Makar Sankranti - The Sakala

ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି, ମକରଚୌରାସୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । କାଳିଆ ଠାକୁରଙ୍କ ଦ୍ୱାଦଶଯାତ୍ରା ମଧ୍ୟରୁ ମକର ସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଆଜି ମହାପ୍ରଭୁଙ୍କର ମକରଚୌରାସୀ ବେଶ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନିତୀ ନିର୍ଘଣ୍ଟ କରାଯାଇଥିବା ବେଳେ ଶ୍ରୀମନ୍ଦିର ଦ୍ୱାର ଫିଟିବା ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ସହ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହେବ। ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିବ। ଗୋପାଳବଲ୍ଲଭ ଓ ସକାଳଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମହାପ୍ରଭୁ ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ।

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଆଜିଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ଏହି ଅବସରରେ ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାସୀ ବେଶରେ ସଜିତ ହେବେ ଶ୍ରୀଜିଉ । ମହାପ୍ରଭୂଙ୍କ ମକରବେଶ ପାଇଁ ଜଗନ୍ନାଥ ବଲ୍ଲଭ ମଠ ପକ୍ଷରୁ ସୁସଜ୍ଜିତ ମାଳଚୂଳ ପ୍ରସ୍ତୁତ କରାଯାଇଥିବା ବେଳେ ବଡଓଡିଆ ମଠ ପକ୍ଷରୁ ରଙ୍ଗ ବେରଙ୍ଗର ବିଭିନ୍ନ ସୁବାଷିତ ପୁଷ୍ପ ଓ ତୁଳସୀ ଆଦିକୁ ନେଇ ସୁସଜ୍ଜିତ ମାଳ ଚୂଳ ପ୍ରସ୍ତୁତ କରାଯାଇ ଶ୍ରୀମନ୍ଦିରକୁ ଦିଆଯାଇଛି ।

ଅନ୍ୟପକ୍ଷରେ ଗତକାଲି କୁମ୍ଭାରପଡ଼ା ସ୍ଥିତ ଆଲାମଚଣ୍ଡୀ ମନ୍ଦିର ଠାରୁ ପଟୁଆରରେ ଶ୍ରୀମନ୍ଦିରକୁ ଆସିଥିବା ସ୍ୱତନ୍ତ୍ର ସ୍ୱତନ୍ତ୍ର ପାଞ୍ଚୋଟି ମକରତାଡରେ ମକର ଚାଉଳ ଭୋଗ ହେବା ସହ ଏହା ବେଢା ପରିକ୍ରମା କରି ମହାପ୍ରଭୁଙ୍କ ନିକଟରେ ସମର୍ପଣ ହେବ।

ଆଜି ସ୍ନାନ ଓ ଦାନର ପର୍ବ ପବିତ୍ର ମକର ସଂକ୍ରାନ୍ତି; ଉତ୍ତରାୟଣକୁ ଗତି କରିବେ ସୂର୍ଯ୍ୟ
ଆଜି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ହେଉଛି ଭଗବାନ ସୂର୍ଯ୍ୟଙ୍କ ଉପାସନାର ପର୍ବ। ସାଧାରଣତଃ  ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରିଥାନ୍ତି। ସେହି ରାଶିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି। ପୌଷ ମାସ ହେତୁ ଅଟକି ଯାଇଥବା ଶୁଭ କାର୍ଯ୍ୟ ମକର ସଂକ୍ରାନ୍ତି ଠାରୁ ପୁଣି ଆରମ୍ଭ ହୋଇଯାଏ। ଏହି ପର୍ବକୁ ଦେଶର କୋଣ ଅନୁକୋଣରେ ଲୋକ ଭିନ୍ନ ଭିନ୍ନ ଭାବେ ପାଳନ କରିଥାନ୍ତି ।

ମକର ସଂକ୍ରାନ୍ତି ଦିନ ଓଡ଼ିଶାର ଲୋକେ ‘ମକର ଚାଉଳ’ ପ୍ରସ୍ତୁତ କରି (ଅରୁଆ ଚାଉଳ, ଗୁଡ଼, ଛେନା, କଦଳୀ, ନଡ଼ିଆ, ଘିଅ, କ୍ଷୀର ଆଦି) ଦେବଦେବୀଙ୍କ ନିକଟରେ ଭୋଗ କରିଥାନ୍ତି । ଏହି ଭୋଗକୁ ଆନନ୍ଦରେ ସାଙ୍ଗସାଥୀ ଏବଂ ପଡ଼ୋଶୀଙ୍କୁ ବଣ୍ଟାଯାଇଥାଏ ।

ମକର ସଂକ୍ରାନ୍ତିର ଶୁଭ ମୁହୂର୍ତ୍ତରେ ସ୍ନାନ ଓ ଦାନର ବିଶେଷ ମହତ୍ତ୍ବ ରହିଛି । ମକର ସଂକ୍ରାନ୍ତିର ପୁଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀ ଆଦିରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି। ତେଣୁ କେଉଁ ଆବହମାନ କାଳରୁ ସରୋବର, ନଦୀ ତଟ, ସମୁଦ୍ର ତୀର ପ୍ରଭୃତି ପବିତ୍ର ସ୍ଥାନମାନଙ୍କରେ ମକର ମେଳା, ସାଧୁସଙ୍ଗ ଓ ମହୋତ୍ସବର ପରମ୍ପରା ଚାଲିଆସିଛି । ଏହି ଦିନ ପଶ୍ଚିମବଙ୍ଗର ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଶ୍ରଦ୍ଧାଳୁମାନେ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତ୍ୟୁବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ ।

ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉତ୍ସବ ମହାସମାରୋହରେ ପାଳିତ ହୋଇଥାଏ। ମକର ସଂକ୍ରାନ୍ତି ଦିନ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ରୀତିନୀତି କରାଯାଇଥାଏ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ସରିବା ପରେ ଶ୍ରୀଜିଉମାନଙ୍କର ଫୁଟା ପହରଣ ଲାଗି କରାଯାଇଥାଏ । ସକାଳ ଧୂପ ପରେ ମଇଲମ କରାଯାଇ ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ। ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କୁ ବେଶ କରାଯାଏ। ଏହାପରେ ନୂଆଲୁଗା ଲାଗି ହୋଇ ଶ୍ରୀଜୀଉମାନଙ୍କୁ ଛଅ ମୂର୍ତ୍ତି ଅଳଙ୍କାରରେ ମଣ୍ଡିତ କରାଯାଇଥାଏ। ଏହାକୁ ମକରବେଶ କୁହାଯାଏ। ଏହିଦିନ ଠାକୁରମାନଙ୍କ ନିକଟରେ ମକର ଚାଉଳ ଭୋଗ କରାଯାଏ। ଏଥିସହିତ ୮୪ ପ୍ରକାରର ପିଠା ଭୋଗ ଲାଗିଥାଏ। ଏହାକୁ ମକର ଚଉରାଶୀ ଭୋଗ ବୋଲି କୁହାଯାଏ।

ତେବେ ହିନ୍ଦୁ ଧର୍ମ ବିଶ୍ୱାସ ଅନୁସାରେ,ଏହି ମକର ସଂକ୍ରାନ୍ତି ଦିନ ଯେଉଁ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ବିଧିପୂର୍ବକ ବେଢ଼ା ପ୍ରଦକ୍ଷିଣ କରନ୍ତି, ସେମାନେ ପୁଣ୍ୟଲାଭ ସହିତ ମୁକ୍ତିଲାଭ କରିଥାଆନ୍ତି । ମକର ସଂକ୍ରାନ୍ତି ଉପଲକ୍ଷେ ଓଡ଼ିଶାର ବିଭିନ୍ନ ସ୍ଥାନରେ ମକର ମେଳା ଆୟୋଜିତ ହୋଇଥାଏ। ଏହି ଦିନ ଅନେକ ସ୍ଥାନରେ ଗୁଡ଼ିଉଡ଼ା ପ୍ରତିଯୋଗିତା ମଧ୍ୟ ଆୟୋଜନ କରାଯାଏ। ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ, ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ। ଓଡ଼ିଆ ପ୍ରବାଦ ଅନୁଯାୟୀ, ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ୍‌ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ ।

ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେଶର ବିଭିନ୍ନ ରାଜ୍ୟରେ ମକର ସଂକ୍ରାନ୍ତି ଭିନ୍ନ ଭିନ୍ନ ନାମରେ ପାଳନ କରାଯାଇଥାଏ। ପ୍ରତ୍ୟେକ ରାଜ୍ୟରେ ଏହାର ନାମ ଏବଂ ପାଳନ ବିଧି ଭିନ୍ନ ପ୍ରକାର ହୋଇଥାଏ। କେରଳ ଏବଂ କର୍ଣ୍ଣାଟକରେ ଏହାକୁ କେବଳ ସଂକ୍ରାନ୍ତି କୁହାଯାଏ। ତାମିଲନାଡ଼ୁରେ ଓ ଆନ୍ଧ୍ର ପ୍ରଦେଶରେ ଏହା ପୋଙ୍ଗଲ ପର୍ବ ଭାବରେ ପାଳନ କରାଯାଇଥାଏ। ପଞ୍ଜାବ ଓ ହରିଆନାରେ ଏହି ଅବସରରେ ନୂଆ ଫସଲକୁ ସ୍ବାଗତ କରିବା ସହ ଉତ୍ସବ ମନାଯାଏ। ଠିକ୍ ଏହାର ଗୋଟିଏ ଦିନ ପୂର୍ବରୁ ଏହି ସବୁ ଅଞ୍ଚଳରେ ଏହାକୁ ଲୋହଡ଼ି ପର୍ବ ଭାବେ ପାଳନ କରାଯାଏ। ଆସାମରେ ଏହି ପର୍ବ ବିହୁ ଭାବେ ପାଳିତ ହୁଏ। ଉତ୍ତର ଭାରତରେ ଗୁଡ଼ ଏବଂ ଘିଅ ସହିତ ଖେଚୁଡ଼ି କରାଯାଇଥାଏ। ବିହାର, ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗରେ ଦହିଚୁଡ଼ା ଖାଇବା ଏବଂ ଦାନ କରାଯିବାର ବିଧି ରହିଛି। ମକର ସଂକ୍ରାନ୍ତି ଦିନ ଦାନକର୍ତ୍ତାଙ୍କ ପାଖକୁ ଦାନ ଅର୍ଥର ଶହେଗୁଣା ଫେରି ଆସୁଥିବାର ବିଶ୍ବାସ ରହିଛି। ଏଥିପାଇଁ ଭଗବାନ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ ପରେ ଗରିବ ଲୋକଙ୍କୁ ଘୃତ, ରାଶି, କମ୍ବଳ ଏବଂ ଖେଚୁଡ଼ି ପ୍ରଭୃତି ଦାନ କରାଯାଇଥାଏ। ଏହିଦିନ ଗଙ୍ଗା କୂଳରେ ଦାନ କଲେ ବିଶେଷ ପୁଣ୍ୟଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି।

ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ଯବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ସାରା ରାଜ୍ୟରେ ପାଳନ ହେଉଛି ମକର ସଂକ୍ରାନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ସଂକ୍ରମଣ ପାଇଁ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି । ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଗଣେଶୀ ଲାଲ୍  ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ଯବାସୀଙ୍କୁ  ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି। ବନ୍ଧୁତ୍ୱ ଓ ମିଳନର ଏହି ଅନନ୍ୟ ପର୍ବରେ ରାଜ୍ଯପାଳ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ।

ପବିତ୍ର ମକର ସଂକ୍ରାନ୍ତି ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବନ୍ଧୁତ୍ବ ଓ ମିଳନର ଏହି ଅନନ୍ୟ ପର୍ବରେ ସେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। #makarsankranti2022 pic.twitter.com/0bKqoUgsc3

— Governor Odisha (@GovernorOdisha) January 14, 2022

ସେହିପରି ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି। pic.twitter.com/eF4Fgxezqd

— Naveen Patnaik (@Naveen_Odisha) January 14, 2022

ସ୍ନାନ ଓ ଦାନର ପର୍ବ ମକର ସଂକ୍ରାନ୍ତି
ଆଜି ମକର ସଂକ୍ରାନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇଥାନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ ଚଳନ କରନ୍ତି । ଏହି ପର୍ବକୁ ଦେଶର କୋଣ ଅନୁକୋଣରେ ବିଭିନ୍ନ ସମ୍ପ୍ରଦାୟର ଲୋକ ଭିନ୍ନ ଭିନ୍ନ ଭାବେ ପାଳନ କରିଥାନ୍ତି । ମକର ସଂକ୍ରାନ୍ତି ଦିନ ଓଡ଼ିଶାର ଲୋକେ ‘ମକର ଚାଉଳ’ ପ୍ରସ୍ତୁତ କରି (ଅରୁଆ ଚାଉଳ, ଗୁଡ଼, ଛେନା, କଦଳୀ, ଘିଅ, କ୍ଷୀର ଆଦି) ଦେବଦେବୀଙ୍କ ନିକଟରେ ଭୋଗ ଲାଗି କରିଥାନ୍ତି । ଏହି ଭୋଗକୁ ଆନନ୍ଦରେ ସାଙ୍ଗସାଥୀ ଏବଂ ପଡ଼ୋଶୀଙ୍କୁ ବଣ୍ଟାଯାଇଥାଏ । ମକର ସଂକ୍ରାନ୍ତିର ଶୁଭ ମୁହୂର୍ତ୍ତରେ ସ୍ନାନ ଓ ଦାନର ବିଶେଷ ମହତ୍ତ୍ବ ରହିଛି । ମକର ସଂକ୍ରାନ୍ତିର ପୁଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀ ଆଦିରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ତେଣୁ କେଉଁ ଆବହମାନ କାଳରୁ ସରୋବର, ନଦୀ ତଟ, ମହୋଦଧି ତୀର ପ୍ରଭୃତି ପବିତ୍ର ସ୍ଥାନମାନଙ୍କରେ ମକର ମେଳା, ସାଧୁସଙ୍ଗ ଓ ମହୋତ୍ସବର ପରମ୍ପରା ଚାଲିଆସିଛି । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତ୍ୟୁବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉତ୍ସବ ମହାସମାରୋହରେ ପାଳିତ ହୋଇଥାଏ ।

ମକର ସଂକ୍ରାନ୍ତି ଦିନ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ରୀତିନୀତି କରାଯାଇଥାଏ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ସରିବା ପରେ ଶ୍ରୀଜିଉମାନଙ୍କର ଫୁଟା ପହରଣ ଲାଗି କରାଯାଇଥାଏ । ସକାଳ ଧୂପ ପରେ ମଇଲମ କରାଯାଇ ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ। ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କୁ ବେଶ କରାଯାଏ। ଏହାପରେ ନୂଆଲୁଗା ଲାଗି ହୋଇ ଶ୍ରୀଜୀଉମାନଙ୍କୁ ୬ ମୂର୍ତ୍ତି ଅଳଙ୍କାରରେ ମଣ୍ଡିତ କରାଯାଇଥାଏ। ଏହାକୁ ମକରବେଶ କୁହାଯାଏ। ଏହିଦିନ ଠାକୁରମାନଙ୍କ ନିକଟରେ ମକରଚାଉଳ ଭୋଗ କରାଯାଏ। ଏଥିସହିତ ୮୪ ପ୍ରକାରର ପିଠା ଭୋଗ ଲାଗିଥାଏ। ଏହାକୁ ମକର ଚଉରାଶି ଭୋଗ ବୋଲି କୁହାଯାଏ।

ତେବେ ହିନ୍ଦୁ ଧର୍ମ ବିଶ୍ୱାସ ଅନୁସାରେ ,ଏହି ମକର ସଂକ୍ରାନ୍ତି ଦିନ ଯେଉଁ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ବିଧିପୂର୍ବକ ବେଢ଼ା ପ୍ରଦକ୍ଷିଣ କରନ୍ତି, ସେମାନେ ପୁଣ୍ୟଲାଭ ସହିତ ମୁକ୍ତିଲାଭ କରିଥାଆନ୍ତି । ମକର ସଂକ୍ରାନ୍ତି ଉପଲକ୍ଷେ ଓଡ଼ିଶାର ବିଭିନ୍ନ ସ୍ଥାନରେ ମକର ମେଳା ଆୟୋଜିତ ହୋଇଥାଏ। ଏହି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡା ପ୍ରତିଯୋଗିତା ମଧ୍ୟ ଆୟୋଜନ କରାଯାଏ। ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ, ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭିଷ୍ଟ ସିଦ୍ଧି ପାଇଁ ସୂର୍ଯ୍ୟ ଉପାସନା କରାଯାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେଶର ବିଭିନ୍ନ ରାଜ୍ୟରେ ମକର ସଂକ୍ରାନ୍ତି ଭିନ୍ନ ଭିନ୍ନ ନାମରେ ପାଳନ କରାଯାଇଥାଏ। ପ୍ରତ୍ୟେକ ରାଜ୍ୟରେ ଏହାର ନାମ ଏବଂ ପାଳନ ବିଧି ଭିନ୍ନ ପ୍ରକାର ହୋଇଥାଏ। କେରଳ ଏବଂ କର୍ଣ୍ଣାଟକରେ ଏହାକୁ କେବଳ ସଂକ୍ରାନ୍ତି କୁହାଯାଏ। ତାମିଲନାଡ଼ୁ ଓ ଆନ୍ଧ୍ରରେ ଏହା ପୋଙ୍ଗଲ୍‌ ପର୍ବ ଭାବରେ ପାଳନ କରାଯାଇଥାଏ। ପଞ୍ଜାବ ଓ ହରିୟାଣାରେ ଏହି ଅବସରରେ ନୂଆ ଫସଲକୁ ସ୍ବାଗତ କରିବା ସହ ଉତ୍ସବ ମନାଯାଏ। ଠିକ୍ ଏହାର ଗୋଟିଏ ଦିନ ପୂର୍ବରୁ ଏହି ସବୁ ଅଞ୍ଚଳରେ ଏହାକୁ ଲୋହଡ଼ି ପର୍ବ ଭାବେ ପାଳନ କରାଯାଏ। ଆସାମରେ ଏହି ପର୍ବ ବିହୁ ଭାବେ ପାଳିତ ହୁଏ। ଉତ୍ତର ଭାରତରେ ଗୁଡ଼ ଏବଂ ଘିଅ ସହିତ ଖେଚୁଡ଼ି କରାଯାଇଥାଏ। ବିହାର, ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗରେ ଦହିଚୂଡ଼ା ଖାଇବା ଏବଂ ଅନ୍ୟକୁ ପ୍ରଦାନ କରାଯିବାର ବିଧି ରହିଛି। ମକର ସଂକ୍ରାନ୍ତି ଦିନ ଦାନକର୍ତ୍ତାଙ୍କ ପାଖକୁ ଦାନ ଅର୍ଥର ଶହେଗୁଣା ଫେରି ଆସୁଥିବାର ବିଶ୍ବାସ ରହିଛି। ଏଥିପାଇଁ ଭଗବାନ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ ପରେ ଘୃତ, ରାଶି, କମ୍ବଳ ଏବଂ ଖେଚୁଡ଼ି ଦାନ କରାଯାଇଥାଏ। ଏହିଦିନ ଗଙ୍ଗା କୂଳରେ ଦାନ କଲେ ବିଶେଷ ପୁଣ୍ୟଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି।