CMO - The Sakala

ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ମୌସୁମୀ ବର୍ଷା ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମୀକ୍ଷା ବୈଠକ ପରେ ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ ତଥା ଉନ୍ନୟନ କମିଶନର ଆନୁଗର୍ଗଙ୍କ ସୂଚନା। ନଦୀ ବନ୍ଧ ଗୁଡ଼ିକୁ ଅଧିକ ସୁଦୃଢ଼ୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପୂର୍ବରୁ ଚିହ୍ନଟ ହୋଇଥିବା ଦୁର୍ବଳ ନଦୀ ବନ୍ଦ ଉପରେ ନଜର ରଖିବା ସହ ଗର୍ତ୍ତ ସୃଷ୍ଟି ହୋଇଥିବା ସ୍ଥାନକୁ ମରାମତି ପାଇଁ ପଦକ୍ଷେପ ନିଆଯିବ। ତହସିଲଦାର ଓ ଜଳସମ୍ପଦ ବିଭାଗର ଯନ୍ତ୍ରୀ ଏ ଦିଗରେ ମିଲିତ ଭାବେ କାମ କରୁଛନ୍ତି। ବନ୍ୟା ଆସିବା ପୂର୍ବରୁ ସବୁ ଡ୍ୟାମରେ ମକ ଡ୍ରିଲ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏବେଠୁ ବନ୍ୟା ନିୟନ୍ତ୍ରଣ ସେଲ ୨୪ ଘଣ୍ଟା କାମ କରିବ। ଅଫିସର ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ବାଦ ବିଳମ୍ବିତ ପ୍ରକଳ୍ପ କାମ କୁ ତ୍ୱରାନ୍ୱିତ ପାଇଁ ବି ପରାମର୍ଶ ଦିଆଯାଇଛି। ବନ୍ୟା ନିୟନ୍ତ୍ରଣ ନୀତି ଆଣିବାକୁ ଯେଉଁ ସଂକଳ୍ପ ପତ୍ର ଜାରି କରାଯାଇଛି ସେ ଦିଗରେ ଏବେଠୁ କାମ ଆରମ୍ଭ ହେବ ବୋଲି ଉନ୍ନୟନ କମିଶନ ଅନୁ ଗର୍ଗ ସୂଚନା ଦେଇଛନ୍ତି।

ବଢ଼ିଲା OTET ପାସ୍‌ କରିନଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ  କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ, 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ।   ଏହାଦ୍ୱାରା ରାଜ୍ୟର ୧୪୭୨  ଗଣଶିକ୍ଷକ   ଉପକୃତ ହେଲେ । ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ  ଉପକୃତ ହେଲେ ।

ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର)  ଉପକୃତ ହେବେ ।

୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର, ନିୟମିତ ହେବେ ୫୦୪ ଜଣ ଠିକା ଅଙ୍ଗନବାଡ଼ି ସୁପରଭାଇଜର
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୩ଟି ବିଭାଗର ୮ ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ମହିଳା ଓ ଶିଶୁ ବିକାଶର ୫୦୪ ଜଣ ଠିକା ସୁପର ଭାଇଜରଙ୍କୁ ରେଗୁଲାର ପାଇଁ ନିଷ୍ପତି ହୋଇଛି। ସ୍ୱାସ୍ଥ୍ୟବିଭାଗର ୬ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ୬ ପାରାମେଡିକ କ୍ୟାଡର ରୁଲ୍‌ରେ ସଂଶୋଧନ ନେଇ ବି ନିଷ୍ପତ୍ତି ହୋଇଛି। ଜଳ ସମ୍ପଦ ବିଭାଗ ତରଫରୁ ଜଳ ସୂଚନା ବିଜ୍ଞାନ କେନ୍ଦ୍ର ସ୍ଥାପନ ହେବ। ପାଣିପାଗ ଏବଂ ଜଳ ସମ୍ବଧୀୟ ସୂଚନା ପାଇଁ ଗୋଟିଏ ଜାଗାରେ ମିଳିବ ସୁବିଧା । ଏ ନେଇ ଆଜି କ୍ୟାବିନେଟରେ ମୋହର ବାଜିଛି।

ରାଜ୍ୟର ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା,  ଡ୍ରିଙ୍କ ଫ୍ରମ ଟ୍ଯାପ , ପକ୍କା ରାସ୍ତା, ସ୍ୱେରେଜ୍ ସିଷ୍ଟମ୍ ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ।

ସୂଚନାଯୋଗ୍ୟ ଯେ,  ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଗଲା। ଏଥି ସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହେଲା । ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେଲେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ରାଜ୍ୟର ଡ୍ରିଙ୍କ ଫ୍ରମ ଟ୍ଯାପ କାର୍ଯ୍ୟକ୍ରମ ଓ ସହରାଞ୍ଚଳ ବିକାଶ କ୍ଷେତ୍ରରେ ସାରା ଦେଶ ପାଇଁ ଏକ ମଡେଲ । ବ୍ରହ୍ମପୁର ସହରର ସବୁ ପରିବାର ଆଜିଠୁ ୨୪ X ୭ ଡ୍ରିଙ୍କ ଫ୍ରମ ଟ୍ଯାପ ସୁବିଧା ପାଇଲେ। ଏହା ସହିତ ରାଜ୍ୟର ୮ଟି ସହରରେ ଡ୍ରିଙ୍କ ଫ୍ରମ ଟ୍ଯାପ ସୁବିଧା ମିଳିଲା ବୋଲି ସେ କହିଥିଲେ । ରାଜ୍ୟରେ ଗ୍ଲୋବାଲ ଷ୍ଟାଣ୍ଡାର୍ଡର ଜନସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକାଶରେ ଏହା ଏକ ବଡ ପଦକ୍ଷେପ ବୋଲି କହି ଭଲ ପିଇବା ପାଣି ୫୦ ପ୍ରତିଶତ ସ୍ୱାସ୍ଥ୍ୟ ସମସ୍ୟା ସମାଧାନ କରିଥାଏ ବୋଲି ସେ କହିଥିଲେ।

ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାନ୍ଧିଜୀଙ୍କ ଭାଷାରେ ଏହା ସ୍ୱାଧୀନତାଠାରୁ ମଧ୍ୟ ଅଧିକ ଜରୁରୀ। ଆଜି କଟକ ଓ ଭୁବନେଶ୍ୱର ପାଇଁ Odisha Integrated Sanitation Improvement Project ଉତ୍ସର୍ଗ କରି ମୁଁ ବହୁତ ଖୁସି। ଏଥି ପାଇଁ ଜାଇକା ସହାୟତାରେ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ଦ୍ୱାରା ଭୁବନେଶ୍ୱର ଓ କଟକ ସହରରେ ହୋଇଥିବା Underground Sewerage System, ନୂଆ Sewage Treatment Plant ଓ Improved Drainage Facility ଗୁଡିକ ଆମ ସହରର ପରିଚୟକୁ ଆହୁରି ଉଜ୍ଜଳ କରିବ ବୋଲି ସେ କହିଥିଲେ।

ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ ଝାରସୁଗୁଡା, ବ୍ରଜରାଜନଗର ଓ ବେଲପାହାଡ ସହର ସହିତ ଅନେକ ସହରରେ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଗଲା। ଏହା ମାଧ୍ୟମରେ ୨.୬୫ ଲକ୍ଷ ବାସିନ୍ଦା ଉପକୃତ ହେବେ। ଏଥି ସହିତ ଉନ୍ନତି ଓ ମୁକ୍ତା ଯୋଜନାରେ ବିଭିନ୍ନ ସହରରେ ୩୬୯୯ଟି ନୂଆ ପକ୍କା ରାସ୍ତା ଏବଂ ୬୯୬୧ଟି ନାଗରିକ ସୁବିଧା ପ୍ରକଳ୍ପ ଉତ୍ସର୍ଗ କରାଗଲା। ମୁକ୍ତା ଯୋଜନାର କାର୍ଯ୍ୟକାରିତା ଉପରେ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ମୁକ୍ତା ଯୋଜନାରେ ସବୁକାମ ମା’ ମାନଙ୍କ ଦ୍ୱାରା କରାଯାଉଛି ଏବଂ ଭଲ ଭାବରେ ମଧ୍ୟ ଏହିସବୁ କାମ ମା’ ମାନେ ତୁଲାଉଛନ୍ତି।

ଏହି ଆବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୨୪ଟି ସହରରେ ୧୧୬୪ କୋଟି ଟଙ୍କା ମୂଲ୍ୟର ୨୭ଟି ଜଳଯୋଗାଣ ପ୍ରକଳ୍ପ ପାଇଁ ଭିତ୍ତି ରଖିଥିଲେ।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ଯୋଗଦେଇ କହିଥିଲେ ଯେ ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରାଯାଇଛି। ୧୬୩୬ଟି ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି। ଆଜି ୪ଟି ମହାନଗର ନିଗମର ୨୧,୪୨୭ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଗଲା। ଏଥି ସହିତ ପାନୀୟ ଜଳ ପ୍ରକଳ୍ପ, ଡ୍ରିଙ୍କ ଫ୍ରମ ଟ୍ଯାପ ପ୍ରକଳ୍ପ, ଉନ୍ନତି ଯୋଜନାରେ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରାଗଲା। ଏହି ସବୁ ପ୍ରକଳ୍ପ ଗୁଡିକ 5T ଉପକ୍ରମରେ ସମ୍ପନ୍ନ ହୋଇଛି।

କାର୍ଯ୍ୟକ୍ରମରେ ଭୂମି ଅଧିକାର ପ୍ରମାଣ ପତ୍ର ପାଇଥିବା ହିତାଧିକାରୀ, କଟକର ସତ୍ୟଭାମା ନାୟକ, ସମ୍ବଲପୁରର ନିଖିଳା ପରିଡା, ରାଉରକେଲାର ରୋଜାଲିନ ରାଉତ ଏବଂ ବ୍ରହ୍ମପୁରର ବନିତା ଘଡେଇ ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଦୀର୍ଘ ବର୍ଷ ଧରି ଆମେ ବସ୍ତି ଭିତରେ ବହୁ ଅସୁବିଧା ମଧ୍ୟରେ ଘର କରି ରହୁଥିଲୁ। ମନରେ ଭୟ ମଧ୍ୟ ଥିଲା। କାଳେ କେତେବେଳେ ଘରୁ କିଏ ବାହାର କରିଦେବ। ଆଜି ମୁଖ୍ୟମନ୍ତ୍ରୀ ଭୂମି ପ୍ରମାଣପତ୍ର ପ୍ରଦାନ କରି ଆମ ମନରୁ ଭୟ ଦୂର କରିଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆମକୁ ସୁବିଧାରେ ରଖିବାପାଇଁ କଥା ଦେଇଥିଲେ । ସେ ତାଙ୍କ କଥା ରଖିଲେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଆମେ ଅଶେଷ କୃତଜ୍ଞତା ଓ ଧନ୍ୟବାଦ ଜଣାଉଛୁ।

ସେହିପରି ବ୍ରହ୍ମପୁରର ଡ୍ରିଙ୍କ ଫ୍ରମ ଟ୍ଯାପ ହିତାଧିକାରୀ ଜୟନ୍ତୀ ଗୌଡ କହିଥିଲେ ଯେ ବ୍ରହ୍ମପୁରରେ ପିଇବା ପାଣିର ବହୁ ସମସ୍ୟା ରହିଥିଲା। ଏବେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ୨୪ ଘଣ୍ଟିଆ ପିଇବା ପାଣି ପାଇବୁ। ସେମାନଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେଇଥିବାରୁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଅଶେଷ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି ମାଥି ଭାଥନନ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୌର ପ୍ରଶାସନ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଆଜି  ୧୩୩ଟି ନୂତନ ପ୍ରାଣୀ  ସେବା ଯାନ ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧିନରେ ଏହା କାର୍ଯ୍ୟକାରୀ ହୋଇଛି।  ଆଜି କଳିଙ୍ଗ ଷ୍ଟାଡିୟମ୍‌ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହାକୁ ଲୋକାର୍ପିତ କରିଛନ୍ତି ।

ରାଜ୍ୟ ତଥା ଦେଶର ଅର୍ଥନୀତିରେ ପ୍ରାଣୀ ସମ୍ପଦର ପ୍ରମୁଖ ଯୋଗଦାନ ସର୍ବଦା ରହିଆସିଛି । କୃଷକମାନଙ୍କ ଆୟବୃଦ୍ଧି ଦିଗରେ ପ୍ରାଣୀପାଳନ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ । ରାଜ୍ୟ ସରକାର କୃଷକମାନଙ୍କ ଆୟବୃଦ୍ଧି କରି ସେମାନଙ୍କର ଜୀବନ ଧାରଣ ମାନରେ ଉନ୍ନତି ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଏ ଦିଗରେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ପ୍ରାଣୀ ସମ୍ପଦ କ୍ଷେତ୍ରକୁ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ଉଦ୍ୟୋଗୀ ମାନଙ୍କର ପ୍ରଗତିର କ୍ଷେତ୍ର ଭାବରେ ଚିହ୍ନଟ କରିଛନ୍ତି । ପ୍ରାଣୀ ସମ୍ପଦର ସୁରକ୍ଷା ଓ ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି ।

ଏଥିସହିତ ପ୍ରାଣୀ ସମ୍ପଦର କଲ୍ୟାଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ସ୍ୱରୂପ ମୁଖ୍ୟମନ୍ତ୍ରୀ ଭା୍ରମ୍ୟମାଣ ପ୍ରାଣୀ ଚିକିତ୍ସା ସେବାର ପ୍ରଚଳନ କରାଯାଇଛି । ଏହା ମାଧ୍ୟମରେ ପ୍ରାଣୀ ଚିକିତ୍ସା ସୁବିଧା ନଥିବା ଅଞ୍ଚଳରେ ମୋବାଇଲ ଭେଟେରିନାରୀ ୟୁନିଟ୍‌ ମାଧ୍ୟମରେ ପୀଡ଼ିତ ପ୍ରାଣୀମାନଙ୍କ ନିକଟରେ ତୁରନ୍ତ ପହଞ୍ଚାଯାଇ ପ୍ରାଣୀ ଚିକିତ୍ସା କରାଯାଇପାରୁଛି ।

ପୀଡ଼ିତ ପ୍ରାଣୀମାନଙ୍କୁ ଜରୁରୀ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହୋଇପାରୁଛି । ପୂର୍ବରୁ ଏହି ମୋବାଇଲ ୟୁନିଟ୍‌ଗୁଡ଼ିକ ଭଡ଼ାଗାଡ଼ି ମାଧ୍ୟମରେ କରାଯାଉଥିଲା । ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୩୦ କୋଟି ଟଙ୍କା ବ୍ୟୟରେ ୧୮୧ ଗୋଟି ମୋବାଇଲ ଭେଟେରିନାରୀ ୟୁନିଟ୍‌ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ କର କମଳରେ ଗତ ସେପେମ୍ବର ୮ ତାରିଖରେ ଲୋକାର୍ପିତ କରିଥିଲେ ।

ଆଜି ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟରେ ଅନ୍ୟ ୧୩୩ଟି ନୂଆ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ୟୁନିଟ୍‌ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଛି । ଏହାଦ୍ୱାରା ପ୍ରାଣୀ ଚିକିତ୍ସା ସେବା ଲୋକଙ୍କ ଦୁଆର ମୁହଁରେ ପହଞ୍ଚି ପାରିଛି । ଏହି ମୋବାଇଲ ୟୁନିଟ୍‌ରେ ଆସ୍ତ୍ରୋପଚାରର ସୁବିଧା ମଧ୍ୟ ରହିଛି । ଏହା ମାଧ୍ୟମରେ ପ୍ରାଣୀମାନଙ୍କର ଟୀକାକରଣ ଓ ରୋଗ ନିର୍ଣ୍ଣୟ ସେବା ମଧ୍ୟ ଉପଲବ୍ଧ କରାଯାଇଛି ଏବଂ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ଜନସଚେତନତା ସୃଷ୍ଟି କରାଯାଇ ପାରିଛି । ପୂର୍ବରୁ ସ୍ଥିର କରାଯାଇଥିବା କାର୍ଯ୍ୟକ୍ରମ ଅନୁଯାୟୀ ଏହି ମୋବାଇଲ ୟୁନିଟ୍‌ ବ୍ଲକ୍‌ର ବିଭିନ୍ନ ଗ୍ରାମକୁ ଯାଇ ପ୍ରାଣୀ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି ।

୫‘ଟି’ ଉପକ୍ରମରେ ଏଥିରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରାଯିବା ସହିତ ସ୍ୱଚ୍ଛତା ଅବଲମ୍ବନ ନିମନ୍ତେ ଜି.ପି.ଏସ୍‌. ମାଧ୍ୟମରେ ଭ୍ରାମ୍ୟମାଣ ଯାନଗୁଡ଼ିକର ଅବସ୍ଥାନ ଟ୍ରାକିଂ କରାଯାଇ ପାରୁଛି ।

ଏଥିସହିତ ଆଜି ସହରାଞ୍ଚଳରେ ୬ ଗୋଟି ମୁଖ୍ୟମନ୍ତ୍ରୀ ପ୍ରାଣୀ ଆମ୍ବୁଲାନ୍‌ସ ସେବା ଯାନର ମଧ୍ୟ ଲୋକାର୍ପିତ ହୋଇଛି ଯାହାଦ୍ୱାରା ପୀଡ଼ିତ ଓ ଆହତ ବୁଲା ଗାଈଗୋରୁ ଓ ପ୍ରାଣୀମାନଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦେଇହେବ ।

ଏହି ଅବସରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ଉନ୍ନୟନ କମିଶନର ଅନୁ ଗର୍ଗ, ମତ୍ସ୍ୟ ଓ ପ୍ରାଣିସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ପ୍ରମୁଖ ଉପସ୍ଥିତ ଥିଲେ

୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରରେ ନିଯୁକ୍ତି ପର୍ବରେ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଚଳିତ ଶିକ୍ଷାବର୍ଷରେ ମାଧ୍ୟମିକସ୍ତରରେ ରାଜ୍ୟ ସରକାର ୪୭୪୨ ଜଣ ଶିକ୍ଷକଙ୍କୁ ନିଯୁକ୍ତ କରିଛନ୍ତି। #5T ସ୍କୁଲ ରୂପାନ୍ତରଣ ଅଧୀନରେ ବିଦ୍ୟାଳୟ ଭିତ୍ତିଭୂମିରେ ବ୍ୟାପକ ପରିବର୍ତ୍ତନ ଆସିଛି। ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ। ଛାତ୍ରଛାତ୍ରୀଙ୍କୁ ବଡ଼ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ ବୋଲି ଉଲ୍ଲେଖ କରି… pic.twitter.com/LHvE1P6AvN

— CMO Odisha (@CMO_Odisha) February 22, 2024

ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ । ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ । ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪ ହଜାର ୬୦୫ଟି ନୂଆ କ୍ଲାସରୁମ୍, ୧୬ ହଜାର ୯୨୦ଟି ସ୍ମାର୍ଟ କ୍ଲାସରୁମ, ୭ ହଜାର ୮୬୩ଟି ଆଧୁନିକ ଲାବୋରେଟୋରୀ, ୭ ହଜାର ୯୨୦ଟି ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଉଛି । ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪ ହଜାର ୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି । 5T ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି । କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ଉପସ୍ଥିତ ଥିଲେ ।

ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ, ୧୮ରେ ମୁଖ୍ୟମନ୍ତ୍ରୀ କରିବେ ଉଦଘାଟନ
ଭୁବନେଶ୍ବର: ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଗଡ଼ିବ ବିଳାସମୟ ବସ୍ । ଲକ୍ଷ୍ମୀ ୩ୟ ଟାଇଆରରେ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ । ଏସି ଡିଲକ୍ସ ବସରେ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଆସି ଜଗନ୍ନାଥ ଦର୍ଶନ କରି ଫେରିବେ  ଲୋକେ। ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାରେ ଆରମ୍ଭ ହେବ। ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବେ। ସବୁ ବସ୍ ଭୁବନେଶ୍ୱର ଦେଇ ଯିବ ଶ୍ରୀକ୍ଷେତ୍ର । ଜିଲ୍ଲା ମୁଖ୍ୟାଳୟରୁ ଆସି ଜଗନ୍ନାଥ ଦର୍ଶନର ସୁଯୋଗ ପାଇବେ ଶ୍ରାଦ୍ଧାଳୁ । ଲକ୍ଷ୍ମୀ ଯୋଜନାର ପ୍ରଥମ ଟାଇଆର ଗାଁରୁ ବ୍ଲକ ଅଛି । ଦ୍ଵିତୀୟ ଟାଇଆର ବ୍ଲକରୁ ଜିଲ୍ଲା ମୁଖ୍ୟାଳୟ। ତୃତୀୟ ଟାଇଆରରେ ଜଗନ୍ନାଥ ଏକ୍ସପ୍ରେସ ଜିଲ୍ଲା ମୁଖ୍ୟଳୟରୁ ପୁରୀ ଯିବେ ।

୪ର୍ଥ ପର୍ଯ୍ୟାୟରେ ୫ ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ୫ଟି ଉପକ୍ରମରେ ବଦଳୁଛି ସ୍କୁଲର ଚିତ୍ର। ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସାଙ୍ଗକୁ ଯୋଗାଇ ଦିଆଯାଉଛି ହାଇଟେକ ସୁବିଧା । ଗୁରୁବାର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ୩୮୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଗୁଡିକ ମଧ୍ୟରେ ରହିଛି ଗଞ୍ଜାମ ଜିଲ୍ଲାର ୧୪୯ ହାଇସ୍କୁଲ, ଝାରସୁଗୁଡ଼ାର ୧୧, ଜଗତସିଂହପୁରର ୫୭, କେନ୍ଦ୍ରାପଡ଼ାର ୧୧୨, ବରଗଡ଼ର ୬୦ ରୂପାନ୍ତରିତ ସ୍କୁଲ। ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବା ପରେ ଦେଖିବାକୁ ମିଳିଛି ଖୁସିର ଲହରୀ ।

ରୂପାନ୍ତରଣ ଯୋଜନାରେ ଉନ୍ନତ ମାନର ଶିକ୍ଷାଦାନ ସହିତ ଅଭିଜ୍ଞ ଶିକ୍ଷକ, ଅତ୍ୟାଧୁନିକ ଶିକ୍ଷଣୀୟ ଉପକରଣ ଯୋଗାଇ ଦିଆଯାଉଛି। ବିଶେଷତଃ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା ପାଇଁ ସମସ୍ତ ଆବଶ୍ୟକୀୟ ଉପକରଣ ସହିତ ଉତମ ଶୈକ୍ଷିକ ବାତାବାରଣ ଉପରେ ଧ୍ୟାନ ଦିଆଯାଉଛି। ଉନ୍ନତମାନର ଶ୍ରେଣୀ ଗୃହ, ଖେଳ ପଡ଼ିଆ ସହିତ ଖେଳ ସାମଗ୍ରୀ, ସ୍ମାର୍ଟ ଲାଇବ୍ରେରୀ, କମ୍ପ୍ୟୁଟର ଲ୍ୟାବ୍‍ ଆଦି ସ୍କୁଲଗୁଡ଼ିକରେ ଯୋଗାଇ ଦିଆଯାଉଛି। ପିଲାମାନେ ବହି ବଦଳରେ ଇ-କଟେଂଟ ଓ ସ୍ମାର୍ଟ କ୍ଲାସରୁମର ପ୍ରଜେକ୍ଟରରେ ପାଠ ପଢ଼଼ୁଛନ୍ତି। ସେମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ଦେବା ଲାଗି ଆବଶ୍ୟକ ଥିବା ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥିପାଇଁ ଶିକ୍ଷକମାନଙ୍କୁ ମଧ୍ୟ ଦକ୍ଷ କରାଯାଉଛି। ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ସ୍କୁଲ ପରିଚାଳନା ନେଇ ପ୍ରଶିକ୍ଷଣ ଦିଆଯାଉଛି। ଅତ୍ୟାଧୁନିକ ଯନ୍ତ୍ରାଂଶ ସାହାଯ୍ୟରେ ସେମାନେ କିପରି ଶିକ୍ଷାଦାନ କରିବେ ସେନେଇ ପ୍ରଶିକ୍ଷଣ ନେଉଛନ୍ତି। ଅପରପକ୍ଷେ ସ୍ମାର୍ଟ ସ୍କୁଲରେ ପଢ଼଼ିବା ପାଇଁ ପିଲାମାନଙ୍କ ମଧ୍ୟରେ ପୂର୍ବ ଅପେକ୍ଷା ଆଗ୍ରହ ବଢ଼଼ୁଛି। ଘରୋଇ ସ୍କୁଲ ଭଳି ସୁସଜ୍ଜିତ ଓ ଅତ୍ୟାଧୁନିକ ଶ୍ରେଣୀ ଗୃହ, ପାଠାଗାର ଆଦି ପିଲାଙ୍କୁ ସ୍କୁଲ ପ୍ରତି ଆକୃଷ୍ଟ କରୁଛି।

ପରିବର୍ଦ୍ଧିିତ କାଳିଆ ଛାତ୍ରବୃତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ସାମିଲ ହେବେ ରାଜ୍ୟର ଘରୋଇ ଓ ସମସ୍ତ ପ୍ରିମିୟର ସରକାରୀ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର: କାଳିଆ ଯୋଜନା ହିତାଧିକାରୀଙ୍କ ପିଲାମାନଙ୍କୁ ଉଚ୍ଚଶିକ୍ଷା ପାଇଁ ଦିଆଯାଉଥିବା କାଳିଆ ଛାତ୍ରବୃତ୍ତିକୁ ପରିବର୍ଦ୍ଧିତ କରାଯାଇଛି। ଏହି ଛାତ୍ରବୃତ୍ତିରେ ଯେପରି ଅଧିକ ପିଲା ଉପକୃତ ହେବେ, ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆବଶ୍ୟକ ସଂଶୋଧନ କରାଯାଇଛି। ଏହି କ୍ରମରେ ଶୁକ୍ରବାର କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ସଂଶୋଧିତ ‘କାଳିଆ ଛାତ୍ରବୃତ୍ତି’ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ବୃତ୍ତିଗତ କିମ୍ୱା ବୈଷୟିକ ପାଠ୍ୟକ୍ରମରେ ଉଚ୍ଚଶିକ୍ଷା ପାଇଁ ରାଜ୍ୟ ଓ ରାଜ୍ୟ ବାହାର ପ୍ରିମିୟର୍‌‌ ସରକାରୀ ଶିକ୍ଷାନୁଷ୍ଠାନ ସମେତ ରାଜ୍ୟର ଅଲ୍‌‌ ଇଣ୍ଡିଆ ସର୍ଭେ ଅନ୍‌‌ ହାୟର୍‌ ଏଜୁକେସନ୍‌‌( ଏଆଇଏସ୍‌‌ଏଚ୍‌‌ଇ) କୋଡ୍‌‌ପ୍ରାପ୍ତ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକୁ ମଧ୍ୟ ସାମିଲ କରାଯାଇଛି।

ମାର୍ଗଦର୍ଶିକା ଅନୁଯାୟୀ, ପୂର୍ବରୁ ସରକାରୀ ଶିକ୍ଷାନୁଷ୍ଠାନର ବୃତ୍ତିଗତ କିମ୍ୱା ବୈଷୟିକ ଶିକ୍ଷାରେ ସ୍ନାତକ ପାଠ୍ୟକ୍ରମ ପାଇଁ ପ୍ରଦାନ କରାଯାଉଥିବା କାଳିଆ ଛାତ୍ରବୃତ୍ତିରେ ନୂତନ ଭାବେ ବିବିଏ, ବିସିଏ ଓ ରାଜ୍ୟର ଘରୋଇ ଶିକ୍ଷାନୁଷ୍ଠାନରେ ତତୁଲ୍ୟ ପାଠ୍ୟକ୍ରମକୁ ସାମିଲ କରାଯାଇଛି। ସେହିପରି ଏମ୍‌‌.ଟେକ୍‌‌, ଏମ୍‌‌ଏସ୍‌‌ (କୃଷି), ଏମ୍‌‌ଏସ୍‌‌ସି (ଫରେଷ୍ଟ୍ରି), ମେଡ଼ିକାଲ ସାଇନ୍ସରେ ପିଜି, ଏମ୍‌‌ବିଏ, ଏମ୍‌‌ସିଏ, ଏମ୍‌‌.ଫାର୍ମ ଏବଂ ତତୁଲ୍ୟ ମାଷ୍ଟର ପ୍ରୋଗ୍ରାମ ପାଠ୍ୟକ୍ରମକୁ ଛାତ୍ରବୃତ୍ତିରେ ଅନ୍ତର୍ଭୁକ୍ତ କରାଯାଇଛି। ସ୍ନାତକୋତ୍ତର ପାଇଁ ସର୍ବାଧିକ ଦୁଇବର୍ଷ ଏବଂ ପିଏଚ୍‌‌ଡ଼ି ପାଇଁ ୪ବର୍ଷ ବୃତ୍ତି ଦିଆଯିବ। ରାଜ୍ୟର ସରକାରୀ ଶିକ୍ଷାନୁଷ୍ଠାନରେ ପିଏଚ୍‌‌ଡି ପାଠ୍ୟକ୍ରମଟି ତାଲିକାଭୁକ୍ତ ହୋଇଥିବା ଆବଶ୍ୟକ। ସେହିପରି ଡିପ୍ଲୋମା ପାଠ୍ୟକ୍ରମ ମଧ୍ୟରେ ଡି.ଫାର୍ମ, ଡିଏମ୍‌‌ଏଲ୍‌‌ଟି, ଡିଏମ୍‌‌ଆର୍‌‌ଟି, ଅପଥାଲ୍‌‌ମିକ୍‌‌ ଆସିଷ୍ଟାଣ୍ଟ ବା ସର୍ଜିକାଲ ଅପଥାଲିମିକ୍‌‌ ଆସିଷ୍ଟାଣ୍ଟ, ଜିଏନ୍‌‌ଏମ୍‌‌, ଏଏନ୍‌‌ଏମ୍‌‌, ସାଇକ୍ରିୟାଟିକ୍‌‌ ନର୍ସିଂ, ପଲିଟେକ୍‌‌ନିକ୍‌‌ ଆଣ୍ଡ ଏଗ୍ରି ପଲିଟେକ୍‌‌ନିକ୍‌‌ ଏବଂ ରାଜ୍ୟରେ ବିଭିନ୍ନ ଟ୍ରେଡ୍‌‌ର ଆଇଟିଆଇ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ଏଥିରେ ସାମିଲ କରାଯାଇଛି। ଏହାସହ ରାଜ୍ୟ ଓ ରାଜ୍ୟ ବାହାର ପ୍ରିମିୟର୍‌‌ ସରକାରୀ ଶିକ୍ଷାନୁଷ୍ଠାନ ଯଥା ଏନ୍‌‌ଆଇଟି, ଆଇଆଇଟି, ଆଇଆଇଏମ୍‌‌, ଏମସ୍‌‌, ଆଇସିଏଆର୍‌‌, ଆଇଏଆର୍‌‌ଆର୍‌‌, ଆଇଭିଆର୍‌‌ଆଇ, ସିଆଇଏଫ୍‌‌ଇ, ଏନ୍‌‌ଡିଆର୍‌‌ଆଇ, ଆଇଜର, ନାଇଜର ଆଦି ଶିକ୍ଷାନୁଷ୍ଠାନକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଆବଶ୍ୟକସ୍ଥଳେ ପାଠ୍ୟକ୍ରମ ତାଲିକାକୁ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ସଂଶୋଧିତ କରାଯିବ ବୋଲି ଦର୍ଶାଯାଇଛି।

କାଳିଆ ହିତାଧିକାରୀଙ୍କ ପିଲାମାନେ ଏହି ଛାତ୍ରବୃତ୍ତି ପାଇ ପାରିବେ। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ସ୍ତରରେ ଏହାକୁ ଯାଞ୍ଚ କରାଯିବ। ସେଲଫ୍‌‌ ଫାଇନାନ୍‌‌ସିଂ ପାଠ୍ୟକ୍ରମ ପାଇଁ ବୃତ୍ତି ପ୍ରଦାନ କରାଯିବ ନାହିଁ। କେବଳ ଗୋଟିଏ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ବୃତ୍ତି ଦିଆଯିବ। ସରକାରୀ ଶିକ୍ଷାନୁଷ୍ଠାନରେ ଦାଖଲ କରିଥିବା ଟ୍ୟୁସନ୍‌‌ ଫି’, ବାର୍ଷିକ ଫି’, ଏକକାଳୀନ ଫି’, ହଷ୍ଟେଲ ଫି’ ଓ ଅନ୍ୟାନ୍ୟ ଖର୍ଚ୍ଚ ସିଧାସଳଖ ବିଦ୍ୟାର୍ଥୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଡିବିଟି ଜରିଆରେ ଦିଆଯିବ। ଘରୋଇ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଧାରିତ କୋର୍ସ ଫି’ ହାରରେ ଛାତ୍ରବୃତ୍ତି ପ୍ରଦାନ କରାଯିବ। ରାଜ୍ୟର ସରକାରୀ ଶିକ୍ଷାନୁଷ୍ଠାନରେ ପିଏଚ୍‌‌ଡି କରୁଥିବା ବିଦ୍ୟାର୍ଥୀ ଫେଲୋସିପ୍‌‌ ପାଉଥିଲେ ତାକୁ କୋର୍ସ ଫି’ରୁ ବାଦ ଦେଇ ବୃତ୍ତି ପ୍ରଦାନ କରାଯିବ। ପ୍ରିମିୟର ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କୁ ସମ୍ପୃକ୍ତ ଶିକ୍ଷାନୁଷ୍ଠାନର ଫି’ କିମ୍ୱା ସର୍ବାଧିକ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପୁନଶ୍ଚ ସ୍ନାତକ, ସ୍ନାତକୋତ୍ତର, ପିଏଚ୍‌‌ଡି ଓ ପ୍ରିମିୟର ଶିକ୍ଷାନୁଷ୍ଠାନରେ ହଷ୍ଟେଲ ଫି’ ବାବଦକୁ ମାସକୁ ୧୨୦୦ ଟଙ୍କା ଏବଂ ଡିପ୍ଲୋମା, ପଲିଟେକ୍‌‌ନିକ୍‌‌, ଆଇଟିଆଇ ବିଦ୍ୟାର୍ଥୀଙ୍କୁ ମାସକୁ ହଜାରେ ଟଙ୍କା ୧୦ମାସ ପାଇଁ ପ୍ରଦାନ କରାଯିବ। ଛାତ୍ରଛାତ୍ରୀମାନେ http://scholarship.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ। ଅନ୍‌‌ଲାଇନ୍‌‌ରେ ଏହା ଆବେଦନ ଓ ନବୀକରଣ ପାଇଁ ବର୍ଷକୁ ଦୁଇଥର ପୋର୍ଟାଲ ଖୋଲିବ। ପ୍ରଥମ ଥର ଜୁଲାଇ ଓ ଅଗଷ୍ଟରେ ଏବଂ ଦ୍ୱିତୀୟ ଥର ନଭେମ୍ୱର ଓ ଡିସେମ୍ୱରରେ ବିଦ୍ୟାର୍ଥୀମାନେ ସ୍କଲାର୍‌‌ସିପ୍‌‌ ପାଇଁ ଆବେଦନ କରିପାରିବେ।

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ
ଭୁବନେଶ୍ବର: କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ ଯେ, ସମୁଦାୟ ୫୦ଟି କଲେଜକୁ ନେଇ ତା.୦୧.୦୯.୨୦୨୦ ରିଖରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଗତ ନଭେମ୍ବର ପହିଲା କଳାହାଣ୍ଡି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ ମା’ ମାଣିକେଶ୍ୱରୀ ଙ୍କ ନାମରେ ନାମିତ କରବା ପାଇଁ ଘୋଷଣା କରିଥିଲେ ।

ଶ୍ରୀମନ୍ଦିରର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌କୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଏଥି ପାଇଁ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ମୁତୟନ ହେବେ। ଏଥି ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ଗଠନ ହେବ। ସମସ୍ତଙ୍କ ସହ ଆଲୋଚନା ପରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଦେଇଥିବା ମତାମତକୁ ଭିତ୍ତି କରି ଏକ ସ୍ୱତନ୍ତ୍ର ସୁରକ୍ଷା ବାଟାଲିଅନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ସୁରକ୍ଷା ବ୍ୟବସ୍ଥାରେ ୧୧୯୦ ଜଣ ସୁରକ୍ଷାକର୍ମୀ ମୁତୟନ ହେବେ ଯେଉଁମାନେ କି ଭକ୍ତଙ୍କୁ ସୁରକ୍ଷିିତ ଭାବେ ଦର୍ଶନ କରାଇବାରେ ସହାୟ‌କ ହେବେ। ଏଥି ସହିତ ସ୍ବତନ୍ତ୍ର ବାଟାଲିୟନରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀମାନେ ଭିଡ଼ ନିୟନ୍ତ୍ରଣ କରିବେ। ସ୍ବତନ୍ତ୍ର ବାଟାଲିୟନ ପୁରୀ ଏସ୍‌ପିଙ୍କ ଅଧୀନରେ କାମ କରିବ।

ଭାରତର ଧାର୍ମିକ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବ ଯୋରନ୍ଦା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଢେଙ୍କାନାଳ ମହିମାଗାଦି ଉନ୍ନତିକରଣ ପ୍ରକଳ୍ପର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଯେ, ଦେବଭୂମି ଓଡ଼ିଶା, ପୁଣ୍ୟଭୂମି ଓଡ଼ିଶା । ମହିମା ଧର୍ମ ଯୋରନ୍ଦା ମାଟିକୁ ପବିତ୍ର ଓ ପ୍ରସିଦ୍ଧ କରିଛି। ଏ ମାଟିରେ ଆପଣମାନଙ୍କ ସହ ମିଶି ବହୁତ ଖୁସି ଲାଗୁଛି।  ସରଳ ଜୀବନ ଯାପନରେ ବିଶ୍ବସ କରେ ମହିମା ଧର୍ମ । ସେବା ଓ ଜଗତକଲ୍ୟାଣର ବାର୍ତ୍ତା ଦେଇଥାଏ ମହିମା ଧର୍ମ । ବିଶ୍ବକୁ ଏକ ପରିବାର ଭାବେ ବିଶ୍ବାସ କରେ ଏହି ଧର୍ମ । ମହାନ ସନ୍ଥ ଭୀମ ଭୋଇଙ୍କ ବାର୍ତ୍ତା ଆମ ସମସ୍ତଙ୍କ ପାଇଁ ପ୍ରେରଣା ।  ଯୋରନ୍ଦା ପୀଠର ଉନ୍ନତି ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର ହୋଇଛି। ୩ ବର୍ଷ ମଧ୍ୟରେ ସବୁ ଉନ୍ନତିକରଣ କାମ ଶେଷ ହେବ । ଭାରତର ଧାର୍ମିକ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବ ଯୋରନ୍ଦା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହ ମାଘ ମେଳା ପାଇଁ ଆଗୁଆ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରକଳ୍ପ ଦ୍ବାରା ଯୋରନ୍ଦା ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ ଭାବେ ସଭିଙ୍କ ଦୃଷ୍ଟି ଆକର୍ଷଣ କରିବ। ମହିମା ଧର୍ମର ଆହୁରି ପ୍ରଚାର ପ୍ରସାର ହେବ। ମହିମା ସାଧୁଙ୍କ ସହ ଶ୍ରଦ୍ଧାଳୁମାନେ ମଧ୍ୟ ଉପକୃତ ହେବେ। ରୂପାନ୍ତରଣ ପ୍ରକଳ୍ପରେ ପୀଠର ସାମଗ୍ରିକ ବିକାଶ ସହ ଶ୍ରଦ୍ଧାଳୁଙ୍କ ସୁବିଧାକୁ ଗୁରୁତ୍ବ ଦିଆଯାଇଛି। ପ୍ରକଳ୍ପରେ ୨୦ରୁ ଅଧିକ କ୍ଷେତ୍ରର ବିକାଶ କରାଯିବ। ପିଲିଗ୍ରିମ ହଲ୍, ପିଲିଗ୍ରିମ୍ ରେଷ୍ଟ୍ ସେଡ, ଓ୍ବେଟିଂ ହଲ୍, ଶୂନ୍ୟ ମଣ୍ଡପ ଗେଟ୍, ଭିକ୍ଷା ମଣ୍ଡପ ଓ ବେଢ଼ା, ଅଖଣ୍ଡ ବତୀ ମଣ୍ଡପ, ଭଜନ ମଣ୍ଡପ, ଅଖଣ୍ଡ ଧୂନି, ଅମଣିଆ ମଣ୍ଡପ, ମୁଖ୍ୟ ନୀତି, ପୂଜକ ଘର, ଚନ୍ଦନ ଘର, ମଠ ନୀତି ଘର, ସରଞ୍ଜାମ ଘର, ରୋଷେଇ ଘର, ଭେକ ବାନା ମଣ୍ଡପ, ପୋଖରୀ, ଭକ୍ତଙ୍କ ରାତ୍ରୀ ଯାପନ ପାଇଁ ଘର, ପାର୍କିଂ ବ୍ୟବସ୍ଥା, ମହିମା ଗାଦିକୁ ସଂଯୋଗ କରୁଥିବା ରାସ୍ତା, ନୂଆ ଶୂନ୍ୟ ମଣ୍ଡପ ଆଦିର ନିର୍ମାଣ ଏବଂ ଉନ୍ନତିକରଣ କରାଯିବ  ।