋକିବାକୁ ସରକାର ଏହି ପଦକ୍ଷେପ ନେବାକୁ ଯାଉଛନ୍ତି ।

କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ, ନୂଆଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (AQI)  ଗୁରୁବାର ଦିନ ୭  ଟାରେ ୩୮୭ ଥିଲା। ବୁଧବାର, ରାଜଧାନୀର AQI ଥିଲା ୩୬୧ । ନିଷ୍ପତ୍ତି ଅନୁସାରେ କେବଳ ଜରୁରୀକାଳୀନ ସାମଗ୍ରୀ ପରିବହନ କାର୍ଯ୍ୟରେ ନିୟୋଜିତ ଗାଡିକୁ ଛାଡିଦେଲେ ଅନ୍ୟ ସମସ୍ତ ପେଟ୍ରୋଲ ଓ ଡିଜେଲଚାଳିତ ଯାନର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଦୀପାବଳି ପରେ ଦିଲ୍ଲୀର ବାୟୁ ଗୁଣବତ୍ତା ସାଧାରଣ ସ୍ତରକୁ ଆସିବ ବୋଲି ଆଶା କରାଯାଉଥିଲା । ମାତ୍ର ଦୁଇ ସପ୍ତାହ ପରେ ବି ଏକ୍ୟୁଆଇ ସୁଧୁରୁନାହିଁ । ଦିଲ୍ଲୀର ଏକ୍ୟୁଆଇ ପୂର୍ବବତ ୩୬୮ରେ ହିଁ ରହିଛି । ପ୍ରଦୂଷଣ ନିୟନ୍ତ୍ରଣ ଲାଗି ଗତ ୧୮ ତାରିଖରେ ବାହାର ରାଜ୍ୟର ଟ୍ରକ, ଦିଲ୍ଲୀ ଭିତରେ ପ୍ରବେଶ କରିବା ନେଇ ସରକାର କଟକଣା ଜାରି କରିଥିଲେ ।