primary-schools-will-be-open-from-january-3 - The Sakala

ପ୍ରାଥମିକ ବିଦ୍ୟାଳୟ ଖୋଲିବା ନେଇ ଗାଇଡ୍‌ଲାଇନ୍‌ ଜାରି କଲା ଗଣଶିକ୍ଷା ବିଭାଗ, ଜାଣନ୍ତୁ କେଉଁ କେଉଁ ନିୟମ ରଖିଲେ ସରକାର?
ଭୁବନେଶ୍ବର : ଜାନୁଆରୀ ୩ରୁ ରାଜ୍ୟରେ ଖୋଲିବ ପ୍ରାଥମିକ ସ୍କୁଲ । ପ୍ରଥମ ରୁ ପଞ୍ଚମ ଶ୍ରେଣୀ ପିଲା ଅଫଲାଇନ୍ ରେ କ୍ଲାସ ରୁମେ ପାଠ ପଢି ପାରିବେ । ରାଜ୍ୟରେ ୨୭ ହଜାର ସ୍କୁଲ ନୂଆବର୍ଷ ରୁ ଖୋଲିବାକୁ ଯାଉଥିବା ବେଳେ କରୋନା ଗାଇଡ଼ଲାଇନ୍ କୁ ଅଧିକ ଗୁରୁତ୍ୱ ଦିଆଯାଇଛି ।  ସ୍କୁଲ ଖୋଲିଲେ ମଧ୍ୟ ଅନ୍‌ଲାଇନ କ୍ଲାସ୍‌ ଚାଲୁ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ପିଲାମାନେ ଅନଲାଇନ କ୍ଲାସ କରିବାକୁ ଚାହିଁବେ, ସେମାନେ ତାହା କରିପାରିବେ। ଅଭିଭାବକଙ୍କ ସମ୍ମତି ଆଣି ପିଲାମାନେ ସ୍କୁଲ ଆସିପାରିବେ। ଶ୍ରେଣୀଗୃହ ପାଠପଢ଼ା ଉପସ୍ଥାପନ ବାଧ୍ୟତାମୂଳକ ନୁହେଁ । ସ୍କୁଲ ଖୋଲିବା ପୂର୍ବରୁ ଶିକ୍ଷାଧିକାରୀମାନେ ପରିଦର୍ଶନ କରି ସ୍ପଚ୍ଛତା ପରଖିବେ।

ଗୋଟିଏ ଶ୍ରେଣୀଗୃହରେ ସର୍ବାଧିକ ୨୦ରୁ ୨୫ ଜଣ ଛାତ୍ରଛାତ୍ରୀ ବସି ପାରିବେ । ସବୁ କ୍ଲାସରୁମକୁ ସଠିକ୍ ଭାବେ ସାନିଟାଇଜ୍ କରିବା ନେଇ ଏସଓପି ଜାରି ହୋଇଛି । କ୍ଲାସରୁମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ୬ ଫୁଟ୍ ଦୂରତା ରହିବ । ଗୋଟିଏ ଛାତ୍ର ଗୋଟିଏ ବେଞ୍ଚ ଆଧାରରେ ଚାଲିବ କ୍ଲାସ ।ସ୍କୁଲ ପରିସରରେ ସମସ୍ତଙ୍କ ପାଇଁ ମାସ୍କ ପରିଧାନ ସହ ଆଇସୋଲେସନ ରୁମ୍ ବାଧ୍ୟତାମୂଳକ କରାଯାଇଛି । ସ୍କୁଲ ଖୋଲିବା ପୂର୍ବରୁ ସ୍କୁଲ୍ ପରିଦର୍ଶନ କରିବା ସହ କୋଭିଡ୍ ନିୟମାବଳୀର ନିୟମିତ ସମୀକ୍ଷା କରିବେ ଶିକ୍ଷା ଅଧିକାରୀ ।  ଅନ୍ୟପଟେ ସ୍କୁଲ ପରିବହନ ବ୍ୟବସ୍ଥା ବଦଳରେ ଅଭିଭାବକ ନିଜେ ପିଲାଙ୍କୁ ସ୍କୁଲ ନେବା ଆଣିବା କରିବାକୁ ପରାମର୍ଶ ଦିଆଯାଇଛି । ଆବଶ୍ୟକ ସ୍ଥଳେ ୫୦% କ୍ଷମତାରେ ସ୍କୁଲ ବସ୍ ଚଲାଇବାକୁ ଏସଓପିରେ କୁହାଯାଇଛି ।

ସ୍କୁଲରେ ହାତଧୁଆ ବ୍ୟବସ୍ଥା ରହିବା ସହ ଡିଜିଟାଲ ଥର୍ମୋମିଟର ରହିବ । କଣ୍ଟେନମେଣ୍ଟ ଜୋନରେ ଥିବା ବିଦ୍ୟାଳୟ ଖୋଲିବ ନାହିଁ । ବିଦ୍ୟାଳୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ହେଲପଲାଇନ୍ ନମ୍ବର ସହ ସ୍ଥାନୀୟ ଚିକିତ୍ସା କର୍ତ୍ତୃପକ୍ଷଙ୍କ ନମ୍ବର ଲେଖାଯିବ । ଭିଡ଼କୁ ଏଡ଼ାଇବା ଲାଗି ସ୍କୁଲରେ କୌଣସି ଖେଳ କିମ୍ବା କାର୍ଯ୍ୟକ୍ରମ ହେବ ନାହିଁ । ବୁଲା ବିକାଳି ସ୍କୁଲ୍ ପରିସରରେ ପ୍ରବେଶ କରିପାରିବେ ନାହିଁ । ଜଣେ ଶିକ୍ଷକ ଓ ଜଣେ ସ୍କୁଲ୍ କମିଟି ସଦସ୍ୟଙ୍କୁ ନେଇ କୋଭିଡ୍ ମନିଟରିଂ ଟିମ୍ ଗଠନ କରାଯିବ ।ସରକାର ଯେଉଁ ଅନୁସାରେ ସମୟ ଧାର୍ଯ୍ୟ କରିଛନ୍ତି ସେହି ଅନୁସାରେ ସ୍କୁଲ ଖୋଲାରହିବ । ସ୍କୁଲରେ କୌଣସି ପ୍ରକାର ମଧ୍ୟାହ୍ନ ଭୋଜନ ପିଲାଙ୍କୁ ଦିଆଯିବ ନାହିଁ ।

ରାଜ୍ୟରେ ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ, ସକାଳ ୯ଟାରୁ ୧୨ ଯାଏଁ ଚାଲିବ ପାଠପଢା
ଭୁବନେଶ୍ବର : ରାଜ୍ୟରେ ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ୩ ତାରିଖରୁ ଖୋଲିବ। ସ୍କୁଲ ଖୋଲିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି। ୩ ତାରିଖରୁ ରାଜ୍ୟରେ ୨୭ ହଜାର ସ୍କୁଲ ଖୋଲିବ। ସ୍କୁଲ ଖୋଲିବା ପରେ ସକାଳ ୯ଟାରୁ ୧୨ ଯାଏଁ ଚାଲିବ ପାଠପଢା।

ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ ୨୭ ହଜାର ବିଦ୍ୟାଳୟକୁ ଜାନୁଆରୀ ୩ ତାରିଖରୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ପ୍ରଥମ ସମେଟିଭ ଆସେସମେଂଟ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ୧୦ ଜାନୁୟାରୀ ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିପାଇଁ ମଧ୍ୟାହ୍ନ ଭୋଜନ ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ ଘଟିକା ଠାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ପିଲାମାନଙ୍କ ଘରକୁ ପଠାଇବା ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ SOP ବିଭାଗ ଦ୍ଵାରା ସୂଚିତ କରାଯିବ।