CM NAVEEN PATTNAIK - The Sakala
ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ । ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ 5T ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି।
ବ୍ୟକ୍ତିଗତ ଓ ଆନୁଷ୍ଠାନିକ ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୬ଟି ବିଭାଗରେ ୭୫୧୯ ଟି ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୩୮ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି।
ବ୍ୟକ୍ତିଗତ ପୁରସ୍କାର (ମାଧ୍ୟମିକ) ବର୍ଗରେ ମାଟ୍ରିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ମେଧାବୀ ଛାତ୍ରଛାତ୍ରୀ, ୭୦୦ ଶିକ୍ଷକ ଶିକ୍ଷୟତ୍ରୀ, ୪୧୯ ଜଣ ପ୍ରଧାନ ଶିକ୍ଷକ, ୫୮ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ, ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ପାଇଛନ୍ତି।
ସେହିପରି ବ୍ୟକ୍ତିଗତ ପୁରସ୍କାର (ପ୍ରାଥମିକ) ବର୍ଗରେ ୩୫୦ ଜଣ ପ୍ରଧାନ ଶିକ୍ଷକ ଓ ୩୧୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପୁରସ୍କାର ପାଇଛନ୍ତି।
ସେହିପରି ଆନୁଷ୍ଠାନିକ (ମାଧ୍ୟମିକ) ବର୍ଗରେ ୪ଟି ଜିଲ୍ଲା, ୧୦ଟି ବ୍ଲକ, ୧୦୫୭ଟି ସ୍କୁଲ, ୪୧୯ଟି ବିଦ୍ୟାଳୟ ପରିଚାଳନା କମିଟି, ୪୧୯ଟି ପୁରାତନ ଛାତ୍ର କମିଟି, ୪୧୪ଟି ଗ୍ରାମ ପଞ୍ଚାୟତ ପୁରସ୍କାର ପାଇଛନ୍ତି।
ସେହିପରି ଆନୁଷ୍ଠାନିକ (ପ୍ରାଥମିକ) ବର୍ଗରେ ୧୩୦୭ଟି ବିଦ୍ୟାଳୟ ପୁରସ୍କାର ପାଇଛନ୍ତି। ଏହା ବ୍ୟତିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବର୍ଗରେ ୩ଟି ଆନୁଷ୍ଠାନିକ ପୁରସ୍କାର ପ୍ରଦାନ କରାଯାଇଛି।
ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଉଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଏବଂ ପଞ୍ଚାୟତରାଜ ପାନୀୟ ଜଳ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଉପସ୍ଥିତ ଥିଲେ ।
କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଅନ୍ୟମାନଙ୍କୁ ଉଦ୍‌ବୋଧନ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ କୋଭିଡ ସମୟରୁ ପିଲାଙ୍କ ପାଠପଢାର ଅସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀ ଅନଲାଇନ ଜରିଆରେ ପାଠପଢାର ବ୍ୟବସ୍ଥା ସମ୍ପର୍କରେ ଚିନ୍ତା କରିଥିଲେ । ଏହାପରେ ଆରମ୍ଭ ହୋଇଥିଲା 5T ହାଇସ୍କୁଲ ରୂପାନ୍ତର। ବର୍ତ୍ତମାନ ସୁଦ୍ଧା ପ୍ରାୟ ୮ ହଜାର ସ୍କୁଲର ରୂପାନ୍ତର ହୋଇସାରିଛି।ସେ କହିଲେ ଯେ ହାଇସ୍କୁଲ ରୂପାନ୍ତର ଟିମ୍‌ ୱାର୍କର ଅନନ୍ୟ ଉଦାହରଣ । ପୁରାତନ ଛାତ୍ରଛାତ୍ରୀ, ଜନ ପ୍ରତିନିଧି, ପ୍ରଶାସନ ସମସ୍ତେ ଏକ ଟିମ୍‌ ଭଳି କାମ କରିଛନ୍ତି । ଆପଣମାନେ ସମସ୍ତେ ଓଡିଶାର ବିକାଶର ଗୋଟିଏ ଗୋଟିଏ ସ୍ତମ୍ବ । ଆପଣମାନେ ପିଲାଙ୍କ ଭିତରେ ରୂପାନ୍ତରଣର ବୀଜ ବପନ କରିଛନ୍ତି। ଏଥିପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଏହା ଦ୍ୱାରା ଆଜି ପିଲାଙ୍କ ଉତ୍ସାହ ବଢିଛି। ଆଜିର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଶିକ୍ଷା ପରିବେଶ ସହିତ ଜଡିତ ସମସ୍ତଙ୍କ ଉତ୍ସାହ, ମନୋବଳ ବୃଦ୍ଧି କରିଛି। ପିଲାଙ୍କ ସ୍ୱପ୍ନକୁ ଅଧିକ ଉଚ୍ଚ କରିବା ଏବଂ ପୂରଣ କରିବାର ଆତ୍ମବିଶ୍ୱାସକୁ ବୃଦ୍ଧି କରିବା ଦିଗରେ ଏହି ପୁରସ୍କାର ସହାୟକ ହେବ। ଓଡିଶାରେ ମାଧ୍ୟମିକ ଶିକ୍ଷା କ୍ଷେତ୍ରରେ ଏକ ବିପ୍ଳବ ଆସିଛି ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ଦିଗରେ ଆଜି ସମସ୍ତେ ଜଣେ ଜଣେ ଚମ୍ପିଅନ ହୋଇପାରିଛନ୍ତି ବୋଲି ସେ କହିଥିଲେ। ମାଧ୍ୟମିକ ସ୍କୁଲ ସହିତ ଉଚ୍ଚ ମାଧ୍ୟମିକ ଓ କଲେଜର ମଧ୍ୟ ରୂପାନ୍ତରଣ ଚାଲିଛି। ଖୁବ୍‌ ଶୀଘ୍ର ଏହି ଅନୁଷ୍ଠାନ ଗୁଡିକ ଲୋକାର୍ପିତ ହେବ ବୋଲି ସେ କହିଥିଲେ।
ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।
୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ: ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ, ସମ୍ମାନିତ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ଚିତ୍ତାକର୍ଷକ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ପରେଡର ନେତୃତ୍ୱ ନେଉଛନ୍ତି ଆଇପିଏସ୍‌ ଅଫିସର ଏ.ବି ଶିଳ୍ପା। ଏହି ପରେଡରେ ଆଇଟିବିପି, ସିଆରପିଏଫ୍ ଏବଂ ଓଏସଏପି ଯବାନମାନଙ୍କ ସମେତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଛନ୍ତି। ଏଥର ଗଡ଼ିଛି ପ୍ରଜ୍ଞାପନ ମେଢ଼। ‘ରୂପାନ୍ତରଣ ପଥେ ଓଡ଼ିଶା’ ଥିମକୁ ନେଇ ଆୟୋଜନ ହୋଇଛି ମେଢ଼। ରାଜ୍ୟ ସରକାରଙ୍କ ୧୨ଟି ବିଭାଗ ଏବଂ ଗୋଟିଏ ନିଗମ ପକ୍ଷରୁ ମୋଟ ୧୩ଟି ମେଢ଼ ଗଡ଼ିଛି। ଏହାଛଡ଼ା ବିଭିନ୍ନ ଲୋକନୃତ୍ୟ ଓ କଳା ମଧ୍ୟ ପ୍ରଦର୍ଶିତ ହୋଇଛି।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୫ତମ ଗଣତନ୍ତ୍ର ଦିବସ ପୂର୍ବ ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବର୍ତ୍ତା ଦେଇଛନ୍ତି। ଏଥିସହ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଆମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମଖ୍ୟମନ୍ତ୍ରୀ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ, ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି ଅହିଂସା ନ୍ୟାୟ ,ସମତା ଓ ବିକାଶର ରାସ୍ତାରେ ଆମେ ଚାଲୁଛୁ। ଆଜି ବିଭିନ୍ନ କ୍ଷେତ୍ରରେ ବିଶ୍ଵ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି। ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି। ଆମ ଓଡ଼ିଶାର ମଧ୍ୟ ଗୁରୁତ୍ବପୁର୍ଣ ଭୂମିକା ରହିଛି। ଗତ ୨୦ବର୍ଷ ମଧ୍ୟରେ ଓଡ଼ିଶା ବିକାଶର ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି। ଓଡ଼ିଶା ରୂପାନ୍ତର ପଥରେ ଆଗେଇ ଚାଲିଛି। ଓଡ଼ିଶାର ବିକାଶ ଅନ୍ୟ ମାନଙ୍କ ଆଦର୍ଶ ହୋଇଛି।
ମହାପ୍ରଭୁ ଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ । ତାଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି । ସମଲେଇ ପ୍ରକଳ୍ପ ମଧ୍ୟ ଖୁବ୍ ଶୀଘ୍ର ଲୋକାର୍ପିତ ହେବାକୁ ଯାଉଛି । ଆମର କୀର୍ତ୍ତି ହେଉଛି ଆମ ସ୍ୱାଭିମାନ ଓ ଅସ୍ମିତାର ପରିଚୟ। ସତ୍ୟବାଦୀଠାରେ ଓଡିଆ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ ଲୋକାର୍ପିତ ହୋଇଛି। ଓଡିଆ ଭାଷା ସାହିତ୍ୟର ଅଭିବୃଦ୍ଧି କ୍ଷେତ୍ରରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
ଓଡ଼ିଶାର ଅର୍ଥନୈତିକ ବିକାଶ ଖୁବ୍ impressive ଅଛି। National average ଠାରୁ ଅଧିକ ଅଛି। ଗରିବୀ କମ କରିବାରେ ଓଡ଼ିଶା ଏକ ଟପ୍ performer । ନୀତି ଆୟୋଗ ରିପୋର୍ଟ କହୁଛି ଗତ ନଅ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଲୋକ ଗରିବିରୁ ମୁକ୍ତ ହୋଇଛନ୍ତି।
ଆମର 5T ନୀତି ଯୋଗୁ governance effective ହେଉଛି। ଆମର ସବୁ ଯୋଜନାର ସୁଫଳ ଲୋକ ଠିକ୍ ଭାବେ ପାଉଛନ୍ତି। ଶିକ୍ଷା ଠାରୁ ଆରମ୍ଭ କରି ସ୍ଵାସ୍ଥ୍ୟ ଯୋଗାଯୋଗ ଜଳସେଚନ ପରିବହନ sports ସବୁ କ୍ଷେତ୍ରରେ ରୂପାନ୍ତର ଓଡ଼ିଶାର ବିକାଶକୁ ଉଜ୍ଜ୍ବଳ କରିଛି ।
ମୋ ସରକାର ଗାଁ କୁ ବିକାଶର କେନ୍ଦ୍ର କରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗାଁ ଗାଁ ରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା, ପ୍ରସାର କରାଯାଉଛି। ଗାଁରେ ଡିଜିଟାଲ infrastructureର ବିକାଶ କରାଯାଉଛି। ଲକ୍ଷ୍ମୀ ବସ ଯୋଜନା ଗାଁ ରେ ଯୋଗାଯୋଗ କ୍ଷେତ୍ରରେ ରୂପାନ୍ତର ଆଣିଛି। ଗାଁ ର socio economic system କୁ ଏହା ନୂଆ ଜୀବନ ଦେଇଛି।
ଚାଷ ଓ ଚାଷୀ ର ଉନ୍ନତି ପାଇଁ ମୁଁ ସବୁବେଳେ ଗୁରୁତ୍ଵ ଦେଇ ଆସିଛି। ମାଆ ମାନେ କେବଳ ପରିବାର ନୂହେଁ ଆମ ସମାଜର ଶକ୍ତି। ମିଶନ ଶକ୍ତି ଆଜି ୭୦ ଲକ୍ଷ ମାଆ ମାନଙ୍କୁ ବିକାଶର ଭାଗିଦାର କରିଛି। ମାଆ ମାନଙ୍କ ଉପରେ ମୋର ଖୁବ୍ ଭରସା ଅଛି।
ଷ୍ଟାର୍ଟଅପ କ୍ଷେତ୍ରରେ ଆଜି ଓଡ଼ିଶା ରାଜ୍ୟମାନଙ୍କ ମଧ୍ୟରେ ଶୀର୍ଷରେ। ଭାରତ ସରକାରଙ୍କ ଠାରୁ ଏଥିପାଇଁ ଆମେ ପୁରସ୍କାର ପାଇଛୁ। ଶିଳ୍ପ, ସୂଚନା ପ୍ରଯୁକ୍ତି, ଷ୍ଟାର୍ଟଅପ ସବୁଥିରେ ଓଡ଼ିଶା ଏବେ ଆଗରେ ରହିଛି।
ଆମର ନୀତି ଓ ଯୁବ ସମାଜର ପାରଦର୍ଶିତା ଯୋଗୁ IBM, Deloitte, Accenture, Cognizant ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ସେମାନଙ୍କର ସଂସ୍ଥାଗୁଡିକ ପ୍ରତିଷ୍ଠା ପାଇଁ ଓଡିଶାକୁ ପସନ୍ଦ କରୁଛନ୍ତି।
ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବହୁତ୍ ଭଲ କାମ କରୁଛି। ଏହାକୁ ଆଗକୁ ନେଇ ଆମେ BSKY ନବୀନ କାର୍ଡ ଆରମ୍ଭ କରିଛୁ। ଏହାଦ୍ବାରା ରାଜ୍ୟର ଚାରି କୋଟିରୁ ଅଧିକ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇଛି ।
ଆମର ବିକାଶ ମଡ଼େଲ ସମସ୍ତଙ୍କ ପାଇଁ ସୁଯୋଗ ଆଣିଛି। ସମସ୍ତେ ବିକାଶର ଭାଗିଦାର ହୋଇଛନ୍ତି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଗକୁ ବଢୁଛି। ସମସ୍ତଙ୍କ ସହଯୋଗରେ ଆମେ ନୂଆ ଓଡ଼ିଶା ଗଢ଼ିବା । ଆମ ଓଡିଶା ହେବ ଶ୍ରେଷ୍ଠ ଓଡ଼ିଶା । ସଶକ୍ତ ଓଡିଶା ।
‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକ କଳାକାର ମାନଙ୍କ ଜରିଆରେ ଚାଲିବ ସୂଚନା, ଶିକ୍ଷା ଓ ସଂଚାର (IEC) କାର୍ଯ୍ୟକ୍ରମ। ଲୋକମାନେ ପାଇବେ ବିକାଶର ବାର୍ତ୍ତା, ରୂପାନ୍ତରିତ ଓଡିଶାର ବାର୍ତ୍ତା ।
ଏହାଦ୍ବାରା ଜନସାଧାରଣ ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ଜାଣିବା ସହିତ ସରକାରଙ୍କ କାର୍ଯ୍ୟକ୍ରମରେ, ବିକାଶ କାର୍ଯ୍ୟକ୍ରମରେ ସହଭାଗୀ ହୋଇପାରିବେ ।ଏହି ଅଭିଯାନରେ ଏକ ମାସ ଧରି ରାଜ୍ୟର ସବୁ ଗାଁ, ୫୧୧୬୮ଟି ଗାଁରେ ଦୁଇ ଲକ୍ଷରୁ ଅଧିକ କାର୍ଯ୍ୟକ୍ରମ କରାଯିବ। ଏଥିପାଇଁ ସାରା ରାଜ୍ୟରେ ୨୨ ହଜାର ଲୋକ କଳାକାର ଦଳ ପଞ୍ଜୀକୃତ ହୋଇଛନ୍ତି।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଲୋକ କଳାକାର ମାନଙ୍କର ଖୁବ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଆମର ଲୋକ କଳାକାର ମାନେ ବହୁତ ଭଲ କାମ କରୁଛନ୍ତି । ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ବାର୍ତ୍ତା ଆପଣ ମାନେ ଲୋକଙ୍କୁ ଦେଉଛନ୍ତି। ଏହାଦ୍ଵାରା ଆମର ଲୋକକଳାର ଆଦର ବଢୁଛି ଏବଂ ଆମ କଳାକାରମାନେ ମଧ୍ୟ ରୋଜଗାର ପାଉଛନ୍ତି । ରାଜ୍ୟର ଲକ୍ଷ ଲକ୍ଷ ଲୋକଙ୍କୁ ଆପଣମାନେ ସଶକ୍ତ କରୁଛନ୍ତି ବୋଲି ମତ ଦେବା ସହିତ ସେ କହିଥିଲେ ଯେ ମୋ ସରକାର କଳା ଓ କଳାକାରଙ୍କ ଉନ୍ନତି ପାଇଁ ସଂକଳ୍ପବଦ୍ଧ ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଆମ କଳା ଓ କଳାକାର ମାନଙ୍କର ବିକାଶ ପାଇଁ ରାଜ୍ୟ ସରକାର ୨୦୧୦ ରୁ କଳାକାର ସଂଘ ଗଠନ କରିଛି। ଏହି ଉପକ୍ରମ ପ୍ରଥମେ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହୋଇଥିଲା ବୋଲି ସୂଚନା ଦେଇ ସେ କହିଲେ ଯେ ଏବେ ଏହା ସବୁ ଜିଲ୍ଲା ଓ ସବୁ ବ୍ଲକରେ କାର୍ଯ୍ୟକାରୀ ହୋଇପାରିଛି । ଆମ ରାଜ୍ୟର କଳାକାର ସଂଘ ସାରା ବିଶ୍ଵରେ ଅନନ୍ୟ ବୋଲି ମତ ଦେଇ ସେ କହିଥିଲେ ଯେ ଆପଣ ମାନଙ୍କ ସହଯୋଗରେ ଆଜି ଏହି ସଂଘ ଆଗକୁ ବଢୁଛି ।
ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମରେ ଲକ୍ଷ ଲକ୍ଷ କଳାକାର ସାମିଲ ହେଉଥିବା ଜାଣି ସେ ଖୁସି ପ୍ରକାଶ କରିବା ସହିତ କହିଥିଲେ ଯେ ମିଶନ ଶକ୍ତି ପରି ସବୁ କଳାକାର ସଂଘକୁ ଆହୁରି ମଜବୁତ କରାଯିବ । ସାରା ରାଜ୍ୟରେ ଦୁଇ ଲକ୍ଷରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ସେ କହିଥିଲେ।
ଏଥିପାଇଁ ସମସ୍ତ ଲୋକ କଳାକାର ମାନଙ୍କୁ ସେ ଶୁଭକାମନା ଜଣାଇଥିଲେ। କଳାକାର ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାକାର ମାନେ ମୋର ପରିବାରର ସଦସ୍ୟ ଭଳି। ଆପଣମାନେ ଭଲ କାମ ଜାରି ରଖନ୍ତୁ, ମୁଁ ଓ ରାଜ୍ୟ ସରକାର ସବୁବେଳେ ସହଯୋଗ ଯୋଗାଇ ଦେବୁ।
କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ବିନୀ ପାତ୍ର କହିଥିଲେ ଯେ ଓଡିଶା ହେଉଛି ପାରମ୍ପାରିକ କଳାର ଗନ୍ତାଘର। ରାଜ୍ୟ ସରକାର କଳାକାରମାନଙ୍କ କଲ୍ୟାଣ ପାଇଁ ବହୁ ପଦକ୍ଷେପ ଗ୍ରହଣ କରିଛନ୍ତି। ଗଞ୍ଜାମ ଜିଲ୍ଲାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଆଜି ଏକ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଦ୍ୱାରା କଳାକାରମାନେ ମଧ୍ୟ ଆର୍ଥିକ ସ୍ତରରେ ଉପକୃତ ହେଉଛନ୍ତି।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରି କହିଥିଲେ ଯେ- ମୁଖ୍ୟମନ୍ତ୍ରୀ ଦୁଇଟି ବିଷୟ ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। ପ୍ରଥମ କଥା ହେଲା କଳାକାରମାନଙ୍କ ସମ୍ମାନ। ସେମାନଙ୍କୁ ସମ୍ମାନ ଦେଇ ଜିଲ୍ଲା ପ୍ରଶାସନ ସେମାନଙ୍କ ସମସ୍ତ ଦେୟ ତୁରନ୍ତ ପ୍ରଦାନ କରିବା ଉଚିତ୍। ଦ୍ୱତୀୟ କଥା ହେଉଛି ମିଶନ ଶକ୍ତି ଯେପରି ସୁଦୃଢ ହୋଇଛି କଳାକାରମାନଙ୍କ ସଂଘ ଗୁଡିକ ମଧ୍ୟ ସେହିପରି ସୁଦୃଢ ହେବା ଆବଶ୍ୟକ। ଏଥିପାଇଁ ଜିଲ୍ଲାପାଳ, ବିଡିଓ ଓ ସଂପୂର୍ଣ୍ଣ ଜିଲ୍ଲା ପ୍ରଶାସନ ଗୁରୁତ୍ବ ଦେବା ଆବଶ୍ୟକ ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଗଞ୍ଜାମ ଜିଲ୍ଲା କଳା ଓ ସଂସ୍କୃତି ସଂଘର ଉପ-ସଭାପତି  ସନ୍ତୋଷ କୁମାର ପାଢୀ ଏବଂ ସୁନ୍ଦରଗଡ ଜିଲ୍ଲା କଳା ଓ ସଂସ୍କୃତି ସଂଘର ଉପ-ସଭାପତି ଫକୀର ବାଡ କହିଥିଲେ ଯେ – ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଜି ଆମେ କାମ ପାଉଛୁ, ରୋଜଗାର ପାଉଛୁ ଓ ସମ୍ମାନ ମଧ୍ୟ ପାଉଛୁ। ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆମେ ଏକ ସ୍ବତନ୍ତ୍ର ପରିଚୟ ପାଇଛୁ। ମୁଖ୍ୟମନ୍ତ୍ରୀଙ୍କୁ ଆମେ କୃତଜ୍ଞତା ଜଣାଉଛୁ।
ସ୍ବାଗତ ଭାଷଣ ଦେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ  କମିଶନର ତଥା ସଚିବ ସୁଜାତା କାର୍ତ୍ତିକେୟ ପାଣ୍ଡିଆନ କହିଲେ ଯେ ଏହା ହେଉଛି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏକ ଯୁଗାନ୍ତକାରୀ ପଦକ୍ଷେପ।    ୨୦୦୯-୧୦ ବର୍ଷରୁ ରାଜ୍ୟ ସରକାରଙ୍କ ସମସ୍ତ ଲୋକାଭିମୂଖୀ ଯୋଜନାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହା ଏକ mega IEC campaign । ଏଥିରେ ୧୦ ବିଭାଗର ୧୫ଟି ଯୋଜନାର ପ୍ରଚାର ପ୍ରସାର କରାଯିବ। ଏହା ମାଧ୍ୟମରେ ରାଜ୍ୟ ସରକାରଙ୍କ ଜନହିତକାରୀ ଯୋଜନା ଓ କାର୍ଯ୍ୟକ୍ରମଗୁଡିକ ଲୋକଙ୍କ ପାଖରେ ସହଜରେ ଓ ସୁବିଧାରେ ପହଞ୍ଚି ପାରୁଛି। ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ  ସରୋଜ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।
ସୂଚନାଯୋଗ୍ୟ ଯେ   ଲୋକକଳାର କଳାକାର ମାନେ ସେମାନଙ୍କ କଳା ଚାତୁରୀ ମାଧ୍ୟମରେ ବିଭିନ୍ନ ସରକାରଙ୍କର ବିଭିନ୍ନ ଲୋକାଭିମୁଖୀ ଜନହିତକର କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବେ । ପାରମ୍ପରିକ ଦଣ୍ଡ ନାଚ, ରାସ, କରମା ସାନି ପାଲା, ଦାସକାଠିଆ, ସଂକୀର୍ତ୍ତନ, ଛଉ ନୃତ୍ୟ, ଘୋଡ଼ା ନାଚ, ମୋଗଲ ତାମସା, ପ୍ରହଲ୍ଲାଦ ନାଟକ, ସୁଆଙ୍ଗ, ରାମଲୀଳା,  ଖଞ୍ଜଣୀ ଭଜନ, କେନ୍ଦରା ଗୀତ, ଚକୁଳିଆ ପଣ୍ଡା, ଭାରତଲୀଳା, ସମ୍ବଲପୁରୀ ନୃତ୍ୟ, ଘୁମୁରା ନୃତ୍ୟ, ଢାପ ନୃତ୍ୟ, ବଣ୍ଡା, କୋୟା, ସାନ୍ତାଳୀ, ପରଜା, ଢେମସା ଆଦି ବିଭିନ୍ନ ପ୍ରକାରର ଲୋକଗୀତ, ଲୋକ, ଲୋକନୃତ୍ୟ ଓ ଲୋକ ନାଟକରେ କଳାକାରମାନେ ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ସରକାରଙ୍କ ଲୋକହିତକର ଉନ୍ନୟନ ମୂଳକ ଯୋଜନା ଗୁଡିକୁ ପ୍ରଚାର ପ୍ରସାର କରି  ଜନସାଧାରଣ ମାନଙ୍କୁ ସଚେତନତା କରିବା ଏହି ଅଭିଯାନର ମୂଳଲକ୍ଷ୍ୟ । ଏହି ମନୋରଞ୍ଜନ ମାଧ୍ୟମରେ କଳାକାର ମାନେ ତଥ୍ୟଭିତ୍ତିକ ଉପସ୍ଥାପନ କରିବେ ।
ଏଥିପାଇଁ ସେମାନଙ୍କୁ ବିଭିନ୍ନ ପର୍ଯ୍ୟାୟରେ ରାଜ୍ୟ ସରକାର କଳାକାର ମାନଙ୍କୁ ଜିଲ୍ଲା ଓ ବ୍ଲକ ସ୍ତରରେ ତାଲିମ ପ୍ରଦାନ କରିଛନ୍ତି ।  ଲୋକକଳା ମାଧ୍ୟମରେ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରାଗଲେ ଏହାର ପ୍ରଭାବ ଅଧିକ ରହିବ । କଳାକାରମାନେ ବିଭିନ୍ନ ବିଭାଗର ସୂଚନା, ଶିକ୍ଷା ଓ ଯୋଗାଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ନିଜକୁ ସାମିଲ କରି ପାରିଶ୍ରମିକ ଭିତ୍ତିରେ ଆର୍ଥିକ ଭାବେ ଲାଭାନ୍ଵିତ ହୋଇପାରିବେ । କଳାକାର ବଞ୍ଚିବା ସହ ଏହି ପାରମ୍ପରିକ ଲୋକକଳା ନୂତନ ପିଢିକୁ ସଂପ୍ରସାରିତ ହୋଇପାରିବ ।
ଏଥିନିମନ୍ତେ କଳାକାରମାନେ ସେମାନଙ୍କ ଖୁସିବ୍ୟକ୍ତ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।  କଳାକାର ମାନଙ୍କ ନିମନ୍ତେ ଏହି ସଂଘ ପ୍ରତିଷ୍ଠା କରିବାରେ ଓଡିଶା ହେଉଛି ଦେଶରେ ପ୍ରଥମ ।  ପ୍ରତି ଜିଲ୍ଲାରେ ଲୋକକଳା ଗ୍ରାମର ସ୍ଥାପନା କରାଯାଇଛି ଓ ପ୍ରତିବର୍ଷ ଲୋକକଳା ଦିବସ ପାଳନ କରାଯାଉଛି । ବର୍ତ୍ତମାନ ରାଜ୍ୟର ୫୦ ହଜାର କଳାକାର ମାନଙ୍କୁ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ପ୍ରଦାନ କରାଯାଉଛି ।
ଆଜିଠାରୁ କୃଷି ଓଡ଼ିଶା-୨୦୨୪, ଉଦ୍‌‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଠାରୁ ୧୪ ଯାଏଁ କୃଷି ଓଡ଼ିଶା-୨୦୨୪ ଆୟୋଜିତ ହେବାକୁ ଯାଉଛି। ଜନତା ମଇଦାନଠାରେ ଆୟୋଜିତ ଏହି ତିନିଦିନିଆ କାର୍ଯ୍ୟକ୍ରମରେ ମହିଳା କୃଷକ, ସ୍ୱୟଂ ସହାୟକ ଗୋଷ୍ଠୀ, ମହିଳା କୃଷି ଉଦ୍ୟୋଗୀ, ବ୍ୟବସାୟିକ ସଂସ୍ଥା, ସେବା ପ୍ରଦାନକାରୀ ପ୍ରତିଷ୍ଠାନ, କୃଷି ଉଦ୍ୟୋଗୀ ଓ ଶିଳ୍ପଗୁଡ଼ିକ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା ପ୍ରମୁଖ ଲକ୍ଷ୍ୟ ରହିଛି। ସେହିପରି କୃଷି କ୍ଷେତ୍ରରେ ମହିଳାଙ୍କ ଅବଦାନକୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ‘କୃଷି ଓଡ଼ିଶା-୨୦୨୪’ର ବିଷୟବସ୍ତୁ ‘କୃଷି ପ୍ରଗତିରେ ମହିଳା’ ଶୀର୍ଷକ ରଖିଛନ୍ତି। ଏହାସହ କୃଷିକୁ ଅଧିକ ଲାଭଦାୟୀ କରିପାରିଥିବା ମହିଳା କୃଷକଙ୍କ ସର୍ବୋତ୍ତମ ଉତ୍ପାଦ ଓ ଅନୁଶୀଳନକୁ ପ୍ରଦର୍ଶିତ କରିବା ପାଇଁ କାର୍ଯ୍ୟକ୍ରମରେ ଲକ୍ଷ୍ୟ ରଖାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବକୁ ଉଦ୍‌ଘାଟନ କରିବେ। ରାଜ୍ୟପାଳ ରଘୁବର ଦାସ ଉଦ୍‌‌ଯାପନୀ ସମାରୋହରେ ଯୋଗଦେବା ନେଇ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି।
ରାଜ୍ୟର କୋଣ ଅନୁକୋଣରୁ ପ୍ରାୟ ୫ହଜାର ମହିଳା କୃଷକ ଏବଂ ୨ହଜାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ କୃଷି ଉଦ୍ୟୋଗୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସଫଳ ମହିଳା କୃଷକ ଓ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସମ୍ୱର୍ଦ୍ଧିତ କରାଯିବ। ରାଜ୍ୟରେ କୃଷି, ଉଦ୍ୟାନକୃଷି, ଖାଦ୍ୟ ପ୍ରକ୍ରିୟାକରଣ, ମତ୍ସ୍ୟଚାଷ ଓ ପ୍ରାଣୀପାଳନ କ୍ଷେତ୍ରରେ ରହିଥିବା ଅନନ୍ୟ ସୁଯୋଗଗୁଡ଼ିକ ପ୍ରଦର୍ଶିତ କରାଯିବ। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, କେନ୍ଦ୍ର ସରକାର, ଆଇସିଏଆର୍‌‌ ପ୍ରତିଷ୍ଠାନ, ସିଜିଆଇଏଆର୍‌‌ ପ୍ରତିଷ୍ଠାନ, ବେସରକାରୀ ସଂଗଠନ ଗୁଡ଼ିକର ସହଯୋଗରେ ୧୭ଟି ବୈଷୟିକ ଅଧିବେଶନ ଅନୁଷ୍ଠିତ ହେବ।
ରାଜ୍ୟ ମେଡିକାଲ ସେବାରେ ଯୋଗଦେଲେ ଆଉ ୨ ହଜାର ୪୭୩ ନୂଆ ଡାକ୍ତର
ଭୁବନେଶ୍ୱର: ଓଡ଼ିଶା ରୂପାନ୍ତରଣରେ ସ୍ବାସ୍ଥ୍ୟସେବା ଏକ ପ୍ରମୁଖ କ୍ଷେତ୍ର। ଓଡ଼ିଶା ଲୋକଙ୍କ ଟଙ୍କାକୁ ଦରମା ଆକାରରେ ଖର୍ଚ୍ଚ କରାଯାଉଛି। ଆପଣଙ୍କୁ ସେମାନଙ୍କ ସେବା କରିବାକୁ ପଡ଼ିବ। ପ୍ରତ୍ୟେକ ରୋଗୀଙ୍କୁ ସକରାତ୍ମକ ମନୋଭାବରେ ଚିକିତ୍ସା କରିବା ଆପଣଙ୍କ ଦାୟିତ୍ବ। ଆଜି ଆଉ ୨ ହଜାର ୪୭୩ ଡାକ୍ତରଙ୍କୁ ନିଯୁକ୍ତି ଦେଇ ଏହି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଏଥିରେ ୨ ହଜାର ୩୯୨ ଜଣ ଏମବିବିଏସ ଡାକ୍ତର ଥିବା ବେଳେ ୮୧ ଜଣ ଦାନ୍ତ ଡାକ୍ତର ଅଛନ୍ତି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ନିଯୁକ୍ତି ପର୍ବରେ ସମସ୍ତ ନବ ନିଯୁକ୍ତ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ଦ୍ବାରା ରାଜ୍ୟର ସ୍ବାସ୍ଥ୍ୟ ସେବା ଆହୁରି ସୁଦୃଢ଼ ହୋଇଛି। ରାଜ୍ୟ ସରକାର ଓଡ଼ିଶାର ସାମଗ୍ରୀକ ବିକାଶ ପାଇଁ ସବୁ କ୍ଷେତ୍ରକୁ ଗୁରୁତ୍ବ ଦେଉଛନ୍ତି। ରୂପାନ୍ତରଣ ପ୍ରତ୍ୟେକ ଲୋକଙ୍କୁ ନୂଆ ସ୍ତରକୁ ନେବା ପାଇଁ କାମ କରାଯାଉଛି। ୫ଟି ଉପକ୍ରମରେ ସ୍ବାସ୍ଥ୍ୟକ୍ଷେତ୍ରକୁ ପ୍ରାଧାନ୍ୟ ଦେଉଛନ୍ତି ସରକାର।
ପ୍ରତିଟି ଜୀବନ ମୂଲ୍ୟବାନ। ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶା ଗଠନ ନେଇ କାମ କରିବାକୁ ନବ ନିଯୁକ୍ତ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜିର ନିଯୁକ୍ତିକୁ ମିଶାଇ ରାଜ୍ୟରେ ଏପର୍ୟ୍ୟନ୍ତ ୩ ହଜାର ୬୦୦ ମେଡିକାଲ ଅଫିସରଙ୍କୁ ନିଯୁକ୍ତି ଦିଆସରିଲାଣି। ଗତ ନଭେମ୍ବରରେ ପ୍ରାୟ ୪ ହଜାର ନର୍ସିଂ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅବସରରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ନବ ନିଯୁକ୍ତ ଡାକ୍ତରଙ୍କୁ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉତ୍ସର୍ଗୀକୃତ ମନୋଭାବ ନେଇ କାମ କରିବାକୁ ଆହ୍ବାନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନୂଆ ଓଡ଼ିଶା ଭିଜନରେ ଡାକ୍ତରମାନେ ଅଂଶୀଦାର ହେବାକୁ ଆହ୍ବାନ ଦେଇଥିବା ବେଳେ, ଗ୍ରାମୀଣ ଲୋକଙ୍କ ସର୍ବଶ୍ରେଷ୍ଠ ସେବା ଯୋଗାଇ ଦେବାକୁ ଆହ୍ବାନ ଦେଇଛନ୍ତି ୫ଟି ଅଧ୍ୟକ୍ଷ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଲେ ସେବାୟତ
ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ କରିବା ନିମନ୍ତେ ଖସଡ଼ା ପ୍ରସ୍ତୁତ ହୋଇଛି। ଦେଶର ପ୍ରମୁଖ ଦେବଦେବୀ ପୀଠ, ଚାରିଧାମର ପୀଠାଧୀଶ୍ୱର, ବିଶିଷ୍ଟ ଧର୍ମଗୁରୁ ଓ ଖ୍ୟାତନାମା ବ୍ୟକ୍ତିମାନଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣପତ୍ର ପ୍ରଦାନ କରାଯାଇ ସାରିଛି। ଆଜି ସକାଳୁ ନିମନ୍ତ୍ରଣ ବାର୍ତ୍ତା ଓ ପତ୍ର ନେଇ ଏକ ଟିମ୍‌ ପ୍ରଥମେ ଏକାମ୍ର କ୍ଷେତ୍ରାଧିପତି ମହାପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ ପାଇଁ ଭୁବନେଶ୍ୱରରେ ପହଞ୍ଚିଥିଲେ। ଆଜି ପ୍ରଥମ ନିମନ୍ତ୍ରଣ ପତ୍ର ପ୍ରଭୁ ଲିଙ୍ଗରାଜଙ୍କୁ ଦିଆଯାଇଛି। ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ସେବାୟତ ପ୍ରତିନିଧି ଟିମ୍ । ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଗୋଟେ ଚାଉଳ ଗୋଟେ ଗୁଆ ପ୍ରଦାନ କରାଯାଇଛି।
ରାଜ୍ୟ ମଧ୍ୟରେ ପ୍ରମୁଖ ଧାର୍ମିକ ପୀଠ ଓ ଜଗନ୍ନାଥମନ୍ଦିରଗୁଡ଼ିକୁ ନିମନ୍ତ୍ରଣ ନିମନ୍ତେ ୧୩ଟି ଟିମ୍‌ ଗଠନ କରାଯାଇଛି। ପ୍ରତ୍ୟେକ ଟିମ୍‌ରେ ଜଣେ ନୋଡାଲ୍‌ ଅଫିସର ଓ ୩ ଜଣ ଲେଖାଏଁ ସେବାୟତ ରହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାର ବିଭିନ୍ନ ପ୍ରମୁଖ ଧାର୍ମିକ ପୀଠ, ପ୍ରମୁଖ ଜଗନ୍ନାଥ ମନ୍ଦିର, ପ୍ରଭୁ ଜଗନ୍ନାଥଙ୍କ ଲୀଳାଶ୍ରୀକ୍ଷେତ୍ର, ନବକଳେବର ଦାରୁକ୍ଷେତ୍ରରେ ଏହି ପ୍ରତିନିଧିଦଳ ନିମନ୍ତ୍ରଣ ପତ୍ର ପ୍ରଦାନ କରିବେ। ଅନୁରୂପ ଭାବରେ ଦେଶର ବିଭିନ୍ନ ଅଞ୍ଚଳରେ ପ୍ରମୁଖ ଧାର୍ମିକ ପୀଠ ଓ ଧର୍ମଗୁରୁଙ୍କୁ ନିମନ୍ତ୍ରଣ ନିମନ୍ତେ ୧୭ଟି ଟିମ୍‌ରେ ୮୫ ଜଣ ସଦସ୍ୟ ରହିଛନ୍ତି। ଏହି ପ୍ରତିନିଧିମଣ୍ଡଳୀ ନୂଆଦିଲ୍ଲୀ, ମୁମ୍ବାଇ, ନାସିକ୍‌, ଜାମ୍ମୁ, କାଠମାଣ୍ଡୁ, ବିଶାଖାପାଟଣା, ଥିରୁଅନନ୍ତପୁରମ୍‌, ବିଜୟୱାଡ଼ା, ଚେନ୍ନଇ, ମଦୁରାଇ, ଡେରାଡ଼ୁନ୍‌, ଅହମ୍ମଦାବାଦ, ବନାରସ, ଇନ୍ଦୋର, କୋଲକାତା, ବେଙ୍ଗାଲୁରୁ ଆଦି ସହରକୁ ଯାତ୍ରା କରିବେ। ସେଠାରୁ ସମ୍ପୃକ୍ତ ଅଞ୍ଚଳର ଧାର୍ମିକ ପୀଠଗୁଡ଼ିକୁ ଯାତ୍ରା କରି ନିମନ୍ତ୍ରଣପତ୍ର ଦେବେ। ନିମନ୍ତ୍ରଣପତ୍ର ସହିତ ମନ୍ଦିର ପ୍ରଶାସନର ଚିଠି, ଭୋଗ ପେଡ଼ି ଓ ଓଲାଗି ବାନା ମଧ୍ୟ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।
ସହରାଞ୍ଚଳ ବସ୍ତିବାସିନ୍ଦାକୁ ମିଳିଲା ନୂଆ ଠିକଣା, ମୁଖ୍ୟମନ୍ତ୍ରୀଙ୍କ ହାତରୁ ଘର ଚାବି ଗ୍ରହଣ କଲେ ହିତାଧିକାରୀ
ଭୁବନେଶ୍ବର: ସହରାଞ୍ଚଳ ବସ୍ତିବାସିନ୍ଦାକୁ ମିଳିଲା ନୂଆ ଠିକଣା । ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ଆବାସ ପ୍ରକଳ୍ପ ଉଦଘାଟିତ । ଆଜି ସନ୍ଧ୍ୟାରେ ଉଦଘଟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହରାଞ୍ଚଳ ଆବାସ ଯୋଜନାରେ ବସ୍ତିବାସିନ୍ଦା ଘର ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ହାତରୁ ଘର ଚାବି ଗ୍ରହଣ କରିଛନ୍ତି ହିତାଧିକାରୀ । ଚନ୍ଦ୍ରଶେଖରପୁର, ଶାନ୍ତିନଗର ଓ ସୁବୁଦ୍ଧିପୁରରେ ୩ଟି ପ୍ରକଳ୍ପ ଉଦଘାଟିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣଙ୍କୁ ନୂଆ ଘର ମିଳିଲା, ଆପଣମାନେ ଖୁସି ତ । ଏହାର ଉତ୍ତରରେ ହଁ ଖୁସି ବୋଲି ହିତାଧିକାରୀମାନେ କହିଥିଲେ। ମୁଁ ବି ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେମାନଙ୍କ ଦୀର୍ଘଦିନର ଆଶା ପୂରଣ ହୋଇଛି ବୋଲି ହାତିଧିକାରୀମାନେ କହିଥିଲେ।
ସରକାରୀ ଓ ଘରୋଇ ଭାଗିଦାରିତାରେ ଏହି ତିନୋଟି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ଚନ୍ଦ୍ରଶେଖରପୁର ବୁଦ୍ଧବିହାର ଆବାସ ଯୋଜନାରେ ପାଞ୍ଚ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ମୋଟ ୨୬୦୦ ବସ୍ତିବାସନ୍ଦାଙ୍କୁ ଘର ଯୋଗାଇ ଦିଆଯିବ । ସେ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୮୨୦ଟି ଘର ନିର୍ମାଣ ସଂପୂର୍ଣ୍ଣ ହୋଇ ବିଡିଏକୁ ହସ୍ତାନ୍ତର କରାଯାଇଛି । ବିଡିଏକୁ ହସ୍ତାନ୍ତର ହୋଇଥିବା ଫ୍ଲାଟ ମଧ୍ୟରୁ ୩୦୩ ଜଣ ହିତାଧିକାରୀଙ୍କୁ ଘର ଆଲର୍ଟ କରାଯାଇଛି । ବିଭିନ୍ନ ବସ୍ତିରୁ ଉଚ୍ଛେଦ ହୋଇ ଟ୍ରାନଜିଟ ହାଉସରେ ରହୁଥିବା ବସ୍ତିବସିନ୍ଦାଙ୍କ ସହ ନାରାୟଣୀ ବସ୍ତି, ତେଲୁଗୁ ବସ୍ତି, ଶ୍ରୀକୃଷ୍ଣ ନଗର ବସ୍ତି, ସରସ୍ବତୀ ବସ୍ତି, ଭେଙ୍କଟେଶ୍ବର ବସ୍ତି, ସାଲିଆସାହିର ଶକ୍ତି ବିହାରର ବସ୍ତିବସିନ୍ଦାଙ୍କୁ ଏଠାରେ ଘର ପ୍ରଦାନ କରାଯିବ । ଆବାସ ଯୋଜନାରେ ବିଏମସି ହିତାଧିକାରୀଙ୍କୁ ଚୟନ କରୁଛି । ସେମାନଙ୍କ ପାଇଁ ବିଡିଏ ପକ୍ଷରୁ ଘର ପ୍ରଦାନ କରାଯାଉଛି ।
ଏହି ଘରେ ଗୋଟିଏ ପରିବାର ଚଳିବା ଭଳି ବ୍ୟବସ୍ଥା ରହିଛି। ଆପାର୍ଟମେଣ୍ଟରେ ଯେଉଭଳି ବ୍ୟବସ୍ଥା ରହିଥାଏ ବିଶେଷ କରି ସୋସାଇଟି, କମ୍ୟୁନିଟି ହଲ, ମାର୍କେଟ କମ୍ପ୍ଲେକ୍ସ ଆଦି ଏଥିରେ ରହିଛି । ଚନ୍ଦ୍ରଶେଖରପୁର ହାଇସିଂ ପ୍ରକଳ୍ପ ସମେତ ଶାନ୍ତିନଗର ପ୍ରକଳ୍ପରେ ମୋଟ ୧୩ଶହ ବସ୍ତିବାସିନ୍ଦାଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦିଆଯିବ । ସେମଧ୍ୟରୁ ପ୍ରଥମ ପର୍ୟ୍ୟାୟରେ ୫୬୦ ଘର ନିର୍ମାଣ ସରିଥିବା ବେଳେ ୩୨୬ ଜଣଙ୍କୁ ଘରି ଆଲର୍ଟ ସରିଛି । ସେହିଭଳି ସବୁଦ୍ଧିପୁରରେ ୩୪୨ଟି ଫ୍ଲାଟ ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେ ମଧ୍ୟରୁ ୩୦ଟି ଘର ନିର୍ମାଣ ସରିଛି । ଆଉ କିଛି ସମୟପରେ ମୁଖ୍ୟମନ୍ତ୍ରୀ ତିନୋଟି ଯାକ ହାଇସିଂ ପ୍ରକଳ୍ପକୁ ଲୋକାର୍ପଣ କରିବେ ।
ଏହିସବୁ ହାଉସିଂ ପ୍ରକଳ୍ପରେ ସ୍ବେରେଜ, ଡ୍ରେନେଜ, ଷ୍ଟ୍ରିଟ ଲାଇଟ ସହ ବହୁମୁଖି ଆମେନିଟି ସେଣ୍ଟର ଓ ନେବରହୁଡ ସପିଂ ବ୍ୟବସ୍ଥା ରହିଛି । ବହୁମୁଖି ଆମେନିଟି ସେଣ୍ଟରରେ ହିତାଧିକାରୀଙ୍କ ପାଇଁ ଷ୍ଟଡି ରୁମ, ଲାଇବ୍ରେରୀ ଓ ଚିକିତ୍ସା କେନ୍ଦ୍ରର ବ୍ୟବସ୍ଥା ରହିଛି । ଭୁବନେଶ୍ବରରେ ୩୨୦ ବର୍ଗ ଫୁଟର ୱାନ ବିଏଚକେ ଘରର ମୁଲ୍ୟ ୩୦ ଲକ୍ଷରୁ ଅଧିକ ହୋଇଥିବା ବେଳେ ଲୋକଙ୍କୁ ଦେଢ ଲକ୍ଷ ଟଙ୍କାରେ ଘର ଯୋଗାଇ ଦିଆଯାଉଛି । ବସ୍ତିବାସିନ୍ଦା ଦୁଇଟି ପର୍ୟ୍ୟାୟରେ ଏହି ଅର୍ଥ ପୈଠ କରିବେ । ଯେଉଁମାନେ ଦେଢ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଅସମର୍ଥ ହେବେ ବିଡିଏ ସେମାନଙ୍କୁ ବ୍ୟାଙ୍କରୁ ଋଣ କରିବାରେ ସହଯୋଗ କରିବ ।
୨୨ ଜିଲ୍ଲାରେ ନିର୍ମାଣ ହେବ ୧୫୦ଟି ବହୁମୁଖୀ ସାଂସ୍କୃତିକ କମ୍ୟୁନିଟି ସେଣ୍ଟର, ୪୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୫୦ଟି ବହୁମୂଖୀ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ ଲାଗି ଅନୁମତି ପ୍ରଦାନ କରିବା ସହ ନିର୍ମାଣ କାର୍ଯ୍ୟ ଲାଗି ୪୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ରାଜ୍ୟର ୨୨ ଜିଲ୍ଲାରେ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ରାଜ୍ୟର ପ୍ରତ୍ୟେକ ସମ୍ପ୍ରଦାୟର ସ୍ୱତନ୍ତ୍ର ସାଂସ୍କୃତିକ ପରିଚୟ ରହିଛି । ଏହି ସଂସ୍କୃତି ଓ ପରମ୍ପରାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏହି ଲକ୍ଷ୍ୟରେ ସଂଖ୍ୟାଲଘୁ ସମ୍ପଦ୍ରାୟ ପାଇଁ ସରକାର ୪୫ କୋଟି ଟଙ୍କା ବ୍ୟୟରେ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ । ମୁସଲିମ୍‌, ଖ୍ରୀଷ୍ଟିଆନ୍‌, ବୌଦ୍ଧ ଓ ସିଖ ସମ୍ପ୍ରଦାୟ ପାଇଁ କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ । ଏହି ସେଣ୍ଟର ନିର୍ମାଣ ହେଲେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ନିଜ ନିଜର ପାରମ୍ପାରିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଆଉ ସ୍ଥାନାଭାବ ସମସ୍ୟା ଭୋଗିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।
ରାଜ୍ୟର ୭୦ ଲକ୍ଷ ମାଆ ମାନଙ୍କୁ ମିଶନ ଶକ୍ତି ଦେଇଛି ସ୍ବତନ୍ତ୍ର ପରିଚୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମିଶନ ଶକ୍ତି ମାଆଙ୍କ କାମକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା । ରାଜ୍ୟର ୭୦ ଲକ୍ଷ ମାଆ ମାନଙ୍କୁ ମିଶନ ଶକ୍ତି ସ୍ବତନ୍ତ୍ର ପରିଚୟ ଦେଇଛି । ମିଶନ ଶକ୍ତିର ମାଆ ମାନେ ବହୁତ ଭଲ କାମ କରୁଛନ୍ତି । ମା’ମାନେ ଆଗକୁ ବଢ଼ିବା ସହିତ ଏକ ସାମାଜିକ ପୁଞ୍ଜି ହୋଇପାରିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଆମାନେ ଆଗକୁ ବଢିବା ସହ ଉନ୍ନତି କରିଛନ୍ତି । ସେମାନେ SHGରୁ MSMEକୁ ଉନ୍ନୀତ ହୋଇପାରିଛନ୍ତି । କଠିନ ପରିଶ୍ରମ ପାଇଁ ଏହା ସମ୍ଭବ ହୋଇପାରିଛି । ମାଆ ମାନଙ୍କର ଏହି ପ୍ରଗତି ଦେଖି ମୁଁ ବହୁତ ଖୁସି । ମା’ମାନେ ମିଲେଟକୁ ସହର ଓ ଗ୍ରାମାଞ୍ଚଳ ଲୋକଙ୍କ ପାଖରେ ପହଞ୍ଚାଇଛନ୍ତି । ମାଆ ମାନଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ମିଶନ ଶକ୍ତି ୭୦ ଲକ୍ଷ ମାଆଙ୍କ ପରିବାର । ମିଶନ ଶକ୍ତିର ଶକ୍ତି ସଂଖ୍ୟାରେ ନୁହେଁ, ମାଆଙ୍କ ଦୃଢ଼ ପରିଶ୍ରମ ଓ ସମର୍ପଣ ହିଁ ମିଶନ ଶକ୍ତିର ଶକ୍ତି । ମିଶନ ଶକ୍ତିର ଶକ୍ତି ହେଉଛନ୍ତି ଆମ ମାଆମାନେ । ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀରେ ଏପରି କହିଛନ୍ତି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ । ମାଣ୍ଡିଆର ପ୍ରଚାର ପ୍ରସାରରେ ଓଡ଼ିଶା ସୁନାମ ଆଣିଛି । ଯେଉଁଥିରେ ହକଦାର ସାଜିଛନ୍ତି ମିଶନ ଶକ୍ତି ମାଆ । କୃଷି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ମାଆମାନେ ସଶକ୍ତ ହୋଇଛନ୍ତି ।
ପଞ୍ଚାୟତର ପୋଖରୀରେ ମାଆମାନେ ମାଛଚାଷ କରୁଛନ୍ତି, ବିଭିନ୍ନ ଫସଲ ଚାଷ କରୁଛନ୍ତି ମିଶନ ଶକ୍ତିମାଆ । ନୂଆପଡ଼ାରେ ଷ୍ଟ୍ରବେରୀ ଓ କୋରାପୁଟରେ କଫିଚାଷ ମିଶନ ଶକ୍ତି ମାଆମାନଙ୍କ ପାଇଁ ସମ୍ଭବ ହୋଇଛି । ଏସଏଚଜିରୁ ଏମଏସଏମଇର ଯାତ୍ରାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବପ୍ନ ସଫଳ ହୋଇଛି । ମହିଳାମାନେ ଉଦ୍ୟୋଗୀ ବନିଛନ୍ତି । ଯୁଗଯୁଗରୁ ମାଟି ସହିତ ମାଆମାନଙ୍କର ସମ୍ପର୍କ ରହିଛି । ସୃଷ୍ଟିର ଆରମ୍ଭରୁ ମାଆ ଓ ମାଟିର ସମ୍ପର୍କ ରହିଛି । ଘରେ ରୋଷେଇ କ’ଣ ହେବ ଓ ପରିବାର କେମିତି ଚଳିବ ତାହା ମଧ୍ୟ ମାଆଙ୍କ ହାତରେ ରହିଛି ।
ନୂତନ ଓଡ଼ିଶାରେ ମାଆର ସମ୍ପର୍କକୁ ବ୍ୟାପକ କରିଛି ମିଶନ ଶକ୍ତି । ମାଟି ଓ ହାଣ୍ଡିଶାଳରୁ ବାହାରି ମାଆମାନେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ସ୍ବର ଉତ୍ତୋଳନ କରି ଏସଏଚଜିରୁ ଏମଏସଏମଇ ପାଟଲିଛନ୍ତି ମାଆ । ମାଆମାନେ ମାଣ୍ଡିଆ ଚାଷ କରିବା ସହ ଏହାର ପ୍ରୋସେସିଂ ମଧ୍ୟ କରୁଛନ୍ତି । ଏହାକୁ ବଡ଼ବଡ଼ ଜାଗାରେ ପହଞ୍ଚାଇ ମାଣ୍ଡିଆ ମାଧ୍ୟମରେ ମାଆମାନେ ସ୍ବତନ୍ତ୍ର ପରିଚୟ ପାଇପାରିଛନ୍ତି । ଏକାଧିକ ମାଆଙ୍କ ଉଦାହରଣ ଦେଇ ମିଲେଟ କିପରି ମାଆଙ୍କୁ ସଶକ୍ତ କରିଛି ତାହାର ଉଦାହରଣ ଦେଇଥିଲେ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ।
ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।
ଏଥିପାଇଁ ବାଲେଶ୍ୱର ଜିଲ୍ଲାର  ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୭୮ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେମୁଣା, ଭୋଗରାଇ, ଜଳେଶ୍ୱର, ବାଲେଶ୍ୱର, ସିମୁଳିଆ, ବସ୍ତା, ସୋର ଓ ନୀଳଗିରି ।  ଏହିସବୁ ନିର୍ବାଚନମଣ୍ଡଳୀର ୧୨ଟି ବ୍ଲକ୍‌‌ର ୩୫୬ଟି  ଗ୍ରାମ ପଞ୍ଚାୟତରେ ୪୪୬୫ଟି ପ୍ରକଳ୍ପ ହେବ। ସେହିପରି ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଲାଙ୍ଗୀର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି ଓ ଲୋଇସିଙ୍ଗା।  ଏଥିରେ ୧୪ଟି ବ୍ଲକ୍‌ର ୩୧୭ଟି   ଗ୍ରାମପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ କରାଯିବ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି  କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।
ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।
ଆଜିର କାର୍ଯ୍ୟକ୍ରମ ପାଇଁ ବାଲେଶ୍ୱର ଜିଲ୍ଲାର ୮ଟି ଓ ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଗ୍ରାମାଞ୍ଚଳର ନୂଆ ରୂପ ଓଡିଶା ରୂପାନ୍ତରର ହେବ ପ୍ରକୃତ ଚିତ୍ର ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।
ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ, ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।
ବାଲେଶ୍ୱର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରେମୁଣାବହୁମୁଖୀ କମ୍ୟୁନିଟି ହଲ୍‌, କଣ୍ଟିଆଚୋରା ନଦୀର ପୁନରୁଦ୍ଧାର, କ୍ଷୀରଚୋରା ଗୋପିନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଆଉ କେତେକ ସ୍କୁଲ ଓ କଲେଜର ରୂପାନ୍ତର। ସେହିପରି ଭୋଗରାଇ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୩ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ଚନ୍ଦନେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ, ରଣସିଂହପୁର ଆଶ୍ରମ ସ୍କୁଲର ଉନ୍ନତୀକରଣ, ବାସୁଳୀ ମା’ ମନ୍ଦିରର ସୌନ୍ଦର୍ଯ୍ୟକରଣ, Rural Institute of Higher Studies କଲେଜର ରୂପାନ୍ତର। ସେହିପରି ଜଳେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ଜଳେଶ୍ୱର ପୌରାଞ୍ଚଳରେ କ୍ରୀଡାର ବିକାଶ ପାଇଁ ଏକ ସ୍କେଟିଙ୍ଗ ରିଙ୍ଗ୍‌ । ଏହା ଦ୍ୱାର ଜିଲ୍ଲାରେ କ୍ରୀଡାର ବିକାଶରେ ଏକ ନୂଆ ଫର୍ଦ୍ଦ ଯୋଡି ହେବ। ଏହା ସହିତ ସିଦ୍ଧେଶ୍ୱର କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ, ଦିନକୃଷ୍ଣ କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ ଏବଂ ଜଳେଶ୍ୱର ମହିଳା କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ । ସେହିପରି ସୋର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୯୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହନାଗା ହାଇସ୍କୁଲର ନିର୍ମାଣ ଓ ଅଧୁନିକୀକରଣ ଏବଂ ବାହନଗା ଗ୍ରାମପଞ୍ଚାୟତକୁ ଏକ ମଡେଲ ପଞ୍ଚାୟତ ଭାବେ ନିର୍ମାଣ, ବାହନାଗା ପ୍ରାଥମିକ ଚିକିତ୍ସାଳୟକୁ ‘ଆମ ହସ୍ପିଟାଲ’ ଭାବେ ଉନ୍ନତୀକରଣ, ଏହା ସହିତ ଦୁଇଟି ବୃହତ ସେତୁ ଏବଂ ୩ଟି ଡିଗ୍ରୀ ଓ ଯୁକ୍ତ ଦୁଇ କଲେଜ। ବସ୍ତା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୭ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୨.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହରଦା ମାଛ ମାର୍କେଟର ଉନ୍ନତୀକରଣ, ଜଳକା ଡ୍ରେନେଜ୍ ସିଷ୍ଟମର ଉନ୍ନତୀକରଣ, ଡଗର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ସେତୁ, ସ୍କୁଲ ଓ କଲେଜ। ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୮.୭୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୦୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚାନ୍ଦିପୁର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ଝାଡେଶ୍ୱର ମନ୍ଦିର, ଫକିରମୋହନ କଲେଜ, ବଳାଙ୍ଗି କଲେଜ ଓ ନୀଳମଣି କଲେଜ । ସେହିପରି ନୀଳଗିରି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୦୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ପୀଠର ଉନ୍ନତୀକରଣ, ନୀଳଗିରି ରିସିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଖୁମୁକୁଟ ଜଳପ୍ରକଳ୍ପ, ନୀଳଗିରି ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ ଏବଂ କେତେକ ସ୍କୁଲ ଓ କଲେଜ। ସେହିପରି ସିମୁଳିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ସିନ୍ଧୁଆ ଡ୍ୟାମଠାରେ ଏକ ପର୍ଯ୍ୟଟନ କେନ୍ଦ୍ର, କୁପାରୀ MSME Park, କୁପାରୀ ST Hostel, ଅନେକ ସେତୁ ଓ ସିମୁଳିଆଠାରେ ନଦୀବନ୍ଧର ଉନ୍ନତୀକରଣ। ଏହି ପରି ବାଲେଶ୍ୱର ୫୯ ପ୍ରକଳ୍ପ ପାଇଁ ୨୨୪.୨୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।
ସେହିପରି ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୪ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୮.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ତୁସୁରାଠାରେ Air Strip,  ୨ଟି Mega Lift ପ୍ରକଳ୍ପ, ତୁସୁରା ସମଲାଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ସ୍କୁଲ ଓ କଲେଜ। ପାଟଣାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୧ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୧୪.୫୭ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୭୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ହରିଶଙ୍କର ମନ୍ଦିର ଉନ୍ନତୀକରଣରେ କେତେକ ନୂତନ ପ୍ରକଳ୍ପ ଯଥା :- ନୂଆ ପ୍ରବେଶ ପଥ, ଚେକ ଡ୍ୟାମ୍, କଲଭର୍ଟ, ପୋଲିସ ଆଉଟପୋଷ୍ଟ ଇତ୍ୟାଦି, ଖପ୍ରାଖୋଲରେ ଏକ ନୂଆ ସଡକ ଏବଂ କେତେକ କଲେଜ। ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୫୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ସମଲେଇଙ୍କ ମନ୍ଦିର, ଗୋପାଳଜୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ ଗ୍ରାଉଣ୍ଡର ବିକାଶ, ଚାନ୍ଦିଲି ପାହାଡ ପର୍ଯ୍ୟଟନ ପ୍ରକଳ୍ପ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ସ୍କୁଲ ଓ କଲେଜ, ଲୋୟର ସୁକତେଲ କଲୋନୀରେ ପ୍ରାଥମିକ ବିଦ୍ୟାଳୟର ରୂପାନ୍ତର, ବଲାଙ୍ଗୀର CNI Churchର ଉନ୍ନତୀକରଣ। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାଣିପୁର ଝରିଆଲ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ୩ଟି ଡିଗ୍ରୀ କଲେଜର ଉନ୍ନତୀକରଣ। ଲୋଇସିଙ୍ଗା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଯୋଗେଶ୍ୱର ମନ୍ଦିର, ସ୍ୱାଧୀନତା ସଂଗ୍ରାମୀ ମାଝୀ ମାନ୍ଧାତାଙ୍କ ସ୍ମୃତିରେ ଏକ ଐତିହ୍ୟ କେନ୍ଦ୍ର ସ୍ଥାପନ ଏବଂ ୩ଟି ଡିଗ୍ରୀ କଲେଜ। ଏହି ପରି ବଲାଙ୍ଗୀର ଜିଲ୍ଲାରେ ୩୨ଟି ପ୍ରକଳ୍ପ ପାଇଁ ୨୩୪.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଅଶ୍ୱିନୀ ପାତ୍ର, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ  ଟୁକୁନି ସାହୁ,  ବିଧାୟକ ଅନନ୍ତ ଦାସ, ବିଧାୟକ ନିତ୍ୟାନନ୍ଦ ସାହୁ, ବିଧାୟକ ସ୍ୱରୂପ ଦାସ, ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ସରୋଜ ମେହେରଙ୍କ ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।
ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି । ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କ ଜୀବନ ଧାରାରେ ଆଣିବ ବଡ ପରିବର୍ତ୍ତନ ବୋଲି ସେମାନେ କହିଥିଲେ।
କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।
ମୟୂରଭଂଜର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୧୧ କୋଟି ୫୦ ଲକ୍ଷ – ୩୦୮୧ ପ୍ରକଳ୍ପ
ବରଗଡର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ – ୩୧୩୫ ପ୍ରକଳ୍ପ
ଦେବଗଡର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି – ୯୯୧ ପ୍ରକଳ୍ପ
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ,, ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।   ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ମୟୂରଭଂଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା।  ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ। ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା  ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି।  ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ସେହିପରି ଦେବଗଡ ଜିଲ୍ଲାର  ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ  ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ,  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଆଜିର କାର୍ଯ୍ୟକ୍ରମ ପାଇଁ ମୟୂରଭଂଜ ଜିଲ୍ଲାର ୫ଟି, ବରଗଡ ଜିଲ୍ଲାର ୫ଟି ଓ ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।
5T ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସ୍ରୁଷ୍ଟି କରିଛି ବୋଲି କହିଥିଲେ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ  ରୀତା ସାହୁ, ସାଂସଦ ଶ୍ରୀମତୀ ମମତା ମହନ୍ତ, ବିଧାୟକ ରାଜକିଶୋର ଦାସ, ବିଧାୟକ ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ଦେବେଶ ଆଚାର୍ଯ୍ୟ, ବିଧାୟକ ବର୍ଷା ସିଂ ବରିହା, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।
ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି ।
ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ମୟୂରଭଂଜ ଜିଲ୍ଲାରେ ବାରିପଦା ସହରର ରିଂଗ ରୋଡ ତଥା ବନ୍ୟା ନିୟନ୍ତ୍ରଣ ବନ୍ଧ ପାଇଁ ୧୫୪.୧୨ କୋଟି, ବାରିପଦା MPC College ର ଉନ୍ନତିକରଣ ପାଇଁ ୧.୫୦ କୋଟି ଟଙ୍କା, ମାଣତ୍ରୀଠାରେ ବାବା କଖାରୁଆ ବୈଦନାଥ ଶିବ ମନ୍ଦିରର ଉନ୍ନତିକରଣ ପାଇଁ ୧ କୋଟି, ବାରିପଦାରୁ ପ୍ରତାପପୁର ବଡସାହି ଦେଇ ମାଣିତ୍ରୀ ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣ ପାଇଁ ୩୭.୦୪ କୋଟି, ବେତନଟୀ-ବଡସାହି ରାସ୍ତାର ଉନ୍ନତିକରଣ ପାଇଁ ୧୯.୪୪ କୋଟି – ଏହିପରି ଜିଲ୍ଲାର ୫ଟି ପ୍ରକଳ୍ପ ପାଇଁ ୨୧୩.୧୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।
ସେହିପରି ବରଗଡ ଜିଲ୍ଲାରେ ତୁରୁଙ୍ଗା ବୈଷ୍ଣୋଦେବୀ ମନ୍ଦିର ପାଇଁ ୧.୩୬ କୋଟି, ବରଗଡ ମହିଳା କଲେଜ ପାଇଁ ୧.୨୫ କୋଟି, ବରଗଡ ପଞ୍ଚାୟତ କଲେଜ ପାଇଁ ୧.୨୫ କୋଟି, ସରଣ୍ଡା ବିଶେଷ୍ବର ମନ୍ଦିର ପାଇଁ ୨.୬୦ କୋଟି, ପପଙ୍ଗା ପାହାଡ ପର୍ଯ୍ୟଟନ କେନ୍ଦ୍ର ପାଇଁ ୧.୮୦ କୋଟି, ଅତାବିରା ରାମଚଣ୍ଡୀ ମନ୍ଦିର ପାଇଁ ୧.୪୦ କୋଟି, ଲରମ୍ଭା କଲେଜ ପାଇଁ ୧.୨୫ କୋଟି – ଏହିପରି ୭ଟି ପ୍ରକଳ୍ପ ପାଇଁ ୧୦.୯୧ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।
ସେହିପରି ଦେବଗଡ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବା ବିକାଶମୂଳକ କାମ ସଂପର୍କରେ ସୂଚନା ଦେଇ ଶ୍ରୀ ପାଣ୍ଡିଆନ କହିଲେ ଯେ ଗୋହିରା ଡ୍ୟାମ୍‌ର କେନାଲ ଲାଇନିଂ ପାଇଁ ୧୭.୬୮ କୋଟି, ତିଲେଇବଣି ହକି ଟ୍ରେନିଂ ସେଣ୍ଟରରେ ସିନ୍ଥେଟିକ ଟର୍ଫ ପାଇଁ ୧୨ କୋଟି ଟଙ୍କା, ଝାଡେଶ୍ବର ମନ୍ଦିରର ବିକାଶ ପାଇଁ ୩.୧୦ କୋଟି, ଦେବଗଡ ମଡେଲ ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ଦେବଗଡ କଲେଜ ପାଇଁ ୧ କୋଟି, ପ୍ରଧାନପାଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୯୨ କୋଟି, କୁରୁଡକୋଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୫ କୋଟି, ଦେଓଝରଣ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୭ କୋଟି, ଗୋହିରା ନିକଟରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୦.୬୨ କୋଟି, ରିଆମାଳ ଯୋଗୀହୁଲି ପର୍ଯ୍ୟଟନ କ୍ଷେତ୍ର ପାଇଁ ୦.୬ କୋଟି ଏବଂ ରିଆମାଳ ଭିତରପଡା ଠାରେ ଡୋକ୍ରା କାରିଗର ମାନଙ୍କ ପାଇଁ Common Facility Centreର ବିକାଶ ପାଇଁ ୦.୪୦ କୋଟି ଟଙ୍କା – ଏହିପରି ୧୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।
କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।