OUTR - The Sakala

ବୈଷୟିକ ଶିକ୍ଷା କ୍ଷେତ୍ରରେ ଆସିବ ରୂପାନ୍ତର : OUTRର ମାଷ୍ଟର ପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ତିନି ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା
ଭୁବନେଶ୍ବର : ଓଡିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(OUTR)ର ହେବ ନବକଳେବର । ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍‌ନୋଲୋଜି ବା CET ଭାବେ ପରିଚିତ ଥିଲା। ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ହେବ ରୂପାନ୍ତର । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା। କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ ୧୦୦୦ କୋଟି ଟଙ୍କା । IIM, IIT ଓ NIT ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯାଇପାରିବ । ଆଜି OUTR ର ବିକାଶ ସଂପର୍କିତ master plan କୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ବର୍ତ୍ତମାନ OUTRରେ ୪୬୦୦ ଛାତ୍ରଛାତ୍ରୀ ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାକୁ IIT ଢାଞ୍ଚାରେ ବିକାଶ କରାଯିବ ।ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ OUTRର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସଂପର୍କରେ ସମୀକ୍ଷା କରିଥିଲେ । ଏହି ବିଶ୍ବବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଶିକ୍ଷା ଓ ଗବେଷଣାର ଗୁଣାତ୍ମକ ମାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।

ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ବ ସହ new age technology ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ Centre of Excellence ମଧ୍ୟ ପ୍ରତିଷ୍ଠା କରାଯିବ । ଏହାସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ବବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ । ପ୍ରଯୁକ୍ତି ବିଦ୍ୟା ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ Startup cultureକୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ Incubation Centreର ମଧ୍ୟ ବିକାଶ କରାଯିବ। ବିଶ୍ବବିଦ୍ୟାଳୟ ମଧ୍ୟରେ ଗବେଷଣା ସହିତ ଯେପରି ନୂଆ ନୂଆ patent ଓ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ହୋଇପାରିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ।  ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, OUTR (CET) ପରିଦର୍ଶନ କରି ଅଧ୍ୟାପକ ତଥା ଛାତ୍ରଛାତ୍ରୀ ମାନଙ୍କ ସହିତ ଅନୁଷ୍ଠାନର ବିକାଶ ସଂପର୍କରେ ଆଲୋଚନା କରିଥିଲେ ।

ସୂଚନାଯୋଗ୍ୟ ଯେ ଏହି ବିଶ୍ବବିଦ୍ୟାଳୟ ୧୯୮୧ ମସିହାରେ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ଅଧିନରେ College of Engineering & Technology ବା CET ନାମରେ ପ୍ରତିଷ୍ଠିତ ହୋଇଥିଲା। ୨୦୦୧ ମସିହାରେ ଏହା ଭୁବନେଶ୍ବରର ଘାଟିକିଆ ଠାରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ବ କ୍ୟମ୍ପସ୍‌କୁ ସ୍ଥାନାନ୍ତରିତ ହୋଇଥିଲା। ଏହା ହେଉଛି ଓଡିଶାର ଏକମାତ୍ର ଅନୁଷ୍ଠାନ ଯାହାକି NAAC A Grade ମାନ୍ୟତା ହାସଲ କରିପାରିଛି। ୨୦୨୧ରେ ଏହା ଏକ ବିଶ୍ବବିଦ୍ୟାଳୟର ମାନ୍ୟତା ପାଇଥିଲା ଏବଂ ଓଡିଶା ବୈଷୟିକ ଶିକ୍ଷା ତଥା ଗବେଷଣା ବିଶ୍ବବିଦ୍ୟାଳୟ ଭାବରେ ନାମିତ ହୋଇଥିଲା ।ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, OUTRର ରୂପାନ୍ତର ସଂପର୍କିତ ଏକ ଉପସ୍ଥାପନା ରଖିଥିଲେ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ବୈଠକରେ OUTRର OSD ଡଃ ରମେଶ ପାତ୍ର ସରକାରଙ୍କ ଲକ୍ଷ୍ୟ ପୂରଣ ଦିଗରେ ନିଷ୍ଠାପର ଉଦ୍ୟମ କରିବେ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ମାନେ ସରକାରଙ୍କ ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହିତ ବିଶ୍ବବିଦ୍ୟାଳୟର ଗୌରବ ବୃଦ୍ଧି ପାଇଁ ଯତ୍ନବାନ ହେବେ ବୋଲି କହିଥିଲେ ।ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଶାଳ ଦେବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ୱର OUTR ବୁଲି ଦେଖିବା ସହ ବିକାଶମୂଳକ କାମର ତଦାରଖ କଲେ 5T ସଚିବ ଭି.କେ ପାଣ୍ଡିଆନ୍‌
ଭୁବନେଶ୍ୱର: ଭୁବନେଶ୍ବର ଘାଟିକିଆସ୍ଥିତ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟିର ନାମ ପରିବର୍ତ୍ତନ ହୋଇଛି । କ୍ୟାବିନେଟ୍ ଅନୁମୋଦନ କ୍ରମେ ଏହାର ନାମ ଓଡ଼ିଶା ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ ବା OUTR କରାଯାଇଛି ।ଏହି ନୂଆ ବିଶ୍ବବିଦ୍ୟାଳୟର 5T ସଚିବ ଭି.କେ ପାଣ୍ଡିଆନ୍‌ । ଶନିବାର 5T ସଚିବ ଓଡ଼ିଶା ୟୁନିଭରସିଟି ଅଫ ଟେକ୍ନୋଲୋଜି ଆଣ୍ଡ ରିସର୍ଚ(OUTR) କ୍ୟାମ୍ପସ ବୁଲି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ସହ ସମୀକ୍ଷା ବୈଠକ କରିଛନ୍ତି। ଏଠାରେ ଚାଲିଥିବା ବିଭିନ୍ନ ପ୍ରକାର ବିକାଶମୂଳକ କାମର ତଦାରଖ କରିଛନ୍ତି 5T ସଚିବ । ଆବଶ୍ୟକୀୟ ଭିତ୍ତିଭୂମିର ସମୀକ୍ଷା କରିଛନ୍ତି 5T ସଚିବ । 5T ସଚିବଙ୍କ ସହ ବିଭାଗୀୟ ସଚିବ ହେମନ୍ତ ଶର୍ମା ମଧ୍ୟ ଉପସ୍ଥିତ ଅଛନ୍ତି ।

ଏଠାରେ ୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢ଼ୁଥିବା ବେଳେ ୨୬ଟି ପିଜି ଓ ୧୧ଟି ବି-ଟେକ୍‌ ବିଭାଗ ରହିଛି । ୩ରୁ ୫ ବର୍ଷ ମଧ୍ୟରେ ଏହାର ନିର୍ମାଣ କାମ ଶେଷ କରାଯିବାର ଯୋଜନା ରହିଛି। ଏଥିପାଇଁ ଯେତେ ଟଙ୍କା ଆବଶ୍ୟକ ସେଥିପାଇଁ ସ୍ଵତନ୍ତ୍ର ବଜେଟ ବ୍ୟବସ୍ଥା କରାଯିବ। ଶହେ ଏକର ଜମିରେ ଠିଆ ହୋଇଥିବା ଓୟୁଟିଆରକୁ ଦେଶର ନମ୍ବର ୱାନ ଏକକ ବିଶ୍ବବଦ୍ୟାଳୟ ପରିଣତ କରାଯିବାର ଯୋଜନା ରହିଛି।

OUTRରେ ବିକାଶମୂଳକ କାମ ବୁଲି ଦେଖିଲେ 5T ସଚିବ ଭିକେ ପାଣ୍ଡିଆନ୍
ଭୁବନେଶ୍ୱର: ଭୁବନେଶ୍ବର ଘାଟିକିଆସ୍ଥିତ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟିର ନାମ ପରିବର୍ତ୍ତନ ହୋଇଛି । କ୍ୟାବିନେଟ୍ ଅନୁମୋଦନ କ୍ରମେ ଏହାର ନାମ ଓଡ଼ିଶା ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ ବା OUTR କରାଯାଇଛି । ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ OUTR ଦ୍ବାରା ପରିଚାଳିତ ହେବେ । ଏହି ନୂଆ ବିଶ୍ବବିଦ୍ୟାଳୟର ପ୍ରସ୍ତାବିତ ମାଷ୍ଟରପ୍ଲାନର ସମୀକ୍ଷା କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ । ଆବଶ୍ୟକୀୟ ଭିତ୍ତିଭୂମିର ସମୀକ୍ଷା କରିଛନ୍ତି ୫ଟି ସଚିବ । ୫ଟି ସଚିବଙ୍କ ସହ ବିଭାଗୀୟ ସଚିବ ହେମନ୍ତ ଶର୍ମା ମଧ୍ୟ ଉପସ୍ଥିତ ଅଛନ୍ତି । ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ଆଜି ସମୀକ୍ଷାରେ ଅର୍ଥ ଅନୁଦାନ ସମ୍ପର୍କରେ ଓ ଅଧ୍ୟାପକ ନିଯୁକ୍ତି ସଂପର୍କରେ ହୋଇପାରେ ଆଲୋଚନା । ବର୍ତ୍ତମାନ ବିଶ୍ୱବିଦ୍ୟାଳୟରେ ୨୬ଟି ବିଭାଗରେ ମୋଟ ୫ ହଜାର ଛାତ୍ରଛାତ୍ରୀ ଅଛନ୍ତି ।