former mla bijay kumar jena- - The Sakala

ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ଯମନ୍ତ୍ରୀ
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ତଥା ଲଢୁଆ ଚାଷୀନେତା ବିଜୟ କୁମାର ଜେନାଙ୍କ ପରଲୋକ ଘଟିଛି। ୯୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଗୁରାଣ୍ଡି ସ୍ଥିତ ତାଙ୍କ ପୈତୃକ ଘରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ବିଜୟ କୁମାର ଜେନା । ଗତକାଲି ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ବିଜୟ କୁମାର ଜେନା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ବିଧାୟକ ଭାବେ ଦୁଇ ଥର ନିର୍ବାଚିତ ହୋଇଥିଲେ । ୧୯୭୭ ଓ ୧୯୮୦ରେ ସେ ସ୍ବାଧୀନ ପ୍ରାର୍ଥୀ ଭାବରେ ବିଧାୟକ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ପାରଳାଖେମୁଣ୍ଡି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ପାରଳାଖେମୁଣ୍ଡିର ପୂବର୍ତନ ବିଧାୟକଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ପଟ୍ଟନାୟକ ଟ୍ୱିଟ କରି କହିଛନ୍ତି କି ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

— Naveen Patnaik (@Naveen_Odisha) January 12, 2022