CM NAVEEN PATTNAIK zero tolerance - The Sakala

ଦୁର୍ନୀତି ବିରୋଧରେ ଲଢ଼ିବା ପାଇଁ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ
ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ଲଢ଼ିବା ପାଇଁ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ପାଳନ ଅବସରରେ ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହି ଆହ୍ବାନ ଦେଇଛନ୍ତି । ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି ଗ୍ରହଣ କରାଯାଇଛି । କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ରାଜ୍ୟ ସରକାର ଚାକିରିରୁ ବିଦା କରିଛନ୍ତି । ଦୁର୍ନୀତି ପାଇଁ କିଛି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ । ସାରା ଦେଶରେ ଓଡ଼ିଶା ଭିଜିଲାନ୍ସ ୧ ନମ୍ବର ସ୍ଥାନରେ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସି ପ୍ରକାଶ କରିଥିଲେ । ଭିଜିଲାନ୍ସ ନିର୍ଦ୍ଦେଶକ ଯଶଓ୍ୱନ୍ତ ଜେଠଓ୍ୱା କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲରାନ୍ସ ନୀତିକୁ କଡ଼ାକଡ଼ି କାର୍ଯ୍ୟକାରୀ କରାଯାଉଛି । ବହୁ ଦୁର୍ନୀତି ମାମଲାର ପର୍ଦ୍ଦାଫାସ୍‌ କରିଛି ଓଡ଼ିଶା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ୭୭ପ୍ରତିଶତ ସଫଳତା ମିଳିଛି । ସବୁ ଭିଜିଲାନ୍ସ କୋର୍ଟକୁ ଡିଜିଟାଇଜେସନ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଦକ୍ଷ ନେତୃତ୍ୱକୁ ପ୍ରଶଂସା କରିଥିଲେ ଭିଜିଲାନ୍ସ ଡିଜି । କହିଥିଲେ, ଦୁର୍ନୀତି ହେଉଛି କର୍କଟ ସଦୃଶ । ଏହାର ସଫଳ ଚିକିତ୍ସା ଦରକାର । ନୂଆ ଓଡ଼ିଶା ସ୍ୱପ୍ନକୁ ସଫଳ କରିବା ପାଇଁ ଓଡ଼ିଶା ଭିଜିଲାନ୍ସ କାମ କରିବ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଥିଲେ, ଦୁର୍ନୀତି ବିରୋଧରେ ଓଡ଼ିଶା ସରକାର ଲଢ଼େଇ ଜାରି ରଖିଛନ୍ତି । ଦୁର୍ନୀତି ମାମଲାରେ ଓଡ଼ିଶା ଭିଜିଲାନ୍ସର କାମ ପ୍ରଶଂସନୀୟ । ଏହି ଅବସରରେ କମ୍ପ୍ୟୁଟର ବେସଡ ତଦନ୍ତର ଶୁଭାରମ୍ଭ ହୋଇଛି । ରାଉରକେଲା ଓ ବାଲେଶ୍ୱର ଭିଜିଲାନ୍ସ ଅଫିସ ଲୋକାର୍ପଣ ସହିତ କଟକ ଭିଜିଲାନ୍ସ ଡିଭିଜନକୁ ଶ୍ରେଷ୍ଠ ଡିଭିଜନ ଭାବେ ସମ୍ମାନିତ କରାଯାଇଛି ।

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି, ଆଉ ୯ ଅଧିକାରୀଙ୍କ ଉପରେ ନେଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଏବଂ ଏଥିରେ ବିଭିନ୍ନ କ୍ଷେତ୍ରର ଅଧିକାରୀ, ଯଥା – ଏକ୍‌ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍‌ ଅଧିକାରୀ,  କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଂଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ ।  ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ  ବା ବାଧ୍ୟତାମୂଳକ ଅବସର  ଦିଆଯାଇଛି କିମ୍ବା ସେମାନଙ୍କର ପେନ୍‌ସନ ବନ୍ଦ କରାଯାଇଛି ।

ଏହି ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲା RWSS Division-IIର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶିବରାମ ବିଶ୍ବାଳ ଏକ ଦୁର୍ନୀତି ମାମଲାରେ  ଦେଷୀସାବ୍ୟସ୍ତ ହୋଇଛନ୍ତି।  ତାଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।

ସେହିପରି କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍‌ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଶ୍ରୀ ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଶ୍ରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।  ଦୁର୍ନୀତି, ଅପାରଗତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।

ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ ଶ୍ରୀ କୃଷ୍ଣଚନ୍ଦ୍ର ଗୌଡ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଶ୍ରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ବରଗଡ ଜିଲ୍ଲା ସୋହେଲା RWSSର ପୂର୍ବତନ ଜୁନିଅର ଇଂଜିନିୟର ଶ୍ରୀ ଉପେନ୍ଦ୍ରଭଂଜ ନାୟକ ଜଣେ ସରକାରୀ ଅଧିକାରୀ ହେବା ସତ୍ତ୍ବେ କାର୍ଯ୍ୟରେ ସଚ୍ଚୋଟତା ରକ୍ଷା କରିବାରେ ଏବଂ କର୍ତ୍ତବ୍ୟ ପରାୟଣତାରେ ବିଫଳ ହୋଇଥିଲେ। ଏହାସହିତ ତାଙ୍କର ବ୍ୟବହାରରେ ଶିଷ୍ଟାଚାର ମଧ୍ୟ ନଥିଲା। ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରୀରୁ ବହିଷ୍କୃତ କରାଯାଇଛି।

ସୁନ୍ଦରଗଡ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ଶ୍ରୀ ସୁଶିଲ କୁମାର ମେହେର ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କୃତ କରାଯାଇଛି।

ମୟୁରଭଂଜ ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଶ୍ରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ନୟାଗଡ ଜିଲ୍ଲା ଚାନ୍ଦପୁରର ପୂର୍ବତନ DMSN ସୁପରିନ୍‌ଟେଣ୍ଡେଟ ଡଃ ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ପାଉଥିବା ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହନଶୀଳତା ଅଭିଯାନ: ଏପର୍ଯ୍ୟନ୍ତ ବିଦାହେଲେଣି ୧୬୪ ଅପାରଗ ଓ ଦୁର୍ନୀତିଖୋର
ଭୁବନେଶ୍ୱର: ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯେଉଁ ସମୟରେ ବି ଦୁର୍ନୀତିର ଅଭିଯୋଗ ଆସିଛି, ସେତେବେଳେ ଦୁର୍ନୀତିଖୋରଙ୍କୁ ଶାସ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ। ଜିରୋ ଟଲରେନ୍ସ ବା ଶୂନ୍ୟ ସହନଶୀଳ ନୀତି ଆପଣାଇ ସରକାରୀ କଳକୁ ବାରମ୍ବାର ସତର୍କ କରାଉଥିବା ମୁଖ୍ୟମନ୍ତ୍ରୀ ନେଇ ଚାଲିଛନ୍ତି ଅନେକ ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ । ଯାହା ଦିନକୁ ଦିନ ଉଦାହରଣ ପାଲଟିବାରେ ଲାଗିଛି। ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହନଶୀଳନା ନୀତି ଆଧାରରେ ଗତକାଲି (ବୁଧବାର) ୬ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହାକୁ ମିଶାଇ ଆଜି ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେଲାଣି। ବୁଧବାର ଚାକିରିରୁ ବିଦା ହୋଇଥିବା ଅଧିକାରୀଙ୍କ ମଧ୍ୟରେ ମୁଖ୍ୟଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ, ବ୍ଲକ ଶିକ୍ଷା ଅଧିକାରୀ ପ୍ରମୁଖ ସାମିଲ ଅଛନ୍ତି।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ହସ୍ତଗତ ସୂଚନା ଅନୁସାରେ, ଆଜି ବାଧ୍ୟତାମୂଳକ ଅବସର ପାଇଥିବା ଅଧିକାରୀଙ୍କ ମଧ୍ୟରେ ତିନି ଜଣ ନିର୍ବାହୀ ଯନ୍ତ୍ରୀ, ଦୁଇ ଜଣ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଏବଂ ଜଣେ ମୁଖ୍ୟଯନ୍ତ୍ରୀ ଅଛନ୍ତି। ସମ୍ବଲପୁର ଇଲେକ୍ଟ୍ରିିକାଲ ମୁଖ୍ୟଯନ୍ତ୍ରୀ ସୁନୀଲ କୁମାର ପଣ୍ଡାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଶ୍ରୀ ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଥିବା ବେଳେ ଚଢ଼ଉ ପରେ ତାଙ୍କ ହେପାଜତରୁ ୩ କୋଟି ୨୬ ଲକ୍ଷ ଟଙ୍କାର ଆୟବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିଲା।

ଏଥିପାଇଁ ସରକାର ତାଙ୍କୁ ପୂର୍ବରୁ ନିଲମ୍ବିତ କରିଥିବା ବେଳେ ଆଜି ଚାକିରିରୁ ବିଦା କରାଯାଇଛି। ସେହିପରି ଚରମ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଥିବା ବ୍ରହ୍ମପୁର ରୁରାଲ୍‍ ୱାର୍କ୍ସ ଇଲେକ୍ଟ୍ରିକାଲ ଡିଭିଜନ୍‍ର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ତାଙ୍କ ନିକଟରୁ ୭.୬୩ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରାଯାଇ ନିଲମ୍ବନ କରାଯାଇଥିଲା। ସେହିପରି ଭୁବନେଶ୍ୱରରେ କାର୍ଯ୍ୟରତ ନିର୍ବାହୀ ଯନ୍ତ୍ରୀ (ଟେଷ୍ଟିଂ ଆଣ୍ଡ କାଲିବିରେସନ୍‍) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ କୁମାର ଭୂୟାଁଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରୁଜୁ ହୋଇଥିଲା। କାର୍ଯ୍ୟକ୍ଷେତ୍ରରେ ଅସାଧୁ ଆଚରଣ ପାଇଁ ଆଜି ଶ୍ରୀ ଭୂୟାଁଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏଥିସହ ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ (ଇଡି ଆଣ୍ଡ ଇନ୍ସପେକ୍ସନ୍‍) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି।

ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡ଼଼ା ଜିଲ୍ଲା ଗୁଣୁପୁର ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଅନ୍ତର୍ଯ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ସେ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ। ଚଳିତ ମାସ ୨ ତାରିଖ ଦିନ ତାଙ୍କୁ ଗିରଫ କରାଯାଇଥିଲା। ଅପରପକ୍ଷେ ଗଜପତି ଜିଲ୍ଲା ନୂଆଗଡ଼଼ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଶ୍ରୀ ନାୟକ ନିଜ କାର୍ଯ୍ୟାଳୟ ଭିତରେ ୩୦ ହଜାର ଟଙ୍କା ଉତ୍କୋଚ ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ। ଏହି କାରଣ ପାଇଁ ଆଜି ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଜଣାପଡ଼ିଛି। ଏହା ପୂର୍ବରୁ ଗତ ୧୬ ତାରିଖରେ ୬ ଜଣ ଦୁର୍ନୀତିଖୋର ଏବଂ ଅପାରଗ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।

ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ଗୁରୁତ୍ୱାରୋପ କରୁଥିବା ବେଳେ ଦୁର୍ନୀତିଗ୍ରସ୍ତ ଏବଂ କର୍ତ୍ତବ୍ୟରେ ଅବହେଳା କରୁଥିବା କର୍ମଚାରୀଙ୍କ କ୍ଷେତ୍ରରେ ଆଦୌ ଦୟା ପ୍ରଦର୍ଶନ କରାଯିବ ନାହିଁ ବୋଲି ଚେତାବନୀ ଦେଇ ଆସିଛନ୍ତି। ସରକାରୀ ଚାକିରିରେ ରହିଲେ ଲୋକଙ୍କ ପାଖରେ ଉତ୍ତରଦାୟୀ ରହିବାକୁ ପଡ଼ିବ। ସ୍ୱଚ୍ଛତା ଓ ଦକ୍ଷତା ପ୍ରଦର୍ଶନ କଲେ ପୁରସ୍କାର ମିଳିବ। କିନ୍ତୁ ଅବହେଳା କଲେ ନିସ୍ତାର ମିଳିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ପଷ୍ଟ କରି ଦେଇଛନ୍ତି। ପରିଣାମ ସ୍ୱରୂପ, ଏପରି କର୍ମଚାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇ ଚାକିରିରୁ ବିଦାୟ ଦିଆଯାଉଛି। ରାଜ୍ୟ ସରକାର ଯେପରି ଭାବେ ଦୁର୍ନୀତିଗ୍ରସ୍ତ ଏବଂ ଅପାରଗ ସରକାରୀ ବାବୁମାନଙ୍କ ବିରୋଧରେ ଚରମ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି, ତାକୁ ଦେଖି ସେଇ ରାସ୍ତାରେ ଥିବା ଅନ୍ୟ ବାବୁମାନେ ଏବେ ପୂରା ଛାନିଆ।