Corrupt - The Sakala

ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ , ଆଉ ୫ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ପୋଲିସ ଡି.ଏସ୍.ପି, ଓଏଏସ୍ ଅଫିସର, ପୋଲିସ ଇନ୍ସପେକ୍ଟର ଓ ୨ ଜଣ ମ୍ୟୁନିସିପାଲଟି ଏକ୍ଜିକ୍ୟୁଟିଭ ଅଫିସର ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୫ ଜଣଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲା ମହିଳା ବିରୋଧୀ ଅପରାଧ ତଦନ୍ତ କେନ୍ଦ୍ରରେ (IUCAW) ଡି.ଏସ୍‌.ପି ଭାବରେ ନିଯୁକ୍ତ  ଓଡିଶା ପୋଲିସ ସେବା ଅଧିକାରୀ ଶ୍ରୀ ରବିନ୍ଦ୍ର କୁମାର ସେଠୀଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ସେ ଜଣେ ଅଭିଯୋଗକାରୀଙ୍କ ଠାରୁ ୫୦୦୦ ଟଙ୍କା ଲାଞ୍ଚ ନେଇ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ ଏବଂ ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା। ଦୁର୍ନୀତି ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସୁନ୍ଦରଗଡ ଜିଲ୍ଲା ବଣାଇର ପୂର୍ବତନ ତହସିଲଦାର ଓଏଏସ୍‌ ଅଧିକାରୀ ଶ୍ରୀ ସୁଶୀଲ କୁମାର କୁଜୁରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଢେଙ୍କାନାଳ ସଦର ବ୍ଲକ୍‌ରେ ବିଡିଓ ଥିବାବେଳେ ସେ ମନରେଗା ପାଣ୍ଠି ଆତ୍ମସାତ କରିଥିଲେ।

ବିଭିନ୍ନ ଗାଁରେ ଜାଲ କାଗଜପତ୍ରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଦର୍ଶାଇ ସରକାରଙ୍କର ୨୪ ଲକ୍ଷ ୨୨ ହଜାର ୫୩୮ ଟଙ୍କା କ୍ଷତି ପହଞ୍ଚାଇଥିଲେ। ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅପାରଗତା, ଦୁର୍ନୀତି ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡାର ପୋଲିସ ଇନ୍‌ସପେକ୍ଟର ଶ୍ରୀ ବିନୋଦ ବିହାରୀ ନାୟକଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ସେ ବଙ୍ଗମୁଣ୍ଡାରୁ କୁଚିଣ୍ଡାକୁ ଏକ ମାରୁତି ସିଆଜ୍‌ କାର୍‌ରେ ଯାଉଥିବା ବେଳେ ବରଗଡ ଟୋଲଗେଟ୍‌ ନିକଟରେ ଦୁର୍ନୀତି ନିବାରଣ ବିଭାଗର ଏକ ଟିମ୍‌ ଦ୍ବାରା ଧରା ପଡିଥିଲେ। ତାଙ୍କ ଠାରୁ ୨ ଲକ୍ଷ ୬ ହଜାର ୨୨୦ ଟଙ୍କା ଜବତ କରାଯାଇଥିଲା।

ବଙ୍ଗମୁଣ୍ଡାସ୍ଥିତ ତାଙ୍କ ସରକାରୀ ବାସଭବନରେ ତଲାସୀ ସମୟରେ ୩,୮୦,୯୨୦ ଟଙ୍କା ଜବତ କରାଯାଇଥିଲା । ସମୁଦାୟ ତାଙ୍କ ଠାରୁ ୫,୮୭,୧୪୦ ଟଙ୍କା ଜବତ କରାଯାଇଥିଲା। ୨୦୨୧ ନଭେମ୍ବର ୩୦ ତାରିଖ ଦିନ ସେ ଗିରଫ ହୋଇଥିଲେ। ଅଧିକ ତଦନ୍ତ ପରେ ଜଣାଯାଇଥିଲା ଯେ ସେ ଯେଉଁ ମାରୁତି କାର୍‌ (OD-15K-6111) ରେ ଯାଉଥିଲେ, ତାହା ସମ୍ବଲପୁର ଜିଲ୍ଲା ଧନୁପାଲ୍ଲୀ ପୋଲିସ ଷ୍ଟେସନ ଅନ୍ତର୍ଗତ ଏମ୍. ନାସିର ନାମକ ଜଣେ ବ୍ୟକ୍ତିଙ୍କୁ ପୁଅ ମହମ୍ମଦ ମଲିମ୍ଙ୍କ ନାମରେ ରହିଛି। ସେହି ବ୍ୟକ୍ତିଙ୍କ ନାମରେ ଧନୁପାଲ୍ଲୀ ପୋଲିସ ଷ୍ଟେସନରେ ୪ଟି ମାମଲା ଓ ସମ୍ବଲପୁର ସଦର ପୋଲିସ ଷ୍ଟେସନରେ ଗୋଟିଏ ମାମଲା ରହିଛି। ଦୁର୍ନୀତି, ଅପାରଗତା ଓ ଦୁର୍ବ୍ୟବହାର ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଭଦ୍ରକ ଜିଲ୍ଲା ବାସୁଦେବପୁର ମ୍ୟୁନିସପାଲଟିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ଶ୍ରୀ ତାପସ ରଞ୍ଜନ ଜେନାଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଅସାଧୁତା, ଦାୟିତ୍ବରେ ଅବହେଳା, ଆର୍ଥିକ ଅନିୟମିତତା ଆଦି ବିଭିନ୍ନ  କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଏନଏସିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ଶ୍ରୀ ବିଜୟକୃଷ୍ଣ ନାୟକଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଦାୟିତ୍ବରେ ଅବହେଳା, ନୈତିକ ସ୍ଖଳନ, ମହିଳାଙ୍କ ସହିତ ଅବୈଧ ସଂପର୍କ, ଜନସାଧାରଣଙ୍କୁ ପୌରସେବା ଯୋଗାଇଦେବା କ୍ଷେତ୍ରରେ ଅନାଗ୍ରହ, ସରକାରୀ ନିର୍ଦ୍ଦେଶାବଳୀର ଅବମାନନା ଏବଂ ଓଡିଶା ସରାକାରୀ ସେବା ଆଚରଣ ବିଧି ୧୯୫୫ର  ଉଲଙ୍ଘନ ଆଦି ବିଭିନ୍ନ  କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।