cyclone storms - The Sakala

ପ୍ରସ୍ତୁତ ରଖ ବାତ୍ୟା ଆଶ୍ରୟସ୍ଥଳୀ, ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ରହିବାକୁ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କୁ ରାଜସ୍ବମନ୍ତ୍ରୀ ନିର୍ଦ୍ଦେଶ
ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାଯୋଗୁଁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ବର୍ତ୍ତମାନର ପାରିପାର୍ଶ୍ବିକ ସ୍ଥିତି ଅନୁକୂଳ ଥିବାରୁ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇପାରେ ।

ତେବେ ଏହି ଲଘୁଚାପ ବାତ୍ୟାର ରୂପ ନେବ ବୋଲି ଆଶଙ୍କା କରାଯାଇଛି। ଆସନ୍ତାକାଲି ସ୍ପଷ୍ଟ ହେବ ବାତ୍ୟା ଚିତ୍ର। ବାତ୍ୟା ହେବ କି ନାହିଁ କାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଭାବେ ଜଣାପଡ଼ିବ। ତେବେ ଏହାରି ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ନେଇ ତା ପୂର୍ବରୁ ପୁରା ସଜାଗ ହୋଇପଡିଛନ୍ତି ରାଜ୍ୟ ସରକାର।ହି ପ୍ରରିପେକ୍ଷୀରେ ରାଜ୍ୟର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଖାସ୍‌ କରି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ କୁହାଯାଇଛି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଏଯାବତ କୌଣସି ସ୍ପଷ୍ଟ ଚିତ୍ର ମିଳିନଥିଲେ ମଧ୍ୟ ଜିଲ୍ଲାପାଳମାନଙ୍କୁ ଆଗୁଆ ନିର୍ଦ୍ଦେଶ ଦିଆଯିବା ସହ ତୃଣମୂଳ ସ୍ତରରେ ସମସ୍ତ ପ୍ରସ୍ତୁତି କରାଯାଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି। ସେ କହିଛନ୍ତି, ରାଜ୍ୟର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ କୁହାଯାଇଛି।ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ କୁହାଯାଇଛି ।ଏପିରିକି ଭାଙ୍ଗିଯାଇଥିବା ଘର ଓ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ଖାସ୍‌ ନଜର ରଖିବାକୁ କୁହାଯାଇଛି ।

ସେହିପରି ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜସ୍ବମନ୍ତ୍ରୀଙ୍କ କହିଛନ୍ତି ଯେ, ବାତ୍ୟା ପାଇଁ ସରକାର ସବୁବେଳେ ପ୍ରସ୍ତୁତ। ପ୍ରାକୃତିକ ବିପର୍ଯ୍ୟୟକୁ ସଫଳତାର ସହ ମୁକାବିଲା କରୁଛି ଓଡିଶା। ସବୁ ପ୍ରାକୃତିକ ବିପର୍ଯ୍ୟୟକୁ ରାଜ୍ୟ ସରକାର ଗୁରୁତର ସହ ନେଇଛନ୍ତି। ଏବେ ବାତ୍ୟାକୁ ନେଇ ସ୍ପଷ୍ଟ ଚିତ୍ର ନାହିଁ। ତାହା ସତ୍ବେ ବି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ତୃଣମୂଳ ସ୍ତରରେ ପ୍ରସ୍ତୁତି କରାଯାଇଛି। ତୃଣମୂଳ ସ୍ତରରେ ଯାହା ପ୍ରସ୍ତୁତ ହେବା କଥା ହୋଇଛି। ପାଣିପାଗ ବିଭାଗ ସମ୍ପୁର୍ଣ୍ଣ ବାତ୍ୟାର ଦିଗ ସହ ଲ୍ୟାଣ୍ଡଫଲ ସମୟ , ବର୍ଷା, ପବନର ପ୍ରଭାବ ଉପରେ ସଠିକ ତଥ୍ୟ ଦେବ ତାପରେ ପ୍ରସ୍ତୁତକୁ ଆହୁରି ଜୋରଦାର କରାଯିବ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ଟିମକୁ ଆଲର୍ଟ କଲେ ସରକାର
ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ସମ୍ଭାବ୍ୟ ବାତ୍ୟା ମୁକାବିଳା ନେଇ ଆକ୍ସନପ୍ଲାନ୍‌ ପ୍ରସ୍ତୁତ କରାଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ସମୀକ୍ଷା କରିବା ପରେ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ପ୍ରସ୍ତୁତ ରଖିବା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଏଥି ସହିତ ତଳିଆ ଅଞ୍ଚଳ ଲୋକଙ୍କୁ ଆବଶ୍ୟକତା ଦେଖି ସ୍ଥାନାନ୍ତରିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆସନ୍ତାକାଲି ସମ୍ଭାବ୍ୟ ବାତ୍ୟାର ତୀବ୍ରତା କେତେ ରହିବ ଓ କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ ତାହା ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗର ସୂଚନ ରହିଛି। ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବ ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ଟିମକୁ ଆଲର୍ଟ  କରିଦେଇଛନ୍ତି। ୨୦୦ଟି ଅଗ୍ନିଶମ ବାହିନୀ, ୧୦୮ ଓଡ୍ରାଫ୍ ଟିମଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ଉପକୂଳ ଅଞ୍ଚଳ ସମେତ ନୟାଗଡ ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷତା କରିଥିବା ବେଳେ ବୈଠକରେ ଭିସି ଜରିଆରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ।  ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।