Meteorological Centre - The Sakala

ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ #ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି | ଯାହା ଆଗାମୀ #୨୪ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି #ଦକ୍ଷିଣଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି | ପ୍ରଭାବରେ ରାଜ୍ୟରେ #୧୬ଏବଂ #୧୭ରେ କିଛି ଜିଲ୍ଲାରେ #ପ୍ରବଳବର୍ଷା ସମ୍ଭାବନା pic.twitter.com/nRDHTFMqoQ

— Meteorological Centre, Bhubaneswar (@mcbbsr) October 14, 2021

ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟରେ କୁହାଯାଇଛିଯେ , ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଆଉ ଏହା ପ୍ରଭାବରେ ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ଯର ବିଭିନ୍ନ ଜିଲ୍ଲାରେ ୩ ଦିନ ଯାଏ କାଳବୈଶାଖୀ ବର୍ଷା ସହ ବଜ୍ରପାତ ସମ୍ଭାବନା
ଭୁବନେଶ୍ୱର: ରାଜ୍ଯର ବିଭିନ୍ନ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୧ ତାରିଖ ଯାଏ ରାଜ୍ୟ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ପରେ ଏସଆରସି ସେସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି ।

୧୮ ତାରିଖରୁ ୧୯ ତାରିଖ ସକାଳ ୮ଟା ୩୦ ଯାଏ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି । ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି।

#Forecast & #Warning for Day-1

(Valid up to 0830 hrs IST of 19.04.2021) pic.twitter.com/cAiF9TwlaP

— Meteorological Centre, Bhubaneswar (@mcbbsr) April 18, 2021

୧୯ ତାରିଖରୁ ୨୦ ତାରିଖ ସକାଳ ୮ଟା ୩୦ ଯାଏ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।କାଳବୈଶାଖୀ ସହ ବଜ୍ରପାତ ହେବ। ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ।

#Forecast & #Warning for Day-2

(Valid from 0830 hrs IST of 19.04.2021 to 0830 hrs IST of 20.04.2021) pic.twitter.com/z9SDTOwObu

— Meteorological Centre, Bhubaneswar (@mcbbsr) April 18, 2021

୨୦ରୁ ୨୧ ତାରିଖ ସକାଳ ୮ଟା ୩୦ ଯାଏ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

#Forecast & #Warning for Day-3

(Valid from 0830 hrs IST of 20.04.2021 to 0830 hrs IST of 21.04.2021) pic.twitter.com/Qlz8iyn8xW

— Meteorological Centre, Bhubaneswar (@mcbbsr) April 18, 2021

ଅନ୍ୟପଟେ ରାଜ୍ୟରେ ଦିନବେଳାର ତାପମାତ୍ରା ଆଗାମୀ ୨ରୁ ୩ ଦିନ ଯାଏ ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

ଖସିଲା ପାରଦ: ଆହୁରି ୩ ଦିନ କାଳବୈଶାଖୀ, ୧୨ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରି
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବୃଦ୍ଧି ପାଇଛି। ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଏହି ସମୟରେ ପବନର ବେଗ ମଧ୍ୟ ଅଧିକ ରହୁଛି। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନେର କାଳବୈଶାଖୀ ଜନିତ ବର୍ଷା ପବନ ହୋଇଥିଲା। ପୁରୀରେ ଏହାର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିଥିଲା। ବିଜୁଳି ଘଡ଼ଘଡ଼ି ସହିତ ଜିଲ୍ଲାରେ ୨୮.୮ ମିଲିମିଟର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ସେହିପରି କଟକରେ ବି ବର୍ଷା ପବନ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଏଠାରେ ୧୭.୪ ମିମି ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ୧୩.୪ ବାରିପଦାରେ ୧୧.୬ ମିମି ବର୍ଷା ରେକର୍ଡ କରାଯାଇଛି। ଏହି ସହର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ବି କାଳ ବୈଶାଖୀ ପ୍ରଭାବ ଦେଖିବାକୁ ମିଳିଥିଲା।

ଅନ୍ୟପଟେ କାଳବୈଶାଖୀ ଯୋଗୁଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ରାଜ୍ୟର ଏକମାତ୍ର ସହର ଭାବେ ସୁନ୍ଦରଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଅନ୍ୟ ସମସ୍ତ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଗକୁ କାଳବୈଶାଖୀ ଜାରି ରହିବ। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଆହୁରି ୨ ଡିଗ୍ରୀ ହ୍ରାସ ପାଇବ। ଅନ୍ୟପଟେ ଆସନ୍ତା କିଛି ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିବାରୁ ଏହି ସ୍ଥିତି ଜାରି ରହିବ ବୋଲି ପାଣପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‍ଆର୍‍ ବିଶ୍ୱାସ କହିଛନ୍ତି।

ସେହିପରି ବିହାର ଓ ସଂଲଗ୍ନ ଉତ୍ତର ପ୍ରଦେଶ ଉପରେ ରହିଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ଶନିବାର ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ କାଳବୈଶାଖୀର ପ୍ରଭାବ ରହିବ। ଏହି ୧୨ ଜିଲ୍ଲାରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ହେବ। ଏହାସହିତ ପବନର ବେଗ ମଧ୍ୟ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କମି ପର୍ଯ୍ୟନ୍ତ ବହିବ। ତେଣୁ ଏହି ୧୨ ଜିଲ୍ଲାପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ରାଜ୍ଯରେ କମିବ ତାତି, କାଲିଠୁ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ସାମାନ୍ଯ ଆଶ୍ୱସ୍ତିକର ଖବର ଆସିଛି।  ଆସନ୍ତାକାଲି ଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ହ୍ରାସ ପାଇପାରେ। ଭାରତୀୟ IMD  ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ଆସନ୍ତାକାଲି ଠାରୁ ତାତି ହ୍ରାସ ପାଇବ। କାଲିଠାରୁ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବାରୁ ତାତି କମିପାରେ। ଗତ ୨ ଦିନ ଧରି ଓଡ଼ିଶା, ଆନ୍ଧ୍ରପ୍ରଦେଶରେ ପ୍ରବଳ ତାତି ହେଉଛି। ସମୁଦ୍ରରୁ ଯଥେଷ୍ଟ ପରିମାଣର ବାୟୁ ଆସୁ ନ ଥିବାରୁ ଏହି ତାତି ବଢ଼ୁଛି।

ଚଳିତ ବର୍ଷ ଏପ୍ରିଲ, ମେ’, ଜୁନରେ ସ୍ୱାଭାବିକ ଠାରୁ ଅଧିକ ତାତି ରହିପାରେ। ଏହାସହ ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ତୀବ୍ରତା ଅଧିକ ରହିପାରେ। ତେଣୁ ଗ୍ରୀଷ୍ମ ପ୍ରବାହ ପାଇଁ ଲୋକେ ସତର୍କ ରୁହନ୍ତୁ।

ଆସନ୍ତାକାଲି ଠାରୁ ପାରଦ ଖସିବ। ଦିନର ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ଖସିବ। ୨ ତାରିଖରେ କାଳବୈଶାଖୀ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏନେଇ ଗ଼ଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୩ ତାରିଖରେ କାଳବୈଶାଖୀ ବର୍ଷା ନେଇ ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ  ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

#Warning for Day-2 To Day-4

(Valid from 0830 hrs IST of 02.04.2021 to 0830 hrs IST of 05.04.2021) pic.twitter.com/jYsRCxB6oV

— Meteorological Centre, Bhubaneswar (@mcbbsr) April 1, 2021

୪ ତାରିଖରେ ମଧ୍ଯ  କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଗ୍ରୀଷ୍ମ ପ୍ରବାହ ପାଇଁ ୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। ବିଶେଷକରି ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାରେ ପ୍ରବଳ ଖରା ଅନୁଭୂତ ହେବ ବୋଲି ସତର୍କ କରାଇଦେଇଛି ଭାରତୀୟ ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟାରେ ରାଜ୍ୟର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେହିପରି ଫୁଲବାଣୀରେ ସର୍ବନିମ୍ନ ୨୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ବିଶେଷକରି ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲା ପାଇଁ ୟେଲୋ ଓର୍ଣ୍ଣିଂ ଜାରି କରାଯାଇଛି । ଏପରିକି ଆସନ୍ତା ୩୧ ତାରିଖ ପର୍ଯ୍ଯନ୍ତ ଅଳ୍ପ କିଛି ସ୍ଥାନକୁ ଛାଡ଼ିଦେଲେ ସାରା ରାଜ୍ୟରେ ପାଗ ଶୁଖିଲା ରହିବ ।

ତେବେ ଆସନ୍ତା ୨୮ ତାରିଖଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହେବ। ୨୮ ତାରିଖରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ସହିତ ବର୍ଷା ହେବ। ସେହିପରି ୨୯ରେ ମଧ୍ୟ ସମାନ ଅଞ୍ଚଳରେ ଘଡ଼ଘଡ଼ି ବର୍ଷା ଜାରି ରହିବ ବୋଲି ସୂଚନା ଦିଆଯାଇଛି। ତେବେ ଏହି ଘଡ଼ଘଡ଼ି ବର୍ଷା ସାଙ୍ଗକୁ ପବନର ବେଗ ମଧ୍ୟ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି।

ବର୍ଷା ଓ ବଜ୍ରପାତ ନେଇ ୪ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୪ ଗୋଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ସତର୍କ ସୂଚନା ଜାରି କରାଯାଇଥିବା ୪ଜିଲା ଗୁଡିକ ହେଲେ ଦକ୍ଷିଣ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା। ପାଗକୁ ଦେଖି ଲୋକ ଘରୁ ବାହାରିବା ସହ ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନରେ ରହିବା ନେଇ ସୂଚନା ଦିଆଯାଇଛି ।

#Forecast Day -1 (valid up to 0830 hrs IST of 18.03.2021):

Light to moderate rain or thundershower likely to occur at one or two places over the districts of Bargarh, Jharsuguda, Sundargarh and dry weather very likely to prevail over the rest districts of Odisha. pic.twitter.com/4KTV5ndGvE

— Meteorological Centre, Bhubaneswar (@mcbbsr) March 17, 2021

୧୧ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ସତର୍କତା
ଭୁବନେଶ୍ୱର: ପୂର୍ବ ଆକଳନ ଅନୁଯାୟୀ ରାଜ୍ୟର କିଛି ସ୍ଥାନରେ କାଳ ବୈଶାଖୀ ଜନିତ ବର୍ଷା ହୋଇଛି। ଗତ ୩୬ ଘଣ୍ଟା ମଧ୍ୟରେ ଭଦ୍ରକର ଆଖୁଆପଦାରେ ୨୭.୪ ମିଲିମିଟର, ଅନୁଗୁଳରେ ୧୭.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗିରରେ ୪.୫ ତାଳଚେରରେ ୪ ମିମି ବର୍ଷା ହୋଇଛି। ଅନ୍ୟପକ୍ଷରେ ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ ଗଞ୍ଜାମ ଆଦି ଜିଲାରେ ହାଲୁକାରୁୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାଳନ ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ଏହି ୧୧ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣି ଜାରି ହୋଇଛି।

ପାଣିପାଗ କେନ୍ଦ୍ରର ନିେର୍ଦ୍ଦେଶକ ଏଚ୍‍.ଆର୍‍. ବିଶ୍ୱାସଙ୍କ ସୂଚନା ଅନୁଯାୟୀ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ୨ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। ଏହାପରେ ପୁଣି ୨-୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବ ବୋଲି ଡ. ବିଶ୍ୱାସ କହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ତାଳଚେର ଓ ମାଲକାନଗିରିରେ ରାଜ୍ୟର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ଦୁଇଟି ସହରରେ ତାପମାତ୍ରା ୩୮ ଡିଗ୍ରୀ ଲେଖାଏ ରେକର୍ଡ ହୋଇଥିବା ବେଳେ କୋରାପୁଟରେ ୧୬ ଡିଗ୍ରୀ ସହିତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି।

ବଢ଼ିବ ତାପମାତ୍ରା, ଆସିବ କାଳବୈଶାଖୀ
ଭୁବନେଶ୍ୱର: ରାଜ୍ୟରେ ଏଣକି ତାପମାତ୍ରା ବୃଦ୍ଧି ପାଇବା ସାଙ୍ଗକୁ ବିଭିନ୍ନ ଜିଲ୍ଲାରେ କାଳବୈଶାଖି ଜନିତ ବର୍ଷା ହେବ। ବୁଧବାର ମୟୂରଭଞ୍ଜ ସମେତ କିଛି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ଆଗକୁ ବି ଏହି ସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ପାଣପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ ଓ ନବରଙ୍ଗପୁରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ବିଜୁଳି ଘଡ଼ଘଡ଼ି ହେବାର ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୭ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ଏସ୍‍ଆର୍‍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ୭ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି।

ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବା ଅନୁଯାୟୀ ୧୮ ତାରିଖରୁ କାଳବୈଶାଖି ବଢ଼ିବ। ରାଜ୍ୟରେ ବର୍ତ୍ତମାନ କାଳବୈଶାଖି ବର୍ଷା ପାଇଁ ପାଗ ଅନୁକୁଳ ହେବାରେ ଲାଗିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିବ। ଶୁକ୍ରବାର ଦିନ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ସମେତ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ୧୩ ତାରିଖରେ ମଧ୍ୟ ଏହାର ସମ୍ଭାବନା ରହିଛି। ତେବେ ୧୮ ତାରିଖରୁ ଏହା ବୃଦ୍ଧି ପାଇବ। ସେହିପରି ଏଣିତି ତାପମାତ୍ରା ବଢ଼ିବ। ଓଡ଼ିଶା ସମେତ ଉତ୍ତର ଭାରତରେ ବଢ଼ିବା ପରିବର୍ତ୍ତେ କମିଛି। ‘ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ’ ସହିତ ବାୟୁର ଦିଗ ପରିବର୍ତ୍ତନ ହୋଇଥିବାରୁ ଏହି ସ୍ଥିତି ଉପୁଜିଛି। ତେବେ ୧୫ ତାରିଖରୁ ତାପମାତ୍ର ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଉଭୟ ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ସର୍ବଧିକ ଓ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ଭୁବନେଶ୍ୱରରେ ୧୬ ତାରିଖ ସୁଦ୍ଧା ତାପମାତ୍ରା ପୁଣି ୪୦ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି ବୋଲି ପ୍ରଫେସର ପଶୁପାଳକ ପୂର୍ବାନୂମାନ କରିଛନ୍ତି।

ବର୍ଷା ଓ ବଜ୍ରପାତ ନେଇ ୭ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ରାଜ୍ଯରୋ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୭ଜିଲା ଗୁଡିକ ହେଲେ କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା। ଏହି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ଲୋକମାନେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।

ସେହିଭଳି ଆଜି ମଧ୍ୟ ଶିମିଳିପାଳ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଥିବା ଉଭୟ ରାଡ଼ାର ଏବଂ ସାଟେଲାଇଟ ଦ୍ୱାରା ଉତ୍ତୋଳନ ହୋଇଥିବା ଚିତ୍ରରୁ ସ୍ପଷ୍ଟ ଜଣାପଡ଼ିଛି ।

ଉଭୟ #ରାଡ଼ାର ଏବଂ #ସାଟେଲାଇଟ ଦ୍ୱାରା #ଉତୋଳନ ହୋଇଥିବା ଚିତ୍ରରୁ ଏହା ସ୍ପଷ୍ଟ ହୋଇଛି ଯେ , ଆଜି ମଧ୍ୟ #ଶିମିଳିପାଳ ଅଞ୍ଚଳରେ #ବିଜୁଳି_ଘଡଘଡି ସହ #ହାଲୁକାରୁ ମଧ୍ୟମ ଧରଣର #ବର୍ଷା ଅନୁଭୂତ ହେଉଛି | @ForestDeptt pic.twitter.com/AKqc8bU3IO

— Meteorological Centre, Bhubaneswar (@mcbbsr) March 11, 2021

ଆଗାମୀ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ତାରିଖ ଯାଏ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ।

ରାତିରେ ବଢିବ ତାତି, ୧୫ ତାରିଖରେ ୪୨ ଡିଗ୍ରୀ ଟପିପାରେ ତାପମାତ୍ରା
ଭୁବନେଶ୍ୱର: ସୋମବାରଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ କ୍ରମାଗତ ଭାବେ ଗରମ ବଢ଼ିବ। ସୋମବାର ଓ ମଙ୍ଗଳବାର  ମଧ୍ୟରେ ଆଭ୍ୟନ୍ତରୀଣ ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାର କେତକ ସ୍ଥାନରେ ଯଥା ଟିଟିଲାଗଡ଼, ଅନୁଗୁଳ ଓ ମାଲକାନାଗିରି ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଅତିକ୍ରମ କରିବ ବୋଲି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।

ପ୍ରଫେସର ଶ୍ରୀ ପଶୁପାଳକ କହିଛନ୍ତି, ଭୁବନେଶ୍ୱର ସମେତ ସମସ୍ତ ଉପକୂଳ ଓ ଦକ୍ଷିଣ ଉପକୂଳ ସଂଲଗ୍ନ ଜିଲ୍ଲାରେ ୮ରୁ ୧୦ ତାରିଖ ଯାଏ ତାପମାତ୍ରା କମ୍‌ ରହିବ । ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୭ରୁ ୩୮ଡିଗ୍ରୀ ରହିବ । ଏଠାରେ ୧୧ରୁ ୧୪ ତାରିଖ ଯାଏ ତାତି ବଢିବ। ଏହି ସମୟ ଭିତରେ ତାପମାତ୍ରା ପାଖାପାଖି ୪୦ଡିଗ୍ରୀ ରହିବ । ୧୫ ତାରିଖରେ ପୁଣି ବଢି ୪୦ଡିଗ୍ରୀ ଟପିବ । ତେବେ ସାମୁଦ୍ରିକ ପବନର ଅସ୍ଥିରତା ଯୋଗୁ ତାତି ବଢିବା ହାରରେ ସାମାନ୍ଯ ପରିବର୍ତ୍ତନ ହୋଇପାରେ ବୋଲି ସେ କହିଛନ୍ତି ।

ସେପଟେ ସମସ୍ତ ଆଭ୍ୟନ୍ତରୀଣ ଅଞ୍ଚଳରେ(ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ବୌଦ୍ଧ) ସୋମବାରଠାରୁ ତାତି କ୍ରମଶଃ ବଢିବ। ସୋମବାର ଓ ମଙ୍ଗଳବାର ଭିତରେ ଆଭ୍ୟନ୍ତରୀଣ ଦକ୍ଷିଣ ଓ କେନ୍ଦ୍ରୀୟ ଓଡିଶାର କିଛି ସ୍ଥାନ(ଟିଟିଲାଗଡ, ଅନୁଗୁଳ ଓ ମାଲକାନଗିରି)ରେ ସର୍ବାଧିକ ୪ ଡିଗ୍ରୀ ଅତିକ୍ରମ କରିବ । ୧୪ ତାରିଖ ଯାଏ ସର୍ବାଧିକ ୪୧ଡିଗ୍ରୀ ଭିତରେ ରହିବ । ୧୫ ତାରିଖରେ ଏହା ପୁଣି ବଢି ୪୧ଡିଗ୍ରୀ ଛୁଇଁପାରେ । ତେବେ ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୨ ତାରିଖ ସୁଦ୍ଧା ୨ଡିଗ୍ରୀ ବଢିବ । ଉପକୂଳରେ ୮ ଓ ୧୨ ତାରିଖରେ କୁହୁଡି ହେବାର ସମ୍ଭାବନା ଅଛି ବୋଲି ସେ ପୂର୍ବାନୁମାନ କରିଛନ୍ତି ।

ସୂଚନା ଅନୁଯାୟୀ, ରବିବାର ରାଜ୍ୟରେ ୭ଟି ଜିଲ୍ଲା ୩୮ଡିଗ୍ରୀ ଉପରେ ରହିଥିଲା । ସମ୍ବଲପୁର ଓ ଅନୁଗୁଳର ତାପମାତ୍ରା ସର୍ବାଧିକ ୩୮.୭ ଡିଗ୍ରୀ ରେକର୍ଡ ହୋଇଛି । ଟିଟିଲାଗଡ଼ ଓ ମାଲକାନଗିରିର ତାପମାତ୍ରା ୩୮.୫ଡିଗ୍ରୀ ରହିଛି । ଭୁବନେଶ୍ୱରର ୩୮.୪ ଓ ତାଳଚେରର ତାପମାତ୍ରା ୩୮.୪ ଡିଗ୍ରୀ ରହିଥିଲା ।