MLA Prashant Jagaddev - The Sakala

ସ୍ୱାସ୍ଥ୍ୟ ସମସ୍ୟା ପାଇଁ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନିଆ ଅନ୍ତରୀଣ ଜାମିନ
କଟକ: ବାହୁବଳୀ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଜାମିନ । ୭ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ ମଞ୍ଜୁର କଲେ ହାଇକୋର୍ଟ। ଜାମିନ୍ ଅବଧି ସରିବା ପରେ ଅତ୍ମସମର୍ପଣ କରିବା ପାଇଁ କୋର୍ଟ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ସମସ୍ୟା ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ ।

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ୟ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଚାରିଚକିଆ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ। ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ। ତେବେ ଏହି ଘଟଣା ପରେ ଉତ୍ତ୍ୟକ୍ତ ଜନତା ବିଧାୟକ ଶ୍ରୀ ଜଗଦେବଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସର୍ବସାଧାରଣଙ୍କ ଦ୍ବାରା ନିସ୍ତୁକ ମାଡ଼ ଖାଇବା ପରେ ବିଧାୟକ ଲହୁଲୁହାଣ ହୋଇଯାଇଥିଲେ। ତାଙ୍କୁ ମଧ୍ୟ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲୋକେ ତାଙ୍କ ଗାଡ଼ିକୁ ବାଡ଼େଇ ଭାଙ୍ଗିଦେଇଥିଲେ। ପ୍ରଶାନ୍ତ ଗତ ୨୨ ତାରିଖ ଅପରାହ୍ନରେ ହସ୍ପିଟାଲରୁ ବାହାରିବା ପରେ ପୁଲିସ ତାଙ୍କୁ ଗିରଫ କରିଥିଲା।

ବାଣପୁର ଏନଏସି ଅଞ୍ଚଳରେ ୧୪୪ ଧାରା ଜାରି
ଖୋର୍ଦ୍ଧା: ବାଣପୁର ବ୍ଲକ ଅଫିସ ନିକଟରେ ୧୪୪ ଧାରା ଜାରି କରାଯାଇଛି। ଖୋର୍ଦ୍ଧା ଉପ-ଜିଲ୍ଲାପାଳ ବାଣପୁର ଏନଏସି ଅଞ୍ଚଳରେ ଏହି କଟକଣା ଲାଗୁ କରିଛନ୍ତି । ତେବେ ଉକ୍ତ ଅଂଚଳରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଏହି ଧାରା ଲାଗୁ ରହିବ । କୌଣସି ଅପ୍ରିତୀକର ପରିସ୍ଥିତି ଘଟିବା ପୂର୍ବରୁ ଜାରି କରାଯାଇଛି ଧାରା ୧୪୪ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଉପସ୍ଥିତ ଲୋକଙ୍କ ଉପରକୁ ଗାଡି ମଡାଇବା ପରେ ସେଠାରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ମଧ୍ୟ ବାଣପୁରରେ ପହଁଚି ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିଛନ୍ତି । ସେହିପରି ୪ ପ୍ଲାଟନରୁ ଅଧିକ ପୋଲିସ ଫୋର୍ସ ନିୟୋଜିତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ ବାଣପୁର ବ୍ଲକ ଚେୟାରମ୍ୟାନ ନିର୍ବାଚନ ଚାଲିବା ସମୟରେ ଲୋକଙ୍କ ଗହଳି ଲାଗି ରହିଥିଲା। ଏହି ସମୟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଗହଳି ଉପରେ ନିଜ ଏସୟୁଭି କାର ଚଢାଇ ଦେଇଥିଲେ। ଏଥିରେ ମୋଟ ୨୪ ଜଣ ଆହତ ହୋଇଥିଲେ । ଏହାକୁ ନେଇ ଉତ୍ତେଜନା ଦେଖା ଦେଇଥିଲା। ଉପସ୍ଥିତ ଲୋକମାନେ ଉତ୍ତ୍ୟକ୍ତ ହୋଇ ବିଧାୟକଙ୍କ ତାଙ୍କ ଗାଡି ଭିତରୁ ଟାଣି ଆଣି ପ୍ରବଳ ମାଡ଼ ମାରି ଲହୁଲୁହାଣ କରିଥିଲେ।

ଅନ୍ୟପଟେ ସୁସ୍ଥ ହେବା ପରେ ତାଙ୍କୁ ଗିରଫ କରାଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ । ଏହା ସହ ଡିଏସପି ରାଙ୍କର ଜଣେ ଅଧିକାରୀ ଏହି ଘଟଣାର ତଦନ୍ତ କରିବେ ବୋଲି ସେ ସୂଚନା ଦେଇଛନ୍ତି । ଘଟଣା ଘଟିବାବେଳେ ବାଣପୁର ଆଇଆଇସି ଗାଡି ଆଗରେ ଠିଆ ହୋଇ ମନା କରୁଥିବା ସତ୍ତ୍ବେ ବିଧାୟକ ପୋଲିସ ଓ ଲୋକଙ୍କ ଉପରେ ଗାଡି ଚଢାଇଦେଇଥିଲେ ବୋଲି କହିଛନ୍ତି ଆଇଜି ।

ସୁସ୍ଥ ହେବା ପରେ ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଭୁବନେଶ୍ୱର: ସୁସ୍ଥ ହେବା ପରେ ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଖୋର୍ଦ୍ଧା ବାଣପୁରରେ ଘଟାଇଥିବା ନରସଂହାର ଘଟଣାରେ ପୋଲିସ ନେବ କଡା କାର୍ଯ୍ୟାନୁଷ୍ଠାନ । ଏବେ ଗୁରୁତର ଆହତ ହୋଇ ଆଇସିୟୁରେ ଅଛନ୍ତି ବିଧାୟକ ପ୍ରଶାନ୍ତ । ସୁସ୍ଥ ହେବା ପରେ ପୋଲିସ ତାଙ୍କୁ ଗିରଫ କରିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ।

ବାଣପୁର ବ୍ଲକ ସାମ୍ନାରେ ଉପସ୍ଥିତି ଲୋକଙ୍କ ଉପରେ ଗାଡ଼ି ଛଡାଇଦେଇଥିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଫଳରେ ଘଟଣାସ୍ଥଳରେ ଉପସ୍ଥିତ ୨୩ ଜଣ ଲୋକ ଆହତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ରହିଛି । ୯ ଜଣ ପୋଲିସ କର୍ମୀ ଆହତ ହୋଇଥିବାବେଳେ ୧୫ ଜଣ ବିଜେପି କର୍ମୀ ଆହତ ହୋଇଛନ୍ତି ।

ତେବେ ବିଧାୟକଙ୍କ ଏଭଳି ଗୁଣ୍ଡାରାଜ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ବିଧାୟକଙ୍କ ଖୁବ ଶୀଘ୍ର ଗିରଫ କରାଯିବ । ଯଦ୍ୱାରା କେହି ମଧ୍ୟ ଏପରି କାର୍ଯ୍ୟ କରିବାକୁ ଯେପରି ସାହସ ନକରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ଅହିଂସାକୁ ସ୍ୱୀକୃତି ଦେଇ ଆସିଛନ୍ତି । ଯେଉଁଠି ଅପରାଧ ଘଟିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।