Omicron Death - The Sakala

ରାଜ୍ୟରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ
ବଲାଙ୍ଗିର: ରାଜ୍ୟରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ । କୋଭିଡରେ ଆକ୍ରାନ୍ତ ବଲାଙ୍ଗିରର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣଙ୍କ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଙ୍ଗା ଡୁଙ୍ଗୁରିପାଲି ଗାଁର ୫୫ ବର୍ଷୀୟ ଇନ୍ଦିରା ନାଏକ । ଗତ ୨୨ ତାରିଖରେ ହୃତଘାତ୍ ଯୋଗୁ ମହିଳା ଜଣଙ୍କ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ବଲାଙ୍ଗିରରେ ୨ ଦିନ ଚିକିତ୍ସିତ ହେବା ପରେ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ବୁର୍ଲା ସ୍ଥାନାନ୍ତର କରିଥିଲେ । ଗତ ୨୭ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲାରେ ତାଙ୍କର ମୃତ୍ୟୁ ଘଟିଥିଲା । ଚିକିତ୍ସାଧିନ ଅବସ୍ଥାରେ କୋଭିଡ୍ ଟେଷ୍ଟ ବେଳେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ୨୭ ତାରିଖରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ତାରିଖରେ ସେ ଓମିକ୍ରନ୍ ସଂକ୍ରମିତ ହୋଇଥିବା ରିପୋର୍ଟ ଆସିଛି । ଫଳରେ ରାଜ୍ୟରେ ଓ ବଲାଙ୍ଗି ଜିଲ୍ଲାରେ ପ୍ରଥମ ଓମିକ୍ରନ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସ୍ନେହାଙ୍ଗିନୀ ସାହୁ ସୂଚନା ଦେଇଛନ୍ତି ।

ବୁର୍ଲାରେ ମୃତ୍ୟୁ ପରେ ତାଙ୍କ ଶବକୁ ନିଜ ଗାଁ ଡୁଙ୍ଗୁରିପାଲିକୁ ଆଣି ସତ୍କାର କରିଥିଲେ ପରିବାର ଲୋକ । ଶବ ସତ୍କାରରେ ଶହ ଶହ ଲୋକ ସହ ପରିବାର ଲୋକେ ମଧ୍ୟ ସାମିଲ ହୋଇଥିଲେ । ଫଳରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି । ଏବେ ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ଡୁଙ୍ଗୁରିପାଲି ଗାଁକୁ ଯାଇ ସ୍ୱାବ୍ ସଂଗ୍ରହ କରୁଛି । ବଲାଙ୍ଗି ଭୀମଭୋଇ ମେଡିକାଲରେ ମହିଳା ଜଣଙ୍କ ଚିକିତ୍ସିତ ହୋଇଥିବାରୁ ସେହି ୱାର୍ଡରେ ମଧ୍ୟ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି । ମୃତ୍ୟୁବରଣ କରିଥିବା ୫୫ ବର୍ଷିଅ ମହିଳା ଜଣଙ୍କର କୌଣସି ବିଦେଶ ଗସ୍ତ ବିବରଣୀ ନାହିଁ ।

ସୂଚନା ଅନୁଯାୟୀ, ରାଜ୍ୟରେ ଏଯାବତ୍ ୬୦ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୬୦ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇ ସାରିଛନ୍ତି ।

ଦେଶରେ ଆଉ ଜଣଙ୍କ ଜୀବନ ନେଲା ଓମିକ୍ରନ୍, ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି
ନୂଆଦିଲ୍ଲୀ: ସାରା ଦେଶର ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହା ଭିତରେ ଭାରତରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ରାଜସ୍ଥାନରେ ଜଣେ ବୃଦ୍ଧ ଓମିକ୍ରନ ଦ୍ୱାରା ମୃତ୍ୟୁ ବରଣ କରିଛନ୍ତି । ଓମିକ୍ରନରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ଜଣଙ୍କ ରାଜସ୍ଥାନର ଉଦୟପୁରର ଅଟନ୍ତି । ପ୍ରାଣ ହରାଇଥିବା ବୃଦ୍ଧଙ୍କର ବୟସ ୭୩ ବର୍ଷ ହେବ। କିନ୍ତୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେଉଁ ବ୍ୟକ୍ତି ଓମିକ୍ରନରେ ମୃତ୍ୟୁ ବରଣ କରିଛନ୍ତି ସେ କରୋନାର ଉଭୟ ଡୋଜ ଟିକା ନେଇଥିଲେ ।

ବୃଦ୍ଧଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ୧୫ ଡିସେମ୍ବରରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା ଓ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାପରେ ତାଙ୍କ ସାମ୍ପ୍ୟୁଲ ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା । ଜିନେମ ସିକ୍ୱେନ୍ସିଂ ରିପୋର୍ଟରେ ସେ ଓମିକ୍ରନ ଆକ୍ରାନ୍ତ ଥିବା ଜଣାପଡ଼ିଥିଲେ । ତେବେ ଗତକାଲି ତାଙ୍କ କୋଭିଡ ରିପୋର୍ଟ ନେଗେଟିଭ୍ ଆସିଥିଲା । କିନ୍ତୁ ଆଜି ସେ ମୃତ୍ୟୁ ବରଣ କରିଛନ୍ତି । ଏହି ବ୍ୟକ୍ତିଙ୍କ ମୃତ୍ୟୁ ପରେ ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢ଼ିଛି । ଏହା ବ୍ୟତୀତ ଗତକାଲି ମହାରାଷ୍ଟ୍ରରେ ଭାରତର ପ୍ରଥମ ଓମିକ୍ରନ୍ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିଲା ।