KALIA Assistance - The Sakala
ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେଲେ ୪୩ ଲକ୍ଷରୁ ଅଧିକ ଚାଷୀ
ଭୁବନେଶ୍ୱର: ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆ ଯାଇଛି। ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକ ମାନେ ଏହି ସହାୟତା ପାଇଛନ୍ତି। ୪୩ ଲକ୍ଷ ରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ଯାଙ୍କ ଖାତାକୁ ଦିଆ ଯାଇଛି। ଏହି ଅବସରରେ ଚାଷୀ ଭାଇ ମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀ ଙ୍କ କଲ୍ଯାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି ତେଣୁ ଆଜିର ପବିତ୍ର ଦିନ ରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଅର୍ଥିକ ବର୍ଷ ଆରମ୍ଭ କଲୁ।
ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନ ରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀ ମାନଙ୍କୁ ଦେଇଥିଲେ। ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟ ମନ୍ତ୍ରୀ ସେମାନଙ୍କୁ କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଥିଲେ। ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀ ମାନଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି ବୋଲି ପ୍ରକାଶ କରି ସେ ଚାଷୀ ମାନଙ୍କୁ ଫସଲ ବିବିଧ କରଣ ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଥିଲେ।
ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ କାଳିଆ ଯୋଜନା ଚାଷୀ ମାନଙ୍କୁ ଆତ୍ମ ନିର୍ଭର କରିଛି। ଚାଷ ପାଇଁ ଧାର ଉଧାର ରୁ ମୁକ୍ତି ମିଳିବା ସହିତ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି। ଏହି ଅବସରରେ କେତେକ ଚାଷୀ- ମାଲକାନଗିରିର ଗୋପୀନାଥ ପାଙ୍ଗି, ପୁରୀ ଜିଲ୍ଲା ପିପିଲିର ସୁଲୋଚନା ନାୟକ, ବରଗଡର ଦିପାଞ୍ଜଳି ପ୍ରମୁଖ କାଳିଆ ସହାୟତା ସମ୍ପର୍କରେ ସେମାନଙ୍କ ମତାମତ ରଖି ଏହାଦ୍ବାରା ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ଉପରେ ନିଜର ମତାମତ ଦେଇଥିଲେ।
ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକ ର କାଳିଆ ବୃତ୍ତି ଲାଭ କରିଥିବା କିରଣ କୁମାର ସାହୁ କିପରି ଏହି ସହାୟତା ଦ୍ଵାରା ସେ ଆଜି ବ୍ରହ୍ମପୁର MKCG Medical College ରେ ଡ଼ାକ୍ତରୀ ପାଠ ପଢିବା ପାଇଁ ସୁଯୋଗ ପାଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି କେ ପଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ କାଳିଆ ଯୋଜନାର ଉପଦେଷ୍ଟା ମାନେ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।
ଉତ୍କଳ ଦିବସ ଅବସରରେ ହିତାଧିକାରୀ ଚାଷୀଙ୍କୁ ଆଜି କାଳିଆ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ହିତାଧିକାରୀ ଚାଷୀଙ୍କୁ ମିଳିବ କାଳିଆ କିସ୍ତି । ଉତ୍କଳ ଦିବସ ଅବସରରେ ଆଜି ଚାଷୀମାନଙ୍କୁ କାଳିଆ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ କାଳିଆ କିସ୍ତି ଅର୍ଥ ବଣ୍ଟନ କରାଯିବ । ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବାକୁ ଥିବାରୁ ଏହି ଜିଲ୍ଲାର ହିତାଧିକାରୀଙ୍କୁ ଏହି ରାଶି ଉପନିର୍ବାଚନ ପରେ ପ୍ରଦାନ କରାଯିବ ।
୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ରାଜ୍ୟର ୧୪ ଲକ୍ଷ ଭୂମିହୀନ କୃଷି ଶ୍ରମିକ ଓ ୫୩ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଯୋଜନା ହୋଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।
ଭୁବନେଶ୍ବର: ନୂଆଁଖାଇରେ ଚାଷୀଙ୍କୁ ମିଳିଛି କାଳିଆ ସହାୟତା । ରାଜ୍ଯବାସୀଙ୍କୁ ଜୟ ଜଗନ୍ନାଥ ଓ ଜୟ ମା’ ସମଲେଶ୍ବରୀ କହି ନୂଆଁଖାଇ ଜୁହାର ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆଁଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି ବୋଲି କାଳିଆ ସହାୟତା ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି।
ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯ କୋଟି ଟଙ୍କାର ସହାୟତା ଦିଆଯାଇଛି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ସଳଖ ୨୦୦୦ ଟଙ୍କା ପୈଠ କରାଯାଇଛି । କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀ ମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି ।
ଭୂମିହୀନ ଚାଷୀ ମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ।
ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି। ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି। ଶୀଘ୍ର ବନ୍ୟା କ୍ଷୟକ୍ଷତିରି ରିପୋର୍ଟ ଦେବାକୁ ମୁଁ ନିର୍ଦ୍ଦେଶ ଦେଇଛି । ଆପଣମାନଙ୍କୁ ଖୁବ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ। ଓଡିଶାର ଗୌରବକୁ ଆମର ଚାଷୀଭାଇ ମାନେ ଉଜ୍ଜଳ କରିଛନ୍ତି। ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଚାଷୀଙ୍କୁ ‘ଅକ୍ଷୟ’ ଭେଟି : ଆଜି ମିଳିବ ‘କାଳିଆ’ କିସ୍ତି
ଭୁବନେଶ୍ୱର : ଆଜି ରାଜ୍ୟ ସରକାର ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଉପଲକ୍ଷେ ଚାଷୀମାନଙ୍କୁ ‘କାଳିଆ’ ଭେଟି ପ୍ରଦାନ କରିବେ। ରାଜ୍ୟର ୪୦ ଲକ୍ଷରୁ ଊର୍ଦ୍ଧ୍ବ  କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟ ୮୦୪ କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ। ମଙ୍ଗଳବାର ଅପରାହ୍ନରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଅର୍ଥ ରାଶି ଯିବ। ମାତ୍ର ସହାୟତା ରାଶି ମଞ୍ଜୁର ହୋଇଥିଲେ ବି ଝାରସୁଗୁଡ଼ା ଜିଲ୍ଲାର ହିତାଧିକାରୀଙ୍କୁ ପ୍ରଦାନ କରାଯିବ ନାହିଁ। ସୋମବାର ସନ୍ଧ୍ୟାରେ ଝାରସୁଗୁଡ଼ା ଜିଲ୍ଲା ଉପ-ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେଣୁ ସାରା ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ୨୯ଟି ଜିଲ୍ଲାର ହିତାଧିକାରୀଙ୍କୁ ଏହି ସହାୟତା ରାଶି ମଙ୍ଗଳବାର ମିଳିବ।
ସେହିପରି ଜୁନ୍‍ ମାସ ୫ ତାରିଖ ପରେ ଝାରସୁଗୁଡ଼ା ଜିଲ୍ଲା ହିତାଧିକାରୀଙ୍କୁ ସହାୟତା ରାଶି ମିଳିବ। ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ଦୃଢ଼ୀଭୂତ କରିବା ଓ ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ସ୍ୱତନ୍ତ୍ର କୃଷି କ୍ୟାବିନେଟ୍‍ ଠାରୁ ଆରମ୍ଭ କରି କୃଷି ଓ କୃଷକ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ଗ୍ରହଣ କରାଯାଉଛି। କାଳିଆ ଯୋଜନା ରାଜ୍ୟର ଚାଷୀଙ୍କ ହିତ ଲାଗି ଏକ ପରିବର୍ତ୍ତନକାରୀ କାର୍ଯ୍ୟକ୍ରମର ମାନ୍ୟତା ପାଇଛି ଏବଂ ଓଡ଼ିଶାର ଏହି ଯୋଜନାକୁ ଅନୁସରଣ କରି ଜାତୀୟସ୍ତରରେ କେନ୍ଦ୍ର ସରକାର ଓ ଅନ୍ୟାନ୍ୟ ରାଜ୍ୟ ସରକାର ଅନୁରୂପ କାର୍ଯ୍ୟକ୍ରମ ପ୍ରଣୟନ କରିଛନ୍ତି। ସରକାର ପ୍ରଥମ ପର୍ଯ୍ୟାୟରେ ୫ ବର୍ଷ ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ହେଁ ପୁନର୍ବାର ଏହାର ଅବଧିକୁ ବୃଦ୍ଧି କରିଛନ୍ତି। ଆଜି ଅକ୍ଷୟ ତୃତୀୟାରେ ରାଜ୍ୟର ପ୍ରାୟ ୪୦ ଲକ୍ଷ ଚାଷୀଙ୍କୁ କାଳିଆ କିସ୍ତି ବାବଦରେ ସହାୟତା ରାଶି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ବୋଲି ସୂଚନା ମିଳିଛି।